ରାଜ୍ୟରେ ଆହୁରି ୧୦୮ ଜଣ କରୋନା ପଜିଟିଭ୍‌ ଚିହ୍ନଟ ହେଲେ; ଆରମ୍ଭ ହେଲା ଗାଁ ଗାଁ ବୁଲି ସର୍ଭେ

ଏହି ନୂଆ ୧୦୮ ଜଣ ସଂକ୍ରମିତଙ୍କ ମଧ୍ୟରୁ ମାଲକାନଗିରିରୁ ସର୍ବାଧିକ ୨୧ ଜଣ ଓ ପୁରୀରୁ ୧୫ ଜଣ ଚିହ୍ନଟ ହୋଇଛନ୍ତି । ଆହୁରି ୧୬ ଜଣ ଅଗ୍ନିଶମ କର୍ମଚାରୀ ବି କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି ।

ଗଞ୍ଜାମରେ ଘରକୁ ଘର ବୁଲି କରୋନା ପାଇଁ ସର୍ଭେ କରୁଛନ୍ତି ସ୍ୱାସ୍ଥ୍ୟକର୍ମୀମାନେ ।

ଗଞ୍ଜାମରେ ଘରକୁ ଘର ବୁଲି କରୋନା ପାଇଁ ସର୍ଭେ କରୁଛନ୍ତି ସ୍ୱାସ୍ଥ୍ୟକର୍ମୀମାନେ ।

  • Share this:
News18 Odia Digital

ଭୁବନେଶ୍ୱର: ରାଜ୍ୟର ୧୫ଟି ଜିଲ୍ଲାରୁ ଆଉ ୧୦୮ ଜଣ କରୋନା ଭାଇରସ୍‌ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି । ଏମାନଙ୍କ ମଧ୍ୟରୁ ୯୫ ଜଣ କ୍ବାରେଣ୍ଟାଇନରେ ଥିବା ବେଳେ ୧୩ ଜଣ ସ୍ଥାନୀୟ ବାସିନ୍ଦା । ଏଥି ସହ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୪,୧୬୩କୁ ବୃଦ୍ଧି ପାଇଛି । ରାଜ୍ୟରେ ଗୁରୁତର ହେଉଥିବା କରୋନା ସଂକ୍ରମଣ ସ୍ଥିତିକୁ ଦେଖି ଆଜି ଠାରୁ ରାଜ୍ୟବ୍ୟାପୀ କରୋନା ଚିହ୍ନଟ ଅଭିଯାନ ଆରମ୍ଭ ହୋଇଛି ।

ଆଜିର ନୂଆ ୧୦୮ ଜଣ ସଂକ୍ରମିତଙ୍କ ମଧ୍ୟରୁ ମାଲକାନଗିରିରୁ ସର୍ବାଧିକ ୨୧ ଜଣ ଓ ପୁରୀରୁ ୧୫ ଜଣ ଚିହ୍ନଟ ହୋଇଛନ୍ତି । ଜଗତସିଂହପୁର ଓ କେନ୍ଦ୍ରାପଡ଼ାରୁ ୯ ଜଣ ଲେଖାଏଁ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଗଞ୍ଜାମରୁ ୮ ଜଣ, ଖୋର୍ଦ୍ଧା ଓ ଗଜପତିରୁ ୭ ଜଣ ଲେଖାଏଁ ପଜିଟିଭ ଚିହ୍ନଟ ହୋଇଛନ୍ତି । କେନ୍ଦୁଝରରୁ ୫, ବାଲେଶ୍ବରରୁ ୪, ସୁନ୍ଦରଗଡ଼ରୁ ୨, ଅନୁଗୁଳ, କଟକ ଓ କଳାହାଣ୍ଡିରୁ ଜଣେ ଲେଖାଏଁ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ବରଗଡ଼ ଓ ବଲାଙ୍ଗିରରୁ ବି ଜଣେ ଲେଖାଏଁ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି ।

ଏହି ସଂକ୍ରମିତମାନଙ୍କ ମଧ୍ୟରେ ପୁଣି ୧୬ ଜଣ ଅଗ୍ନିଶମ କର୍ମଚାରୀ ସାମିଲ୍‌ ହୋଇଛନ୍ତି । ଏମାନେ ସମସ୍ତେ ବାତ୍ୟା ଅମ୍ଫନ ପରବର୍ତ୍ତୀ ପୁନରୁଦ୍ଧାର କାର୍ଯ୍ୟ ପାଇଁ କୋଲକାତା ଯାଇ ଫେରିଥିଲେ । ଏମାନଙ୍କୁ ମିଶାଇ ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ୧୭୪ ଜଣ ଏନଡିଆରଏଫ (NDRF), ଓଡ୍ରାଫ (ODRAF) ଓ ଅଗ୍ନିଶମ ବିଭାଗ (fire brigade)ର ଯବାନ କରୋନାରେ ସଂକ୍ରମତ ହେଲେଣି । ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ୧୧ ଜଣଙ୍କର କରୋନାରେ ମୃତ୍ୟୁ ହେଲାଣି । ମୋଟ ଆକ୍ରାନ୍ତଙ୍କ ମଧ୍ୟରୁ ୨,୮୫୪ ଜଣ ସୁସ୍ଥ ହୋଇଥିବା ବେଳେ ୧,୨୯୫ ଜଣ ବିଭିନ୍ନ ଡାକ୍ତରଖାନାରେ ଚିକିତ୍ସିତ ହେଉଛନ୍ତି ।

ରାଜ୍ୟରେ କରୋନା ସଂକ୍ରମଣର ତାଜା ସ୍ଥିତିର ମ୍ୟାପ୍‌


ଆଜି ଠୁ ସାରା ରାଜ୍ୟରେ ଆରମ୍ଭ ହୋଇଛି କରୋନା ଚିହ୍ନଟ ଅଭିଯାନ। ଘରକୁ ଘର ବୁଲି ସବୁ ଲୋକଙ୍କ ସ୍ବାସ୍ଥ୍ୟାବସ୍ଥା ଯାଞ୍ଚ କରାଯାଉଛି । ଆଶା ଓ ଏ.ଏନ୍‌.ଏମ୍‌. ଦିଦିମାନେ ପ୍ରତି ଘରକୁ ଯାଇ ଲୋକଙ୍କ ସ୍ବାସ୍ଥ୍ୟ ପରୀକ୍ଷା କରୁଛନ୍ତି । କରୋନା ଲକ୍ଷଣ ଥିଲେ ସଙ୍ଗେ ସଙ୍ଗେ ଚିକିତ୍ସା ପାଇଁ ପଦକ୍ଷେପ ନିଆଯିବ। ଜୁଲାଇ ୩୧ ଯାଏ ରାଜ୍ୟବ୍ୟାପୀ ଏହି ଅଭିଯାନ ଚାଲିବ। କରୋନା ଚିହ୍ନଟ ଅଭିଯାନ ଚଳାଇବାକୁ ପୂର୍ବରୁ ଘୋଷଣା କରିଥିଲେ ମୁଖ୍ୟ ମନ୍ତ୍ରୀ ନବୀନ ପଟ୍ଟନାୟକ । ଗତ କାଲି ଏ ନେଇ NHM ନିର୍ଦ୍ଦେଶିକା ଶାଳିନୀ ପଣ୍ଡିତ ସୂଚନା ଦେଇଥିଲେ ।

ଯାଜପୁରରେ ଘରକୁ ଘର ବୁଲି କରୋନା ପାଇଁ ସର୍ଭେ କରୁଛନ୍ତି ସ୍ୱାସ୍ଥ୍ୟକର୍ମୀମାନେ ।


ରାଜ୍ୟରେ ଜୁନ୍‌ ୧୫ ତାରିଖ ସୁଦ୍ଧା ୨ ଲକ୍ଷ ଟପିଛି କରୋନା ଟେଷ୍ଟ । ଏବେ ୧୦ଟି ସ୍ଥାନରେ ୧୭ଟି ପରୀକ୍ଷାଗାରରେ ଟେଷ୍ଟ ହେଉଛି । ପ୍ରଥମ ୫୦ ହଜାର କରୋନା ଟେଷ୍ଟ ପାଇଁ ଲାଗିଥିଲା ୨ ମାସ । ପରବର୍ତ୍ତୀ ୫୦ ହଜାର ଟେଷ୍ଟ ପାଇଁ  ମାତ୍ର ୨ ସପ୍ତାହ ଲାଗିଥିବା କୁହାଯାଇଛି । ଏବେ ICMRର ସଂଶୋଧିତ ନିୟମ ଅନୁସାରେ ରାଜ୍ୟରେ ଚାଲିଛି ଟେଷ୍ଟ । କରୋନା ଲକ୍ଷଣ ଥିବା ବ୍ୟକ୍ତି ଓ ପଜିଟିଭ ବ୍ୟକ୍ତିଙ୍କ ସଂସ୍ପର୍ଶରେ ଆସିଥିବା ଲୋକଙ୍କର ବି ପରୀକ୍ଷା ହେଉଛି ।

ଏହା ବି ପଢ଼ନ୍ତୁ: 

ବଲିଉଡ ଅଭିନେତା ସୁଶାନ୍ତ ସିଂ ରାଜପୁତ ମୁମ୍ବାଇରେ ନିଜ ଘରେ ଆତ୍ମହତ୍ୟା କଲେ

କାହିଁକି ଡିପ୍ରେସନରେ ଥିଲେ ସୁଶାନ୍ତ ସିଂ ରାଜପୁତ? କଥିତ ଗର୍ଲଫ୍ରେଣ୍ଡ ରିୟାଙ୍କ ସହ ପଚରାଉଚରା କରିବ ପୋଲିସ୍‌

ସୁଶାନ୍ତ ସିଂ ରାଜପୁତଙ୍କ ପୂର୍ବ ମ୍ୟାନେଜର୍ ଦିଶା ୫ ଦିନ ତଳେ ୧୨ ମହଲାରୁ ତଳକୁ ଖସି ମରିଥିଲେ

ବେଶୀ ରୋଜଗାର ପାଇଁ ଏହି ୨୫ ବର୍ଷୀୟା ସୁପରକାର୍ ରେସର୍ ପର୍ଣ୍ଣ ଷ୍ଟାର୍ ହୋଇ ଭାରି ଖୁସି ଅଛନ୍ତି

ଇଂଲଣ୍ଡରେ ଏଣିକି ସାଙ୍ଗରେ ରହୁଥିବା ଲୋକ ବ୍ୟତୀତ ଆଉ କାହା ସହ ଯୌନ ସମ୍ପର୍କ ବେଆଇନ୍

ଇମ୍ରାନ ହାଶମୀଙ୍କୁ ଚୁମା ଦେଉଥିବା ବେଳେ ଏହି ଅଭିନେତ୍ରୀ ନିଜ ମମି ପାପାଙ୍କୁ ମନେ ପକାଉଥିଲେ

ଅର୍ଦ୍ଧ-ଉନ୍ମୁକ୍ତ ବକ୍ଷ; ଏକ ବ୍ଲାକ୍-ଆଣ୍ଡ୍-ହ୍ୱାଇଟ୍ ଫଟୋସୁଟରେ ସୁପର୍ ହଟ୍ କଙ୍ଗନା ରାଣାୱତ୍

ଇଏ ମାଲକାନଗିରିର ବିଶାଖା; ତା’ ପତି ସାଇକେଲରେ ଚେନ୍ନାଇରୁ ଘରକୁ ଫେରିବା ବାଟରେ ମରିଗଲା

ସନ୍ନି ଲିଓନଙ୍କ ଡ୍ରିମ୍ କାର୍ ହେଉଛି ଅଟୋମେଟିକ୍ ଗିଅର୍ ଥିବା ଗୋଲାପୀ ରଙ୍ଗର ଆମ୍ବାସାଡର୍

ପତି ମଦ ପିଆଇଲା, ତା’ ପରେ ତା’ର ଚାରି ବନ୍ଧୁ ମହିଳାଙ୍କୁ ନିଜ ପିଲା ସାମନାରେ ରେପ୍ କଲେ

ପତ୍ନୀ ହେବ ତ ଏମିତି! ପତି ପେଟ୍ରୋଲରେ ଜଳେଇବାକୁ ଆସିଥିଲା, ନିଜେ ଜଳିଗଲା; ପତ୍ନୀ ତାକୁ ବଞ୍ଚାଇଲା 

ନିଜ ପତ୍ନୀ ଓ ୩ ପିଲାଙ୍କୁ ଛୁରୀରେ କାଟି ମାରିବା ପରେ ନିଜେ ଫାଶି ଲଗେଇ ମଲା ଯୁବକ

ନୂଆ ନିୟମ ଯୋଗୁଁ ଅମିତାଭ ବଚ୍ଚନଙ୍କ ହାତରୁ ଯିବ ୫ଟି ଫିଲ୍ମ? କୋଟି କୋଟି ଟଙ୍କାର କ୍ଷତି ହେବ!

କରୀନା କପୁର ଖାନ୍ ଓ ଅମୃତା ଆରୋରାଙ୍କ ୨୦ ବର୍ଷ ତଳର ଫଟୋ ଭାଇରାଲ୍ ହେଉଛି

ହ୍ରିତିକ ରୋଶନଙ୍କ ଭଉଣୀ ବଲିଉଡରେ ଡେବ୍ୟୁ କରୁଛନ୍ତି; ଅଭିନେତା କହିଲେ: ‘ତୁମ ପାଇଁ ଗର୍ବିତ’

ଅଭିନେତ୍ରୀ ପୂଜା ହେଗଡ଼େଙ୍କ ଇନଷ୍ଟାଗ୍ରାମ୍ ଆକାଉଣ୍ଟ ହ୍ୟାକ୍ ହେଲା; ରାତି ଅଧରେ ଟ୍ୱିଟ୍ କଲେ

ଭାରତ ଓ ଚୀନ୍ ମଧ୍ୟରେ ଆମେରିକା ମଧ୍ୟସ୍ଥତା କରିବ ବୋଲି ଟ୍ରମ୍ପ୍ ପ୍ରସ୍ତାବ ଦେଲେ

‘ପାତାଲ୍ ଲୋକ୍’ରେ ‘‘ଲିଙ୍ଗଭେଦ ମନ୍ତବ୍ୟ’’ ପାଇଁ ଅନୁଷ୍କା ଶର୍ମାଙ୍କ ବିରୋଧରେ ଅଭିଯୋଗ

ମାତ୍ର ୪ ଦିନର ପୋଷାକ ସହିତ ଆବୁଧାବିରେ ୨ ମାସ ହେଲା ଅଟକି ରହିଛନ୍ତି ଅଭିନେତ୍ରୀ ମଉନି ରାୟ

ଭାରତ ଓ ନେପାଳ ମଧ୍ୟରେ ମାନଚିତ୍ରକୁ ନେଇ ବିବାଦ; ମନୀଷା କୋଇରାଲା ନେପାଳକୁ ସମର୍ଥନ କଲେ

କରୋନା ସଂକ୍ରମିତର ଶବକୁ ଅଧା ଜଳେଇ ଛାଡ଼ିଗଲେ ଲୋକେ; କୁଆ ଓ କୁକୁର ଟାଣି ଖାଇଲେ

କରୋନା ଭାଇରସ୍ ସଙ୍କଟ ଉପରେ ୬୧ଟି ଦେଶର ତଦନ୍ତ ପ୍ରୟାସରେ ଭାରତ ଯୋଗ ଦେଲା
Published by:Anand Shankar Thankur Das
First published: