News18 Odia Digital
ଭୁବନେଶ୍ୱର: ରାଜ୍ୟରେ ଆହୁରି ୭ ଜଣ ଆକ୍ରାନ୍ତଙ୍କ ଜୀବନ ନେଇଛି କରୋନା ଭାଇରସ୍ । ଏଥି ସହ ମୃତ୍ୟୁ ସଂଖ୍ୟା ୫୩୮ ରେ ପହଞ୍ଚିଛି । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ୩୦ଟି ଜିଲ୍ଲାରୁ ଆଉ ୩,୫୪୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ୧,୨୦,୨୨୧ ଟପିଲା କରୋନା ଆକ୍ରାନ୍ତଙ୍କ ସଂଖ୍ୟା ।
୭ ଜଣଙ୍କ ମୃତକଙ୍କ ମଧ୍ୟରୁ ଗଞ୍ଜାମ, ଖୋର୍ଦ୍ଧା, ବଲାଙ୍ଗୀର, କଟକ, ଭୁବନେଶ୍ୱର, ମାଲକାନଗିରି ଓ ସୁନ୍ଦରଗଡ଼ରୁ ଜଣେ ଲେଖାଏଁ ଆକ୍ରାନ୍ତ ଅଛନ୍ତି ବୋଲି ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ମିଳିଛି । ଗଞ୍ଜାମ ଜିଲ୍ଲାରେ ମୃତକ ଜଣେ ୭୬ ବର୍ଷୀୟ ପୁରୁଷ ଓ ସେ ପୂର୍ବରୁ ମଧୁମେହ ରୋଗରେ ପୀଡ଼ିତ ଥିବା ସ୍ୱାସ୍ଥ୍ୟ ବିଭାଗ ତରଫରୁ ସୂଚନା ଦିଆ ଯାଇଛି ।
ଖୋର୍ଦ୍ଧା ଜିଲ୍ଲାରେ ମୃତକ ଜଣେ ୫୯ ବର୍ଷୀୟ ପୁରୁଷ ଓ ସେ ପୂର୍ବରୁ କ୍ରନିକ୍ ଅବଷ୍ଟ୍ରକ୍ଟିଭ୍ ଫୁସଫୁସ ରୋଗରେ ପୀଡ଼ିତ ଥିଲେ । ବଲାଙ୍ଗୀର ଜିଲ୍ଲାରେ ମୃତକ ଜଣେ ୭୮ ବର୍ଷୀୟ ପୁରୁଷ ଓ ସେ ପୂର୍ବରୁ ମଧୁମେହ, ଉଚ୍ଚ ରକ୍ତଚାପ ଓ ପୁରୁଣା ସେରେବ୍ରୋ ଭାସ୍କୁଲାର ରୋଗରେ ପୀଡ଼ିତ ଥିଲେ । କଟକ ଜିଲ୍ଲାରେ ମୃତକ ଜଣେ ୬୧ ବର୍ଷୀୟ ପୁରୁଷ ଓ ସେ ପୂର୍ବରୁ ମଧୁମେହ ରୋଗରେ ପୀଡ଼ିତ ଥିଲେ । ଭୁବନେଶ୍ୱରର ମୃତକ ଜଣେ ୭୦ ବର୍ଷୀୟ ପୁରୁଷ ଓ ସେ ପୂର୍ବରୁ କୌଣସି ରୋଗରେ ପୀଡ଼ିତ ନ ଥିଲେ । ମାଲକାନଗିରି ଜିଲ୍ଲାରେ ମୃତକ ଜଣେ ୭୦ ବର୍ଷୀୟ ଶିଶୁ ଓ ସେ ପୂର୍ବରୁ ଲ୍ୟୁକେମିଆ ରୋଗରେ ପୀଡ଼ିତ ଥିଲେ । ସୁନ୍ଦରଗଡ଼ ଜିଲ୍ଲାରେ ମୃତକ ଜଣେ ୬୮ ବର୍ଷୀୟ ଶିଶୁ ଓ ସେ ପୂର୍ବରୁ ମଧୁମେହ ରୋଗରେ ପୀଡ଼ିତ ଥିବା ସ୍ୱାସ୍ଥ୍ୟ ବିଭାଗ ତରଫରୁ ସୂଚନା ଦିଆ ଯାଇଛି ।

ରାଜ୍ୟରେ କରୋନା ସଂକ୍ରମଣର ତାଜା ସ୍ଥିତିର ମ୍ୟାପ୍
ନୂଆ ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ସଙ୍ଗରୋଧ କେନ୍ଦ୍ରରୁ ୨,୧୬୧ ଜଣ ଅଛନ୍ତି । ବାକି ୧,୩୮୨ ଜଣ ଆକ୍ରାନ୍ତ ସ୍ଥାନୀୟ ବାସିନ୍ଦା । ଏହାକୁ ମିଶାଇ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧,୨୦,୨୨୧କୁ ବୃଦ୍ଧି ପାଇଛି।
ଖୋର୍ଦ୍ଧାରୁ ଆଜି ସର୍ବାଧିକ ୮୭୮ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ମୟୂରଭଞ୍ଜରୁ ୩୨୬, କଟକରୁ ୨୯୫, ବରଗଡ଼ରୁ ୨୭୪, ଯାଜପୁରରୁ ୨୦୬, ବାଲେଶ୍ୱରରୁ ୧୫୩ ଓ ଗଞ୍ଜାମରୁ ୧୦୨ ଜଣ ଲେଖାଏଁ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଅନୁଗୁଳରୁ ୬୮, ଭଦ୍ରକରୁ ୫୦, ବଲାଙ୍ଗୀରରୁ ୩୭, ବୌଦ୍ଧରୁ ୬୭, ଦେଓଗଡ଼ରୁ ୪, ଢେଙ୍କାନାଳରୁ ୬୯, ଗଜପତିରୁ ୨୯, ଜଗତସିଂହପୁର ୮୫, ଝାରସୁଗୁଡ଼ାରୁ ୮୭, କଳାହାଣ୍ଡିରୁ ୩୭, କନ୍ଧମାଳରୁ ୩୮, କେନ୍ଦ୍ରାପଡ଼ାରୁ ୪୮, କେନ୍ଦୁଝରରୁ ୪୪, କୋରାପୁଟରୁ ୯୦, ମାଲକାନିଗିରିରୁ ୨୫, ନବରଙ୍ଗପୁରରୁ ୩୩, ନୟାଗଡ ୩୪, ନୂଆପଡ଼ାରୁ ୯୮, ପୁରୀରୁ ୬୧, ରାୟଗଡ଼ାରୁ ୬୭, ସମ୍ବଲପୁରରୁ ୮୩, ସୋନପୁରରୁ ୯୯ ଓ ସୁନ୍ଦରଗଡରୁ ୫୬ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।
ଓଡ଼ିଶାରେ କରୋନା ଭାଇରସ୍ ସଂକ୍ରମଣ ତୀବ୍ର ଗତିରେ ବଢ଼ିଚାଲିଛି । ଏ ପର୍ଯ୍ୟନ୍ତ ରାଜ୍ୟରେ ୯୦,୩୩୧ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ବର୍ତ୍ତମାନ ୨୯,୨୯୯ ଜଣ ଆକ୍ରାନ୍ତ ବିଭିନ୍ନ କୋଭିଡ଼ ହସପିଟାଲରେ ଚିକିତ୍ସାଧୀନ ଅଛନ୍ତି ।
ରାଜ୍ୟରେ ଚଳିତ ମାସରେ କରେନା ପଜିଟିଭଙ୍କ ସଂଖ୍ୟା ଦୃତ ଗତିରେ ବଢୁଥିବା ବେଳେ ମୃତ୍ୟୁ ସଂଖ୍ୟା ମଧ୍ୟ ବୃଦ୍ଧି ପାଇଛି । ଗତ କିଛିଦିନ ହେବ ରାଜ୍ୟରେ ଦ୍ରୁତଗତିରେ କରୋନା ଭାଇରସ୍ ସଂକ୍ରମଣ ବୃଦ୍ଧି ପାଇଛି । ଏହା ପ୍ରଶାସନ ପାଇଁ ବଡ଼ ଚିନ୍ତାର କାରଣ ହୋଇଛି ।
ନ୍ୟୁଜ୍ ୧୮ ଓଡ଼ିଆରେ ବ୍ରେକିଙ୍ଗ୍ ନ୍ୟୁଜ୍ ପଢ଼ିବାରେ ପ୍ରଥମ ହୁଅନ୍ତୁ| ଆଜିର ସର୍ବଶେଷ ଖବର, ଲାଇଭ୍ ନ୍ୟୁଜ୍ ଅପଡେଟ୍, ନ୍ୟୁଜ୍ ୧୮ ଓଡ଼ିଆ ୱେବସାଇଟରେ ସବୁଠାରୁ ନିର୍ଭରଯୋଗ୍ୟ ଓଡ଼ିଆ ଖବର ପଢ଼ନ୍ତୁ ।