ରାଜ୍ୟରେ ଆହୁରି ୮୦ କରୋନା ଭାଇରସ୍ ଆକ୍ରାନ୍ତ ଚିହ୍ନଟ; ଏବେ ମୋଟ ସଂଖ୍ୟା ୧,୨୬୯ ହେଲା

ରାଜ୍ୟରେ ଏ ପର୍ଯ୍ୟନ୍ତ ୪୩୬ ଜଣ କରୋନା ଆକ୍ରାନ୍ତ ଚିକିତ୍ସା ପରେ ସୁସ୍ଥ ହୋଇଛନ୍ତି । ଏବେ ୮୨୬ ଜଣ ଆକ୍ରାନ୍ତ ବିଭିନ୍ନ କୋଭିଡ୍ ହସପିଟାଲରେ ଚିକିତ୍ସିତ ହେଉଛନ୍ତି ।

ରାଜ୍ୟରେ ଆହୁରି ୮୦ କରୋନା ଭାଇରସ୍ ଆକ୍ରାନ୍ତ ଚିହ୍ନଟ; ଏବେ ମୋଟ ସଂଖ୍ୟା ୧,୨୬୯ ହେଲା
ସୁନ୍ଦରଗଡ଼ରେ ୫ ଜଣ ଆକ୍ରାନ୍ତ ଚିହ୍ନଟ ହେବା ବିଷୟରେ ସ୍ୱାସ୍ଥ୍ୟ କର୍ମଚାରୀମାନେ କଥା ହେଉଛନ୍ତି ।
  • Share this:
  • Byline Facebook
  • Byline Twitter
  • Byline Linkedin
News18 Odia Digital

#ଭୁବନେଶ୍ୱର: ରାଜ୍ୟରେ ଆଉ ୮୦ ଜଣ କରୋନା ଭାଇରସ୍‌ ସଂକ୍ରମିତ ବ୍ୟକ୍ତି ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ଏବେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧,୨୬୯କୁ ବୃଦ୍ଧି ପାଇଛି । ରାଜ୍ୟର ୨୬ଟି ଜିଲ୍ଲାକୁ ଛୁଇଁଲାଣି କରୋନା । ଆଜିର ୮୦ ଜଣ ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ୭୧ ଜଣ କ୍ବାରେଣ୍ଟାଇନ କେନ୍ଦ୍ରରେ ଥିଲେ । ଦୁଇ ଜଣ ହୋମ କ୍ବାରେଣ୍ଟାଇନରେ ଥିଲେ ଓ ଅନ୍ୟ ୭ ଜଣ ସ୍ଥାନୀୟ ଲୋକ ବୋଲି ଜଣାପଡିଛି ।

ଗଞ୍ଜାମରେ ଆଜି ଆଉ ୧୯ ଜଣ ଆକ୍ରାନ୍ତ ଚିହ୍ନଟ ହେବା ପରେ ଜିଲ୍ଲାରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩୪୧ରେ ପହଞ୍ଚିଛି । ଯାଜପୁରରେ ୧୪ ଜଣ ଆକ୍ରାନ୍ତ ଚିହ୍ନଟ ହେବା ପରେ ସେଠାରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୨୩୯ରେ ପହଞ୍ଚିଛି । ପୁରୀରେ ୧୭ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏହି ନୂଆ ଆକ୍ରାନ୍ତଙ୍କୁ ମିଶାଇ ପୁରୀରେ ମୋଟ ଆକ୍ରାନ୍ତ ସଂଖ୍ୟା ସଂଖ୍ୟା ୬୫ରେ ପହଞ୍ଚିଛି ।

ବାଲେଶ୍ବରରେ ୩ ଜଣ ଆକ୍ରାନ୍ତ ଚିହ୍ନଟ ହେବା ପରେ ସେଠାରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୨୮ରେ ପହଞ୍ଚିଛି । କଟକରେ ଜଣେ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଫଳରେ ମୋଟ ସଂଖ୍ୟା ୫୭କୁ ବୃଦ୍ଧି ପାଇଛି । ସେହି ପରି ସୁନ୍ଦରଗଡ଼ରେ ୫ ଜଣ ଆକ୍ରାନ୍ତ ଚିହ୍ନଟ ହେବା ପରେ ମୋଟ ସଂଖ୍ୟା ୩୩ରେ ପହଞ୍ଚିଛି । ନୟାଗଡ଼ରେ ୫ ଜଣ ଆକ୍ରାନ୍ତ ଚିହ୍ନଟ ହେବା ପରେ ଜିଲ୍ଲାରେ ମୋଟ ସଂଖ୍ୟା ୩୨ରେ ପହଞ୍ଚିଛି ।

ବଲାଙ୍ଗିରରେ ଆଉ ଜଣେ ଆକ୍ରାନ୍ତ ଚିହ୍ନଟ ହେବା ପରେ ସେଠାରେ ମୋଟ ସଂଖ୍ୟା ୯ରେ ପହଞ୍ଚିଛି । ମାଲକାନଗିରିରେ ମଧ୍ୟ ଆଉ ୫ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଫଳରେ ମାଲକାନଗିରିରେ ମୋଟ କରୋନା ଆକ୍ରାନ୍ତ ସଂଖ୍ୟା ୮ରେ ପହଞ୍ଚିଛି । କନ୍ଧମାଳରେ ୨ ଆକ୍ରାନ୍ତ ଚିହ୍ନଟ ହେବା ପରେ ସେଠାରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୫କୁ ବୃଦ୍ଧଇ ପାଇଛି ।

ଝାରସୁଗୁଡ଼ାରେ ୩ ଜଣ ଆକ୍ରାନ୍ତ ଚିହ୍ନଟ ହେବା ପରେ ମୋଟ ସଂଖ୍ୟା ୫ରେ ପହଞ୍ଚିଛି । ସବୁ ଠୁ ଗୁରୁତ୍ବପୂର୍ଣ୍ଣ କଥା ଯେ କରୋନା ମ୍ୟାପରେ ଏବେ ସାମିଲ ହୋଇଛନ୍ତି ଗଜପତି ଓ ନବରଙ୍ଗପୁର ଜିଲ୍ଲା । ଆଜି ଗଜପତିରେ ୪ ଓ ନବରଙ୍ଗପୁରରେ ଜଣେ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।

ଇତି ମଧ୍ୟରେ ରାଜ୍ୟରେ କରୋନା ମହାମାରୀରେ ୭ ଜଣଙ୍କ ମୃତ୍ୟୁ ହୋଇଛି ଓ ୪୩୬ ଜଣ ଆକ୍ରାନ୍ତ ଚିକିତ୍ସା ପରେ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ବର୍ତ୍ତମାନ ୮୨୬ ଜଣ ଆକ୍ରାନ୍ତ ବିଭିନ୍ନ କୋଭିଡ୍‌ ହସପିଟାଲରେ ଚିକିତ୍ସିତ ହେଉଛନ୍ତି ।

ଦୟାକରି ଦୁଇ ମିନିଟ୍‌ ସମୟ ଦେଇ ଏହି ସର୍ଭେରେ ଭାଗ ନିଅନ୍ତୁ: କରୋନା ଲକଡାଉନ୍‌ ସର୍ଭେ

ଏହା ବି ପଢ଼ନ୍ତୁ: କରୋନା ସଂକ୍ରମିତର ଶବକୁ ଅଧା ଜଳେଇ ଛାଡ଼ିଗଲେ ଲୋକେ; କୁଆ ଓ କୁକୁର ଟାଣି ଖାଇଲେ

ଏହା ବି ପଢ଼ନ୍ତୁ: ଅର୍ଦ୍ଧ-ଉନ୍ମୁକ୍ତ ବକ୍ଷ; ଏକ ବ୍ଲାକ୍-ଆଣ୍ଡ୍-ହ୍ୱାଇଟ୍ ଫଟୋସୁଟରେ ସୁପର୍ ହଟ୍ କଙ୍ଗନା ରାଣାୱତ୍

ଏହା ବି ପଢ଼ନ୍ତୁ: ଭାରତ ଓ ନେପାଳ ମଧ୍ୟରେ ମାନଚିତ୍ରକୁ ନେଇ ବିବାଦ; ମନୀଷା କୋଇରାଲା ନେପାଳକୁ ସମର୍ଥନ କଲେ

ଏହା ବି ପଢ଼ନ୍ତୁ: ସନ୍ନି ଲିଓନଙ୍କ ଡ୍ରିମ୍ କାର୍ ହେଉଛି ଅଟୋମେଟିକ୍ ଗିଅର୍ ଥିବା ଗୋଲାପୀ ରଙ୍ଗର ଆମ୍ବାସାଡର୍

ଏହା ବି ପଢ଼ନ୍ତୁ: ଇଏ ମାଲକାନଗିରିର ବିଶାଖା; ତା’ ପତି ସାଇକେଲରେ ଚେନ୍ନାଇରୁ ଘରକୁ ଫେରିବା ବାଟରେ ମରିଗଲା

ଏହା ବି ପଢ଼ନ୍ତୁ: କରୋନା ଭାଇରସ୍ ସଙ୍କଟ ଉପରେ ୬୧ଟି ଦେଶର ତଦନ୍ତ ପ୍ରୟାସରେ ଭାରତ ଯୋଗ ଦେଲା

ଏହା ବି ପଢ଼ନ୍ତୁ: ୧୫ ଜୁନ୍ ପାଖାପାଖି ସପିଂ ମଲ୍ ଓ ସିନେମା ହଲ୍ ଖୋଲିପାରେ; ଲାଗୁ ହେବ ଏହି ନୂଆ ନିୟମ
First published: May 23, 2020, 1:49 PM IST
corona virus btn
corona virus btn
Loading