ରାଜ୍ୟରେ ଆହୁରି ୧୦୩ ଜଣ କରୋନା ପଜିଟିଭ୍ ଚିହ୍ନଟ ହେଲେ; ମୋଟ ସଂଖ୍ୟା ୧,୪୩୮ ହେଲା

ଗତ ୧୦ ଦିନ ଭିତରେ ରାଜ୍ୟରେ କରୋନା ପଜଟିଭି ବ୍ୟକ୍ତିଙ୍କ ସଂଖ୍ୟା ଦୁଇ ଗୁଣ ହୋଇଥିବା ବେଳେ ସୁସ୍ଥ ହୋଇଥିବା ରୋଗୀଙ୍କ ସଂଖ୍ୟା ତିନି ଗୁଣରୁ ଅଧିକ ହୋଇଛି ।

ରାଜ୍ୟରେ ଆହୁରି ୧୦୩ ଜଣ କରୋନା ପଜିଟିଭ୍ ଚିହ୍ନଟ ହେଲେ; ମୋଟ ସଂଖ୍ୟା ୧,୪୩୮ ହେଲା
(ପ୍ରତୀକାତ୍ମକ ଛବି)
  • Share this:
  • Byline Facebook
  • Byline Twitter
  • Byline Linkedin
News18 Odia Digital

#ଭୁବନେଶ୍ୱର: ରାଜ୍ୟରେ ଆଉ ୧୦୩ ଜଣ କରୋନା ଭାଇରସ୍‌ ସଂକ୍ରମିତ ବ୍ୟକ୍ତି ଚିହ୍ନଟ ହୋଇଛନ୍ତି । ତୃତୀୟ ଥର ପାଇଁ ଗୋଟିଏ ଦିନରେ ଶହେରୁ ଅଧିକ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଏଥି ସହିତ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧,୪୩୮କୁ ବୃଦ୍ଧି ପାଇଛି । ଏମାନଙ୍କ ମଧ୍ୟରୁ ୮୮୧ ଜଣ ଚିକିତ୍ସାଧୀନ ଥିବା ବେଳେ ଏ ପର୍ଯ୍ୟନ୍ତ ୫୫୦ ଜଣ ସୁସ୍ଥ ହୋଇଛନ୍ତି ଓ ୭ ଜଣ ପ୍ରାଣ ହରାଇଛନ୍ତି ।

ଆଜି ଦେବଗଡ଼ରେ ସର୍ବାଧିକ ୨୨ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ସହିତ ଦେବଗଡ଼ରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୨୪ରେ ପହଞ୍ଚିଛି । ସେହି ପରି ଗଞ୍ଜାମରେ ୪ ଜଣ ଆକ୍ରାନ୍ତ ଚିହ୍ନଟ ହେବା ପରେ ଏହି ସଂଖ୍ୟା ୩୫୩ରେ ପହଞ୍ଚିଛି । ଖୋର୍ଦ୍ଧାରେ ୫ ଜଣ ଆକ୍ରାନ୍ତ ଚିହ୍ନଟ ହେବା ସହ ମୋଟ ସଂଖ୍ୟା ୮୨କୁ ଛୁଇଁଛି ।

ଜଗତସିଂହପୁରରେ ୧୦ ଜଣ ଆକ୍ରାନ୍ତ ଚିହ୍ନଟ ହେବା ସହ ଏହି ସଂଖ୍ୟା ୪୧ରେ ପହଞ୍ଚିଛି । କେନ୍ଦ୍ରାପଡ଼ାରେ ୧୫ ଜଣ ଆକ୍ରାନ୍ତ ଚିହ୍ନଟ ହେବା ପରେ ଜିଲ୍ଲାରେ ଆକ୍ରାନ୍ତଙ୍କ ସଂଖ୍ୟା ୫୫କୁ ବୃଦ୍ଧି ପାଇଛି । ବାଲେଶ୍ବରରେ ୫, ଭଦ୍ରକରେ ୮, ଗଜପତି ଓ କୋରାପୁଟରେ ୬ ଜଣ ଲେଖାଏଁ ଚିହ୍ନଟ ହୋଇଛନ୍ତି ।

ରାଜ୍ୟରେ କରୋନା ଭାଇରସ୍ ସଂକ୍ରମଣର ତାଜା ସ୍ଥିତିର ମ୍ୟାପ୍


ଭଦ୍ରକରେ ୮ ଜଣ ପଜିଟିଭଙ୍କ ସହ ଚତୁର୍ଥ ଜିଲ୍ଲା ଭାବେ ସେଠାରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ଶହେ ପାର୍ କରିଛି । ମାଲକାନଗିରିରେ ୯, ବଲାଙ୍ଗିରରେ ୮ ଜଣ, କନ୍ଧମାଳ, ଢେଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜରେ ଆଉ ଜଣେ ଲେଖାଏଁ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।

ଆଜିର ୧୦୩ ଜଣ ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ୯୬ ଜଣ କ୍ବାରେଣ୍ଟାଇନ ସେଣ୍ଟରରେ ରହିଥିଲେ ବୋଲି ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ଗତ ୨୪ ଘଣ୍ଟା ଭିତରେ ରାଜ୍ୟରେ ଟେଷ୍ଟ ହୋଇଛି ୫,୯୪୨ଟି ନମୁନା । ଏଥି ସହିତ ଆଜି ପର୍ଯ୍ୟନ୍ତ ସମୁଦାୟ ୧ ଲକ୍ଷ ୨୭ ହଜାର ୭୭୬ଟି ନମୁନା ପରୀକ୍ଷା ହୋଇସାରିଛି ।

ଗତ ୧୦ ଦିନ ଭିତରେ ରାଜ୍ୟରେ ପଜଟିଭି ସଂଖ୍ୟା ଦୁଇ ଗୁଣା ହୋଇଥିବା ବେଳେ ସୁସ୍ଥ ହୋଇଥିବା ରୋଗୀଙ୍କ ସଂଖ୍ୟା ତିନି ଗୁଣରୁ ଅଧିକ ହୋଇଛି । ଗତ ୧୫ ତାରିଖରେ ଆକ୍ରାନ୍ତଙ୍କ ସଂଖ୍ୟା ୬୭୨ ଓ ସୁସ୍ଥ ହୋଇଥିବା ଲୋକଙ୍କ ସଂଖ୍ୟା ୧୫୮ ଥିବା ବେଳେ ଆଜି ଏହା ଯଥା କ୍ରମେ ୧,୪୩୮ ଓ ୫୫୦ ରହିଛି ।

ଦୟାକରି ଦୁଇ ମିନିଟ୍‌ ସମୟ ଦେଇ ଏହି ସର୍ଭେରେ ଭାଗ ନିଅନ୍ତୁ: କରୋନା ଲକଡାଉନ୍‌ ସର୍ଭେ

ଏହା ବି ପଢ଼ନ୍ତୁ: ଇମ୍ରାନ ହାଶମୀଙ୍କୁ ଚୁମା ଦେଉଥିବା ବେଳେ ଏହି ଅଭିନେତ୍ରୀ ନିଜ ମମି ପାପାଙ୍କୁ ମନେ ପକାଉଥିଲେ

ଏହା ବି ପଢ଼ନ୍ତୁ: ମାତ୍ର ୪ ଦିନର ପୋଷାକ ସହିତ ଆବୁଧାବିରେ ୨ ମାସ ହେଲା ଅଟକି ରହିଛନ୍ତି ଅଭିନେତ୍ରୀ ମଉନି ରାୟ

ଏହା ବି ପଢ଼ନ୍ତୁ: ଭାରତ ଓ ନେପାଳ ମଧ୍ୟରେ ମାନଚିତ୍ରକୁ ନେଇ ବିବାଦ; ମନୀଷା କୋଇରାଲା ନେପାଳକୁ ସମର୍ଥନ କଲେ

ଏହା ବି ପଢ଼ନ୍ତୁ: ଅର୍ଦ୍ଧ-ଉନ୍ମୁକ୍ତ ବକ୍ଷ; ଏକ ବ୍ଲାକ୍-ଆଣ୍ଡ୍-ହ୍ୱାଇଟ୍ ଫଟୋସୁଟରେ ସୁପର୍ ହଟ୍ କଙ୍ଗନା ରାଣାୱତ୍

ଏହା ବି ପଢ଼ନ୍ତୁ: ସନ୍ନି ଲିଓନଙ୍କ ଡ୍ରିମ୍ କାର୍ ହେଉଛି ଅଟୋମେଟିକ୍ ଗିଅର୍ ଥିବା ଗୋଲାପୀ ରଙ୍ଗର ଆମ୍ବାସାଡର୍

ଏହା ବି ପଢ଼ନ୍ତୁ: ଇଏ ମାଲକାନଗିରିର ବିଶାଖା; ତା’ ପତି ସାଇକେଲରେ ଚେନ୍ନାଇରୁ ଘରକୁ ଫେରିବା ବାଟରେ ମରିଗଲା

ଏହା ବି ପଢ଼ନ୍ତୁ: କରୋନା ସଂକ୍ରମିତର ଶବକୁ ଅଧା ଜଳେଇ ଛାଡ଼ିଗଲେ ଲୋକେ; କୁଆ ଓ କୁକୁର ଟାଣି ଖାଇଲେ

ଏହା ବି ପଢ଼ନ୍ତୁ: କରୋନା ଭାଇରସ୍ ସଙ୍କଟ ଉପରେ ୬୧ଟି ଦେଶର ତଦନ୍ତ ପ୍ରୟାସରେ ଭାରତ ଯୋଗ ଦେଲା

ଏହା ବି ପଢ଼ନ୍ତୁ: ୧୫ ଜୁନ୍ ପାଖାପାଖି ସପିଂ ମଲ୍ ଓ ସିନେମା ହଲ୍ ଖୋଲିପାରେ; ଲାଗୁ ହେବ ଏହି ନୂଆ ନିୟମ
First published: May 25, 2020, 1:38 PM IST
corona virus btn
corona virus btn
Loading