ଭୁବନେଶ୍ୱର: ରାଜ୍ୟରେ ଆହୁରି ୧୦ ଜଣ ଆକ୍ରାନ୍ତଙ୍କ ଜୀବନ ନେଇଛି କରୋନା ଭାଇରସ୍ । ଏଥି ସହ ମୃତ୍ୟୁ ସଂଖ୍ୟା ୩୭୨ ରେ ପହଞ୍ଚିଛି । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ୨୯ଟି ଜିଲ୍ଲାରୁ ଆଉ ୨,୫୮୯ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ୬୭,୧୨୨ ଟପିଲା କରୋନା ଆକ୍ରାନ୍ତଙ୍କ ସଂଖ୍ୟା ।
ଦଶ ଜଣଙ୍କ ମୃତକଙ୍କ ମଧ୍ୟରେ ଗଞ୍ଜାମ ଜିଲ୍ଲାରୁ ୪ଜଣ, ଖୋର୍ଦ୍ଧା ଓ ସୁନ୍ଦରଗଡ଼ରୁ ୨ଜଣ ଲେଖାଏଁ, ଭଦ୍ରକ ଓ ବରଗଡ଼ରୁ ଜଣେ ଲେଖାଏଁ ବାସିନ୍ଦା ଅଛନ୍ତି ବୋଲି ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ମିଳିଛି । ଗଞ୍ଜାମରେ ମୋଟ କରୋନା ମୃତ୍ୟୁ ସଂଖ୍ୟା ୧୬୨ କୁ ବୃଦ୍ଧି ପାଇଛି । ଗଞ୍ଜାମ ଜିଲ୍ଲାରେ ଚାରି ଜଣ ମୃତକଙ୍କ ମଧ୍ୟରୁ ଜଣେ ୭୩ ବର୍ଷୀୟା ମହିଳା ଥିବାବେଳେ ଅନ୍ୟ ତିନି ଜଣ ୫୮,୫୦ ଓ ୪୨ ବର୍ଷୀୟ ପୁରୁଷ ଅଛନ୍ତି । ସମସ୍ତ ମୃତକ ପୂର୍ବରୁ କୌଣସି ରୋଗରେ ପୀଡ଼ିତ ନ ଥିବା ସ୍ୱାସ୍ଥ୍ୟ ବିଭାଗ ତରଫରୁ ସୂଚନା ମିଳିଛି।
ଖୋର୍ଦ୍ଧା ଜିଲ୍ଲାରେ ଦୁଇଜଣ ମୃତକ ୩୨ ଓ ୮୦ ବର୍ଷୀୟ ପୁରୁଷ । ୩୨ ବର୍ଷୀୟ ପୁରୁଷ ମଧୁମେହ ଓ ଉଚ୍ଚ ରକ୍ତଚାପ ରୋଗରେ ପୀଡ଼ିତ ଥିବା ବେଳେ ୮୦ ବର୍ଷୀୟ ପୁରୁଷ ଉଚ୍ଚ ରକ୍ତଚାପ ରୋଗରେ ପୀଡ଼ିତ ଥିଲେ । ସୁନ୍ଦରଗଡ଼ରୁ ଜିଲ୍ଲାରେ ଦୁଇଜଣ ମୃତକ ମଧ୍ୟରୁ ଜଣେ ୫୫ ବର୍ଷୀୟ ପୁରୁଷ ଓ ଅନ୍ୟଜଣେ ୫୫ ବର୍ଷୀୟା ମହିଳା ଅଛନ୍ତି । ୫୫ ବର୍ଷୀୟ ପୁରୁଷ କରୋନା ଅର୍ଟରୀ ରୋଗରେ ପୀଡ଼ିତ ଥିବାବେଳେ, ୫୫ ବର୍ଷୀୟା ମହିଳାମଧୁମେହ ଓ ଉଚ୍ଚ ରକ୍ତଚାପ ରୋଗରେ ପୀଡ଼ିତ ଥିଲେ । ଭଦ୍ରକ ଜିଲ୍ଲାରେ ମୃତକ ଜଣେ ୩୦ ବର୍ଷୀୟ ପୁରୁଷ ଓ ସେ କ୍ରୋନିକ କୀଡୀନି ରୋଗରେ ପୀଡ଼ିତ ଥିଲେ । ବରଗଡ଼ ଜିଲ୍ଲାରେ ମୃତକ ଜଣେ ୪୬ ବର୍ଷୀୟ ପୁରୁଷ ଓ ସେ ମଧୁମେହ, ଉଚ୍ଚ ରକ୍ତଚାପ ରୋଗରେ ପୀଡ଼ିତ ଥିଲେ ବୋଲି ସ୍ୱାସ୍ଥ୍ୟ ବିଭାଗ ତରଫରୁ ସୂଚନା ଦିଆ ଯାଇଛି।

ରାଜ୍ୟରେ କରୋନା ସଂକ୍ରମଣର ତାଜା ସ୍ଥିତିର ମ୍ୟାପ୍
ନୂଆ ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ସଙ୍ଗରୋଧ କେନ୍ଦ୍ରରୁ ୧,୫୭୪ ଜଣ ଅଛନ୍ତି । ବାକି ୧,୦୧୫ ଜଣ ଆକ୍ରାନ୍ତ ସ୍ଥାନୀୟ ବାସିନ୍ଦା । ଏହାକୁ ମିଶାଇ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୬୭,୧୨୨ କୁ ବୃଦ୍ଧି ପାଇଛି।
ଖୋର୍ଦ୍ଧାରୁ ଆଜି ସର୍ବାଧିକ ୪୬୬ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଗଞ୍ଜାମରୁ ୨୪୬, ନୟାଗଡ଼ରୁ ୨୪୨, ପୁରୀରୁ ୨୩୫, ରାୟଗଡ଼ାରୁ ୨୨୧, କଟକରୁ ୨୨୨, ସୁନ୍ଦରଗଡ଼ରୁ ୧୫୫, ବାଲେଶ୍ୱରରୁ ୧୫୦, ମୟୂରଭଞ୍ଜରୁ ୧୧୭ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଅନୁଗୁଳରୁ ୨୦, ବରଗଡ଼ରୁ ୬୭, ଭଦ୍ରକର ୪୭, ବୌଦ୍ଧରୁ ୧୬, ଢେଙ୍କାନାଳରୁ ୨୫, ଗଜପତିରୁ ୩୬, ଜଗତସିଂହପୁରରୁ ୨୧, ଯାଜପୁରରୁ ୯୫, ଝାରସୁଗୁଡ଼ାରୁ ୧୮, କଳାହାଣ୍ଡିରୁ ୪୨, କନ୍ଧମାଳରୁ ୩୦, କେନ୍ଦ୍ରପଡ଼ାରୁ ୧୦, କେନ୍ଦୁଝର ୫୩, କୋରାପୁଟରୁ ୯୨, ମାଲକାନିଗିରିରୁ ୭୩, ନବରଙ୍ଗପୁରରୁ ୩୬, ନୟାଗଡ଼ରୁ ୧୧, ନୂଆପଡ଼ାରୁ ୬, ସମ୍ବଲପୁରରୁ ୬୬, ସୋନପୁର ୨୬ ଓ ବଲାଙ୍ଗୀରରୁ ଜଣେ ଲେଖାଏଁ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।
ଓଡ଼ିଶାରେ କରୋନା ଭାଇରସ୍ ସଂକ୍ରମଣ ତୀବ୍ର ଗତିରେ ବଢ଼ିଚାଲିଛି। ଏ ପର୍ଯ୍ୟନ୍ତ ରାଜ୍ୟରେ ୪୫,୩୧୪ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ବର୍ତ୍ତମାନ ୨୧,୩୮୩ ଜଣ ଆକ୍ରାନ୍ତ ବିଭିନ୍ନ କୋଭିଡ଼ ହସପିଟାଲରେ ଚିକିତ୍ସାଧୀନ ଅଛନ୍ତି।
ରାଜ୍ୟରେ ଚଳିତ ମାସରେ କରେନା ପଜିଟିଭଙ୍କ ସଂଖ୍ୟା ଦୃତ ଗତିରେ ବଢୁଥିବା ବେଳେ ମୃତ୍ୟୁ ସଂଖ୍ୟା ମଧ୍ୟ ବୃଦ୍ଧି ପାଇଛି । ଗତ ୫ ଦିନ ହେବ ରାଜ୍ୟରେ ୨,୦୦୦ ଅଧିକ ଆକ୍ରାନ୍ତ ସଂଖ୍ୟା ଦେଖିବାକୁ ମିଳିଛି । ଏହା ପ୍ରଶାସନ ପାଇଁ ବଡ଼ ଚିନ୍ତାର କାରଣ ହୋଇଛି ।
ନ୍ୟୁଜ୍ ୧୮ ଓଡ଼ିଆରେ ବ୍ରେକିଙ୍ଗ୍ ନ୍ୟୁଜ୍ ପଢ଼ିବାରେ ପ୍ରଥମ ହୁଅନ୍ତୁ| ଆଜିର ସର୍ବଶେଷ ଖବର, ଲାଇଭ୍ ନ୍ୟୁଜ୍ ଅପଡେଟ୍, ନ୍ୟୁଜ୍ ୧୮ ଓଡ଼ିଆ ୱେବସାଇଟରେ ସବୁଠାରୁ ନିର୍ଭରଯୋଗ୍ୟ ଓଡ଼ିଆ ଖବର ପଢ଼ନ୍ତୁ ।