ରାଜ୍ୟରେ ଆହୁରି ୧୬୫ ଜଣ କରୋନା ପଜିଟିଭ୍ ଚିହ୍ନଟ ହେଲେ; ଏବେ ମୋଟ ସଂଖ୍ୟା ୪,୬୭୭ ହେଲା

ଭୁବନେଶ୍ବରରେ ଏକ ଘରୋଇ ହସ୍ପିଟାଲର ଜଣେ ୩୧ ବର୍ଷୀୟା କର୍ମଚାରୀଙ୍କ ସମେତ ଆଉ ୭ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଆଜି ଗଞ୍ଜାମରୁ ସର୍ବାଧିକ ୪୧ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।

ନୟାଗଡ଼ରେ ଏକ ହସପିଟାଲ ବାହାରର ଏକ ଦୃଶ୍ୟ । ଆଜି ନୟାଗଡ଼ରେ ଜଣେ ନୂଆ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି ।

ନୟାଗଡ଼ରେ ଏକ ହସପିଟାଲ ବାହାରର ଏକ ଦୃଶ୍ୟ । ଆଜି ନୟାଗଡ଼ରେ ଜଣେ ନୂଆ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି ।

  • Share this:
News18 Odia Digital

ଭୁବନେଶ୍ୱର: ରାଜ୍ୟର ୧୭ଟି ଜିଲ୍ଲାରୁ ଆଉ ୧୬୫ ଜଣ କରୋନା ଭାଇରସ୍‌ ପଜିଟିଭ ବ୍ୟକ୍ତି ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ କ୍ବାରେଣ୍ଟାଇନ୍‌ ସେଣ୍ଟରରୁ ୧୪୦ ଜଣ ଚିହ୍ନଟ ହୋଇଥିବା ବେଳେ ବାକି ୨୫ ଜଣ ସ୍ଥାନୀୟ ବାସିନ୍ଦା । ଏଥି ସହ ରାଜ୍ୟରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୪,୬୭୭କୁ ବୃଦ୍ଧି ପାଇଛି ।

ଆଜି ଗଞ୍ଜାମରୁ ସର୍ବାଧିକ ୪୧ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ଗଜପତିରୁ ୨୮ ଓ ବାଲେଶ୍ବରରୁ ୨୧ଟି ପଜିଟିଭ୍‌ ମାମଲା ସାମନାକୁ ଆସିଛି । କଟକରୁ ୨୦ ଜଣ ଏବଂ ଖୋର୍ଦ୍ଧା ଓ ଯାଜପୁରରୁ ୮ ଜଣ ଲେଖାଏଁ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ପୁରୀରୁ ୭, ସୁନ୍ଦରଗଡ଼ରୁ ୬, ମୟୂରଭଞ୍ଜ ଓ ନବରଙ୍ଗପୁରରୁ ୩ ଜଣ ଲେଖାଏଁ ସଂକ୍ରମିତ ହୋଇଛନ୍ତି । ଝାରସୁଗୁଡ଼ା ଓ ବଲାଙ୍ଗିରରୁ ୨ ଜଣ ଲେଖାଏଁ ଏହି ମହାମାରୀରେ ସଂକ୍ରମିତ ହୋଇଛନ୍ତି । ନୟାଗଡ଼, ଜଗତସିଂହପୁର, ଅନୁଗୁଳରୁ ଜଣେ ନୂଆ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି । ମାଲକାନଗିରି ଓ କୋରାପୁଟରୁ ବି ଜଣେ ଲେଖାଏଁ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି ।

ଆଜି ଭୁବନେଶ୍ବରରେ ବି ଆଉ ୭ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିରୁ ହୋମ୍‌ କ୍ବାରେଣ୍ଟାଇନ୍‌ରୁ ୪ ଜଣ ଅଛନ୍ତି ଓ ସ୍ଥାନୀୟ ବାସିନ୍ଦା ୩ ଜଣ ଅଛନ୍ତି । ଆଜିର ନୂଆ ଆକ୍ରାନ୍ତଙ୍କ ମଧ୍ୟରେ ଅଛନ୍ତି ରେଳ ବିଭାଗର ଚାରି ଜଣ ଦିଲ୍ଲୀ ଫେରନ୍ତା ପୁରୁଷ କର୍ମଚାରୀ । ଡୁମୁଡୁମା ହାଉସିଂ ବୋର୍ଡ କଲୋନୀର ବି ଦୁଇ ଜଣ ବ୍ୟକ୍ତି କରୋନାରେ ଆକ୍ରାନ୍ତ ହୋଇଛନ୍ତି । ଦୁହେଁ ଗଞ୍ଜାମ ଫେରନ୍ତା ଜଣେ ଆକ୍ରାନ୍ତଙ୍କ ସଂସ୍ପର୍ଶରେ ଆସିଥିଲେ । ଏକ ଘରୋଇ ହସ୍ପିଟାଲର ଜଣେ ୩୧ ବର୍ଷୀୟା କର୍ମଚାରୀ ବି କରୋନା ପଜିଟିଭ୍‌ ହୋଇଥିବା ସୂଚନା ମିଳିଛି ।

ଗଞ୍ଜାମ ଜିଲ୍ଲାରେ ଘରକୁ ଘର ବୁଲି ସ୍ୱାସ୍ଥ୍ୟ ସର୍ଭେ ଚାଲିଛି ।


ଭୁବନେଶ୍ବରରେ କରୋନା ପଜିଟିଭ୍‌ ବ୍ୟକ୍ତିଙ୍କ ସଂଖ୍ୟା ୧୬୫କୁ ବୃଦ୍ଧି ପାଇଛି । ମୋଟ ୧୬୫ ଜଣ ପଜିଟିଭଙ୍କ ମଧ୍ୟରୁ ଏ ପର୍ଯ୍ୟନ୍ତ ୩ ଜଣଙ୍କ ମୃତ୍ୟୁ ହୋଇଛି, ୮୩ ଜଣ ସୁସ୍ଥ ହୋଇଛନ୍ତି ଓ ୭୮ ଜଣ ଏବେ ଚିକିତ୍ସାଧୀନ ଅଛନ୍ତି ।

ରାଜ୍ୟରେ ଏ ପର୍ଯ୍ୟନ୍ତ ଚିହ୍ନଟ ହୋଇଥିବା ମୋଟ ୪,୬୭୭ ଜଣ ପଜିଟିଭ୍‌ ବ୍ୟକ୍ତିଙ୍କ ମଧ୍ୟରୁ ୧୧ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୩,୧୪୪ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ବର୍ତ୍ତମାନ ୧,୫୧୯ ଆକ୍ରାନ୍ତ ବିଭିନ୍ନ କୋଭିଡ୍‌ ହସପିଟାଲରେ ଚିକିତ୍ସିତ ହେଉଛନ୍ତି । ରାଜ୍ୟରେ ଆହୁରି ୧୧ ଜଣ ଅମ୍ଫନ ଯୋଦ୍ଧା ବି କରୋନାରେ ସଂକ୍ରମିତ ହୋଇଛନ୍ତି । ସେମାନେ ପଶ୍ଚିମ ବଙ୍ଗରେ ବାତ୍ୟା ଅମ୍ଫନର ପୁନରୁଦ୍ଧାର କାର୍ଯ୍ୟ ସାରି ଓଡ଼ିଶା ଫେରିଥିଲେ ।

ଦେଶରେ କରୋନା ମୃତ୍ୟୁ ସଂଖ୍ୟା ୧୨,୫୭୩କୁ ବୃଦ୍ଧି ପାଇଛି । ଗତ ୨୪ ଘଣ୍ଟାରେ ୧୩,୫୮୬ ଜଣ ଆକ୍ରାନ୍ତ ହୋଇଥିବା ବେଳେ ୩୩୬ ଜଣଙ୍କ ଜୀବନ ନେଇଛି ଏହି କିଲର୍‌ ଭାଇରସ୍‌ । ଦେଶରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩,୮୦,୫୩୨କୁ ବୃଦ୍ଧି ପାଇଛି । ଏବେ ୧,୬୩ ,୨୪୮ ଜଣ ଚିକିତ୍ସାଧୀନ ଥିବା ବେଳେ ୨,୦୪,୭୧୧ ଆକ୍ରାନ୍ତ ଇତି ମଧ୍ୟରେ ସୁସ୍ଥ ହୋଇଛନ୍ତି । ଏ ପର୍ଯ୍ୟନ୍ତ ମହାରାଷ୍ଟ୍ରରେ ସର୍ବାଧିକ ୫,୭୫୧ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ଦିଲ୍ଲୀରେ ୧,୯୬୯, ଗୁଜରାଟରେ ୧,୫୯୧ ଓ ତାମିଲ ନାଡୁରେ ୬୨୫ ଜଣ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । ପଶ୍ଚିମ ବଙ୍ଗରେ ୫୧୮ ଓ ମଧ୍ୟ ପ୍ରଦେଶରେ ୪୮୬ ଜଣ ଆକ୍ରାନ୍ତଙ୍କ ମୃତ୍ୟୁ  ହୋଇଛି ।

ଏହା ବି ପଢ଼ନ୍ତୁ: 

ସୁଶାନ୍ତ ସିଂ ରାଜପୁତଙ୍କ ଆତ୍ମହତ୍ୟା ଖବର ଟିଭିରେ ବାରମ୍ବାର ଦେଖି ୧୭ ବର୍ଷୀୟା ଛାତ୍ରୀ ଆତ୍ମହତ୍ୟା କଲା

ଆତ୍ମହତ୍ୟା କରୁଥିବା ଲୋକେ ମରିବାକୁ ଚାହୁଁଛନ୍ତି ବୋଲି ବି ନିଶ୍ଚିତ ନ ଥାନ୍ତି; ମିଡ଼ିଆର ଭୂମିକା ମହତ୍ୱପୂର୍ଣ୍ଣ

ଫ୍ୟାକ୍ଟ ଚେକ୍: ଏହି ତି୩ଟି ମୃତ୍ୟୁକୁ ସୁଶାନ୍ତ ସିଂ ରାଜପୁତଙ୍କ ଆତ୍ମହତ୍ୟା ସହ ଯୋଡ଼ାଯାଉଛି କାହିକି?

ବଲିଉଡ ଅଭିନେତା ସୁଶାନ୍ତ ସିଂ ରାଜପୁତ ମୁମ୍ବାଇରେ ନିଜ ଘରେ ଆତ୍ମହତ୍ୟା କଲେ

କାହିଁକି ଡିପ୍ରେସନରେ ଥିଲେ ସୁଶାନ୍ତ ସିଂ ରାଜପୁତ? କଥିତ ଗର୍ଲଫ୍ରେଣ୍ଡ ରିୟାଙ୍କ ସହ ପଚରାଉଚରା କରିବ ପୋଲିସ୍‌

ସୁଶାନ୍ତ ସିଂ ରାଜପୁତଙ୍କ ପୂର୍ବ ମ୍ୟାନେଜର୍ ଦିଶା ୫ ଦିନ ତଳେ ୧୨ ମହଲାରୁ ତଳକୁ ଖସି ମରିଥିଲେ

ବେଶୀ ରୋଜଗାର ପାଇଁ ଏହି ୨୫ ବର୍ଷୀୟା ସୁପରକାର୍ ରେସର୍ ପର୍ଣ୍ଣ ଷ୍ଟାର୍ ହୋଇ ଭାରି ଖୁସି ଅଛନ୍ତି

ଇଂଲଣ୍ଡରେ ଏଣିକି ସାଙ୍ଗରେ ରହୁଥିବା ଲୋକ ବ୍ୟତୀତ ଆଉ କାହା ସହ ଯୌନ ସମ୍ପର୍କ ବେଆଇନ୍

ଇମ୍ରାନ ହାଶମୀଙ୍କୁ ଚୁମା ଦେଉଥିବା ବେଳେ ଏହି ଅଭିନେତ୍ରୀ ନିଜ ମମି ପାପାଙ୍କୁ ମନେ ପକାଉଥିଲେ

ଅର୍ଦ୍ଧ-ଉନ୍ମୁକ୍ତ ବକ୍ଷ; ଏକ ବ୍ଲାକ୍-ଆଣ୍ଡ୍-ହ୍ୱାଇଟ୍ ଫଟୋସୁଟରେ ସୁପର୍ ହଟ୍ କଙ୍ଗନା ରାଣାୱତ୍

ଇଏ ମାଲକାନଗିରିର ବିଶାଖା; ତା’ ପତି ସାଇକେଲରେ ଚେନ୍ନାଇରୁ ଘରକୁ ଫେରିବା ବାଟରେ ମରିଗଲା

ସନ୍ନି ଲିଓନଙ୍କ ଡ୍ରିମ୍ କାର୍ ହେଉଛି ଅଟୋମେଟିକ୍ ଗିଅର୍ ଥିବା ଗୋଲାପୀ ରଙ୍ଗର ଆମ୍ବାସାଡର୍

ପତି ମଦ ପିଆଇଲା, ତା’ ପରେ ତା’ର ଚାରି ବନ୍ଧୁ ମହିଳାଙ୍କୁ ନିଜ ପିଲା ସାମନାରେ ରେପ୍ କଲେ

ପତ୍ନୀ ହେବ ତ ଏମିତି! ପତି ପେଟ୍ରୋଲରେ ଜଳେଇବାକୁ ଆସିଥିଲା, ନିଜେ ଜଳିଗଲା; ପତ୍ନୀ ତାକୁ ବଞ୍ଚାଇଲା 

ନିଜ ପତ୍ନୀ ଓ ୩ ପିଲାଙ୍କୁ ଛୁରୀରେ କାଟି ମାରିବା ପରେ ନିଜେ ଫାଶି ଲଗେଇ ମଲା ଯୁବକ

ନୂଆ ନିୟମ ଯୋଗୁଁ ଅମିତାଭ ବଚ୍ଚନଙ୍କ ହାତରୁ ଯିବ ୫ଟି ଫିଲ୍ମ? କୋଟି କୋଟି ଟଙ୍କାର କ୍ଷତି ହେବ!

କରୀନା କପୁର ଖାନ୍ ଓ ଅମୃତା ଆରୋରାଙ୍କ ୨୦ ବର୍ଷ ତଳର ଫଟୋ ଭାଇରାଲ୍ ହେଉଛି

ହ୍ରିତିକ ରୋଶନଙ୍କ ଭଉଣୀ ବଲିଉଡରେ ଡେବ୍ୟୁ କରୁଛନ୍ତି; ଅଭିନେତା କହିଲେ: ‘ତୁମ ପାଇଁ ଗର୍ବିତ’

ଅଭିନେତ୍ରୀ ପୂଜା ହେଗଡ଼େଙ୍କ ଇନଷ୍ଟାଗ୍ରାମ୍ ଆକାଉଣ୍ଟ ହ୍ୟାକ୍ ହେଲା; ରାତି ଅଧରେ ଟ୍ୱିଟ୍ କଲେ

ଭାରତ ଓ ଚୀନ୍ ମଧ୍ୟରେ ଆମେରିକା ମଧ୍ୟସ୍ଥତା କରିବ ବୋଲି ଟ୍ରମ୍ପ୍ ପ୍ରସ୍ତାବ ଦେଲେ

‘ପାତାଲ୍ ଲୋକ୍’ରେ ‘‘ଲିଙ୍ଗଭେଦ ମନ୍ତବ୍ୟ’’ ପାଇଁ ଅନୁଷ୍କା ଶର୍ମାଙ୍କ ବିରୋଧରେ ଅଭିଯୋଗ

ମାତ୍ର ୪ ଦିନର ପୋଷାକ ସହିତ ଆବୁଧାବିରେ ୨ ମାସ ହେଲା ଅଟକି ରହିଛନ୍ତି ଅଭିନେତ୍ରୀ ମଉନି ରାୟ

ଭାରତ ଓ ନେପାଳ ମଧ୍ୟରେ ମାନଚିତ୍ରକୁ ନେଇ ବିବାଦ; ମନୀଷା କୋଇରାଲା ନେପାଳକୁ ସମର୍ଥନ କଲେ

କରୋନା ସଂକ୍ରମିତର ଶବକୁ ଅଧା ଜଳେଇ ଛାଡ଼ିଗଲେ ଲୋକେ; କୁଆ ଓ କୁକୁର ଟାଣି ଖାଇଲେ

କରୋନା ଭାଇରସ୍ ସଙ୍କଟ ଉପରେ ୬୧ଟି ଦେଶର ତଦନ୍ତ ପ୍ରୟାସରେ ଭାରତ ଯୋଗ ଦେଲା
First published:
)}