ରାଜ୍ୟରେ ଆହୁରି ୧୩୮ ଜଣ କରୋନା ଆକ୍ରାନ୍ତ ଚିହ୍ନଟ; ଏବେ ମୋଟ ସଂଖ୍ୟା ୨,୯୯୪ ହେଲା

ଏହି ନୂଆ ୧୩୮ ଜଣ ଆକ୍ରାନ୍ତଙ୍କ ମଧ୍ୟରୁ ୧୨୫ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବା ବେଳେ ୧୩ ଜଣ ସ୍ଥାନୀୟ ଲୋକ । ଗଞ୍ଜାମରୁ ସର୍ବାଧିକ ୩୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।

ଗଞ୍ଜାମରେ ଲୋକମାନଙ୍କ ଦେହର ତାପମାତ୍ରା ମାପୁଛନ୍ତି ସ୍ୱାସ୍ଥ୍ୟ କର୍ମୀମାନେ ।

ଗଞ୍ଜାମରେ ଲୋକମାନଙ୍କ ଦେହର ତାପମାତ୍ରା ମାପୁଛନ୍ତି ସ୍ୱାସ୍ଥ୍ୟ କର୍ମୀମାନେ ।

  • Share this:
News18 Odia Digital

ଭୁବନେଶ୍ୱର: ରାଜ୍ୟର ଆଜି ୧୮ଟି ଜିଲ୍ଲାରୁ ଆଉ ୧୩୮ ଜଣ କରୋନା ଭାଇରସ୍‌ ପଜିଟିଭ୍‌ ବ୍ୟକ୍ତି ଚିହ୍ନଟ ହୋଇଛନ୍ତି । ଏଥି ସହ ରାଜ୍ୟରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୨,୯୯୪କୁ ବୃଦ୍ଧି ପାଇଛି । ଏହି ନୂଆ ୧୩୮ ଜଣ ଆକ୍ରାନ୍ତଙ୍କ ମଧ୍ୟରୁ ୧୨୫ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବା ବେଳେ ୧୩ ଜଣ ସ୍ଥାନୀୟ ଲୋକ ।

ଗଞ୍ଜାମରୁ ସର୍ବାଧିକ ୩୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଯାଜପୁରରୁ ୬, ଖୋର୍ଦ୍ଧାରୁ ୧୩ ଓ ରାୟଗଡ଼ାରୁ ଜଣେ ପଜିଟିଭ ଚିହ୍ନଟ ହୋଇଛନ୍ତି । ମୟୂରଭଞ୍ଜରୁ ୬ ଏବଂ ନୟାଗଡ଼ ଓ ଢେଙ୍କାନାଳରୁ ୩ ଜଣ ଲେଖାଏଁ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । କଟକରୁ ୧୫, କଳାହାଣ୍ଡିରୁ ୨ ଓ ଭଦ୍ରକରୁ ୧୧ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।

କେନ୍ଦୁଝର ଓ କନ୍ଧମାଳରୁ ୧୦ ଜଣ ଲେଖାଏଁ, ସମ୍ବଲପୁର, ବଲାଙ୍ଗିର ଓ କେନ୍ଦ୍ରାପଡ଼ାରୁ ଜଣେ ଲେଖାଏଁ ସଂକ୍ରମିତ ହୋଇଛନ୍ତି । ସୁନ୍ଦରଗଡ଼ରୁ ୧୨, ନୂଆପଡ଼ାରୁ ୩, ପୁରୀରୁ ୭ ଜଣ ଆକ୍ରାନ୍ତ ହୋଇଛନ୍ତି । ବର୍ତ୍ତମାନ ସୁଦ୍ଧା ରାଜ୍ୟରେ କରୋନା ମହାମାରୀରେ ୯ ଜଣଙ୍କ ମୃତ୍ୟୁ ହୋଇ ସାରିଲାଣି । ୧,୮୯୪ ଜଣ ଆକ୍ରାନ୍ତ ସୁସ୍ଥ ହୋଇଥି ଘରକୁ ଫେରିଥିବା ବେଳେ ଏବେ ରାଜ୍ୟରେ ୧,୦୮୯ ଜଣ ଆକ୍ରାନ୍ତ ବିଭିନ୍ନ କୋଭିଡ୍‌ ହସପିଟାଲରେ ଚିକିତ୍ସାଧୀନ ଅଛନ୍ତି ।

ଗଞ୍ଜାମରେ ମହିଳା ସ୍ୱୟଂସହାୟତା ସମୂହର ସଦସ୍ୟାମାନଙ୍କୁ କରୋନା ବିଷୟରେ ଟ୍ରେନିଂ ଦିଆଯାଉଛି ।


ରାୟଗଡାରେ ପଜିଟିଭ୍‌ ଚିହ୍ନଟ ହୋଇଥିବା ଜଣେ ମହିଳା ବିଷମକଟକ ସହରର ବୋଲି ରାୟଗଡା ଜିଲ୍ଲାପାଳ ସୂଚନା ଦେଇଛନ୍ତି।  ସେ ଗତ ୨୨ ତାରିଖରେ ଦିଲ୍ଲୀରୁ ନିଜ ଗାଁକୁ ଫେରିଥିଲେ। ପରେ ୨୪ ତାରିଖରେ ସଂପୃକ୍ତ ମହିଳା ଥଣ୍ଡା ଜ୍ବର କାଶରେ ଆକ୍ରାନ୍ତ ହେବାରୁ ତାଙ୍କ ସ୍ବାବ ପରୀକ୍ଷା ପାଇଁ ଭୁବନେଶ୍ବରର RMRC କୁ ପଠାଯାଇଥିଲା । ରିପୋର୍ଟ ଆସିବା ପରେ ସେ କରୋନା ଆକ୍ରାନ୍ତ ବୋଲି ଜଣାପଡିଛି। ଦିଲ୍ଲୀରୁ ଫେରିବା ପରେ ସେ ହୋମ୍ କ୍ୱାରେଣ୍ଟାଇନରେ ରହିଥିଲେ । ସ୍ବାବ ରିପୋର୍ଟ ପଜିଟିଭ ଆସିବା ପରେ ସଂପୃକ୍ତ ମହିଳାଙ୍କୁ ପାରଳାଖେମୁଣ୍ଡି କୋଭିଡ୍ ହସ୍ପିଟାଲକୁ ସ୍ଥାନାନ୍ତର କରାଯାଇଛି । ସଂପୃକ୍ତ ଅଞ୍ଚଳକୁ କଣ୍ଟେନମେଣ୍ଟ ଜୋନ୍ ଘୋଷଣା କରାଯାଇଛି ।

ଦେଶରେ କରୋନା ମୃତ୍ୟୁ ସଂଖ୍ୟା ୭,୦୦୦ ପାର୍‌ କଲା

ଦେଶରେ କରୋନା ମୃତ୍ୟୁ ସଂଖ୍ୟା ୭,୧୩୫କୁ ବୃଦ୍ଧି ପାଇଛି । ଗତ ୨୪ ଘଣ୍ଟାରେ ଦେଶରେ ସର୍ବାଧିକ ୯,୯୮୩ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୨୦୬ ଜଣଙ୍କ ମୃତ୍ୟୁ ହୋଇଛି । ଆକ୍ରାନ୍ତଙ୍କ ସଂଖ୍ୟା ୨ ଲକ୍ଷ ୫୬ ହଜାର ୬୧୧କୁ ବୃଦ୍ଧି ପାଇଛି । ୧,୨୪,୦୯୪ ଜଣ ଆକ୍ରାନ୍ତ ସୁସ୍ଥ ହୋଇଥିବା ବେଳେ ୧,୨୫,୩୮୧ ଜଣ ଆକ୍ରାନ୍ତ ଚିକିତ୍ସାଧୀନ ଅଛନ୍ତି । ମହାରାଷ୍ଟ୍ରରେ ସର୍ବାଧିକ ୩,୦୬୦ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ଗୁଜରାଟରେ ୧,୨୪୯ ଆକ୍ରାନ୍ତଙ୍କ ମୃତ୍ୟ ହୋଇଛି । ମଧ୍ୟ ପ୍ରଦେଶରେ ୪୧୨, ଦିଲ୍ଲୀରେ ୭୬୧ ଓ ରାଜସ୍ଥାନରେ ୨୪୦ ଜଣ ଏ ପର୍ଯ୍ୟନ୍ତ ପ୍ରାଣ ହରାଇଛନ୍ତି ।

ଏହା ବି ପଢ଼ନ୍ତୁ: 

ପତି ମଦ ପିଆଇଲା, ତା’ ପରେ ତା’ର ଚାରି ବନ୍ଧୁ ମହିଳାଙ୍କୁ ନିଜ ପିଲା ସାମନାରେ ରେପ୍ କଲେ

ପତ୍ନୀ ହେବ ତ ଏମିତି! ପତି ପେଟ୍ରୋଲରେ ଜଳେଇବାକୁ ଆସିଥିଲା, ନିଜେ ଜଳିଗଲା; ପତ୍ନୀ ତାକୁ ବଞ୍ଚାଇଲା 

ନିଜ ପତ୍ନୀ ଓ ୩ ପିଲାଙ୍କୁ ଛୁରୀରେ କାଟି ମାରିବା ପରେ ନିଜେ ଫାଶି ଲଗେଇ ମଲା ଯୁବକ

ନୂଆ ନିୟମ ଯୋଗୁଁ ଅମିତାଭ ବଚ୍ଚନଙ୍କ ହାତରୁ ଯିବ ୫ଟି ଫିଲ୍ମ? କୋଟି କୋଟି ଟଙ୍କାର କ୍ଷତି ହେବ!

ଇଂଲଣ୍ଡରେ ଏଣିକି ସାଙ୍ଗରେ ରହୁଥିବା ଲୋକ ବ୍ୟତୀତ ଆଉ କାହା ସହ ଯୌନ ସମ୍ପର୍କ ବେଆଇନ୍

କରୀନା କପୁର ଖାନ୍ ଓ ଅମୃତା ଆରୋରାଙ୍କ ୨୦ ବର୍ଷ ତଳର ଫଟୋ ଭାଇରାଲ୍ ହେଉଛି

ହ୍ରିତିକ ରୋଶନଙ୍କ ଭଉଣୀ ବଲିଉଡରେ ଡେବ୍ୟୁ କରୁଛନ୍ତି; ଅଭିନେତା କହିଲେ: ‘ତୁମ ପାଇଁ ଗର୍ବିତ’

ଅଭିନେତ୍ରୀ ପୂଜା ହେଗଡ଼େଙ୍କ ଇନଷ୍ଟାଗ୍ରାମ୍ ଆକାଉଣ୍ଟ ହ୍ୟାକ୍ ହେଲା; ରାତି ଅଧରେ ଟ୍ୱିଟ୍ କଲେ

ଭାରତ ଓ ଚୀନ୍ ମଧ୍ୟରେ ଆମେରିକା ମଧ୍ୟସ୍ଥତା କରିବ ବୋଲି ଟ୍ରମ୍ପ୍ ପ୍ରସ୍ତାବ ଦେଲେ

‘ପାତାଲ୍ ଲୋକ୍’ରେ ‘‘ଲିଙ୍ଗଭେଦ ମନ୍ତବ୍ୟ’’ ପାଇଁ ଅନୁଷ୍କା ଶର୍ମାଙ୍କ ବିରୋଧରେ ଅଭିଯୋଗ

ଇମ୍ରାନ ହାଶମୀଙ୍କୁ ଚୁମା ଦେଉଥିବା ବେଳେ ଏହି ଅଭିନେତ୍ରୀ ନିଜ ମମି ପାପାଙ୍କୁ ମନେ ପକାଉଥିଲେ

ମାତ୍ର ୪ ଦିନର ପୋଷାକ ସହିତ ଆବୁଧାବିରେ ୨ ମାସ ହେଲା ଅଟକି ରହିଛନ୍ତି ଅଭିନେତ୍ରୀ ମଉନି ରାୟ

ଭାରତ ଓ ନେପାଳ ମଧ୍ୟରେ ମାନଚିତ୍ରକୁ ନେଇ ବିବାଦ; ମନୀଷା କୋଇରାଲା ନେପାଳକୁ ସମର୍ଥନ କଲେ

ଅର୍ଦ୍ଧ-ଉନ୍ମୁକ୍ତ ବକ୍ଷ; ଏକ ବ୍ଲାକ୍-ଆଣ୍ଡ୍-ହ୍ୱାଇଟ୍ ଫଟୋସୁଟରେ ସୁପର୍ ହଟ୍ କଙ୍ଗନା ରାଣାୱତ୍

ସନ୍ନି ଲିଓନଙ୍କ ଡ୍ରିମ୍ କାର୍ ହେଉଛି ଅଟୋମେଟିକ୍ ଗିଅର୍ ଥିବା ଗୋଲାପୀ ରଙ୍ଗର ଆମ୍ବାସାଡର୍

ଇଏ ମାଲକାନଗିରିର ବିଶାଖା; ତା’ ପତି ସାଇକେଲରେ ଚେନ୍ନାଇରୁ ଘରକୁ ଫେରିବା ବାଟରେ ମରିଗଲା

କରୋନା ସଂକ୍ରମିତର ଶବକୁ ଅଧା ଜଳେଇ ଛାଡ଼ିଗଲେ ଲୋକେ; କୁଆ ଓ କୁକୁର ଟାଣି ଖାଇଲେ

କରୋନା ଭାଇରସ୍ ସଙ୍କଟ ଉପରେ ୬୧ଟି ଦେଶର ତଦନ୍ତ ପ୍ରୟାସରେ ଭାରତ ଯୋଗ ଦେଲା
Published by:Anand Shankar Thankur Das
First published: