ଗଞ୍ଜାମ-କନ୍ଧମାଳ ସୀମାନ୍ତ କଳିଙ୍ଗା ଘାଟିରେ ବସ୍ ଓ ଟ୍ରକ୍ ମଧ୍ୟରେ ଧକ୍କା ହେଲା; ୫ ଜଣ ଆହତ

ଦୁର୍ଘଟଣାଟି ଏତେ ଜୋରଦାର୍ ଥିଲା ଯେ ଏହାର ପ୍ରଭାବରେ ଟ୍ରକଟି ଓଲଟି ପଡ଼ିଥିଲା । ବସଟି ମାତ୍ରାଧିକ ବେଗରେ ଯାଉଥିବା କାରଣରୁ ଏହି ଦୁର୍ଘଟଣା ଘଟିଥାଇପାରେ ବୋଲି ପ୍ରାଥମିକ ତଦନ୍ତରୁ ଜଣାପଡ଼ିଥିବା କହିଛନ୍ତି ଜଣେ ପୋଲିସ ଅଧିକାରୀ ।

ଗଞ୍ଜାମ-କନ୍ଧମାଳ ସୀମାନ୍ତ କଳିଙ୍ଗା ଘାଟିରେ ବସ୍ ଓ ଟ୍ରକ୍ ମଧ୍ୟରେ ଧକ୍କା ହେଲା; ୫ ଜଣ ଆହତ
ଦୁର୍ଘଟଣା ପରେ ଟ୍ରକଟି ଓଲଟି ପଡ଼ିଛି ।
  • Share this:
  • Byline Facebook
  • Byline Twitter
  • Byline Linkedin
News18 Odia Digital

ବ୍ରହ୍ମପୁର: ଗଞ୍ଜାମ-କନ୍ଧମାଳ ସୀମାନ୍ତରେ ଥିବା କଳିଙ୍ଗା ଘାଟିରେ ପୁଣି ଏକ ବସ୍‌ ଓ ଏକ ଟ୍ରକ୍‌ ମଧ୍ୟରେ ଭୀଷଣ ଧକ୍କା ହୋଇଛି । ଏହି ଦୁର୍ଘଟଣାରେ ପାଞ୍ଚ ଜଣ ଲୋକ ଆହତ ହୋଇଥିବା ଜଣାପଡ଼ିଛି । ଆହତ ଲୋକମାନଙ୍କୁ ଭଞ୍ଜନଗର ହସପିଟାଲରେ ଚିକିତ୍ସା ପାଇଁ ଭର୍ତ୍ତି କରାଯାଇଛି ।

ଦୁର୍ଘଟଣାଗ୍ରସ୍ତ ବସଟିର ନାମ ବଡ଼ପଣ୍ଡା । ଏହା ବ୍ରହ୍ମପୁରରୁ ବଲାଙ୍ଗୀର ଯାଉଥିବା ବେଳେ ଏହି ଦୁର୍ଘଟଣା ଘଟିଥିବା ଜଣାପଡ଼ିଛି । ଗତ ମଧ୍ୟ ରାତ୍ରିରେ ଏହି ଦୁର୍ଘଟଣା ଘଟିଥିଲା ବୋଲି ପୋଲିସ୍‌ କହିଛି । ଘଟଣା ସ୍ଥଳରେ ପୋଲିସ ପହଞ୍ଚି ଘଟଣାର ତଦନ୍ତ ଆରମ୍ଭ କରିଛି ।

ଦୁର୍ଘଟଣାଗ୍ରସ୍ତ ବସଟିର ନାମ ବଡ଼ପଣ୍ଡା ।


ଦୁର୍ଘଟଣାଟି ଏତେ ଜୋରଦାର୍‌ ଥିଲା ଯେ ଏହାର ପ୍ରଭାବରେ ଟ୍ରକଟି ଓଲଟି ପଡ଼ିଥିଲା । ବସଟି ମାତ୍ରାଧିକ ବେଗରେ ଯାଉଥିବା କାରଣରୁ ଏହି ଦୁର୍ଘଟଣା ଘଟିଥାଇପାରେ ବୋଲି ପ୍ରାଥମିକ ତଦନ୍ତରୁ ଜଣାପଡ଼ିଥିବା କହିଛନ୍ତି ଜଣେ ପୋଲିସ ଅଧିକାରୀ । ଦୁର୍ଘଟଣା ବେଳେ ବସରେ ଥିବା ଯାତ୍ରୀମାନେ ଶୋଇଥିଲେ ।

ଦୁର୍ଘଟଣା ବେଳେ ବସରେ ଥିବା ଯାତ୍ରୀମାନେ ଶୋଇଥିଲେ ।


ଆଜି ଓଡ଼ିଶାର ୧୧ଟି ଜିଲ୍ଲାରେ କରୋନା ସଂକ୍ରମଣକୁ ରୋକିବା ପାଇଁ ପୁଣି ଦୁଇଦିନିଆ ସଟଡାଉନ୍ ଆରମ୍ଭ ହୋଇଯାଇଛି । ଗଞ୍ଜାମ ଜିଲ୍ଲାର ସମସ୍ତ ଅଞ୍ଚଳରେ ଏହି ସଟଡାଉନର ପ୍ରଭାବ ପଡ଼ିଥିବା ବେଳେ ପୋଲିସ ପ୍ରଶାସନ ପକ୍ଷରୁ ପ୍ରତି ଛକରେ ରହି ପେଟ୍ରୋଲିଂ କରାଯାଉଛି । ଜରୁରୀକାଳୀନ ଗାଡ଼ିକୁ ଛାଡ଼ିଦେଲେ ଅନ୍ୟ ସମସ୍ତ ଗାଡ଼ି ଚଳାଚଳ ସମ୍ପୂର୍ଣ୍ଣ ବନ୍ଦ ରହିଛି ।

ଏହା ବି ପଢ଼ନ୍ତୁ: 

ପତ୍ନୀ ହେବ ତ ଏମିତି! ପତି ପେଟ୍ରୋଲରେ ଜଳେଇବାକୁ ଆସିଥିଲା, ନିଜେ ଜଳିଗଲା; ପତ୍ନୀ ତାକୁ ବଞ୍ଚାଇଲା

ନୂଆ ନିୟମ ଯୋଗୁଁ ଅମିତାଭ ବଚ୍ଚନଙ୍କ ହାତରୁ ଯିବ ୫ଟି ଫିଲ୍ମ? କୋଟି କୋଟି ଟଙ୍କାର କ୍ଷତି ହେବ!

ଇଂଲଣ୍ଡରେ ଏଣିକି ସାଙ୍ଗରେ ରହୁଥିବା ଲୋକ ବ୍ୟତୀତ ଆଉ କାହା ସହ ଯୌନ ସମ୍ପର୍କ ବେଆଇନ୍

କରୀନା କପୁର ଖାନ୍ ଓ ଅମୃତା ଆରୋରାଙ୍କ ୨୦ ବର୍ଷ ତଳର ଫଟୋ ଭାଇରାଲ୍ ହେଉଛି

ହ୍ରିତିକ ରୋଶନଙ୍କ ଭଉଣୀ ବଲିଉଡରେ ଡେବ୍ୟୁ କରୁଛନ୍ତି; ଅଭିନେତା କହିଲେ: ‘ତୁମ ପାଇଁ ଗର୍ବିତ’

ଅଭିନେତ୍ରୀ ପୂଜା ହେଗଡ଼େଙ୍କ ଇନଷ୍ଟାଗ୍ରାମ୍ ଆକାଉଣ୍ଟ ହ୍ୟାକ୍ ହେଲା; ରାତି ଅଧରେ ଟ୍ୱିଟ୍ କଲେ

ଭାରତ ଓ ଚୀନ୍ ମଧ୍ୟରେ ଆମେରିକା ମଧ୍ୟସ୍ଥତା କରିବ ବୋଲି ଟ୍ରମ୍ପ୍ ପ୍ରସ୍ତାବ ଦେଲେ

‘ପାତାଲ୍ ଲୋକ୍’ରେ ‘‘ଲିଙ୍ଗଭେଦ ମନ୍ତବ୍ୟ’’ ପାଇଁ ଅନୁଷ୍କା ଶର୍ମାଙ୍କ ବିରୋଧରେ ଅଭିଯୋଗ

ଇମ୍ରାନ ହାଶମୀଙ୍କୁ ଚୁମା ଦେଉଥିବା ବେଳେ ଏହି ଅଭିନେତ୍ରୀ ନିଜ ମମି ପାପାଙ୍କୁ ମନେ ପକାଉଥିଲେ

ମାତ୍ର ୪ ଦିନର ପୋଷାକ ସହିତ ଆବୁଧାବିରେ ୨ ମାସ ହେଲା ଅଟକି ରହିଛନ୍ତି ଅଭିନେତ୍ରୀ ମଉନି ରାୟ

ଭାରତ ଓ ନେପାଳ ମଧ୍ୟରେ ମାନଚିତ୍ରକୁ ନେଇ ବିବାଦ; ମନୀଷା କୋଇରାଲା ନେପାଳକୁ ସମର୍ଥନ କଲେ

ଅର୍ଦ୍ଧ-ଉନ୍ମୁକ୍ତ ବକ୍ଷ; ଏକ ବ୍ଲାକ୍-ଆଣ୍ଡ୍-ହ୍ୱାଇଟ୍ ଫଟୋସୁଟରେ ସୁପର୍ ହଟ୍ କଙ୍ଗନା ରାଣାୱତ୍

ସନ୍ନି ଲିଓନଙ୍କ ଡ୍ରିମ୍ କାର୍ ହେଉଛି ଅଟୋମେଟିକ୍ ଗିଅର୍ ଥିବା ଗୋଲାପୀ ରଙ୍ଗର ଆମ୍ବାସାଡର୍

ଇଏ ମାଲକାନଗିରିର ବିଶାଖା; ତା’ ପତି ସାଇକେଲରେ ଚେନ୍ନାଇରୁ ଘରକୁ ଫେରିବା ବାଟରେ ମରିଗଲା

କରୋନା ସଂକ୍ରମିତର ଶବକୁ ଅଧା ଜଳେଇ ଛାଡ଼ିଗଲେ ଲୋକେ; କୁଆ ଓ କୁକୁର ଟାଣି ଖାଇଲେ

କରୋନା ଭାଇରସ୍ ସଙ୍କଟ ଉପରେ ୬୧ଟି ଦେଶର ତଦନ୍ତ ପ୍ରୟାସରେ ଭାରତ ଯୋଗ ଦେଲା

୧୫ ଜୁନ୍ ପାଖାପାଖି ସପିଂ ମଲ୍ ଓ ସିନେମା ହଲ୍ ଖୋଲିପାରେ; ଲାଗୁ ହେବ ଏହି ନୂଆ ନିୟମ
First published: June 6, 2020, 2:57 PM IST
corona virus btn
corona virus btn
Loading