ରାଜ୍ୟରେ ଆହୁରି ୧୪୬ ଜଣ କରୋନା ପଜିଟିଭ ଚିହ୍ନଟ ହେଲେ; ଗଞ୍ଜାମରେ ୧୯ ଘଣ୍ଟିଆ ଲକଡାଉନ୍

ରାଜ୍ୟରେ ମୋଟ ୪,୦୫୫ ଜଣ ଆକ୍ରାନ୍ତଙ୍କ ମଧ୍ୟରୁ ଏବେ ୧,୩୩୩ ଜଣ ଚିକିତ୍ସାଧୀନ ଅଛନ୍ତି । ୧୧ ଜଣଙ୍କ ମୃତ୍ୟୁ ହେଲାଣି । ଏ ପର୍ଯ୍ୟନ୍ତ ଗଞ୍ଜାମ ଜିଲ୍ଲାରେ ସର୍ବାଧିକ ୬୯୦ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି ।

ରାଜ୍ୟରେ ଆହୁରି ୧୪୬ ଜଣ କରୋନା ପଜିଟିଭ ଚିହ୍ନଟ ହେଲେ; ଗଞ୍ଜାମରେ ୧୯ ଘଣ୍ଟିଆ ଲକଡାଉନ୍
ବ୍ରହ୍ମପୁରରେ ଏକ ମାର୍କେଟ୍ କମ୍ପ୍ଲେକ୍ସକୁ ଲକଡାଉନ୍ ଉଲ୍ଲଙ୍ଘନ ଯୋଗୁଁ ସିଲ୍ କରୁଛନ୍ତି ସରକାରୀ ଅଧିକାରୀମାନେ ।
  • Share this:
  • Byline Facebook
  • Byline Twitter
  • Byline Linkedin
News18 Odia Digital

ଭୁବନେଶ୍ୱର: ରାଜ୍ୟରେ ଆଜି ୧୫ଟି ଜିଲ୍ଲାରୁ ଆଉ ୧୪୬ ଜଣ କରୋନା ଭାଇରସ୍‌ ପଜିଟିଭ ଚିହ୍ନଟ ହୋଇଛନ୍ତି । ଏମାନଙ୍କ ମଧ୍ୟରୁ ୧୨୮ ଜଣ କ୍ବାରେଣ୍ଟାଇନ ସେଣ୍ଟରୁ ଥିବା ବେଳେ ୧୮ ଜଣ ସ୍ଥାନୀୟ ବାସିନ୍ଦା । ଏହାକୁ ମିଶାଇ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୪,୦୫୫କୁ ବୃଦ୍ଧି ପାଇଛି।

ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ମଧ୍ୟରୁ ବର୍ତ୍ତମାନ ସୁଦ୍ଧା ୧,୩୩୩ ଜଣ ଚିକିତ୍ସାଧୀନ ଥିବା ବେଳେ ୧୧ ଜଣଙ୍କ ମୃତ୍ୟୁ ହେଲାଣି । ଆଜି ଚିହ୍ନଟ ହୋଇଥିବା ୧୪୬ ଜଣ ଆକ୍ରନ୍ତ ମଧ୍ୟରୁ କନ୍ଧମାଳରୁ ସର୍ବାଧିକ ୪୮ ଜଣ ଅଛନ୍ତି । କଟକ ଓ ଭଦ୍ରକରୁ ୧୯ ଜଣ ଲେଖାଏଁ ପଜିଟିଭ ଚିହ୍ନଟ ହୋଇଥିବା ବେଳେ ବାଲେଶ୍ବର ଓ ଗଞ୍ଜାମରେ ୮ ଜଣ ଲେଖାଏଁ ନୂଆ ସଂକ୍ରମିତ ହୋଇଛନ୍ତି ।

ଖୋର୍ଦ୍ଧାରୁ ୭, ଅନୁଗୁଳରୁ ୬, ରାୟଗଡ଼ାରୁ ୫ ଜଣ ପଜିଟିଭ ଅଛନ୍ତି। ନୟାଗଡ଼, ସୁନ୍ଦରଗଡ଼ ଓ ଜଗତସିଂହପୁରରେ ୪ ଜଣ ଲେଖାଏଁ ପଜିଟିଭ ଚିହ୍ନଟ ହୋଇଛନ୍ତି । ସୁବର୍ଣ୍ଣପୁରରେ ୨ ଜଣ ଓ ଢେଙ୍କାନାଳରେ ଜଣେ କରୋନାରେ ଆକ୍ରାନ୍ତ ହୋଇଥିବା ବେଳେ ସମ୍ବଲପୁର ଓ ଝାରସୁଗୁଡ଼ାରେ ବି ଜଣେ ଲେଖାଏଁ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ରାଜ୍ୟରେ ଆଉ ୯ ଜଣ ଅଗ୍ନିଶମ କର୍ମଚାରୀ କରୋନାରେ ସଂକ୍ରମିତ ହୋଇଥିବା ଜଣାପଡ଼ିଛି । ଏମାନେ ବାତ୍ୟା ଅମ୍ଫନ ପରବର୍ତ୍ତୀ ପୁନରୁଦ୍ଧାର କାର୍ଯ୍ୟ ପାଇଁ ପଶ୍ଚିମ ବଙ୍ଗ ଯାଇ ଫେରିଥିଲେ ।

ରାଜ୍ୟରେ କରୋନା ସଂକ୍ରମଣର ତାଜା ସ୍ଥିତିର ମ୍ୟାପ୍


ଗଞ୍ଜାମରେ ଆଜି ଆଉ ୮ ଜଣ ଆକ୍ରାନ୍ତ ଚିହ୍ନଟ ହେବା ପରେ ଜିଲ୍ଲାରେ ପଜିଟିଭ ସଂଖ୍ୟା ୬୯୦କୁ ବୃଦ୍ଧି ପାଇଛି । ଗଞ୍ଜାମ ଜିଲ୍ଲାରେ ଏ ପର୍ଯ୍ୟନ୍ତ ୬ ଜଣଙ୍କ ମୃତ୍ୟୁ ହେଲାଣି । ସଂକ୍ରମିତଙ୍କ ସଂଖ୍ୟା ବଢିବା ପରେ ଗଞ୍ଜାମ ଜିଲ୍ଲା ପ୍ରଶାସନ ଆହୁରି କଠୋର ହୋଇଛି । ଆଜି ଠାରୁ ଜୁନ ୩୦ ପର୍ଯ୍ୟନ୍ତ ଜିଲ୍ଲାରେ ଲକଡାଉନ୍‌ ସମୟ ୧୯ ଘଣ୍ଟାକୁ ବୃଦ୍ଧି ହୋଇଛି । ଦିନ ୧୨ଟାରୁ ସକାଳ ୭ଟା ଯାଏ ଜିଲ୍ଲାରେ ସମ୍ପୂର୍ଣ୍ଣ ଲକଡାଉନ ଜାରି ରହିବ । ଏହି ସମୟରେ ଜରୁରୀ ସେବା ଛାଡ଼ିଦେଲେ ଅନ୍ୟ ସବୁ ଦୋକାନ, ବଜାର ଓ ଗାଡ଼ି  ଚଳାଚଳ ବନ୍ଦ ରହିବ ।

ଗଞ୍ଜାମରେ ପୋଲିସ୍ ଲୋକଙ୍କୁ ରାସ୍ତାରେ ନ ବୁଲିବାକୁ କହୁଛି ।


ଏହା ଛଡ଼ା ଗଞ୍ଜାମ ଜିଲ୍ଲାରେ ପୂର୍ବ ଭଳି ଜୁନ୍‌ ଶେଷ ଯାଏ ପ୍ରତି ଶନିବାର ଓ ରବିବାର ସଟଡାଉନ ବଳବତ୍ତର ରହିବ ବୋଲି ଜିଲ୍ଲାପାଳ ଅମ୍ରିତ କୁଳାଙ୍ଗେ କହିଛନ୍ତି । କେବଳ ସକାଳ ୭ଟାରୁ ଦିନ ୧୨ଟା ଯାଏ ତେଜରାତି ଓ ପନିପରିବା ଦୋକାନ ଖୋଲିବାକୁ ଅନୁମତି ଦିଆଯାଇଛି ।  ତେଣୁ ସକାଳୁ ବଜାରରେ  ପ୍ରବଳ ଭିଡ଼ ଦେଖିବାକୁ ମିଳିଥିଲା ।

ଏହା ବି ପଢ଼ନ୍ତୁ: 

ବଲିଉଡ ଅଭିନେତା ସୁଶାନ୍ତ ସିଂ ରାଜପୁତ ମୁମ୍ବାଇରେ ନିଜ ଘରେ ଆତ୍ମହତ୍ୟା କଲେ

କାହିଁକି ଡିପ୍ରେସନରେ ଥିଲେ ସୁଶାନ୍ତ ସିଂ ରାଜପୁତ? କଥିତ ଗର୍ଲଫ୍ରେଣ୍ଡ ରିୟାଙ୍କ ସହ ପଚରାଉଚରା କରିବ ପୋଲିସ୍‌

ସୁଶାନ୍ତ ସିଂ ରାଜପୁତଙ୍କ ପୂର୍ବ ମ୍ୟାନେଜର୍ ଦିଶା ୫ ଦିନ ତଳେ ୧୨ ମହଲାରୁ ତଳକୁ ଖସି ମରିଥିଲେ

ବେଶୀ ରୋଜଗାର ପାଇଁ ଏହି ୨୫ ବର୍ଷୀୟା ସୁପରକାର୍ ରେସର୍ ପର୍ଣ୍ଣ ଷ୍ଟାର୍ ହୋଇ ଭାରି ଖୁସି ଅଛନ୍ତି

ଇଂଲଣ୍ଡରେ ଏଣିକି ସାଙ୍ଗରେ ରହୁଥିବା ଲୋକ ବ୍ୟତୀତ ଆଉ କାହା ସହ ଯୌନ ସମ୍ପର୍କ ବେଆଇନ୍

ଇମ୍ରାନ ହାଶମୀଙ୍କୁ ଚୁମା ଦେଉଥିବା ବେଳେ ଏହି ଅଭିନେତ୍ରୀ ନିଜ ମମି ପାପାଙ୍କୁ ମନେ ପକାଉଥିଲେ

ଅର୍ଦ୍ଧ-ଉନ୍ମୁକ୍ତ ବକ୍ଷ; ଏକ ବ୍ଲାକ୍-ଆଣ୍ଡ୍-ହ୍ୱାଇଟ୍ ଫଟୋସୁଟରେ ସୁପର୍ ହଟ୍ କଙ୍ଗନା ରାଣାୱତ୍

ଇଏ ମାଲକାନଗିରିର ବିଶାଖା; ତା’ ପତି ସାଇକେଲରେ ଚେନ୍ନାଇରୁ ଘରକୁ ଫେରିବା ବାଟରେ ମରିଗଲା

ସନ୍ନି ଲିଓନଙ୍କ ଡ୍ରିମ୍ କାର୍ ହେଉଛି ଅଟୋମେଟିକ୍ ଗିଅର୍ ଥିବା ଗୋଲାପୀ ରଙ୍ଗର ଆମ୍ବାସାଡର୍

ପତି ମଦ ପିଆଇଲା, ତା’ ପରେ ତା’ର ଚାରି ବନ୍ଧୁ ମହିଳାଙ୍କୁ ନିଜ ପିଲା ସାମନାରେ ରେପ୍ କଲେ

ପତ୍ନୀ ହେବ ତ ଏମିତି! ପତି ପେଟ୍ରୋଲରେ ଜଳେଇବାକୁ ଆସିଥିଲା, ନିଜେ ଜଳିଗଲା; ପତ୍ନୀ ତାକୁ ବଞ୍ଚାଇଲା 

ନିଜ ପତ୍ନୀ ଓ ୩ ପିଲାଙ୍କୁ ଛୁରୀରେ କାଟି ମାରିବା ପରେ ନିଜେ ଫାଶି ଲଗେଇ ମଲା ଯୁବକ

ନୂଆ ନିୟମ ଯୋଗୁଁ ଅମିତାଭ ବଚ୍ଚନଙ୍କ ହାତରୁ ଯିବ ୫ଟି ଫିଲ୍ମ? କୋଟି କୋଟି ଟଙ୍କାର କ୍ଷତି ହେବ!

କରୀନା କପୁର ଖାନ୍ ଓ ଅମୃତା ଆରୋରାଙ୍କ ୨୦ ବର୍ଷ ତଳର ଫଟୋ ଭାଇରାଲ୍ ହେଉଛି

ହ୍ରିତିକ ରୋଶନଙ୍କ ଭଉଣୀ ବଲିଉଡରେ ଡେବ୍ୟୁ କରୁଛନ୍ତି; ଅଭିନେତା କହିଲେ: ‘ତୁମ ପାଇଁ ଗର୍ବିତ’

ଅଭିନେତ୍ରୀ ପୂଜା ହେଗଡ଼େଙ୍କ ଇନଷ୍ଟାଗ୍ରାମ୍ ଆକାଉଣ୍ଟ ହ୍ୟାକ୍ ହେଲା; ରାତି ଅଧରେ ଟ୍ୱିଟ୍ କଲେ

ଭାରତ ଓ ଚୀନ୍ ମଧ୍ୟରେ ଆମେରିକା ମଧ୍ୟସ୍ଥତା କରିବ ବୋଲି ଟ୍ରମ୍ପ୍ ପ୍ରସ୍ତାବ ଦେଲେ

‘ପାତାଲ୍ ଲୋକ୍’ରେ ‘‘ଲିଙ୍ଗଭେଦ ମନ୍ତବ୍ୟ’’ ପାଇଁ ଅନୁଷ୍କା ଶର୍ମାଙ୍କ ବିରୋଧରେ ଅଭିଯୋଗ

ମାତ୍ର ୪ ଦିନର ପୋଷାକ ସହିତ ଆବୁଧାବିରେ ୨ ମାସ ହେଲା ଅଟକି ରହିଛନ୍ତି ଅଭିନେତ୍ରୀ ମଉନି ରାୟ

ଭାରତ ଓ ନେପାଳ ମଧ୍ୟରେ ମାନଚିତ୍ରକୁ ନେଇ ବିବାଦ; ମନୀଷା କୋଇରାଲା ନେପାଳକୁ ସମର୍ଥନ କଲେ

କରୋନା ସଂକ୍ରମିତର ଶବକୁ ଅଧା ଜଳେଇ ଛାଡ଼ିଗଲେ ଲୋକେ; କୁଆ ଓ କୁକୁର ଟାଣି ଖାଇଲେ

କରୋନା ଭାଇରସ୍ ସଙ୍କଟ ଉପରେ ୬୧ଟି ଦେଶର ତଦନ୍ତ ପ୍ରୟାସରେ ଭାରତ ଯୋଗ ଦେଲା
First published: June 15, 2020, 3:34 PM IST
corona virus btn
corona virus btn
Loading