ରାଜ୍ୟରେ ଆହୁରି ୧୪୧ ଜଣ କରୋନା ପଜିଟିଭ୍ ଚିହ୍ନଟ ହେଲେ; ଆଜି ୮୦ ଜଣ ସୁସ୍ଥ ହେଲେ

ଆଜି ଚିହ୍ନଟ ହୋଇଥିବା ୧୪୧ ଜଣ ପଜିଟିଭଙ୍କ ମଧ୍ୟରୁ ୧୧୦ ଜଣ କ୍ବାରେଣ୍ଟାଇନ ସେଣ୍ଟରରୁ ଚିହ୍ନଟ ହୋଇଛନ୍ତି । ଗଞ୍ଜାମ ଜିଲ୍ଲାରେ ସର୍ବାଧିକ ୨୭ ଜଣ ଆକ୍ରାନ୍ତ ଚିହ୍ନଟ ହେବା ସହ ସେଠାରେ ଆକ୍ରାନ୍ତଙ୍କ ସଂଖ୍ୟା ୪୫୮ରେ ପହଞ୍ଚିଛି ।

ରାଜ୍ୟରେ ଆହୁରି ୧୪୧ ଜଣ କରୋନା ପଜିଟିଭ୍ ଚିହ୍ନଟ ହେଲେ; ଆଜି ୮୦ ଜଣ ସୁସ୍ଥ ହେଲେ
(ପ୍ରତୀକାତ୍ମକ ଛବି)
  • Share this:
  • Byline Facebook
  • Byline Twitter
  • Byline Linkedin
News18 Odia Digital

ଭୁବନେଶ୍ୱର: ଆଜି ରାଜ୍ୟର ୧୮ଟି ଜିଲ୍ଲାରୁ ଆଉ ୧୪୧ ଜଣ କରୋନା ଭାଇରସ୍‌ ପଜିଟିଭ ବ୍ୟକ୍ତି ଚିହ୍ନଟ ହୋଇଥିବା ବେଳେ ଆଜି ୮୦ ଜଣ ଆକ୍ରାନ୍ତ ସୁସ୍ଥ ବି ହୋଇଛନ୍ତି । ଆଜିର ନୂଆ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ଏବେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୨,୨୪୫କୁ ବୃଦ୍ଧି ପାଇଛି ।

ଆଜି ଗଞ୍ଜାମ ଜିଲ୍ଲାରେ ସର୍ବାଧିକ ୨୭ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ଗଞ୍ଜାମ ଜିଲ୍ଲାରେ ଆକ୍ରାନ୍ତଙ୍କ ସଂଖ୍ୟା ୪୫୮ରେ ପହଞ୍ଚିଛି । ଖୋର୍ଦ୍ଧାରେ ୨୬ ନୂଆ ଆକ୍ରାନ୍ତ ଚିହ୍ନଟ ହେବା ପରେ ୧୬୭କୁ ବୃଦ୍ଧି ପାଇଛି ସଂଖ୍ୟା । ନୂଆପଡ଼ାରେ ଆଜି ୧୯ ଜଣ ଆକ୍ରାନ୍ତ ଚିହ୍ନଟ ହେବା ପରେ ସେଠାରେ ୫୨ ହୋଇଛି ସଂକ୍ରମିତଙ୍କ ସଂଖ୍ୟା । କେନ୍ଦ୍ରାପଡ଼ାରେ ୧୩ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ କେନ୍ଦ୍ରାପଡ଼ାରେ ୧୫୨ରେ ପହଞ୍ଚିଛି ସଂକ୍ରମିତ ସଂଖ୍ୟା ।

ଯାଜପୁରରେ ୧୦, ସୁନ୍ଦରଗଡ଼ରେ ୮, ବଲାଙ୍ଗିରରେ ୭, କଟକରେ ୬ ଓ ପୁରୀରେ ୫ ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଜଗତସିଂହପୁର, ଗଜପତି ଓ କେନ୍ଦୁଝରରେ ୪ ଜଣ ଲେଖାଏଁ ଚିହ୍ନଟ ହୋଇଥିବା ବେଳେ, ବାଲେଶ୍ବର ଓ ଢେଙ୍କାନାଳରେ ୨ ଜଣ ଲେଖାଏଁ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ନୟାଗଡ଼, ମୟୂରଭଞ୍ଜ, ଅନୁଗୁଳ ଓ ସମ୍ବଲପୁରରେ ଜଣେ ଲେଖାଏଁ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।

ବ୍ରହ୍ମପୁରରେ ଏକ ଔଷଧ ଦୋକାନ ଆଗରେ ସାମାଜିକ ଦୂରତା ରଖି ଠିଆହୋଇଛନ୍ତି ଗ୍ରାହକମାନେ ।


ଆଜି ଚିହ୍ନଟ ହୋଇଥିବା ୧୪୧ ଜଣ ପଜିଟିଭଙ୍କ ମଧ୍ୟରୁ ୧୧୦ ଜଣ କ୍ବାରେଣ୍ଟାଇନ ସେଣ୍ଟରରୁ ଚିହ୍ନଟ ହୋଇଛନ୍ତି । ଅନ୍ୟ ୩୧ ଜଣ ସ୍ଥାନୀୟ ଅଞ୍ଚଳର ହୋଇଥିବା ଜଣାପଡିଛି ।

ରାଜ୍ୟରେ ଆଉ ୮୦ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହେବା ସହ ଏ ଯାଏଁ ରାଜ୍ୟରେ ମୋଟ ୧୩୨୫ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଲେଣି । ଆଜିର ସୁସ୍ଥ ହୋଇଥିବା ବ୍ୟକ୍ତିଙ୍କ ମଧ୍ୟରେ ପୁରୀରେ ସର୍ବାଧିକ ୧୭ ଜଣ ଓ କେନ୍ଦ୍ରାପଡ଼ା ଏବଂ ମାଲକାନଗିରିରେ ୧୬ ଜଣ ଲେଖାଏଁ ବ୍ୟକ୍ତି ରହିଛନ୍ତି । କଟକରେ ୭, ନୟାଗଡ଼ ଓ ସୁବର୍ଣ୍ଣପୁରରେ ୩ ଜଣ ଲେଖାଏଁ ସୁସ୍ଥ ହୋଇଛନ୍ତି । ସୁନ୍ଦରଗଡ଼, କେନ୍ଦୁଝର ଓ ଝାରସୁଗୁଡ଼ାରେ ୩ ଜଣ ଲେଖାଏଁ ଏବଂ ଗଞ୍ଜାମ, କନ୍ଧମାଳ ଓ ଖୋର୍ଦ୍ଧାରେ ୨ ଜଣ ଲେଖାଏଁ ସୁସ୍ଥ ହୋଇ ଘରକୁ ଫେରିଛନ୍ତି ।

ବଲାଙ୍ଗିର, ଜଗତସିଂହପୁର ଓ ନବରଙ୍ଗପୁରରେ ମଧ୍ୟ ଜଣେ ଲେଖାଏଁ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ମୋଟ ୨,୨୪୫ ଜଣ ଆକ୍ରାନ୍ତଙ୍କ ମଧ୍ୟରୁ ୧,୩୨୫ ଜଣ ସୁସ୍ଥ ହୋଇଥିବା ବେଳେ ୯୧୧ ଜଣଙ୍କର ଏବେ ଚିକିତ୍ସା ଚାଲିଛି ।

ଚୀନ୍‌ ବିଷୟରେ ଆପଣଙ୍କ ମତ କଣ? ଦୟାକରି ଦୁଇ ମିନିଟ ସମୟ ଦେଇ ଏହି ସର୍ଭେରେ ଭାଗ ନିଅନ୍ତୁ ।

ଏହା ବି ପଢ଼ନ୍ତୁ: 

ଇଂଲଣ୍ଡରେ ଏଣିକି ସାଙ୍ଗରେ ରହୁଥିବା ଲୋକ ବ୍ୟତୀତ ଆଉ କାହା ସହ ଯୌନ ସମ୍ପର୍କ ବେଆଇନ୍

କରୀନା କପୁର ଖାନ୍ ଓ ଅମୃତା ଆରୋରାଙ୍କ ୨୦ ବର୍ଷ ତଳର ଫଟୋ ଭାଇରାଲ୍ ହେଉଛି

ହ୍ରିତିକ ରୋଶନଙ୍କ ଭଉଣୀ ବଲିଉଡରେ ଡେବ୍ୟୁ କରୁଛନ୍ତି; ଅଭିନେତା କହିଲେ: ‘ତୁମ ପାଇଁ ଗର୍ବିତ’

ଅଭିନେତ୍ରୀ ପୂଜା ହେଗଡ଼େଙ୍କ ଇନଷ୍ଟାଗ୍ରାମ୍ ଆକାଉଣ୍ଟ ହ୍ୟାକ୍ ହେଲା; ରାତି ଅଧରେ ଟ୍ୱିଟ୍ କଲେ

ଭାରତ ଓ ଚୀନ୍ ମଧ୍ୟରେ ଆମେରିକା ମଧ୍ୟସ୍ଥତା କରିବ ବୋଲି ଟ୍ରମ୍ପ୍ ପ୍ରସ୍ତାବ ଦେଲେ

‘ପାତାଲ୍ ଲୋକ୍’ରେ ‘‘ଲିଙ୍ଗଭେଦ ମନ୍ତବ୍ୟ’’ ପାଇଁ ଅନୁଷ୍କା ଶର୍ମାଙ୍କ ବିରୋଧରେ ଅଭିଯୋଗ

ଇମ୍ରାନ ହାଶମୀଙ୍କୁ ଚୁମା ଦେଉଥିବା ବେଳେ ଏହି ଅଭିନେତ୍ରୀ ନିଜ ମମି ପାପାଙ୍କୁ ମନେ ପକାଉଥିଲେ

ମାତ୍ର ୪ ଦିନର ପୋଷାକ ସହିତ ଆବୁଧାବିରେ ୨ ମାସ ହେଲା ଅଟକି ରହିଛନ୍ତି ଅଭିନେତ୍ରୀ ମଉନି ରାୟ

ଭାରତ ଓ ନେପାଳ ମଧ୍ୟରେ ମାନଚିତ୍ରକୁ ନେଇ ବିବାଦ; ମନୀଷା କୋଇରାଲା ନେପାଳକୁ ସମର୍ଥନ କଲେ

ଅର୍ଦ୍ଧ-ଉନ୍ମୁକ୍ତ ବକ୍ଷ; ଏକ ବ୍ଲାକ୍-ଆଣ୍ଡ୍-ହ୍ୱାଇଟ୍ ଫଟୋସୁଟରେ ସୁପର୍ ହଟ୍ କଙ୍ଗନା ରାଣାୱତ୍

ସନ୍ନି ଲିଓନଙ୍କ ଡ୍ରିମ୍ କାର୍ ହେଉଛି ଅଟୋମେଟିକ୍ ଗିଅର୍ ଥିବା ଗୋଲାପୀ ରଙ୍ଗର ଆମ୍ବାସାଡର୍

ଇଏ ମାଲକାନଗିରିର ବିଶାଖା; ତା’ ପତି ସାଇକେଲରେ ଚେନ୍ନାଇରୁ ଘରକୁ ଫେରିବା ବାଟରେ ମରିଗଲା

କରୋନା ସଂକ୍ରମିତର ଶବକୁ ଅଧା ଜଳେଇ ଛାଡ଼ିଗଲେ ଲୋକେ; କୁଆ ଓ କୁକୁର ଟାଣି ଖାଇଲେ

କରୋନା ଭାଇରସ୍ ସଙ୍କଟ ଉପରେ ୬୧ଟି ଦେଶର ତଦନ୍ତ ପ୍ରୟାସରେ ଭାରତ ଯୋଗ ଦେଲା

୧୫ ଜୁନ୍ ପାଖାପାଖି ସପିଂ ମଲ୍ ଓ ସିନେମା ହଲ୍ ଖୋଲିପାରେ; ଲାଗୁ ହେବ ଏହି ନୂଆ ନିୟମ
First published: June 2, 2020, 6:35 PM IST
corona virus btn
corona virus btn
Loading