ରାଜ୍ୟରେ ଆହୁରି ୧୫୬ ଜଣ କରୋନା ପଜିଟିଭ୍ ଚିହ୍ନଟ ହେଲେ; ଏବେ ମୋଟ ସଂଖ୍ୟା ୨,୧୦୪ ହେଲା

ଏହି ନୂଆ ୧୫୬ ଜଣ ଆକ୍ରାନ୍ତଙ୍କ ମଧ୍ୟରୁ କେନ୍ଦ୍ରାପଡ଼ାରେ ସର୍ବାଧିକ ୫୦ ଜଣ ଅଛନ୍ତି । କେନ୍ଦ୍ରାପଡ଼ାରେ ଆକ୍ରାନ୍ତଙ୍କ ସଂଖ୍ୟା ୧୩୯ ହୋଇଛି । ଗଞ୍ଜାମରେ ୧୭ ଜଣ ଆକ୍ରାନ୍ତ ଚିହ୍ନଟ ହେବା ସହ ସେଠାରେ ଆକ୍ରାନ୍ତଙ୍କ ସଂଖ୍ୟା ୪୩୧ ହୋଇଛି ।

ରାଜ୍ୟରେ ଆହୁରି ୧୫୬ ଜଣ କରୋନା ପଜିଟିଭ୍ ଚିହ୍ନଟ ହେଲେ; ଏବେ ମୋଟ ସଂଖ୍ୟା ୨,୧୦୪ ହେଲା
(ପ୍ରତୀକାତ୍ମକ ଛବି)
  • Share this:
  • Byline Facebook
  • Byline Twitter
  • Byline Linkedin
News18 Odia Digital

ଭୁବନେଶ୍ୱର: ରାଜ୍ୟରେ ଆଜି ୧୯ଟି ଜିଲ୍ଲାରୁ ଆଉ ୧୫୬ ଜଣ କରୋନା ଭାଇରସ୍‌ ପଜିଟିଭ୍‌ ବ୍ୟକ୍ତି ଚିହ୍ନଟ ହୋଇଛନ୍ତି । ଗୋଟିଏ ଦିନରେ ରାଜ୍ୟରେ ଏହା ସର୍ବାଧିକ କରୋନା ଆକ୍ରାନ୍ତ ଚିହ୍ନଟ ହେବା ଘଟଣା । ଏହି ୧୫୬ ଜଣଙ୍କ ମଧ୍ୟରୁ ସଙ୍ଗରୋଧ କେନ୍ଦ୍ରରୁ ୧୫୩ ଜଣ ଓ ସ୍ଥାନୀୟ ଅଞ୍ଚଳରୁ ୩ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ସୂଚନା ଦିଆଯାଇଛି । ଏଥି ସହିତ ରାଜ୍ୟରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୨,୧୦୪ରେ ପହଞ୍ଚିଛି ।

ଆଜିର ନୂଆ ୧୫୬ ଜଣ ଆକ୍ରାନ୍ତଙ୍କ ମଧ୍ୟରୁ କେନ୍ଦ୍ରାପଡ଼ାରେ ସର୍ବାଧିକ ୫୦ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ସହ ଜିଲ୍ଲାରେ ଏବେ ଆକ୍ରାନ୍ତଙ୍କ ସଂଖ୍ୟା ୧୩୯ରେ ପହଞ୍ଚିଛି । ସେହି ପରି ଗଞ୍ଜାମରେ ୧୭ ଜଣ ଆକ୍ରାନ୍ତ ଚିହ୍ନଟ ହେବା ସହ ସେଠାରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୪୩୧ ଛୁଇଁଛି । ଯାଜପୁରରେ ୧୧ ଜଣ ଆକ୍ରାନ୍ତ ଚିହ୍ନଟ ହେବା ପରେ ସେଠାରେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୨୮୦ ହୋଇଛି ।

ରାଜ୍ୟରେ କରୋନା ସଂକ୍ରମଣର ତାଜା ସ୍ଥିତିର


ଖୋର୍ଦ୍ଧାରେ ୩ଜଣ , ଭଦ୍ରକରେ ୭ ଜଣ, କଟକରେ ୨୦ଜଣ ଓ ବଲାଙ୍ଗିରରେ ୨ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଜଗତସିଂହପୁରରେ ୧୪ ଜଣ ଆକ୍ରାନ୍ତ ଚିହ୍ନଟ ହେବା ପରେ ସେଠାରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୮୨ରେ ପହଞ୍ଚିଛି । ନୟାଗଡ଼ରେ ୩ ଜଣ ଆକ୍ରାନ୍ତ ଚିହ୍ନଟ ହେବା ପରେ ଜିଲ୍ଲାରେ ୬୮ରେ ପହଞ୍ଚିଛି ଆକ୍ରାନ୍ତଙ୍କ ସଂଖ୍ୟା ।

ସୁନ୍ଦରଗଡ଼ରେ ୩ ଜଣ ଆକ୍ରାନ୍ତ ଚିହ୍ନଟ ହେବା ପରେ ସେଠାରେ ସଂକ୍ରମିତ ସଂଖ୍ୟା ୫୭କୁ ବୃଦ୍ଧି ପାଇଛି । ବୌଦ୍ଧରେ ଜଣେ, ନୂଆପଡ଼ାରେ ୩ ଜଣ, କେନ୍ଦୁଝରରେ ଜଣେ, ମୟୂରଭଞ୍ଜରେ ୩ ଜଣ ଓ କନ୍ଧମାଳରେ ୯ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏହା ଛଡ଼ା ମାଲକାନଗିରିରେ ଜଣେ, ବରଗଡ଼ରେ ୩ ଜଣ, ସମ୍ବଲପୁରରେ ୨ ଜଣ ଓ ସୋନପୁରରେ ୩ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ରାଜ୍ୟରେ ଏବେ ୯୬୯ ଜଣ କରୋନା ଆକ୍ରାନ୍ତ ଚିକିତ୍ସିତ ହେଉଥିବା ବେଳେ ଏ ପର୍ଯ୍ୟନ୍ତ ସୁସ୍ଥ ହୋଇ ଫେରିଛନ୍ତି ୧,୧୨୬ ଜଣ ଓ କରୋନା କାରଣରୁ ମୃତ୍ୟୁ ବରଣ କରିଛନ୍ତି ୭ ଜଣ ଆକ୍ରାନ୍ତ ।

ଏହା ବି ପଢ଼ନ୍ତୁ: 

କରୀନା କପୁର ଖାନ୍ ଓ ଅମୃତା ଆରୋରାଙ୍କ ୨୦ ବର୍ଷ ତଳର ଫଟୋ ଭାଇରାଲ୍ ହେଉଛି

ହ୍ରିତିକ ରୋଶନଙ୍କ ଭଉଣୀ ବଲିଉଡରେ ଡେବ୍ୟୁ କରୁଛନ୍ତି; ଅଭିନେତା କହିଲେ: ‘ତୁମ ପାଇଁ ଗର୍ବିତ’

ଅଭିନେତ୍ରୀ ପୂଜା ହେଗଡ଼େଙ୍କ ଇନଷ୍ଟାଗ୍ରାମ୍ ଆକାଉଣ୍ଟ ହ୍ୟାକ୍ ହେଲା; ରାତି ଅଧରେ ଟ୍ୱିଟ୍ କଲେ

ଭାରତ ଓ ଚୀନ୍ ମଧ୍ୟରେ ଆମେରିକା ମଧ୍ୟସ୍ଥତା କରିବ ବୋଲି ଟ୍ରମ୍ପ୍ ପ୍ରସ୍ତାବ ଦେଲେ

‘ପାତାଲ୍ ଲୋକ୍’ରେ ‘‘ଲିଙ୍ଗଭେଦ ମନ୍ତବ୍ୟ’’ ପାଇଁ ଅନୁଷ୍କା ଶର୍ମାଙ୍କ ବିରୋଧରେ ଅଭିଯୋଗ

ଇମ୍ରାନ ହାଶମୀଙ୍କୁ ଚୁମା ଦେଉଥିବା ବେଳେ ଏହି ଅଭିନେତ୍ରୀ ନିଜ ମମି ପାପାଙ୍କୁ ମନେ ପକାଉଥିଲେ

ମାତ୍ର ୪ ଦିନର ପୋଷାକ ସହିତ ଆବୁଧାବିରେ ୨ ମାସ ହେଲା ଅଟକି ରହିଛନ୍ତି ଅଭିନେତ୍ରୀ ମଉନି ରାୟ

ଭାରତ ଓ ନେପାଳ ମଧ୍ୟରେ ମାନଚିତ୍ରକୁ ନେଇ ବିବାଦ; ମନୀଷା କୋଇରାଲା ନେପାଳକୁ ସମର୍ଥନ କଲେ

ଅର୍ଦ୍ଧ-ଉନ୍ମୁକ୍ତ ବକ୍ଷ; ଏକ ବ୍ଲାକ୍-ଆଣ୍ଡ୍-ହ୍ୱାଇଟ୍ ଫଟୋସୁଟରେ ସୁପର୍ ହଟ୍ କଙ୍ଗନା ରାଣାୱତ୍

ସନ୍ନି ଲିଓନଙ୍କ ଡ୍ରିମ୍ କାର୍ ହେଉଛି ଅଟୋମେଟିକ୍ ଗିଅର୍ ଥିବା ଗୋଲାପୀ ରଙ୍ଗର ଆମ୍ବାସାଡର୍

ଇଏ ମାଲକାନଗିରିର ବିଶାଖା; ତା’ ପତି ସାଇକେଲରେ ଚେନ୍ନାଇରୁ ଘରକୁ ଫେରିବା ବାଟରେ ମରିଗଲା

କରୋନା ସଂକ୍ରମିତର ଶବକୁ ଅଧା ଜଳେଇ ଛାଡ଼ିଗଲେ ଲୋକେ; କୁଆ ଓ କୁକୁର ଟାଣି ଖାଇଲେ

କରୋନା ଭାଇରସ୍ ସଙ୍କଟ ଉପରେ ୬୧ଟି ଦେଶର ତଦନ୍ତ ପ୍ରୟାସରେ ଭାରତ ଯୋଗ ଦେଲା

୧୫ ଜୁନ୍ ପାଖାପାଖି ସପିଂ ମଲ୍ ଓ ସିନେମା ହଲ୍ ଖୋଲିପାରେ; ଲାଗୁ ହେବ ଏହି ନୂଆ ନିୟମ
First published: June 1, 2020, 2:33 PM IST
corona virus btn
corona virus btn
Loading