ହୋମ୍ » ଓଡ଼ିଶା ନ୍ୟୁଜ୍ » କରୋନା ଭାଇରସ»ରାଜ୍ୟରେ ଆହୁରି ୧୪୬ ଜଣ କରୋନା ପଜିଟିଭ୍ ଚିହ୍ନଟ ହେଲେ; ଏବେ ମୋଟ ସଂଖ୍ୟା ୩,୧୪୦ ହେଲା

ରାଜ୍ୟରେ ଆହୁରି ୧୪୬ ଜଣ କରୋନା ପଜିଟିଭ୍ ଚିହ୍ନଟ ହେଲେ; ଏବେ ମୋଟ ସଂଖ୍ୟା ୩,୧୪୦ ହେଲା

ଖୋର୍ଦ୍ଧାରୁ ସର୍ବାଧିକ ୧୯ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ରାଜ୍ୟରେ ଏ ପର୍ଯ୍ୟନ୍ତ ୧,୯୯୩ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ନଅ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । ଏବେ ୧,୧୩୬ ଜଣ ଚିକିତ୍ସାଧୀନ ଅଛନ୍ତି ।

ରାଜ୍ୟରେ ଆହୁରି ୧୪୬ ଜଣ କରୋନା ପଜିଟିଭ୍ ଚିହ୍ନଟ ହେଲେ; ଏବେ ମୋଟ ସଂଖ୍ୟା ୩,୧୪୦ ହେଲା
ନୟାଗଡ଼ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟର ଜଣେ ଡାକ୍ତର ଓ ନର୍ସ ପଜିଟିଭ୍‌ ଚିହ୍ନଟ ହେବା ପରେ ସେଠାରେ ଭୟର ସ୍ଥିତି ସୃଷ୍ଟି ହୋଇଛି ।
  • Share this:
  • Byline Facebook
  • Byline Twitter
  • Byline Linkedin
News18 Odia Digital

ଭୁବନେଶ୍ୱର: ରାଜ୍ୟରେ ଆହୁରି ୧୪୬ ଜଣ କରୋନା ଭାଇରସ୍‌ ପଜିଟିଭ୍‌ ବ୍ୟକ୍ତି ଚିହ୍ନଟ ହୋଇଛନ୍ତି । ଏହି ୧୪୬ ଜଣ ଆକ୍ରାନ୍ତଙ୍କ ମଧ୍ୟରୁ ସଙ୍ଗରୋଧ କେନ୍ଦ୍ରରୁ ୧୨୭ ଜଣ ଚିହ୍ନଟ ହୋଇଥିବା ବେଳେ ୧୯ ଜଣ ସ୍ଥାନୀୟ ବାସିନ୍ଦା ବୋଲି ଜଣାଯାଇଛି । ଏଥି ସହ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩,୧୪୦କୁ ବୃଦ୍ଧି ପାଇଛି ।

ସବୁ ଠୁ ବଡ଼ କଥା ହେଉଛି ଏହି ଆକ୍ରାନ୍ତଙ୍କ ମଧ୍ୟରେ ୬୧ ଜଣ ଏନଡିଆରଏଫ (NDRF) ଓ ଓଡ୍ରାଫ (ODRAF) ଯବାନ ଅଛନ୍ତି । ଆଜି ଖୋର୍ଦ୍ଧାରୁ ସର୍ବାଧିକ ୧୯ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଗଞ୍ଜାମରୁ ୧୮, ଜଗତସିଂହପୁରରୁ ୮ ଓ ଦେବଗଡ଼ରୁ ୫ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସୁନ୍ଦରଗଡ଼ ଓ ବାଲେଶ୍ବରର ୭ ଜଣ ଲେଖାଏଁ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ନୟାଗଡ଼, ମୟୂରଭଞ୍ଜ ଓ କଳାହାଣ୍ଡିରୁ ୩ ଜଣ ଲେଖାଏଁ ପଜିଟିଭ କେସ ଆସିଥିବା ବେଳେ କେନ୍ଦୁଝର, କଟକ, କନ୍ଧମାଳ ଓ କେନ୍ଦ୍ରାପଡ଼ାରୁ ୨ ଜଣ ଲେଖାଏଁ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।

ମାଲକାନଗିରି, ଯାଜପୁର, ଢେଙ୍କାନାଳ ଓ ବଲାଙ୍ଗିରର ଜଣେ ଲେଖାଏଁ ଚିହ୍ନଟ ହୋଇଛନ୍ତି । ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ୯ ଜଣ କରୋନା ଆକ୍ରାନ୍ତଙ୍କର ମୃତ୍ୟୁ ହେଲାଣି । ଏ ପର୍ଯ୍ୟନ୍ତ ୧,୯୯୩ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ଏବେ ୧,୧୩୬ ଜଣ ଚିକିତ୍ସାଧୀନ ଅଛନ୍ତି ।

ରାଜ୍ୟରେ କରୋନା ସଂକ୍ରମଣର ତାଜା ସ୍ଥିତିର ମ୍ୟାପ୍


ଚାନ୍ଦିପୁର ସ୍ଥିତ ଗୋଳା ବାରୁଦ ପରୀକ୍ଷଣ କେନ୍ଦ୍ରର ଦୁଇ ଜଣ ପ୍ରତିରକ୍ଷା କର୍ମଚାରୀ କରୋନାରେ ଆକ୍ରାନ୍ତ ହୋଇଛନ୍ତି । ଏହି ଦୁଇ ଆକ୍ରାନ୍ତ ଚିହ୍ନଟ ହେବା ପରେ ଉଭୟ ପିଏକ୍ସଇ ଓ ଆଇଟିଆର୍‌ ପରିସରରେ ସୁରକ୍ଷା ବ୍ୟବସ୍ଥାକୁ ବଢ଼ାଇ ଦିଆଯାଇଛି । ସମ୍ପୃକ୍ତ ୨ ପ୍ରତିରକ୍ଷା କର୍ମଚାରୀଙ୍କ ପାଖରେ କରୋନା ଲକ୍ଷଣ ଜଣାପଡ଼ିବା ପରେ ଗତ ଶନିବାର ତାଙ୍କୁ କୋଲକାତା ସ୍ଥିତ କମାଣ୍ଡୋ ହସ୍ପିଟାଲକୁ ପଠାଯାଇଥିଲା । ସେଠାରେ ସ୍ୱାବ୍ ନମୁନା ପରୀକ୍ଷା ପରେ ସେମାନେ କୋରୋନାରେ ଆକ୍ରାନ୍ତ ହୋଇଥିବା ଜଣାପଡ଼ିଥିଲା ।

ପରେ ଏହି ଦୁଇ କର୍ମଚାରୀଙ୍କୁ ବାରାକପୁର ହସ୍ପିଟାଲରେ ଭର୍ତ୍ତି କରାଯାଇ ଚିକିତ୍ସା କରାଯାଉଛି । ଜିଲ୍ଲା ପ୍ରଶାସନର ନିର୍ଦ୍ଦେଶରେ ଚାନ୍ଦିପୁରକୁ ଜିଲ୍ଲା ସ୍ୱାସ୍ଥ୍ୟ ଅଧିକାରୀଙ୍କ ସହ ଏକ ଏକ୍ସପର୍ଟ ଟିମ୍ ପରିଦର୍ଶନ କରି କଣ୍ଟାକ୍ଟ୍ ଟ୍ରେସିଂ କରାଯିବା ସହ ସମ୍ପୂର୍ଣ୍ଣ ପରିସରକୁ ସାନିଟାଇଜେସନ କରାଯାଉଛି । ସେହିପରି ପିଏକ୍ସଇ କର୍ମଚାରୀମାନଙ୍କୁ ଆଇସୋଲେସନରେ ରହିବାକୁ କୁହାଯାଇଥିବା ବେଳେ ସମସ୍ତଙ୍କୁ ଘରେ ରହି କାମ କରିବାକୁ ପରାମର୍ଶ ଦିଆଯାଇଛି ।

ନୟାଗଡ଼ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟର ଜଣେ ଡାକ୍ତର ଓ ନର୍ସ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି । ଭୁବନେଶ୍ବରର ସମ୍‌ କୋଭିଡ ହସ୍ପିଟାଲକୁ ସ୍ଥାନାନ୍ତର ହୋଇଛନ୍ତି ଏହି ଦୁଇ ଜଣ ଆକ୍ରାନ୍ତ । ଏବେ ଡାକ୍ତରଖାନାର ସର୍ଜରୀ ୱାର୍ଡ ସିଲ୍‌ ଅଛି । ରୋଗୀମାନଙ୍କୁ ମଧ୍ୟ ଅନ୍ୟତ୍ର ସ୍ଥାନାନ୍ତର କରାଯାଇଛି । ଆକ୍ରାନ୍ତଙ୍କ ସଂସ୍ପର୍ଶରେ ଆସିଥିବା ସମସ୍ତ ବ୍ୟକ୍ତିଙ୍କୁ ଠାବ କରାଯିବାକୁ ଚେଷ୍ଟା କରାଯାଉଛି । ପୂର୍ବରୁ ନୟାଗଡ଼ ଜିଲ୍ଲା ମୁଖ୍ୟ ଡାକ୍ତରଖାନାର ଜଣେ ନର୍ସ ପଜିଟିଭ୍‌ ଚିହ୍ନଟ ହୋଇଥିଲେ ।

ଏହା ବି ପଢ଼ନ୍ତୁ: 

ଇଂଲଣ୍ଡରେ ଏଣିକି ସାଙ୍ଗରେ ରହୁଥିବା ଲୋକ ବ୍ୟତୀତ ଆଉ କାହା ସହ ଯୌନ ସମ୍ପର୍କ ବେଆଇନ୍

ଇମ୍ରାନ ହାଶମୀଙ୍କୁ ଚୁମା ଦେଉଥିବା ବେଳେ ଏହି ଅଭିନେତ୍ରୀ ନିଜ ମମି ପାପାଙ୍କୁ ମନେ ପକାଉଥିଲେ

ଅର୍ଦ୍ଧ-ଉନ୍ମୁକ୍ତ ବକ୍ଷ; ଏକ ବ୍ଲାକ୍-ଆଣ୍ଡ୍-ହ୍ୱାଇଟ୍ ଫଟୋସୁଟରେ ସୁପର୍ ହଟ୍ କଙ୍ଗନା ରାଣାୱତ୍

ଇଏ ମାଲକାନଗିରିର ବିଶାଖା; ତା’ ପତି ସାଇକେଲରେ ଚେନ୍ନାଇରୁ ଘରକୁ ଫେରିବା ବାଟରେ ମରିଗଲା

ସନ୍ନି ଲିଓନଙ୍କ ଡ୍ରିମ୍ କାର୍ ହେଉଛି ଅଟୋମେଟିକ୍ ଗିଅର୍ ଥିବା ଗୋଲାପୀ ରଙ୍ଗର ଆମ୍ବାସାଡର୍

ପତି ମଦ ପିଆଇଲା, ତା’ ପରେ ତା’ର ଚାରି ବନ୍ଧୁ ମହିଳାଙ୍କୁ ନିଜ ପିଲା ସାମନାରେ ରେପ୍ କଲେ

ପତ୍ନୀ ହେବ ତ ଏମିତି! ପତି ପେଟ୍ରୋଲରେ ଜଳେଇବାକୁ ଆସିଥିଲା, ନିଜେ ଜଳିଗଲା; ପତ୍ନୀ ତାକୁ ବଞ୍ଚାଇଲା 

ନିଜ ପତ୍ନୀ ଓ ୩ ପିଲାଙ୍କୁ ଛୁରୀରେ କାଟି ମାରିବା ପରେ ନିଜେ ଫାଶି ଲଗେଇ ମଲା ଯୁବକ

ନୂଆ ନିୟମ ଯୋଗୁଁ ଅମିତାଭ ବଚ୍ଚନଙ୍କ ହାତରୁ ଯିବ ୫ଟି ଫିଲ୍ମ? କୋଟି କୋଟି ଟଙ୍କାର କ୍ଷତି ହେବ!

କରୀନା କପୁର ଖାନ୍ ଓ ଅମୃତା ଆରୋରାଙ୍କ ୨୦ ବର୍ଷ ତଳର ଫଟୋ ଭାଇରାଲ୍ ହେଉଛି

ହ୍ରିତିକ ରୋଶନଙ୍କ ଭଉଣୀ ବଲିଉଡରେ ଡେବ୍ୟୁ କରୁଛନ୍ତି; ଅଭିନେତା କହିଲେ: ‘ତୁମ ପାଇଁ ଗର୍ବିତ’

ଅଭିନେତ୍ରୀ ପୂଜା ହେଗଡ଼େଙ୍କ ଇନଷ୍ଟାଗ୍ରାମ୍ ଆକାଉଣ୍ଟ ହ୍ୟାକ୍ ହେଲା; ରାତି ଅଧରେ ଟ୍ୱିଟ୍ କଲେ

ଭାରତ ଓ ଚୀନ୍ ମଧ୍ୟରେ ଆମେରିକା ମଧ୍ୟସ୍ଥତା କରିବ ବୋଲି ଟ୍ରମ୍ପ୍ ପ୍ରସ୍ତାବ ଦେଲେ

‘ପାତାଲ୍ ଲୋକ୍’ରେ ‘‘ଲିଙ୍ଗଭେଦ ମନ୍ତବ୍ୟ’’ ପାଇଁ ଅନୁଷ୍କା ଶର୍ମାଙ୍କ ବିରୋଧରେ ଅଭିଯୋଗ

ମାତ୍ର ୪ ଦିନର ପୋଷାକ ସହିତ ଆବୁଧାବିରେ ୨ ମାସ ହେଲା ଅଟକି ରହିଛନ୍ତି ଅଭିନେତ୍ରୀ ମଉନି ରାୟ

ଭାରତ ଓ ନେପାଳ ମଧ୍ୟରେ ମାନଚିତ୍ରକୁ ନେଇ ବିବାଦ; ମନୀଷା କୋଇରାଲା ନେପାଳକୁ ସମର୍ଥନ କଲେ

କରୋନା ସଂକ୍ରମିତର ଶବକୁ ଅଧା ଜଳେଇ ଛାଡ଼ିଗଲେ ଲୋକେ; କୁଆ ଓ କୁକୁର ଟାଣି ଖାଇଲେ

କରୋନା ଭାଇରସ୍ ସଙ୍କଟ ଉପରେ ୬୧ଟି ଦେଶର ତଦନ୍ତ ପ୍ରୟାସରେ ଭାରତ ଯୋଗ ଦେଲା
First published: June 9, 2020, 4:05 PM IST