News18 Odia Digital
ଭୁବନେଶ୍ୱର: ରାଜ୍ୟରେ ଆଉ ୬୩ ଜଣ କରୋନା ଭାଇରସ୍ ପଜିଟିଭ ବ୍ୟକ୍ତି ଚିହ୍ନଟ ହୋଇଛନ୍ତି । ଏଥି ସହିତ ରାଜ୍ୟରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧,୭୨୩କୁ ବୃଦ୍ଧି ପାଇଛି ବୋଲି ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ କୁହାଯାଇଛି ।
ଆଜିର ୬୩ ଜଣ ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ କ୍ବାରେଣ୍ଟାଇନ ସେଣ୍ଟରରୁ ୬୧ ଜଣ ଓ ସ୍ଥାନୀୟ ଅଞ୍ଚଳରୁ ୨ ଜଣ ଚିହ୍ନଟ ହୋଇଛନ୍ତି । ଖୋର୍ଦ୍ଧାରେ ସର୍ବାଧିକ ୧୨ ଓ ଜଗତସିଂହପୁରରେ ୧୧ ଜଣ ଚିହ୍ନଟ ହୋଇଛନ୍ତି । ଢେଙ୍କାନାଳରେ ୯, ନୟାଗଡ଼ରେ ୭ ଓ ବଲାଙ୍ଗିରରେ ୬ ଚିହ୍ନଟ ହୋଇଛନ୍ତି । ଗଞ୍ଜାମରେ ୪, ବାଲେଶ୍ବର ଓ କଟକରେ ୩ ଜଣ ଲେଖାଏଁ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ସୁନ୍ଦରଗଡ଼ରେ ୨, ପୁରୀ ଓ ମୟୂରଭଞ୍ଜରେ ଜଣେ ଲେଖାଏଁ ଚିହ୍ନଟ ହୋଇଛନ୍ତି ।
ସମ୍ବଲପୁର, କୋରାପୁଟ, ଝାରସୁଗୁଡା, ନବରଙ୍ଗପୁରରେ ଜଣେ ଲେଖାଏଁ ଚିହ୍ନଟ ହୋଇଛନ୍ତି । ଦୁଇ ଜଣ କରୋନା ଆକ୍ରାନ୍ତ ଅନ୍ୟ ରୋଗ କାରଣରୁ ପ୍ରାଣ ହରାଇଥିବା ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ମୃତକଙ୍କ ମଧ୍ୟରେ ଜଣେ ବାଲେଶ୍ବରର ୭୨ ବର୍ଷୀୟ ପୁରୁଷ ଓ ଆର ଜଣକ ଖୋର୍ଦ୍ଧାର ୪୨ ବର୍ଷୀୟ ପୁରୁଷ ।

ରାଜ୍ୟରେ କରୋନା ସଂକ୍ରମଣର ତାଜା ସ୍ଥିତିର ମ୍ୟାପ୍
କରୋନା ସଂକ୍ରମଣ କାରଣରୁ ରାଜ୍ୟରେ ଏ ପର୍ଯ୍ୟନ୍ତ ୧,୭୨୩ ଜଣ ପଜିଟିଭ ବ୍ୟକ୍ତିଙ୍କ ମଧ୍ୟରୁ ୭ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୮୮୭ ଜଣ ସୁସ୍ଥ ହୋଇ ଫେରିଛନ୍ତି ଓ ୮୨୭ ଜଣ ଏବେ ଚିକିତ୍ସାଧୀନ ଅଛନ୍ତି ।
ଯାଜପୁର ଜିଲ୍ଲାରେ ଗତ କାଲି ଆଉ ୧୧ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହେବା ପରେ ଜିଲ୍ଲାରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୨୫୩ରେ ପହଞ୍ଚିଛି । ଗତ କାଲି ଜିଲ୍ଲାରେ ଆଉ ୨୫ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଥିବା ମଧ୍ୟ ଜଣାପଡିଛି । ବର୍ତ୍ତମାନ ସୁଦ୍ଧା ଏହି ଜିଲ୍ଲାରୁ ୧୫୧ ଜଣ ସୁସ୍ଥ ହୋଇଥିବା ବେଳେ ଆଉ ୧୦୨ ଜଣ ଚିକିତ୍ସାଧୀନ ରହିଥିବା ଜଣାପଡିଛି । ଗତ କାଲି ଚିହ୍ନଟ ହୋଇଥିବା ୧୧ ଜଣ ଆକ୍ରାନ୍ତଙ୍କ ମଧ୍ୟରେ ଆଠ ଜଣ ଦଶରଥପୁର ବ୍ଲକ୍ ଅଞ୍ଚଳର ହୋଇଥିବା ବେଳେ ଦୁଇ ଜଣ ବଡ଼ଚଣା ଅଞ୍ଚଳର ଓ ଅନ୍ୟ ଜଣେ ବରୀ ଅଞ୍ଚଳର ବୋଲି ଜଣାପଡିଛି ।
ଦୟାକରି ଦୁଇ ମିନିଟ୍ ସମୟ ଦେଇ ଏହି ସର୍ଭେରେ ଭାଗ ନିଅନ୍ତୁ: କରୋନା ଲକଡାଉନ୍ ସର୍ଭେଏହା ବି ପଢ଼ନ୍ତୁ: ଅଭିନେତ୍ରୀ ପୂଜା ହେଗଡ଼େଙ୍କ ଇନଷ୍ଟାଗ୍ରାମ୍ ଆକାଉଣ୍ଟ ହ୍ୟାକ୍ ହେଲା; ରାତି ଅଧରେ ଟ୍ୱିଟ୍ କଲେଏହା ବି ପଢ଼ନ୍ତୁ: ଭାରତ ଓ ଚୀନ୍ ମଧ୍ୟରେ ଆମେରିକା ମଧ୍ୟସ୍ଥତା କରିବ ବୋଲି ଟ୍ରମ୍ପ୍ ପ୍ରସ୍ତାବ ଦେଲେଏହା ବି ପଢ଼ନ୍ତୁ: ‘ପାତାଲ୍ ଲୋକ୍’ରେ ‘‘ଲିଙ୍ଗଭେଦ ମନ୍ତବ୍ୟ’’ ପାଇଁ ଅନୁଷ୍କା ଶର୍ମାଙ୍କ ବିରୋଧରେ ଅଭିଯୋଗଏହା ବି ପଢ଼ନ୍ତୁ: ଇମ୍ରାନ ହାଶମୀଙ୍କୁ ଚୁମା ଦେଉଥିବା ବେଳେ ଏହି ଅଭିନେତ୍ରୀ ନିଜ ମମି ପାପାଙ୍କୁ ମନେ ପକାଉଥିଲେଏହା ବି ପଢ଼ନ୍ତୁ: ମାତ୍ର ୪ ଦିନର ପୋଷାକ ସହିତ ଆବୁଧାବିରେ ୨ ମାସ ହେଲା ଅଟକି ରହିଛନ୍ତି ଅଭିନେତ୍ରୀ ମଉନି ରାୟଏହା ବି ପଢ଼ନ୍ତୁ: ଭାରତ ଓ ନେପାଳ ମଧ୍ୟରେ ମାନଚିତ୍ରକୁ ନେଇ ବିବାଦ; ମନୀଷା କୋଇରାଲା ନେପାଳକୁ ସମର୍ଥନ କଲେଏହା ବି ପଢ଼ନ୍ତୁ: ଅର୍ଦ୍ଧ-ଉନ୍ମୁକ୍ତ ବକ୍ଷ; ଏକ ବ୍ଲାକ୍-ଆଣ୍ଡ୍-ହ୍ୱାଇଟ୍ ଫଟୋସୁଟରେ ସୁପର୍ ହଟ୍ କଙ୍ଗନା ରାଣାୱତ୍ଏହା ବି ପଢ଼ନ୍ତୁ: ସନ୍ନି ଲିଓନଙ୍କ ଡ୍ରିମ୍ କାର୍ ହେଉଛି ଅଟୋମେଟିକ୍ ଗିଅର୍ ଥିବା ଗୋଲାପୀ ରଙ୍ଗର ଆମ୍ବାସାଡର୍ଏହା ବି ପଢ଼ନ୍ତୁ: ଇଏ ମାଲକାନଗିରିର ବିଶାଖା; ତା’ ପତି ସାଇକେଲରେ ଚେନ୍ନାଇରୁ ଘରକୁ ଫେରିବା ବାଟରେ ମରିଗଲାଏହା ବି ପଢ଼ନ୍ତୁ: କରୋନା ସଂକ୍ରମିତର ଶବକୁ ଅଧା ଜଳେଇ ଛାଡ଼ିଗଲେ ଲୋକେ; କୁଆ ଓ କୁକୁର ଟାଣି ଖାଇଲେଏହା ବି ପଢ଼ନ୍ତୁ: କରୋନା ଭାଇରସ୍ ସଙ୍କଟ ଉପରେ ୬୧ଟି ଦେଶର ତଦନ୍ତ ପ୍ରୟାସରେ ଭାରତ ଯୋଗ ଦେଲାଏହା ବି ପଢ଼ନ୍ତୁ: ୧୫ ଜୁନ୍ ପାଖାପାଖି ସପିଂ ମଲ୍ ଓ ସିନେମା ହଲ୍ ଖୋଲିପାରେ; ଲାଗୁ ହେବ ଏହି ନୂଆ ନିୟମPublished by:Anand Shankar Thankur Das
First published:
ନ୍ୟୁଜ୍ ୧୮ ଓଡ଼ିଆରେ ବ୍ରେକିଙ୍ଗ୍ ନ୍ୟୁଜ୍ ପଢ଼ିବାରେ ପ୍ରଥମ ହୁଅନ୍ତୁ| ଆଜିର ସର୍ବଶେଷ ଖବର, ଲାଇଭ୍ ନ୍ୟୁଜ୍ ଅପଡେଟ୍, ନ୍ୟୁଜ୍ ୧୮ ଓଡ଼ିଆ ୱେବସାଇଟରେ ସବୁଠାରୁ ନିର୍ଭରଯୋଗ୍ୟ ଓଡ଼ିଆ ଖବର ପଢ଼ନ୍ତୁ ।