News18 Odia Digital
ଭୁବନେଶ୍ବର: ରାଜ୍ୟରେ କରୋନା ଭାଇରସ୍ ସଂକ୍ରମଣରେ ଆଉ ୭ ଜଣଙ୍କ ଜୀବନ ଯାଇଛି । ଏହାକୁ ମିଶାଇ ରାଜ୍ୟରେ କରୋନାରେ ମୃତ୍ୟୁ ସଂଖ୍ୟା ସଂଖ୍ୟା ୧୫୪ରେ ପହଞ୍ଚିଛି । ଗତ ୨୪ ଘଣ୍ଟାରେ ୨୮ଟି ଜିଲ୍ଲାରୁ ଆଉ ୧,୨୧୫ ଜଣ ନୂଆ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି, ଯାହା ରାଜ୍ୟ ପାଇଁ ପୁଣି ଏକ ରେକର୍ଡ଼ ।
ସାତ ଜଣ ମୃତକଙ୍କ ମଧ୍ୟରୁ କେବଳ ଗଞ୍ଜାମରୁ ଅଛନ୍ତି ତିନି ଜଣ । ଏଥି ସହ ଗଞ୍ଜାମରେ ମୋଟ କରୋନା ମୃତ୍ୟୁ ସଂଖ୍ୟା ୮୫କୁ ବୃଦ୍ଧି ପାଇଛି। ଗଞ୍ଜାମ ଜିଲ୍ଲାରେ ତିନି ଜଣ ମୃତକ ପୁରୁଷ ଓ ସେମାନଙ୍କ ବୟସ ୫୫, ୫୬ ଓ ୩୯ ବର୍ଷ । ସେମାନେ ପୂର୍ବରୁ କୌଣସି ରୋଗରେ ପୀଡିତ ନ ଥିଲେ ।
ରାୟଗଡାରେ ଦୁଇ ଜଣ ଆକ୍ରାନ୍ତ – ୭୨ ଓ ୩୧ ବର୍ଷୀୟ ପୁରୁଷ – ମୃତ୍ୟୁ ବରଣ କରିଛନ୍ତି । ୭୨ ବର୍ଷୀୟ ପୁରୁଷ ମଧୁମେହ ରୋଗରେ ପୀଡ଼ିତ ଥିଲେ । ୩୧ ବର୍ଷୀୟ ପୁରୁଷ ପୂର୍ବରୁ କୌଣସି ରୋଗରେ ପୀଡିତ ନ ଥିଲେ । କଟକ ଓ ଭୁବନେଶ୍ୱରରୁ ଜଣେ ଜଣେ ଲେଖାଏଁ ମୃତକ ଅଛନ୍ତି – ଜଣେ ୪୫ ବର୍ଷୀୟ ପୁରୁଷ ଓ ଜଣେ ୫ ବର୍ଷୀୟ ଶିଶୁ । କଟକର ୫ ବର୍ଷୀୟ ଶିଶୁ ମସ୍ତିସ୍କ ଜନିତ ରୋଗରେ ପୀଡ଼ିତ ଥିଲେ ।

ରାଜ୍ୟରେ କରୋନା ସଂକ୍ରମଣର ତାଜା ସ୍ଥିତିର ମ୍ୟାପ୍
ନୂଆ ୧,୨୧୫ ଜଣ ଆକ୍ରାନ୍ତଙ୍କ ମଧ୍ୟରୁ ସଙ୍ଗରୋଧ କେନ୍ଦ୍ରରୁ ୭୫୩ ଜଣ ଚିହ୍ନଟ ହୋଇଛନ୍ତି । ବାକି ୪୬୨ ଜଣ ଆକ୍ରାନ୍ତ ସ୍ଥାନୀୟ ବାସିନ୍ଦା । ଏଥି ସହ ରାଜ୍ୟରେ ମୋଟ୍ ପଜିଟିଭ୍ ସଂଖ୍ୟା ୨୮,୧୦୭କୁ ବୃଦ୍ଧି ହୋଇଛି । ସ୍ଥାନୀୟ ସଂକ୍ରମଣ କମ୍ କରିବା ସରକାରଙ୍କ ପାଇଁ ବଡ଼ ଚିନ୍ତାର ବିଷୟ ହୋଇ ରହିଛି । ଆଜି ଚିହ୍ନଟ ହୋଇଥିବା ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ଗଞ୍ଜାମରେ ସର୍ବାଧିକ ୩୩୨ ଜଣ ଓ ଖୋର୍ଦ୍ଧାରୁ ୩୧୨ ଜଣ ଚିହ୍ନଟ ହୋଇଛନ୍ତି ।
ଅନୁଗୁଳରୁ ୧୧, ବାଲେଶ୍ୱରରୁ ୨୯, ବରଗଡ଼ରୁ ୧୦, ଭଦ୍ରକରୁ ୨, ବଲାଙ୍ଗିରରୁ ୨୧,ବୌଦ୍ଧରୁ ୨, କଟକରୁ ୬୦, ଗଜପତିରୁ ୮୯, ଜଗତସିଂହପୁରରୁ ୪୭, ଯାଜପୁରରୁ ୨୦, ଝାରସୁଗଡ଼ାରୁ ୨, କଳାହାଣ୍ଡିରୁ ୮, କନ୍ଧମାଳରୁ ୧୪, କେନ୍ଦ୍ରାପଡ଼ାରୁ ୧୪, କେନ୍ଦୁଝରରୁ ୭୭, କୋରାପୁଟରୁ ୭୩, ମାଲକାନିଗିରିରୁ ୧୪, ମୟୂରଭଞ୍ଜରୁ ୨୨, ନୟାଗଡ଼ରୁ ୭, ନୂଆପଡ଼ାରୁ ୮, ପୁରୀରୁ ୧୧, ରାୟଗଡ଼ାରୁ ୨୪, ସୋନପୁରରୁ ୨, ସୁନ୍ଦରଗଡ଼ରୁ ୨ ଏବଂ ଦେଓଗଡ଼ ଓ ଢେଙ୍କାନାଳରୁ ଜଣେ ଲେଖାଏଁ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ରାଜ୍ୟରେ କରୋନା ଟେଷ୍ଟିଂ ସଂଖ୍ୟା ବଢ଼ୁଥିବାରୁ ପଜିଟିଭ ସଂଖ୍ୟା ବଢ଼ୁଥିବା କୁହାଯାଉଛି ।
ରାଜ୍ୟରେ ମୋଟ ୨୮,୧୦୭ ଜଣ କରୋନା ସଂକ୍ରମିତଙ୍କ ମଧ୍ୟରୁ ୧୭,୩୭୩ ଜଣ ସୁସ୍ଥ ହୋଇସାରିଥିବା ବେଳେ ଏବେ ୧୦,୫୪୫ ଜଣ ଚିକିତ୍ସାଧୀନ ଅଛନ୍ତି । ରାଜ୍ୟରେ ଗତ କିଛି ଦିନ ମଧ୍ୟରେ କରୋନା ସଂକ୍ରମଣ ସଂଖ୍ୟା ପାଖାପାଖି ଦୁଇ ଗୁଣରୁ ଅଧିକ ହୋଇଛି ।
ଏହା ବି ପଢ଼ନ୍ତୁ: ପ୍ରେମରେ ଭଲ ସମ୍ପର୍କ ଓ ଖରାପ ସମ୍ପର୍କ ଭିତରେ କ’ଣ କ’ଣ ପାର୍ଥକ୍ୟ ରହିଛି? ଜାଣନ୍ତୁଏହା ବି ପଢ଼ନ୍ତୁ: ଐଶ୍ୱର୍ଯ୍ୟା ରାୟ ବଚ୍ଚନ ଓ ଝିଅ ଆରାଧ୍ୟା କରୋନାକୁ ହରେଇଲେ, ହସପିଟାଲରୁ ଡିସଚାର୍ଜ ହେଲେଏହା ବି ପଢ଼ନ୍ତୁ: ଗବେଷଣାରୁ ଜଣାପଡ଼ିଲା କାହିଁକି ମହିଳାଙ୍କ ତୁଳନାରେ ପୁରୁଷମାନେ କରୋନାର ଅଧିକ ଶିକାର ହେଉଛନ୍ତିରାଜ୍ୟରେ ଚଳିତ ମାସରେ କରେନା ପଜିଟିଭଙ୍କ ସଂଖ୍ୟା ଦୃତ ଗତିରେ ବଢ଼ିଚାଲିଥିବା ବେଳେ ମୃତ୍ୟୁ ସଂଖ୍ୟା ମଧ୍ୟ ବୃଦ୍ଧି ପାଇଛି । ପ୍ରତି ଦିନ ୫୦୦ରୁ ଅଧିକ ନୂଆ ମାମଲା ସାମ୍ନାକୁ ଆସୁଥିବା ବେଳେ ଗତ ସାତ ଦିନ ହେବ ୧,୦୦୦ ପାର୍ କରିଛି ସଂକ୍ରମିତଙ୍କ ସଂଖ୍ୟା । ଏହା ଏବେ ପ୍ରଶାସନର ମୁଣ୍ଡ ବିନ୍ଧାର କାରଣ ସାଜିଛି ।
ନ୍ୟୁଜ୍ ୧୮ ଓଡ଼ିଆରେ ବ୍ରେକିଙ୍ଗ୍ ନ୍ୟୁଜ୍ ପଢ଼ିବାରେ ପ୍ରଥମ ହୁଅନ୍ତୁ| ଆଜିର ସର୍ବଶେଷ ଖବର, ଲାଇଭ୍ ନ୍ୟୁଜ୍ ଅପଡେଟ୍, ନ୍ୟୁଜ୍ ୧୮ ଓଡ଼ିଆ ୱେବସାଇଟରେ ସବୁଠାରୁ ନିର୍ଭରଯୋଗ୍ୟ ଓଡ଼ିଆ ଖବର ପଢ଼ନ୍ତୁ ।