ଭୁବନେଶ୍ୱରର ୩୮ ବର୍ଷୀୟା କରୋନା ଆକ୍ରାନ୍ତ ମହିଳାଙ୍କ ମୃତ୍ୟୁ ହେଲା; ପୁଣି ୧୩୬ ନୂଆ ପଜିଟିଭ୍

ମୃତ ମହିଳା ଭୁବନେଶ୍ବରର ବାସିନ୍ଦା ଥିଲେ । ଆଜି ଚିହ୍ନଟ ହୋଇଥିବା ୧୩୬ ଆକ୍ରାନ୍ତଙ୍କ ମଧ୍ୟରେ NDRF, ODRAF ଓ ଅଗ୍ନିଶମ ବିଭାଗର ୫୪ ଜଣ ଯବାନ ଅଛନ୍ତି । ଏମାନେ ସମସ୍ତେ ବାତ୍ୟା ଅମ୍ଫନ ପରେ ଉଦ୍ଧାର କାର୍ଯ୍ୟ ପାଇଁ କୋଲକାତା ଯାଇ ଫେରିଥିଲେ ।

ଭୁବନେଶ୍ୱରର ୩୮ ବର୍ଷୀୟା କରୋନା ଆକ୍ରାନ୍ତ ମହିଳାଙ୍କ ମୃତ୍ୟୁ ହେଲା; ପୁଣି ୧୩୬ ନୂଆ ପଜିଟିଭ୍
ଜଗତସିଂହପୁରରେ ଏକ କ୍ୱାରେଣ୍ଟାଇନ କେନ୍ଦ୍ରର ଏକ ଦୃଶ୍ୟ
  • Share this:
  • Byline Facebook
  • Byline Twitter
  • Byline Linkedin
News18 Odia Digital

ଭୁବନେଶ୍ୱର: ରାଜ୍ୟରେ ଆଜି କରୋନା ଭାଇରସ୍‌ ଆଉ ଏକ ଜୀବନ ନେଇଛି । କୋଭିଡ ପଜିଟିଭ ଚିହ୍ନଟ ହୋଇଥିବା ଜଣେ ୩୮ ବର୍ଷୀୟା ମହିଳାଙ୍କ ମୃତ୍ୟୁ ହୋଇଛି । ସେ ଭୁବନେଶ୍ବରର ବାସିନ୍ଦା ଥିଲେ । ରାଜ୍ୟରେ ଆହୁରି ୧୩୬ ଜଣ କରୋନା ଭାଇରସ୍‌ ପଜିଟିଭ ଚିହ୍ନଟ ହୋଇଛନ୍ତି।

ମୃତ୍ୟୁ ବରଣ କରିଥିବା ଭୁବନେଶ୍ୱରର କୋଭିଡ ପଜିଟିଭ ୩୮ ବର୍ଷୀୟା ମହିଳାଙ୍କର ଅନ୍ୟ ଗୁରୁତର ସ୍ୱାସ୍ଥ୍ୟ ସମସ୍ୟା ଥିଲା । ତାଙ୍କ ମୃତ୍ୟୁ ମଲ୍ଟି ଅର୍ଗାନ୍‌ ଫେଲ୍ୟୁଅର୍‌ କାରଣରୁ ହୋଇଛି । ସେ କରୋନା ନୁହେଁ, ଅନ୍ୟ କାରଣରୁ ମୃତ୍ୟୁ ବରଣ କରିଛନ୍ତି ବୋଲି ଟ୍ବିଟ କରି ସୂଚନା ଦେଇଛି ସ୍ବାସ୍ଥ୍ୟ ବିଭାଗ ।

ଆଜିର ନୂଆ ୧୩୬ ଜଣ ଆକ୍ରାନ୍ତଙ୍କ ମଧ୍ୟରୁ ୧୩୪ ଜଣ କ୍ବାରେଣ୍ଟାଇନ କେନ୍ଦ୍ରରେ ଥିବା ବେଳେ ଦୁଇ ଜଣ ସ୍ଥାନୀୟ ଅଞ୍ଚଳର ବାସିନ୍ଦା । ଏମାନଙ୍କୁ ମିଶାଇ ରାଜ୍ୟରେ କରୋନା ସଂକ୍ରମିତଙ୍କ ସଂଖ୍ୟା ୩,୩୮୬ରେ ପହଞ୍ଚିଛି । ଆଜି ବାହାରିଥିବା ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ଖୋର୍ଦ୍ଧାରୁ ସର୍ବାଧିକ ୧୭ ଜଣ ଓ କନ୍ଧମାଳରୁ ୧୫ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । କେନ୍ଦୁଝରରୁ ୮, ଝାରସୁଗୁଡ଼ାରୁ ୪, ଢେଙ୍କାନାଳରୁ ୩, କଟକରୁ ୭ ଓ କେନ୍ଦ୍ରାପଡ଼ାରୁ ଜଣେ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ନୂଆପଡ଼ାରୁ ୨, ଗଜପତିରୁ ୭, ମୟୂରଭଞ୍ଜରୁ ୯,  ଗଞ୍ଜାମ ଓ ପୁରୀରୁ ୩ ଜଣ, କଳାହାଣ୍ଡିରୁ ୨ ଜଣ ଓ ସମ୍ବଲପୁରରୁ ଜଣେ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।

ଗଞ୍ଜାମରେ ଏକ କ୍ୱାରେଣ୍ଟାଇନ କେନ୍ଦ୍ରର ଏକ ଦୃଶ୍ୟ


ଆଜି ଚିହ୍ନଟ ହୋଇଥିବା ୧୩୬ ଆକ୍ରାନ୍ତଙ୍କ ମଧ୍ୟରେ NDRF, ODRAF ଓ ଅଗ୍ନିଶମ ବିଭାଗର ୫୪ ଜଣ ଯବାନ ଅଛନ୍ତି । ଏମାନେ ସମସ୍ତେ  ବାତ୍ୟା ଅମ୍ଫନ ପରବର୍ତ୍ତୀ ପୁନରୁଦ୍ଧାର କାର୍ଯ୍ୟ ପାଇଁ କୋଲକାତା ଯାଇ ଫେରିଥିଲେ । ଏ ନେଇ ସୂଚନା ଦେଇଛି ରାଜ୍ୟ ସୂଚନା ଓ ଲୋକସମ୍ପର୍କ ବିଭାଗ । ପୂର୍ବରୁ ୬୧ ଜଣ ଜବାନ କରୋନାରେ ଆକ୍ରାନ୍ତ ହୋଇଥିଲେ । ଆଜି ସୁଦ୍ଧା ଓଡ଼ିଶାରେ NDRF ଓ ଓଡ୍ରାଫର ୧୧୫ ଜଣ ଆକ୍ରାନ୍ତ ଚିହ୍ନଟ ହେଲେଣି ।

ରାଜ୍ୟର ମୋଟ ୩,୩୮୬ ଜଣ ଆକ୍ରାନ୍ତଙ୍କ ମଧ୍ୟରୁ ୧,୦୯୨ ଜଣ ବିଭିନ୍ନ ଡାକ୍ତରଖାନାରେ ଭର୍ତ୍ତି ହୋଇଥିବା ବେଳେ ୨,୨୮୨ ଜଣ ସୁସ୍ଥ ହୋଇ ସାରିଲେଣି । ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ୯ ଜଣଙ୍କର କରୋନାରେ ମୃତ୍ୟୁ ହୋଇଥିବା ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

ଦେଶରେ କରୋନା ମୃତ୍ୟୁ ସଂଖ୍ୟା ୮ ହଜାର ଟପିଛି । ଗତ ୨୪ ଘଣ୍ଟାରେ ୩୫୭ ଜଣଙ୍କ ଜୀବନ ନେଇଛି ଏହି କିଲର୍‌ ଭାଇରସ୍‌ । ମୋଟ ମୃତ୍ୟୁ ସଂଖ୍ୟା  ୮,୧୦୨କୁ ବୃଦ୍ଧି ପାଇଛି । ଦିନକରେ ୯,୯୯୬ ଜଣ ନୂଆ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଦେଶରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୨ ଲକ୍ଷ ୮୬ ହଜାର ୫୭୯କୁ ବୃଦ୍ଧି ପାଇଛି । ସେମାନଙ୍କ ମଧ୍ୟରୁ ୧ ଲକ୍ଷ ୩୭ ହଜାର ୪୪୮ ଜଣ ଚିକିତ୍ସାଧୀନ ଥିବା ବେଳେ ୧ ଲକ୍ଷ ୪୧ ହଜାର ୦୨୯ ସୁସ୍ଥ ହୋଇଛନ୍ତି । ମହାରାଷ୍ଟ୍ରରେ ସର୍ବାଧିକ ୩,୪୩୮ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ, ଗୁଜରାଟରେ ଗଲାଣି ୧,୩୪୭ ଜଣଙ୍କ ଜୀବନ । ମଧ୍ୟ ପ୍ରଦେଶରେ ୪୨୭ ଜଣଙ୍କ ମୃତ୍ୟୁ ହୋଇଛି । ଦିଲ୍ଲୀରେ ୯୮୪ ଓ ରାଜସ୍ଥାନରେ ୨୫୯ ଜଣଙ୍କ ଜୀବନ ଗଲାଣି ।

ଏହା ବି ପଢ଼ନ୍ତୁ: 

ବେଶୀ ରୋଜଗାର ପାଇଁ ଏହି ୨୫ ବର୍ଷୀୟା ସୁପରକାର୍ ରେସର୍ ପର୍ଣ୍ଣ ଷ୍ଟାର୍ ହୋଇ ଭାରି ଖୁସି ଅଛନ୍ତି

ଇଂଲଣ୍ଡରେ ଏଣିକି ସାଙ୍ଗରେ ରହୁଥିବା ଲୋକ ବ୍ୟତୀତ ଆଉ କାହା ସହ ଯୌନ ସମ୍ପର୍କ ବେଆଇନ୍

ଇମ୍ରାନ ହାଶମୀଙ୍କୁ ଚୁମା ଦେଉଥିବା ବେଳେ ଏହି ଅଭିନେତ୍ରୀ ନିଜ ମମି ପାପାଙ୍କୁ ମନେ ପକାଉଥିଲେ

ଅର୍ଦ୍ଧ-ଉନ୍ମୁକ୍ତ ବକ୍ଷ; ଏକ ବ୍ଲାକ୍-ଆଣ୍ଡ୍-ହ୍ୱାଇଟ୍ ଫଟୋସୁଟରେ ସୁପର୍ ହଟ୍ କଙ୍ଗନା ରାଣାୱତ୍

ଇଏ ମାଲକାନଗିରିର ବିଶାଖା; ତା’ ପତି ସାଇକେଲରେ ଚେନ୍ନାଇରୁ ଘରକୁ ଫେରିବା ବାଟରେ ମରିଗଲା

ସନ୍ନି ଲିଓନଙ୍କ ଡ୍ରିମ୍ କାର୍ ହେଉଛି ଅଟୋମେଟିକ୍ ଗିଅର୍ ଥିବା ଗୋଲାପୀ ରଙ୍ଗର ଆମ୍ବାସାଡର୍

ପତି ମଦ ପିଆଇଲା, ତା’ ପରେ ତା’ର ଚାରି ବନ୍ଧୁ ମହିଳାଙ୍କୁ ନିଜ ପିଲା ସାମନାରେ ରେପ୍ କଲେ

ପତ୍ନୀ ହେବ ତ ଏମିତି! ପତି ପେଟ୍ରୋଲରେ ଜଳେଇବାକୁ ଆସିଥିଲା, ନିଜେ ଜଳିଗଲା; ପତ୍ନୀ ତାକୁ ବଞ୍ଚାଇଲା 

ନିଜ ପତ୍ନୀ ଓ ୩ ପିଲାଙ୍କୁ ଛୁରୀରେ କାଟି ମାରିବା ପରେ ନିଜେ ଫାଶି ଲଗେଇ ମଲା ଯୁବକ

ନୂଆ ନିୟମ ଯୋଗୁଁ ଅମିତାଭ ବଚ୍ଚନଙ୍କ ହାତରୁ ଯିବ ୫ଟି ଫିଲ୍ମ? କୋଟି କୋଟି ଟଙ୍କାର କ୍ଷତି ହେବ!

କରୀନା କପୁର ଖାନ୍ ଓ ଅମୃତା ଆରୋରାଙ୍କ ୨୦ ବର୍ଷ ତଳର ଫଟୋ ଭାଇରାଲ୍ ହେଉଛି

ହ୍ରିତିକ ରୋଶନଙ୍କ ଭଉଣୀ ବଲିଉଡରେ ଡେବ୍ୟୁ କରୁଛନ୍ତି; ଅଭିନେତା କହିଲେ: ‘ତୁମ ପାଇଁ ଗର୍ବିତ’

ଅଭିନେତ୍ରୀ ପୂଜା ହେଗଡ଼େଙ୍କ ଇନଷ୍ଟାଗ୍ରାମ୍ ଆକାଉଣ୍ଟ ହ୍ୟାକ୍ ହେଲା; ରାତି ଅଧରେ ଟ୍ୱିଟ୍ କଲେ

ଭାରତ ଓ ଚୀନ୍ ମଧ୍ୟରେ ଆମେରିକା ମଧ୍ୟସ୍ଥତା କରିବ ବୋଲି ଟ୍ରମ୍ପ୍ ପ୍ରସ୍ତାବ ଦେଲେ

‘ପାତାଲ୍ ଲୋକ୍’ରେ ‘‘ଲିଙ୍ଗଭେଦ ମନ୍ତବ୍ୟ’’ ପାଇଁ ଅନୁଷ୍କା ଶର୍ମାଙ୍କ ବିରୋଧରେ ଅଭିଯୋଗ

ମାତ୍ର ୪ ଦିନର ପୋଷାକ ସହିତ ଆବୁଧାବିରେ ୨ ମାସ ହେଲା ଅଟକି ରହିଛନ୍ତି ଅଭିନେତ୍ରୀ ମଉନି ରାୟ

ଭାରତ ଓ ନେପାଳ ମଧ୍ୟରେ ମାନଚିତ୍ରକୁ ନେଇ ବିବାଦ; ମନୀଷା କୋଇରାଲା ନେପାଳକୁ ସମର୍ଥନ କଲେ

କରୋନା ସଂକ୍ରମିତର ଶବକୁ ଅଧା ଜଳେଇ ଛାଡ଼ିଗଲେ ଲୋକେ; କୁଆ ଓ କୁକୁର ଟାଣି ଖାଇଲେ

କରୋନା ଭାଇରସ୍ ସଙ୍କଟ ଉପରେ ୬୧ଟି ଦେଶର ତଦନ୍ତ ପ୍ରୟାସରେ ଭାରତ ଯୋଗ ଦେଲା
First published: June 11, 2020, 1:36 PM IST
corona virus btn
corona virus btn
Loading