ରାଜ୍ୟରେ ଆଉ ୧୦ ଜଣଙ୍କ ଜୀବନ ନେଲା କରୋନା; ମୋଟ ମୃତକ ୪୯୨; ପୁଣି ୨,୬୦୨ ନୂଆ ମାମଲା

ନୂଆ ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ସଙ୍ଗରୋଧ କେନ୍ଦ୍ରରୁ ୧,୫୬୧ ଜଣ ଅଛନ୍ତି । ବାକି ୧,୦୪୧ ଜଣ ଆକ୍ରାନ୍ତ ସ୍ଥାନୀୟ ବାସିନ୍ଦା । ଗଞ୍ଜାମରେ କରୋନା ମୃତ୍ୟୁ ସଂଖ୍ୟା ୧୯୦କୁ ବୃଦ୍ଧି ପାଇଛି । ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧,୦୩,୫୩୬ ହେଲାଣି ।

ରାଜ୍ୟରେ ଆଉ ୧୦ ଜଣଙ୍କ ଜୀବନ ନେଲା କରୋନା; ମୋଟ ମୃତକ ୪୯୨; ପୁଣି ୨,୬୦୨ ନୂଆ ମାମଲା
ପ୍ରତୀକାତ୍ମକ ଛବି
  • News18 Odia
  • Last Updated: August 31, 2020, 1:21 PM IST
  • Share this:
  • Byline Facebook
  • Byline Twitter
  • Byline Linkedin
News18 Odia Digital

ଭୁବନେଶ୍ୱର: ରାଜ୍ୟରେ ଆହୁରି ୧୦ ଜଣ ଆକ୍ରାନ୍ତଙ୍କ ଜୀବନ ନେଇଛି କରୋନା ଭାଇରସ୍ । ଏଥି ସହ ମୃତ୍ୟୁ ସଂଖ୍ୟା ୪୯୨ ରେ ପହଞ୍ଚିଛି । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ୩୦ ଟି ଜିଲ୍ଲାରୁ ଆଉ ୨,୬୦୨ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ୧,୦୩,୫୩୬ ଟପିଲା କରୋନା ଆକ୍ରାନ୍ତଙ୍କ ସଂଖ୍ୟା ।

ବାର ଜଣଙ୍କ ମୃତକଙ୍କ ମଧ୍ୟରୁ ଖୋର୍ଦ୍ଧା ଓ କନ୍ଧମାଳରୁ ସର୍ବାଧିକ ୩ଜଣଙ୍କ ଲେଖାଏଁ ମୃତ୍ୟୁ ଘଟିଛି । ସେହିପରି ଗଞ୍ଜାମ, ନୟାଗଡ଼, ରାୟଗଡ଼ା ଓ ସୁନ୍ଦରଗଡ଼ରୁ ଜଣେ ଲେଖାଏଁ ଆକ୍ରାନ୍ତ ଥିଲେ ବୋଲି ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ମିଳିଛି । ଖୋର୍ଦ୍ଧାରୁ ଜିଲ୍ଲାରେ ୩ ଜଣଙ୍କ ମୃତକଙ୍କ ମଧ୍ୟରୁ ଜଣେ ୫୬ ବର୍ଷୀୟ ପୁରୁଷ ଓ ୬୦ ବର୍ଷୀୟା ଲେଖାଏଁ ଅନ୍ୟ ଦୁଇଜଣ ମହିଳା ଅଛନ୍ତି । ୫୬ ବର୍ଷୀୟ ପୁରୁଷ ପୂର୍ବରୁ ମଧୁମେହ, ଉଚ୍ଚ ରକ୍ତଚାପ ଓ ଆଞ୍ଜିଓପ୍ଲାଷ୍ଟି ରୋଗରେ ପୀଡ଼ିତ ଥିଲେ । ଜଣେ ୬୦ ବର୍ଷୀୟା ମହିଳା ପୂର୍ବରୁ ମଧୁମେହ ଓ ଉଚ୍ଚ ରକ୍ତଚାପ ରୋଗରେ ପୀଡ଼ିତ ଥିଲା ବେଳେ ଅନ୍ୟଜଣେ ୬୦ ବବର୍ଷୀୟା ମହିଳା ପୂର୍ବରୁ କୌଣସି ରୋଗରେ ପୀଡ଼ିତ ନ ଥିବା ସ୍ୱାସ୍ଥ୍ୟ ବିଭାଗ ତରଫରୁ ସୂଚନା ଦିଆ ଯାଇଛି ।

କନ୍ଧମାଳରୁ ଜିଲ୍ଲାରେ ୩ ଜଣଙ୍କ ମୃତକଙ୍କ ମଧ୍ୟରୁ ୪୩, ୫୮ ଓ ୪୨ ବର୍ଷୀୟ ପୁରୁଷ ଅଛନ୍ତି । ୪୩ ବର୍ଷୀୟ ପୁରୁଷ ପୂର୍ବରୁ କ୍ରୋନିକ କୀଡୀନି ରୋଗ ସମେତ ମଧୁମେହ ଓ ଉଚ୍ଚ ରକ୍ତଚାପ ରୋଗରେ ପୀଡ଼ିତ ଥିଲେ । ୫୮ ବର୍ଷୀୟ ପୁରୁଷ ପୂର୍ବରୁ ମଧୁମେହ ଓ ଉଚ୍ଚ ରକ୍ତଚାପ ରୋଗରେ ପୀଡ଼ିତ ଥିଲା ବେଳେ ୪୨ ବର୍ଷୀୟ ପୁରୁଷ ପୂର୍ବରୁ ହେପାଟାଇଟିସ୍ ବି ଓ ଟାଇଫଏଡ୍ ଜ୍ୱର ରୋଗରେ ପୀଡ଼ିତ ଥିବା ସ୍ୱାସ୍ଥ୍ୟ ବିଭାଗ ତରଫରୁ ସୂଚନା ଦିଆ ଯାଇଛି ।

ଗଞ୍ଜାମ ଜିଲ୍ଲାରେ ମୃତକ ଜଣେ ୪୮ ବର୍ଷୀୟ ପୁରୁଷ ଓ ସେ ପୂର୍ବରୁ ମଧୁମେହ ଓ ଉଚ୍ଚ ରକ୍ତଚାପ ରୋଗରେ ପୀଡ଼ିତ ଥିଲେ । ନୟାଗଡ଼ ଜିଲ୍ଲାରେ ମୃତକ ଜଣେ ୭୩ ବର୍ଷୀୟ ପୁରୁଷ ଓ ସେ ପୂର୍ବରୁ କୌଣସି ରୋଗରେ ପୀଡ଼ିତ ନ ଥିଲେ । ରାୟଗଡ଼ା ଜିଲ୍ଲାରେ ମୃତକ ଜଣେ ୪୮ ବର୍ଷୀୟ ପୁରୁଷ ଓ ସେ ପୂର୍ବରୁ କ୍ରୋନିକ ଯକୃତ ରୋଗ ପୀଡ଼ିତ ଥିଲେ । ସୁନ୍ଦରଗଡ଼ ଜିଲ୍ଲାରେ ମୃତକ ଜଣେ ୭୧ ବର୍ଷୀୟ ପୁରୁଷ ଓ ସେ ପୂର୍ବରୁ ମଧୁମେହ ଓ ଉଚ୍ଚ ରକ୍ତଚାପ ପୀଡ଼ିତ ଥିବା ସ୍ୱାସ୍ଥ୍ୟ ବିଭାଗ ତରଫରୁ ସୂଚନା ଦିଆ ଯାଇଛି ।

ରାଜ୍ୟରେ କରୋନା ସଂକ୍ରମଣର ତାଜା ସ୍ଥିତିର ମ୍ୟାପ୍


ନୂଆ ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ସଙ୍ଗରୋଧ କେନ୍ଦ୍ରରୁ ୧,୫୬୧ ଜଣ ଅଛନ୍ତି । ବାକି ୧,୦୪୧ ଜଣ ଆକ୍ରାନ୍ତ ସ୍ଥାନୀୟ ବାସିନ୍ଦା। ଏହାକୁ ମିଶାଇ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧,୦୩,୫୩୬ କୁ ବୃଦ୍ଧି ପାଇଛି।

ଖୋର୍ଦ୍ଧାରୁ ଆଜି ସର୍ବାଧିକ ୬୧୬ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । କଟକରୁ ୨୩୬, ଗଞ୍ଜାମରୁ ୧୯୦, କେନ୍ଦ୍ରପଡ଼ାରୁ ୧୨୮, କୋରାପୁଟରୁ ୧୨୭, ଯାଜପୁର ଓ ବାଲେଶ୍ୱରରୁ ୧୦୩ ଜଣ ଲେଖାଏଁ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଅନୁଗୁଳରୁ ୧୪, ବରଗଡ଼ରୁ ୮୨, ଭଦ୍ରକରୁ ୪୭, ବଲାଙ୍ଗୀରରୁ ୪୨, ବୌଦ୍ଧରୁ ୯, ଦେଓଗଡ଼ରୁ ୩, ଢେଙ୍କାନାଳରୁ ୬୭, ଗଜପତିରୁ ୭, ଜଗତସିଂହପୁର ୮୨, ଝାରସୁଗୁଡ଼ାରୁ ୮୫, କଳାହାଣ୍ଡିରୁ ୬୩, କନ୍ଧମାଳରୁ ୧୭, କେନ୍ଦୁଝର ୮୬, ମାଲକାନିଗିରିରୁ ୮୦, ମୟୂରଭଞ୍ଜରୁ ୭୨, ନବରଙ୍ଗପୁରରୁ ୧୮, ନୟାଗଡ଼ରୁ ୯୧, ନୂଆପଡ଼ାରୁ ୧୬, ପୁରୀରୁ ୪୬, ରାୟଗଡ଼ାରୁ ୫୪, ସମ୍ବଲପୁରରୁ ୭୮, ସୋନପୁରରୁ ୨୧ ଓ ସୁନ୍ଦରଗଡରୁ ୧୯ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।

ଏହା ବି ପଢ଼ନ୍ତୁ ସେପ୍ଟେମ୍ବର ୧ରୁ ବଦଳିଯିବ ଏହି ସବୁ ନିୟମ; ଆପଣଙ୍କ ପର୍ସ ଉପରେ ପଡ଼ିପାରେ ପ୍ରଭାବ

ଏହା ବି ପଢ଼ନ୍ତୁ ଭାରତ-ପାକିସ୍ତାନ ସୀମାରେ BSF ଖୋଜି ପାଇଲା ସୁଡ଼ଙ୍ଗ; ବାଲି ବସ୍ତାରେ ଲେଖାଅଛି ‘କରାଚୀ’

ଓଡ଼ିଶାରେ କରୋନା ଭାଇରସ୍ ସଂକ୍ରମଣ ତୀବ୍ର ଗତିରେ ବଢ଼ିଚାଲିଛି । ଏ ପର୍ଯ୍ୟନ୍ତ ରାଜ୍ୟରେ ୭୩,୨୩୩ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ବର୍ତ୍ତମାନ ୨୯,୭୫୮ ଜଣ ଆକ୍ରାନ୍ତ ବିଭିନ୍ନ କୋଭିଡ଼ ହସପିଟାଲରେ ଚିକିତ୍ସାଧୀନ ଅଛନ୍ତି ।



ରାଜ୍ୟରେ ଚଳିତ ମାସରେ କରେନା ପଜିଟିଭଙ୍କ ସଂଖ୍ୟା ଦୃତ ଗତିରେ ବଢୁଥିବା ବେଳେ ମୃତ୍ୟୁ ସଂଖ୍ୟା ମଧ୍ୟ ବୃଦ୍ଧି ପାଇଛି ।ଗତ କିଛିଦିନ ହେବ ରାଜ୍ୟରେ ଦ୍ରୁତଗତିରେ କରୋନା ଭାଇରସ୍ ସଂକ୍ରମଣ ବୃଦ୍ଧି ପାଇଛି । ଏହା ପ୍ରଶାସନ ପାଇଁ ବଡ଼ ଚିନ୍ତାର କାରଣ ହୋଇଛି ।
Published by: Jagdish Barik
First published: August 31, 2020, 1:21 PM IST
corona virus btn
corona virus btn
Loading