ରାଜ୍ୟରେ ଆହୁରି ୭୬ ଜଣ କରୋନା ପଜିଟିଭ୍ ଚିହ୍ନଟ ହେଲେ; ଏବେ ମୋଟ ଆକ୍ରାନ୍ତ ୧,୫୯୩

ଏହି ନୂଆ ୭୬ ଜଣ ଆକ୍ରାନ୍ତଙ୍କ ମଧ୍ୟରୁ ୭୪ ଜଣ କ୍ବାରେଣ୍ଟାଇନ ସେଣ୍ଟରରୁ ଚିହ୍ନଟ ହୋଇଛନ୍ତି ଓ ବାକି ଦୁଇ ଜଣ ସ୍ଥାନୀୟ ବାସିନ୍ଦା । ରାଜ୍ୟରେ ଏବେ ୮୫୩ ଜଣ ଆକ୍ରାନ୍ତ ଚିକିତ୍ସାଧୀନ ଅଛନ୍ତି ଓ ୭୩୩ ଜଣ ସୁସ୍ଥ ହୋଇ ଫେରିଛନ୍ତି । ୭ ଜଣଙ୍କର ମୃତ୍ୟୁ ହୋଇଛି ।

ରାଜ୍ୟରେ ଆହୁରି ୭୬ ଜଣ କରୋନା ପଜିଟିଭ୍ ଚିହ୍ନଟ ହେଲେ; ଏବେ ମୋଟ ଆକ୍ରାନ୍ତ ୧,୫୯୩
(ପ୍ରତୀକାତ୍ମକ ଛବି)
  • Share this:
  • Byline Facebook
  • Byline Twitter
  • Byline Linkedin
News18 Odia Digital

ଭୁବନେଶ୍ୱର: ରାଜ୍ୟରେ ଆଉ ୭୬ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଏଥି ସହିତ ରାଜ୍ୟରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧,୫୯୩କୁ ବୃଦ୍ଧି ପାଇଛି ବୋଲି ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

ଆଜିର ନୂଆ ୭୬ ଜଣ ଆକ୍ରାନ୍ତଙ୍କ ମଧ୍ୟରୁ ବଲାଙ୍ଗିରରେ ସର୍ବାଧିକ ୧୬ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଜିଲ୍ଲାରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୫୪ରେ ପହଞ୍ଚିଛି । ଗଞ୍ଜାମରେ ଆଉ ୧୦ଟି ପଜିଟିଭ ଚିହ୍ନଟ ହେବା ପରେ ଜିଲ୍ଲାରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩୬୮ରେ ଛୁଇଁଛି ।

ଖୋର୍ଦ୍ଧା ଓ ନୂଆପଡ଼ାରେ ୧୩ ଜଣ ଲେଖାଏଁ ଆକ୍ରାନ୍ତ ଚିହ୍ନଟ ହୋଇଥିବା ସ୍ବାସ୍ଥ୍ୟ ମନ୍ତ୍ରାଳୟ ପକ୍ଷରୁ କୁହାଯାଇଛି । ବର୍ତ୍ତମାନ ଖୋର୍ଦ୍ଧାରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୯୯ରେ ପହଞ୍ଚିଥିବା ବେଳେ ନୂଆପଡ଼ାରେ ସଂଖ୍ୟା ୧୩ ଛୁଇଁଛି । କଟକରେ ଆଉ ୧୧ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଫଳରେ କଟକରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୮୬କୁ ଛୁଇଁଛି ।

ରାଜ୍ୟରେ କରୋନା ସଂକ୍ରମଣର ତାଜା ସ୍ଥିତିର ମ୍ୟାପ୍


ବାଲେଶ୍ବର, ନୟାଗଡ଼ ଓ ସୁନ୍ଦରଗଡ଼ରେ ୨ ଜଣ ଲେଖାଏଁ ଚିହ୍ନଟ ହୋଇଥିବା ବେଳେ ଜଗତସିଂହପୁରରେ ୬ ଓ ମୟୂରଭଞ୍ଜରେ ଜଣେ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଜଗତସିଂହପୁରରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୪୭କୁ ବୃଦ୍ଧି ପାଇଛି ।

ଆଜିର ନୂଆ ୭୬ ଜଣ ଆକ୍ରାନ୍ତଙ୍କ ମଧ୍ୟରୁ ୭୪ ଜଣ କ୍ବାରେଣ୍ଟାଇନ ସେଣ୍ଟରରୁ ଚିହ୍ନଟ ହୋଇଥିବା ବେଳେ ବାକି ଦୁଇ ଜଣ ସ୍ଥାନୀୟ ବାସିନ୍ଦା । ଗତ ୨୪ ଘଣ୍ଟାରେ ରାଜ୍ୟରେ ଟେଷ୍ଟ ହୋଇଛି ୪,୬୭୯ଟି ନମୁନା । ଏ ପର୍ଯ୍ୟନ୍ତ ସମୁଦାୟ ୧ ଲକ୍ଷ ୩୬ ହଜାର ୨୭୪ ନମୁନା ଟେଷ୍ଟ ହୋଇଛି ଓ ସେଥି ମଧ୍ୟରୁ ୧,୫୯୩ଟି ପଜିଟିଭ ଚିହ୍ନଟ ହୋଇଛି । ଏବେ ୮୫୩ ଜଣ ଚିକିତ୍ସାଧୀନ ଥିବା ବେଳେ ୭୩୩ ଜଣ ସୁସ୍ଥ ହୋଇ ଫେରିଛନ୍ତି ଓ ୭ ଜଣଙ୍କର ମୃତ୍ୟୁ ହୋଇଛି ।

ଜଗତସିଂହପୁର ଜିଲ୍ଲାର ୬ ନୂଆ ପଜିଟିଭଙ୍କର ମହାରାଷ୍ଟ୍ର ଓ ପଶ୍ଚିମ ବଙ୍ଗ ଲିଙ୍କ ରହିଛି । ୪ ଜଣ ମହାରାଷ୍ଟ୍ରରୁ ଫେରିଥିବା ବେଳେ ୨ ଜଣ ପଶ୍ଚିମ ବଙ୍ଗରୁ ଆସିଥିଲେ । ଏମାନେ ସମସ୍ତେ ତ୍ରିର୍ତ୍ତୋଲ ବ୍ଲକ ଅଞ୍ଚଳର । ସରକାରୀ କ୍ବାରେଣ୍ଟାଇନ ଶେଷ କରିବା ପରେ ସମସ୍ତେ  ହୋମ କ୍ବାରେଣ୍ଟାଇନରେ ଥିଲେ ବୋଲି ଜିଲ୍ଲପାଳ ସଂଗ୍ରାମ କେଶରୀ ମହାପାତ୍ର ସୂଚନା ଦେଇଛନ୍ତି । ୬ ଜଣଙ୍କ ଘର ସିଲ୍‌ କରିବା ପାଇଁ ସଂପୃକ୍ତ ସରପଞ୍ଚଙ୍କୁ ନିର୍ଦ୍ଦେଶ ଦିଆଯାଇଛି । ସେମାନଙ୍କ ପରିବାର ଲୋକଙ୍କ ସ୍ୱାବ ଟେଷ୍ଟ କରାଯିବ । ୬ ସଂକ୍ରମିତଙ୍କୁ  କିମ୍‌ସ କୋଭିଡ ହସ୍ପିଟାଲକୁ ସ୍ଥାନାନ୍ତର କରାଯାଇଛି । ୨୨ ତାରିଖରେ ଜିଲ୍ଲରୁ ୨୦୮ ଜଣଙ୍କ ସ୍ବାବ ସଂଗ୍ରହ କରାଯାଇ ଟେଷ୍ଟ ପାଇଁ ପଠାଯାଇଥିଲା । ସେଥିରୁ  ୨୦୨ ଜଣଙ୍କ ଟେଷ୍ଟ ନେଗେଟିଭ ଆସିଥିବା ବେଳ ୬ଟି ପଜିଟିଭ ଆସିଛି ।

ଦୟାକରି ଦୁଇ ମିନିଟ୍‌ ସମୟ ଦେଇ ଏହି ସର୍ଭେରେ ଭାଗ ନିଅନ୍ତୁ: କରୋନା ଲକଡାଉନ୍‌ ସର୍ଭେ

ଦେଖନ୍ତୁ ଫଟୋ: ବିନା ମେକ୍-ଅପରେ ନିଜର କିଛି ହଟ୍ ଫଟୋ ଶେଆର୍ କରିଛନ୍ତି ଅଭିନେତ୍ରୀ ବିପାଶା ବସୁ

ଦେଖନ୍ତୁ ଫଟୋ: ନିକ୍ ଜୋନାସ୍ ହନିମୁନରେ ଗିଟାର ବଜାଇଲେ, ଶୁଣି ପ୍ରିୟଙ୍କା ହେଲେ ରୋମାଣ୍ଟିକ୍

ଏହା ବି ପଢ଼ନ୍ତୁ: ‘ପାତାଲ୍ ଲୋକ୍’ରେ ‘‘ଲିଙ୍ଗଭେଦ ମନ୍ତବ୍ୟ’’ ପାଇଁ ଅନୁଷ୍କା ଶର୍ମାଙ୍କ ବିରୋଧରେ ଅଭିଯୋଗ

ଏହା ବି ପଢ଼ନ୍ତୁ: ଇମ୍ରାନ ହାଶମୀଙ୍କୁ ଚୁମା ଦେଉଥିବା ବେଳେ ଏହି ଅଭିନେତ୍ରୀ ନିଜ ମମି ପାପାଙ୍କୁ ମନେ ପକାଉଥିଲେ

ଏହା ବି ପଢ଼ନ୍ତୁ: ମାତ୍ର ୪ ଦିନର ପୋଷାକ ସହିତ ଆବୁଧାବିରେ ୨ ମାସ ହେଲା ଅଟକି ରହିଛନ୍ତି ଅଭିନେତ୍ରୀ ମଉନି ରାୟ

ଏହା ବି ପଢ଼ନ୍ତୁ: ଭାରତ ଓ ନେପାଳ ମଧ୍ୟରେ ମାନଚିତ୍ରକୁ ନେଇ ବିବାଦ; ମନୀଷା କୋଇରାଲା ନେପାଳକୁ ସମର୍ଥନ କଲେ

ଏହା ବି ପଢ଼ନ୍ତୁ: ଅର୍ଦ୍ଧ-ଉନ୍ମୁକ୍ତ ବକ୍ଷ; ଏକ ବ୍ଲାକ୍-ଆଣ୍ଡ୍-ହ୍ୱାଇଟ୍ ଫଟୋସୁଟରେ ସୁପର୍ ହଟ୍ କଙ୍ଗନା ରାଣାୱତ୍

ଏହା ବି ପଢ଼ନ୍ତୁ: ସନ୍ନି ଲିଓନଙ୍କ ଡ୍ରିମ୍ କାର୍ ହେଉଛି ଅଟୋମେଟିକ୍ ଗିଅର୍ ଥିବା ଗୋଲାପୀ ରଙ୍ଗର ଆମ୍ବାସାଡର୍

ଏହା ବି ପଢ଼ନ୍ତୁ: ଇଏ ମାଲକାନଗିରିର ବିଶାଖା; ତା’ ପତି ସାଇକେଲରେ ଚେନ୍ନାଇରୁ ଘରକୁ ଫେରିବା ବାଟରେ ମରିଗଲା

ଏହା ବି ପଢ଼ନ୍ତୁ: କରୋନା ସଂକ୍ରମିତର ଶବକୁ ଅଧା ଜଳେଇ ଛାଡ଼ିଗଲେ ଲୋକେ; କୁଆ ଓ କୁକୁର ଟାଣି ଖାଇଲେ

ଏହା ବି ପଢ଼ନ୍ତୁ: କରୋନା ଭାଇରସ୍ ସଙ୍କଟ ଉପରେ ୬୧ଟି ଦେଶର ତଦନ୍ତ ପ୍ରୟାସରେ ଭାରତ ଯୋଗ ଦେଲା

ଏହା ବି ପଢ଼ନ୍ତୁ: ୧୫ ଜୁନ୍ ପାଖାପାଖି ସପିଂ ମଲ୍ ଓ ସିନେମା ହଲ୍ ଖୋଲିପାରେ; ଲାଗୁ ହେବ ଏହି ନୂଆ ନିୟମ
First published: May 27, 2020, 2:46 PM IST
corona virus btn
corona virus btn
Loading