News18 Odia Digital
ଭୁବନେଶ୍ୱର: ରାଜ୍ୟର ୧୩ଟି ଜିଲ୍ଲାରୁ ଆଉ ୯୦ ଣ କରୋନା ଭାଇରସ୍ ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏଥି ସହିତ ରାଜ୍ୟରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୨,୪୭୮କୁ ବୃଦ୍ଧି ପାଇଛି । ଆଜିର ନୂଆ ୯୦ ଜଣ ଆକ୍ରାନ୍ତଙ୍କ ମଧ୍ୟରୁ ସଙ୍ଗରୋଧ କେନ୍ଦ୍ରରୁ ୭୯ ଜଣ ଓ ସ୍ଥାନୀୟ ଅଞ୍ଚଳରୁ ୧୧ ଜଣ ଚିହ୍ନଟ ହୋଇଛନ୍ତି ।
ଖୋର୍ଦ୍ଧାରୁ ସର୍ବାଧିକ ୨୫ ଜଣ ଆକ୍ରାନ୍ତ ଚିହ୍ନଟ ହେବା ସହ ଜିଲ୍ଲାରେ ମୋଟ୍ ଆକ୍ରାନ୍ତ ସଂଖ୍ୟା ୧୯୫କୁ ବୃଦ୍ଧି ପାଇଛି । ଗଞ୍ଜାମରୁ ୨୨ ଆକ୍ରାନ୍ତ ଚିହ୍ନଟ ହେବା ପରେ ଜିଲ୍ଲାରେ ୫୦୦ ଅତିକ୍ରମ କରିଛି ସଂଖ୍ୟା । ଗଞ୍ଜାମରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ଏବେ ୫୨୧ ହୋଇଛି । ଭଦ୍ରକରୁ ୯, ନୟାଗଡ଼ରୁ ୭ ଓ ସୁନ୍ଦରଗଡ଼ରୁ ୫ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । କଟକରୁ ୫, ପୁରୀରୁ ୨, ଅନୁଗୁଳରୁ ଜଣେ ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।
ବାଲେଶ୍ବରରୁ ଜଣେ ଆକ୍ରାନ୍ତ ଚିହ୍ନଟ ହେବା ପରେ ସେଠାରେ ଆକ୍ରାନ୍ତଙ୍କ ସଂଖ୍ୟା ୧୭୯ରେ ପହଞ୍ଚିଛି । କଳାହାଣ୍ଡି, ସମ୍ବଲପୁର ଓ ବରଗଡ଼ରୁ ଜଣେ ଲେଖାଏଁ ସଂକ୍ରମିତ ଚିହ୍ନଟ ହୋଇଥିବା ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ରାଜ୍ୟର ମୋଟ ଆକ୍ରାନ୍ତଙ୍କ ମଧ୍ୟରୁ ୧,୪୧୬ ଜଣ ସୁସ୍ଥ ହୋଇଥିବା ବେଳେ ୧,୦୫୩ ଜଣ ଏବେ ଚିକିତ୍ସାଧୀନ ଅଛନ୍ତି ।

ରାଜ୍ୟରେ କରୋନା ସଂକ୍ରମଣର ତାଜା ସ୍ଥିତିର ମ୍ୟାପ୍
ନୟାଗଡ଼ରେ ଷ୍ଟାଫ ନର୍ସ କରୋନାରେ ସଂକ୍ରମିତ ହେଲେନୟାଗଡ଼ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟର ଜଣେ ଷ୍ଟାଫ ନର୍ସ କରୋନାରେ ସଂକ୍ରମିତ ହୋଇଛନ୍ତି । ତାଙ୍କୁ ଭୁବନେଶ୍ବର କୋଭିଡ ହସ୍ପିଟାଲକୁ ପଠାଯାଇଛି । ତାଙ୍କ ପରିବାର ଲୋକଙ୍କୁ କ୍ବାରେଣ୍ଟାଇନରେ ରଖାଯାଇଛି । ସେ ମୁଖ୍ୟ ଚିକିତ୍ସାଳୟର ମେଡିସିନ, ଶିଶୁ ଓ ମାତୃ ମଙ୍ଗଳ ୱାର୍ଡରେ ଡ୍ୟୁଟି କରିଥିବାରୁ ତାଙ୍କ ସଂସ୍ପର୍ଶରେ ଆସିଥିବା ୬ ଜଣ ରୋଗୀଙ୍କୁ ଖଣ୍ଡପଡା କୋଭିଡ୍ ସେଣ୍ଟରକୁ ସ୍ଥାନାନ୍ତର କରାଯାଇଛି । ତାଙ୍କ ସଂସ୍ପର୍ଶରେ ଆସିଥିବା ନର୍ସ, ଡାକ୍ତର ଓ ଅନ୍ୟ କର୍ମଚାରୀଙ୍କୁ ବି କ୍ବାରେଣ୍ଟାଇନ ସେଣ୍ଟରରେ ରଖାଯାଇଛି ।
ଷ୍ଟାଫ ନର୍ସଙ୍କ ଦେହରେ କରୋନା ସଂକ୍ରମଣ ଜଣା ପଡିବା ପରେ ମୁଖ୍ୟ ଚିକିତ୍ସାଳୟକୁ ସାନିଟାଇଜ କରାଯାଇଛି । ମେଡ଼ିସିନ ଓ ପ୍ରସୂତି ବିଭାଗର ୱାର୍ଡକୁ ସିଲ କରାଯାଇଛି । କରୋନା ପଜିଟିଭ ହୋଇଥିବା ଷ୍ଟାଫ ନର୍ସ କାହା କାହା ସଂସ୍ପର୍ଶରେ ଆସିଛନ୍ତି ସେ ନେଇ ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ଚିହ୍ନଟ ପ୍ରକ୍ରିୟା ଆରମ୍ଭ କରାଯାଇଛି । କରୋନା ପଜିଟିଭ ଚିହ୍ନଟ ହୋଇଥିବା ନର୍ସ କାହା ସଂସ୍ପର୍ଶରେ ଆସି ସଂକ୍ରମିତ ହୋଇଛନ୍ତି ତାହା ଜଣାପଡିନାହିଁ । ଅନ୍ୟ ଷ୍ଟାଫ ନର୍ସଙ୍କ କହିବା କଥା ଯେ କିଛି ଦିନ ତଳେ ବାଲୁଗାଁ ପଞ୍ଚାୟତ ଖେଡ଼ପଡା ଗାଁରୁ ଚିହ୍ନଟ ହୋଇଥିବା ଜଣେ କରୋନା ରୋଗୀ ଚିକିତ୍ସା ପାଇଁ ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି ହୋଇଥିଲେ । ତାଙ୍କ ସଂସ୍ପର୍ଶରେ ଷ୍ଟାଫ ନର୍ସ ଜଣକ ଆସିଥାଇପାରନ୍ତି ।
ବ୍ରହ୍ମପୁରରେ ଜାତୀୟ ରାଜପଥ ଅବରୋଧ କଲେ ପ୍ରବାସୀମାନେବ୍ରହ୍ମପୁର ଉପକଣ୍ଠ ହଳଦିଆପଦର ନିକଟରେ ଜାତୀୟ ରାଜପଥକୁ ଅବରୋଧ କରିଛନ୍ତି ପ୍ରବାସୀମାନେ । ବିଭିନ୍ନ ରାଜ୍ୟରୁ ଆସି ହଳଦିଆପଦର ବସ୍ଷ୍ଟାଣ୍ଡରେ ସେମାନେ ପଡ଼ି ରହିଥିବା ବେଳେ ସେମାନଙ୍କୁ ଖାଇବା ପିଇବା ଠିକରେ ଦିଆ ଯାଉ ନ ଥିବା ଅଭିଯୋଗ ହୋଇଛି । ଏହା ସହ ନିଜ ଗାଁକୁ ଯିବା ପାଇଁ ବସ ବନ୍ଦୋବସ୍ତ କରାଯାଉ ନ ଥିବା ଅଭିଯୋଗ କରି ଶହ ଶହ ପ୍ରବାସୀ ରାଜରାସ୍ତାକୁ ଓହ୍ଲାଇଛନ୍ତି । ଜାତୀୟ ରାଜପଥ ଅବରୋଧ କରିବା ଯୋଗୁ ଉଭୟ ପଟେ ଟ୍ରକ୍ ଓ ଅନ୍ୟ ଯାନବାହନ ଅଟକି ରହିଛି । ଯାତାୟାତ ବାଧାପ୍ରାପ୍ତ ହୋଇଛି । ଘଟଣାସ୍ଥଳରେ ପୋଲିସ ପହଞ୍ଚି ପ୍ରବାସୀଙ୍କୁ ବୁଝାସୁଝା କରୁଛି ।
ଚୀନ୍ ବିଷୟରେ ଆପଣଙ୍କ ମତ କଣ? ଦୟାକରି ଦୁଇ ମିନିଟ ସମୟ ଦେଇ ଏହି ସର୍ଭେରେ ଭାଗ ନିଅନ୍ତୁ ।ଏହା ବି ପଢ଼ନ୍ତୁ: ନୂଆ ନିୟମ ଯୋଗୁଁ ଅମିତାଭ ବଚ୍ଚନଙ୍କ ହାତରୁ ଯିବ ୫ଟି ଫିଲ୍ମ? କୋଟି କୋଟି ଟଙ୍କାର କ୍ଷତି ହେବ!ଇଂଲଣ୍ଡରେ ଏଣିକି ସାଙ୍ଗରେ ରହୁଥିବା ଲୋକ ବ୍ୟତୀତ ଆଉ କାହା ସହ ଯୌନ ସମ୍ପର୍କ ବେଆଇନ୍କରୀନା କପୁର ଖାନ୍ ଓ ଅମୃତା ଆରୋରାଙ୍କ ୨୦ ବର୍ଷ ତଳର ଫଟୋ ଭାଇରାଲ୍ ହେଉଛିହ୍ରିତିକ ରୋଶନଙ୍କ ଭଉଣୀ ବଲିଉଡରେ ଡେବ୍ୟୁ କରୁଛନ୍ତି; ଅଭିନେତା କହିଲେ: ‘ତୁମ ପାଇଁ ଗର୍ବିତ’ଅଭିନେତ୍ରୀ ପୂଜା ହେଗଡ଼େଙ୍କ ଇନଷ୍ଟାଗ୍ରାମ୍ ଆକାଉଣ୍ଟ ହ୍ୟାକ୍ ହେଲା; ରାତି ଅଧରେ ଟ୍ୱିଟ୍ କଲେଭାରତ ଓ ଚୀନ୍ ମଧ୍ୟରେ ଆମେରିକା ମଧ୍ୟସ୍ଥତା କରିବ ବୋଲି ଟ୍ରମ୍ପ୍ ପ୍ରସ୍ତାବ ଦେଲେ‘ପାତାଲ୍ ଲୋକ୍’ରେ ‘‘ଲିଙ୍ଗଭେଦ ମନ୍ତବ୍ୟ’’ ପାଇଁ ଅନୁଷ୍କା ଶର୍ମାଙ୍କ ବିରୋଧରେ ଅଭିଯୋଗଇମ୍ରାନ ହାଶମୀଙ୍କୁ ଚୁମା ଦେଉଥିବା ବେଳେ ଏହି ଅଭିନେତ୍ରୀ ନିଜ ମମି ପାପାଙ୍କୁ ମନେ ପକାଉଥିଲେମାତ୍ର ୪ ଦିନର ପୋଷାକ ସହିତ ଆବୁଧାବିରେ ୨ ମାସ ହେଲା ଅଟକି ରହିଛନ୍ତି ଅଭିନେତ୍ରୀ ମଉନି ରାୟଭାରତ ଓ ନେପାଳ ମଧ୍ୟରେ ମାନଚିତ୍ରକୁ ନେଇ ବିବାଦ; ମନୀଷା କୋଇରାଲା ନେପାଳକୁ ସମର୍ଥନ କଲେଅର୍ଦ୍ଧ-ଉନ୍ମୁକ୍ତ ବକ୍ଷ; ଏକ ବ୍ଲାକ୍-ଆଣ୍ଡ୍-ହ୍ୱାଇଟ୍ ଫଟୋସୁଟରେ ସୁପର୍ ହଟ୍ କଙ୍ଗନା ରାଣାୱତ୍ସନ୍ନି ଲିଓନଙ୍କ ଡ୍ରିମ୍ କାର୍ ହେଉଛି ଅଟୋମେଟିକ୍ ଗିଅର୍ ଥିବା ଗୋଲାପୀ ରଙ୍ଗର ଆମ୍ବାସାଡର୍ଇଏ ମାଲକାନଗିରିର ବିଶାଖା; ତା’ ପତି ସାଇକେଲରେ ଚେନ୍ନାଇରୁ ଘରକୁ ଫେରିବା ବାଟରେ ମରିଗଲାକରୋନା ସଂକ୍ରମିତର ଶବକୁ ଅଧା ଜଳେଇ ଛାଡ଼ିଗଲେ ଲୋକେ; କୁଆ ଓ କୁକୁର ଟାଣି ଖାଇଲେକରୋନା ଭାଇରସ୍ ସଙ୍କଟ ଉପରେ ୬୧ଟି ଦେଶର ତଦନ୍ତ ପ୍ରୟାସରେ ଭାରତ ଯୋଗ ଦେଲା୧୫ ଜୁନ୍ ପାଖାପାଖି ସପିଂ ମଲ୍ ଓ ସିନେମା ହଲ୍ ଖୋଲିପାରେ; ଲାଗୁ ହେବ ଏହି ନୂଆ ନିୟମPublished by:Anand Shankar Thankur Das
First published:
ନ୍ୟୁଜ୍ ୧୮ ଓଡ଼ିଆରେ ବ୍ରେକିଙ୍ଗ୍ ନ୍ୟୁଜ୍ ପଢ଼ିବାରେ ପ୍ରଥମ ହୁଅନ୍ତୁ| ଆଜିର ସର୍ବଶେଷ ଖବର, ଲାଇଭ୍ ନ୍ୟୁଜ୍ ଅପଡେଟ୍, ନ୍ୟୁଜ୍ ୧୮ ଓଡ଼ିଆ ୱେବସାଇଟରେ ସବୁଠାରୁ ନିର୍ଭରଯୋଗ୍ୟ ଓଡ଼ିଆ ଖବର ପଢ଼ନ୍ତୁ ।