‘ବନ୍ଦେ ଉତ୍କଳ ଜନନୀ’କୁ ମିଳିଲା ରାଜ୍ୟ ସଙ୍ଗୀତ ମାନ୍ୟତା; ବିଦ୍ୟାଳୟ ଓ କଲେଜ ସିଲାବସରେ ସାମିଲ ହେବ

ଏହି ରାଜ୍ୟ ସଙ୍ଗୀତ ଗାନ କରାଯିବା ସମୟରେ ଏହା ପ୍ରତି ସମ୍ମାନ ଦେଖାଇ ସେହି ସ୍ଥାନରେ ଉପସ୍ଥିତ ସମସ୍ତେ ସଙ୍ଗୀତ ଆରମ୍ଭରୁ ଶେଷ ପର୍ଯ୍ୟନ୍ତ ଠିଆହୋଇ ରହିବେ ବୋଲି ସରକାର ନିୟମ ଜାରି କରିଛନ୍ତି ।

‘ବନ୍ଦେ ଉତ୍କଳ ଜନନୀ’କୁ ମିଳିଲା ରାଜ୍ୟ ସଙ୍ଗୀତ ମାନ୍ୟତା; ବିଦ୍ୟାଳୟ ଓ କଲେଜ ସିଲାବସରେ ସାମିଲ ହେବ
‘ବନ୍ଦେ ଉତ୍କଳ ଜନନୀ’ ଗୀତକୁ ଓଡ଼ିଶାର ରାଜ୍ୟ ସଙ୍ଗୀତର ମାନ୍ୟତା ଦେବା ଅବସରରେ ମୁଖ୍ୟ ମନ୍ତ୍ରୀ ନବୀନ ପଟ୍ଟନାୟକ
  • Share this:
  • Byline Facebook
  • Byline Twitter
  • Byline Linkedin
News18 Odia Digital

ଭୁବନେଶ୍ୱର: ‘ବନ୍ଦେ ଉତ୍କଳ ଜନନୀ’ ଗୀତକୁ ଆଜି ଓଡ଼ିଶାର ରାଜ୍ୟ ସଙ୍ଗୀତର ମାନ୍ୟତା ଦିଆଯାଇଛି । ରାଜ୍ୟ କ୍ୟାବିନେଟର ଏକ ବୈଠକରେ ଏହି ଗୁରୁତ୍ୱପୂର୍ଣ ନିଷ୍ପତ୍ତିକୁ ଅନୁମୋଦନ ମିଳିଛି । କାନ୍ତକବି ଲକ୍ଷ୍ମୀକାନ୍ତ ମହାପାତ୍ରଙ୍କ ଦ୍ୱାରା ୧୯୧୨ରେ ଲିଖିତ ଏହି ସମ୍ପୂର୍ଣ ଗୀଟିତକୁ ରାଜ୍ୟ ସଙ୍ଗୀତର ମାନ୍ୟତା ଦେଇଛନ୍ତି ସରକାର ।

କ୍ୟାବିନେଟ ବୈଠକ ପରେ ଏହି ନିଷ୍ପତ୍ତି ବାବଦରେ ବିସ୍ତୃତ ବିବରଣୀ ଦେଇ ସଂସଦୀୟ ବ୍ୟାପାର ମନ୍ତ୍ରୀ ବିକ୍ରମ କେଶରୀ ଆରୁଖ କହିଛନ୍ତି ଯେ କୋଭିଡ୍‌ ଯୋଦ୍ଧାଙ୍କୁ ଉତ୍ସାହିତ କରିବା ପାଇଁ ମଇ ୩୦ ସନ୍ଧ୍ୟା ୫ଟା ୩୦ ମିନିଟ୍‌ ସମୟରେ ମୁଖ୍ୟ ମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିବେଦନ କ୍ରମେ ସବୁ ଓଡିଆ ଭାଇଭଉଣୀ ‘ବନ୍ଦେ ଉତ୍କଳ ଜନନୀ’ ଗାନ କରିଥିବାରୁ ଆଜି ରାଜ୍ୟ କ୍ୟାବିନେଟ୍‌ ଓଡିଶା ସମେତ ଦେଶବିଦେଶରେ ରହୁଥିବା ଓଡିଆମାନଙ୍କୁ ଧନ୍ୟବାଦ ଜଣାଇଛି । ବର୍ତ୍ତମାନର କଠିନ ପରିସ୍ଥିତିରେ ଏହି ସଙ୍ଗୀତ ଓଡ଼ିଶାର ସଂକଳ୍ପକୁ ଆହୁରି ଦୃଢ କରିବା ସହିତ ଆଗକୁ ବଢିବା ପାଇଁ ପ୍ରେରଣା ଦେଇଛି ବୋଲି ରାଜ୍ୟ କ୍ୟାବିନେଟରେ ମତ ପ୍ରକାଶ ପାଇଥିବା ସେ କହିଛନ୍ତି। ଏହି ସଙ୍ଗୀତ ଗାନ ପାଇଁ ସରକାର ମାନ୍ୟକ୍ରମ ସ୍ଥିର କରିଛନ୍ତି ବୋଲି ମଧ୍ୟ ସେ ଜଣାଇଛନ୍ତି ।

‘‘ଏହି ସଙ୍ଗୀତ ଗାୟନର ଅନୁମୋଦିତ ସ୍ବର, ଶୈଳୀ ତଥା ରେକର୍ଡିଂ ଓଡିଶା ସରକାରଙ୍କର ସୂଚନା ଓ ଲୋକ ସମ୍ପର୍କ ବିଭାଗ ଦ୍ବାରା ପ୍ରସ୍ତୁତ କରାଯିବା ପାଇଁ ସ୍ଥିର କାରାଯାଇଛି । ସଙ୍ଗୀତ ଗାୟନର ସ୍ବର ଓ ଶୈଳୀ ସ୍ଥିର କରିବେ ସରକାର । ରାଜ୍ୟ ସରକାରଙ୍କର ବିଭିନ୍ନ ସରକାରୀ କାର୍ଯ୍ୟକ୍ରମ, ବିଧାନସଭାର ଅଧିବେଶନ ଏବଂ ଅନ୍ୟାନ୍ୟ ସ୍ବତନ୍ତ୍ର ଭାବରେ ଆୟୋଜିତ ସରକାରୀ କାର୍ଯ୍ୟକ୍ରମରେ ଏହି ସଙ୍ଗୀତର ବିନା ବାଦ୍ୟରେ ପ୍ରସ୍ତୁତ ଅନୁମୋଦିତ ସଂସ୍କରଣ ପରିବେଷଣ ଓ ଗାନ କରାଯିବ,’’ କହିଛନ୍ତି ଆରୁଖ ।

କ୍ୟାବିନେଟ ବୈଠକ ପରେ ଏହି ନିଷ୍ପତ୍ତି ବାବଦରେ ବିବରଣୀ ଦେଉଛନ୍ତି ସଂସଦୀୟ ବ୍ୟାପାର ମନ୍ତ୍ରୀ ବିକ୍ରମ କେଶରୀ ଆରୁଖ ।


ବିଦ୍ୟାଳୟ, ମହାବିଦ୍ୟାଳୟ, ଅନ୍ୟାନ୍ୟ ସଭାସମିତି ଓ ବିଭିନ୍ନ ସାଂସ୍କୃତିକ କାର୍ଯ୍ୟକ୍ରମରେ ପୃଷ୍ଠସଙ୍ଗୀତ କିମ୍ବା ବାଦ୍ୟଯନ୍ତ୍ର ସଙ୍ଗତ ସହିତ ଏହି ଗୀତକୁ ପରିବେଷଣ ଓ ଗାନ କରାଯିବ। ଉଦଘାଟନୀ, ଉଦଯାପନୀ ଓ ଉଦବୋଧନୀ ସଙ୍ଗୀତ ଭାବରେ ଏହା ଗାନ କରାଯିବା ସମୟରେ ଏହି ରାଜ୍ୟ ସଙ୍ଗୀତ ପ୍ରତି ସମ୍ମାନ ପ୍ରଦର୍ଶନ ପୂର୍ବକ ଉପସ୍ଥିତ ସମସ୍ତେ ସଙ୍ଗୀତ ଆରମ୍ଭରୁ ଶେଷ ପର୍ଯ୍ୟନ୍ତ ଦଣ୍ଡାୟମାନ ରହିବେ । ମାତ୍ର ବୟସ୍କ, ଅସୁସ୍ଥ, ଭିନ୍ନକ୍ଷମ ଓ ଗର୍ଭବତୀ ମହିଳା ଯେଉଁମାନେ ନିଜର ଉପରୋକ୍ତ ଅକ୍ଷମତା କାରଣରୁ ଦଣ୍ଡାୟମାନ ହେବାରେ ଅସୁବିଧା ଅନୁଭବ କରୁଥିବେ ସେମାନେ ଏହି ସଙ୍ଗୀତ ପରିବେଷଣ ଓ ଗାନ ସମୟରେ  ନିଜ  ସ୍ଥାନରେ ନମ୍ର ଭାବରେ ବସି ରହି ଏଥି ପ୍ରତି ସମ୍ମାନ ପ୍ରଦର୍ଶନ କରିପାରିବେ । ଶିଶୁମାନଙ୍କୁ ମଧ୍ୟ ଏହି ସଙ୍ଗୀତ ପରିବେଷଣ ଓ ଗାନ ସମୟରେ ଦଣ୍ଡାୟମାନ ରହିବାରୁ ଅବ୍ୟାହତି ଦିଆଯାଇଛି ।

ଏହି ସଙ୍ଗୀତ ପୋଲିସ୍‌ ବ୍ୟାଣ୍ଡ, ବଂଶୀ ଓ ସିତାର ଭଳି ବିଭିନ୍ନ ବାଦ୍ୟଯନ୍ତ୍ର ମାଧ୍ୟମରେ ମଧ୍ୟ ପରିବେଷଣ କରାଯିବ । ଏହି ସଙ୍ଗୀତର ପ୍ରଚାର ପ୍ରସାର ତଥା ଅଭିବୃଦ୍ଧି ନିମନ୍ତେ ଏହାର ସୃଜନାତ୍ମକ ପରିବେଷଣ ଉପରେ କୌଣସି କଟକଣା ରହିବ ନାହିଁ । ବିଦ୍ୟାଳୟ ଓ ମହାବିଦ୍ୟାଳୟ ପାଠ୍ୟକ୍ରମରେ ଏହି ସଙ୍ଗୀତକୁ ଅନ୍ତର୍ଭୁକ୍ତ କରିବା ପାଇଁ ବିଦ୍ୟାଳୟ ଓ ଗଣ ଶିକ୍ଷା ବିଭାଗ ଏବଂ ଉଚ୍ଚ ଶିକ୍ଷା ବିଭାଗକୁ ନିର୍ଦ୍ଦେଶ ଦିଆଯାଇଛି ।

କାନ୍ତକବିଙ୍କର କାଳଜୟୀ ରଚନା ‘ବନ୍ଦେ ଉତ୍କଳ ଜନନୀ’ ୧୯୧୨ ମସିହାରୁ ଉତ୍କଳ ସମ୍ମିଳନୀର ବିଭିନ୍ନ ଅଧିବେଶନରେ ଗାନ କରାଯାଇ ଆସୁଛି । ୧୯୩୬ ଏପ୍ରିଲ ପହିଲାରେ ସ୍ବତନ୍ତ୍ର ଓଡିଶା ପ୍ରଦେଶ ଗଠିତ ହେବା ସମୟରୁ ‘ବନ୍ଦେ ଉତ୍କଳ ଜନନୀ’ ରାଜ୍ୟ ସଙ୍ଗୀତ ଭାବରେ ପ୍ରତିଟି ଓଡିଆର ହୃଦୟରେ ଓ ଭାବନାରେ ରହିଆସିଛି । ୧୯୯୪ ମସିହା ନଭେମ୍ବର ୭ ତାରିଖ ଦିନ ମହାନ ଜନନାୟକ ବିଜୁ ପଟ୍ଟନାୟକଙ୍କ ନେତୃତ୍ବରେ ତଥା ବିଧାନ ସଭାର ତତ୍କାଳୀନ ବାଚସ୍ପତିଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏକ ବୈଠକରେ ‘ବନ୍ଦେ ଉତ୍କଳ ଜନନୀ’କୁ ବିଧାନ ସଭାର ପ୍ରତି ଅଧିବେଶନର ଶେଷ ଦିବସରେ ଉଦଯାପନୀ ସଙ୍ଗୀତ ଭାବରେ ଗାନ କରିବା ପାଇଁ ନିଷ୍ପତ୍ତି ନିଆଯାଇଥିଲା । ତାହା ଅଦ୍ୟାବଧି ପାଳିତ ହୋଇଆସୁଛି । ପରବର୍ତ୍ତୀ ସମୟରେ ବିଧାନ ସଭାର ବୈଠକ ମାନଙ୍କରେ ‘ବନ୍ଦେ ଉତ୍କଳ ଜନନୀ’ ସଙ୍ଗୀତକୁ ରାଜ୍ୟ ସଙ୍ଗୀତ ମାନ୍ୟତା ଦେବା ସମ୍ପର୍କରେ ଅନେକ ବିଚାର ବିମର୍ଷ କରାଯାଇଛି । ରାଜ୍ୟ ସରକାରଙ୍କ ପକ୍ଷରୁ ମଧ୍ୟ ବିଭିନ୍ନ ସମୟରେ ଏ ସମ୍ପର୍କରେ ଅନେକ ନିର୍ଦ୍ଦେଶାବଳୀ ଦିଆଯାଇଛି ।

ସଚିବାଳୟ ଓ ଜିଲ୍ଲା ସ୍ତରରେ ଇଂରାଜି ବଦଳରେ ଓଡ଼ିଆର ବ୍ୟବହାରକୁ କଡ଼ାକଡ଼ି ଲାଗୁ କରିବାକୁ ଦାବି କରିଛନ୍ତି ବିଜେପି ନେତା ପୃଥ୍ୱୀରାଜ ହରିଚନ୍ଦନ ।


କ୍ୟାବିନେଟ ନିଷ୍ପତ୍ତିକୁ ସବୁ ରାଜନୈତିକ ଦଳ ସ୍ୱାଗତ କରିଛନ୍ତି । ବିଜେଡି ନେତା ତଥା ରାଜ୍ୟ ଯୋଜନା ବୋର୍ଡ ଉପଧ୍ୟକ୍ଷ ସଞ୍ଜୟ ଦାସବର୍ମା କହିଛନ୍ତି: ‘‘ସ୍ବାଧୀନତାର ୭୨ ବର୍ଷ ଅତିକ୍ରାନ୍ତ ହୋଇ ସାରିଛି । ଏହା ଏକ ଉଲେଖନୀୟ ନିଷ୍ପତ୍ତି । ଏହି ନିଷ୍ପତ୍ତି ପାଇଁ ମୁଖ୍ୟ ମନ୍ତ୍ରୀ ନବୀନ ପଟ୍ଟନାୟକ ସଦା ବେଳେ ମନେ ରହିବେ । ‘ବନ୍ଦେ ଉତ୍କଳ ଜନନୀ’ ଓଡ଼ିଆ ଜାତିକୁ କେବଳ ଏକାଠି କରିନି, ଏହାର ଅସ୍ମିତା ସହ ସମସ୍ତଙ୍କୁ ବାନ୍ଧି ରଖିଛି ।’’

ରାଜ୍ୟ ବିଜେପି ସାଧାରଣ ସମ୍ପାଦକ ପୃଥ୍ୱୀରାଜ ହରିଚନ୍ଦନ କହିଛନ୍ତି: ‘‘ଏହା ବହୁ ପ୍ରତୀକ୍ଷିତ ଥିଲା । କିନ୍ତୁ ରାଜ୍ୟ ସରକାରଙ୍କ ନିଷ୍ପତ୍ତିକୁ ଆମେ ଅଭିନନ୍ଦନ ଜଣାଉଛୁ । ଏହାକୁ  ସରକାର ଗୁରୁତର ସହକାରେ ବଜାୟ ରଖିବା ଉଚିତ । ଆମେ ଆଶା କରୁଛୁ ସରକାର ଏ ଦିଗରେ ଆନ୍ତରିକତା ଦେଖେଇବେ । କିନ୍ତୁ  ଓଡ଼ିଆ ଭାଷାକୁ ସରକାରୀ ଭାଷା କରିବାକୁ ସରକାରୀ ସ୍ତରରେ ନିଷ୍ପତ୍ତି ହୋଇଥିବା ସତ୍ତ୍ୱେ ଏ ପର୍ଯ୍ୟନ୍ତ ସଚିବାଳୟ ଓ ଜିଲ୍ଲା ସ୍ତରରେ ଇଂରାଜିରେ କାର୍ଯ୍ୟ ଚାଲିଛି । ତେଣୁ ଆଜିର ଦନରେ ଓଡିଆ ଭାଷାକୁ କଡ଼ାକଡି ଲାଗୁ କରିବାକୁ  ସରକାର ଉଦ୍ୟମ କରିବା ଉଚିତ ।’’

ଏହା ବି ପଢ଼ନ୍ତୁ: 

ପତ୍ନୀ ହେବ ତ ଏମିତି! ପତି ପେଟ୍ରୋଲରେ ଜଳେଇବାକୁ ଆସିଥିଲା, ନିଜେ ଜଳିଗଲା; ପତ୍ନୀ ତାକୁ ବଞ୍ଚାଇଲା 

ନିଜ ପତ୍ନୀ ଓ ୩ ପିଲାଙ୍କୁ ଛୁରୀରେ କାଟି ମାରିବା ପରେ ନିଜେ ଫାଶି ଲଗେଇ ମଲା ଯୁବକ

ନୂଆ ନିୟମ ଯୋଗୁଁ ଅମିତାଭ ବଚ୍ଚନଙ୍କ ହାତରୁ ଯିବ ୫ଟି ଫିଲ୍ମ? କୋଟି କୋଟି ଟଙ୍କାର କ୍ଷତି ହେବ!

ଇଂଲଣ୍ଡରେ ଏଣିକି ସାଙ୍ଗରେ ରହୁଥିବା ଲୋକ ବ୍ୟତୀତ ଆଉ କାହା ସହ ଯୌନ ସମ୍ପର୍କ ବେଆଇନ୍

କରୀନା କପୁର ଖାନ୍ ଓ ଅମୃତା ଆରୋରାଙ୍କ ୨୦ ବର୍ଷ ତଳର ଫଟୋ ଭାଇରାଲ୍ ହେଉଛି

ହ୍ରିତିକ ରୋଶନଙ୍କ ଭଉଣୀ ବଲିଉଡରେ ଡେବ୍ୟୁ କରୁଛନ୍ତି; ଅଭିନେତା କହିଲେ: ‘ତୁମ ପାଇଁ ଗର୍ବିତ’

ଅଭିନେତ୍ରୀ ପୂଜା ହେଗଡ଼େଙ୍କ ଇନଷ୍ଟାଗ୍ରାମ୍ ଆକାଉଣ୍ଟ ହ୍ୟାକ୍ ହେଲା; ରାତି ଅଧରେ ଟ୍ୱିଟ୍ କଲେ

ଭାରତ ଓ ଚୀନ୍ ମଧ୍ୟରେ ଆମେରିକା ମଧ୍ୟସ୍ଥତା କରିବ ବୋଲି ଟ୍ରମ୍ପ୍ ପ୍ରସ୍ତାବ ଦେଲେ

‘ପାତାଲ୍ ଲୋକ୍’ରେ ‘‘ଲିଙ୍ଗଭେଦ ମନ୍ତବ୍ୟ’’ ପାଇଁ ଅନୁଷ୍କା ଶର୍ମାଙ୍କ ବିରୋଧରେ ଅଭିଯୋଗ

ଇମ୍ରାନ ହାଶମୀଙ୍କୁ ଚୁମା ଦେଉଥିବା ବେଳେ ଏହି ଅଭିନେତ୍ରୀ ନିଜ ମମି ପାପାଙ୍କୁ ମନେ ପକାଉଥିଲେ

ମାତ୍ର ୪ ଦିନର ପୋଷାକ ସହିତ ଆବୁଧାବିରେ ୨ ମାସ ହେଲା ଅଟକି ରହିଛନ୍ତି ଅଭିନେତ୍ରୀ ମଉନି ରାୟ

ଭାରତ ଓ ନେପାଳ ମଧ୍ୟରେ ମାନଚିତ୍ରକୁ ନେଇ ବିବାଦ; ମନୀଷା କୋଇରାଲା ନେପାଳକୁ ସମର୍ଥନ କଲେ

ଅର୍ଦ୍ଧ-ଉନ୍ମୁକ୍ତ ବକ୍ଷ; ଏକ ବ୍ଲାକ୍-ଆଣ୍ଡ୍-ହ୍ୱାଇଟ୍ ଫଟୋସୁଟରେ ସୁପର୍ ହଟ୍ କଙ୍ଗନା ରାଣାୱତ୍

ସନ୍ନି ଲିଓନଙ୍କ ଡ୍ରିମ୍ କାର୍ ହେଉଛି ଅଟୋମେଟିକ୍ ଗିଅର୍ ଥିବା ଗୋଲାପୀ ରଙ୍ଗର ଆମ୍ବାସାଡର୍

ଇଏ ମାଲକାନଗିରିର ବିଶାଖା; ତା’ ପତି ସାଇକେଲରେ ଚେନ୍ନାଇରୁ ଘରକୁ ଫେରିବା ବାଟରେ ମରିଗଲା

କରୋନା ସଂକ୍ରମିତର ଶବକୁ ଅଧା ଜଳେଇ ଛାଡ଼ିଗଲେ ଲୋକେ; କୁଆ ଓ କୁକୁର ଟାଣି ଖାଇଲେ

କରୋନା ଭାଇରସ୍ ସଙ୍କଟ ଉପରେ ୬୧ଟି ଦେଶର ତଦନ୍ତ ପ୍ରୟାସରେ ଭାରତ ଯୋଗ ଦେଲା
First published: June 7, 2020, 5:28 PM IST
corona virus btn
corona virus btn
Loading