ରାଜ୍ୟରେ ଆଉ ୮ ଜଣଙ୍କ ଜୀବନ ନେଲା କରୋନା; ମୋଟ ମୃତକ ୫୨୨; ପୁଣି ୩,୬୩୧ ନୂଆ ମାମଲା ଚିହ୍ନଟ ହେଲେ

ନୂଆ ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ସଙ୍ଗରୋଧ କେନ୍ଦ୍ରରୁ ୨,୨୧୪ ଜଣ ଅଛନ୍ତି । ବାକି ୧,୪୧୭ ଜଣ ଆକ୍ରାନ୍ତ ସ୍ଥାନୀୟ ବାସିନ୍ଦା । ଗଞ୍ଜାମରେ କରୋନା ମୃତ୍ୟୁ ସଂଖ୍ୟା ୧୯୭କୁ ବୃଦ୍ଧି ପାଇଛି । ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧,୧୩,୪୧୧ ହେଲାଣି ।

ରାଜ୍ୟରେ ଆଉ ୮ ଜଣଙ୍କ ଜୀବନ ନେଲା କରୋନା; ମୋଟ ମୃତକ ୫୨୨; ପୁଣି ୩,୬୩୧ ନୂଆ ମାମଲା ଚିହ୍ନଟ ହେଲେ
ପ୍ରତୀକାତ୍ମକ ଛବି
  • News18 Odia
  • Last Updated: September 3, 2020, 1:33 PM IST
  • Share this:
  • Byline Facebook
  • Byline Twitter
  • Byline Linkedin

News18 Odia Digital


ଭୁବନେଶ୍ୱର: ରାଜ୍ୟରେ ଆହୁରି ୮ ଜଣ ଆକ୍ରାନ୍ତଙ୍କ ଜୀବନ ନେଇଛି କରୋନା ଭାଇରସ୍ । ଏଥି ସହ ମୃତ୍ୟୁ ସଂଖ୍ୟା ୫୨୨ ରେ ପହଞ୍ଚିଛି । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ୩୦ଟି ଜିଲ୍ଲାରୁ ଆଉ ୩,୬୩୧ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ୧,୧୩,୪୧୧ ଟପିଲା କରୋନା ଆକ୍ରାନ୍ତଙ୍କ ସଂଖ୍ୟା ।


୮ ଜଣଙ୍କ ମୃତକଙ୍କ ମଧ୍ୟରୁ ଗଞ୍ଜାମରୁ ସର୍ବାଧିକ ୩ଜଣଙ୍କ ଲେଖାଏଁ ମୃତ୍ୟୁ ଘଟିଛି । ସେହିପରି କଟକରୁ ୨ଜଣ, ଖୋର୍ଦ୍ଧା, ବାଲେଶ୍ୱର, କନ୍ଧମାଳରୁ ଜଣେ ଲେଖାଏଁ ଆକ୍ରାନ୍ତ ଥିଲେ ବୋଲି ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ମିଳିଛି । ଗଞ୍ଜାମ ଜିଲ୍ଲାରେ ୩ ଜଣଙ୍କ ମୃତକଙ୍କ ମଧ୍ୟରୁ ଜଣେ ୭୮ ବର୍ଷୀୟା ମହିଳା ଓ ଅନ୍ୟ ଦୁଇଜଣ ୫୬ ଓ ୪୫ ବର୍ଷୀୟ ପୁରୁଷ । ୭୮ ବର୍ଷୀୟା ମହିଳା ଓ ୫୬ ବର୍ଷୀୟ ପୁରୁଷ ପୂର୍ବରୁ ମଧୁମେହ ରୋଗରେ ପୀଡ଼ିତ ଥିଲା ବେଳେ ୪୫ ବର୍ଷୀୟ ପୁରୁଷ ପୂର୍ବରୁ କୌଣସି ରୋଗରେ ପୀଡ଼ିତ ନ ଥିବା ସ୍ୱାସ୍ଥ୍ୟ ବିଭାଗ ତରଫରୁ ସୂଚନା ଦିଆ ଯାଇଛି ।


କଟକ ଜିଲ୍ଲାରେ ୨ ଜଣଙ୍କ ମୃତକଙ୍କ ମଧ୍ୟରୁ ଜଣେ ୬୬ ବର୍ଷୀୟା ମହିଳା ଓ ଅନ୍ୟ ଜଣେ ୬୭ ବର୍ଷୀୟ ପୁରୁଷ ଅଛନ୍ତି । ୬୬ ବର୍ଷୀୟ ପୁରୁଷ ପୂର୍ବରୁ ମଧୁମେହ ରୋଗରେ ପୀଡ଼ିତ ଥିବା ବେଳେ ୬୭ ବର୍ଷୀୟ ପୁରୁଷ ପୂର୍ବରୁ ମଧୁମେହ ଓ ବ୍ରୋଙ୍କିଆଲ୍ ଆଜମା ରୋଗରେ ପୀଡ଼ିତ ଥିଲେ । ଖୋର୍ଦ୍ଧା ଜିଲ୍ଲାରେ ମୃତକ ଜଣେ ୭୨ ବର୍ଷୀୟ ପୁରୁଷ ଓ ସେ ପୂର୍ବରୁ ମଧୁମେହ ଓ ଉଚ୍ଚ ରକ୍ତଚାପ ରୋଗରେ ପୀଡ଼ିତ ଥିଲେ । ବାଲେଶ୍ୱର ଜିଲ୍ଲାରେ ମୃତକ ଜଣେ ୬୦ ବର୍ଷୀୟ ପୁରୁଷ ଓ ସେ ପୂର୍ବରୁ ମଧୁମେହ, ଉଚ୍ଚ ରକ୍ତଚାପ, କ୍ରୋନିକ କୀଡୀନି ରୋଗ (ଷ୍ଟେଜ୍-ଭି) ଓ ଇସକେମିକ୍ ହୃଦ୍ ରୋଗରେ ପୀଡ଼ିତ ଥିଲେ। କନ୍ଧମାଳ ଜିଲ୍ଲାରେ ମୃତକ ଜଣେ ୫୦ ବର୍ଷୀୟା ମହିଳା ଓ ସେ ପୂର୍ବରୁ ମଧୁମେହ ରୋଗରେ ପୀଡ଼ିତ ଥିବା ସ୍ୱାସ୍ଥ୍ୟ ବିଭାଗ ତରଫରୁ ସୂଚନା ଦିଆ ଯାଇଛି ।




ରାଜ୍ୟରେ କରୋନା ସଂକ୍ରମଣର ତାଜା ସ୍ଥିତିର ମ୍ୟାପ୍

ନୂଆ ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ସଙ୍ଗରୋଧ କେନ୍ଦ୍ରରୁ ୨,୨୧୪ ଜଣ ଅଛନ୍ତି । ବାକି ୧,୪୧୭ ଜଣ ଆକ୍ରାନ୍ତ ସ୍ଥାନୀୟ ବାସିନ୍ଦା । ଏହାକୁ ମିଶାଇ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧,୧୩,୪୧୧କୁ ବୃଦ୍ଧି ପାଇଛି।


ଖୋର୍ଦ୍ଧାରୁ ଆଜି ସର୍ବାଧିକ ୭୨୨ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । କଟକରୁ ୩୭୦, ମୟୂରଭଞ୍ଜରୁ ୩୬୫, ବରଗଡ଼ରୁ ୨୩୮, ଭଦ୍ରକରୁ ୧୮୬, ପୁରୀରୁ ୧୫୭, ଯାଜପୁରରୁ ୧୨୭, ବାଲେଶ୍ୱରରୁ ୧୧୪, ରାୟଗଡ଼ାରୁ ୧୧୧, ଗଞ୍ଜାମରୁ ୧୦୭ ଓ ନୟାଗଡ଼ରୁ ୧୦୦ ଜଣ ଲେଖାଏଁ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଅନୁଗୁଳରୁ ୪୧, ବଲାଙ୍ଗୀରରୁ ୩୯, ବୌଦ୍ଧରୁ ୨୭, ଦେଓଗଡ଼ରୁ ୧୧, ଢେଙ୍କାନାଳରୁ ୫୬, ଗଜପତିରୁ ୯, ଜଗତସିଂହପୁର ୭୯, ଝାରସୁଗୁଡ଼ାରୁ ୮୦, କଳାହାଣ୍ଡିରୁ ୨୭, କନ୍ଧମାଳରୁ ୪୪, କେନ୍ଦ୍ରାପଡ଼ାରୁ ୮୫, କେନ୍ଦୁଝରରୁ ୮୦, କୋରାପୁଟରୁ ୯୩, ମାଲକାନିଗିରିରୁ ୫୫, ନବରଙ୍ଗପୁରରୁ ୪୬, ନୂଆପଡ଼ାରୁ ୪୯, , ସମ୍ବଲପୁରରୁ ୬୮, ସୋନପୁରରୁ ୫୦ ଓ ସୁନ୍ଦରଗଡରୁ ୯୫ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।


ଓଡ଼ିଶାରେ କରୋନା ଭାଇରସ୍ ସଂକ୍ରମଣ ତୀବ୍ର ଗତିରେ ବଢ଼ିଚାଲିଛି । ଏ ପର୍ଯ୍ୟନ୍ତ ରାଜ୍ୟରେ ୮୪,୦୭୩ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ବର୍ତ୍ତମାନ ୨୮,୭୬୩ ଜଣ ଆକ୍ରାନ୍ତ ବିଭିନ୍ନ କୋଭିଡ଼ ହସପିଟାଲରେ ଚିକିତ୍ସାଧୀନ ଅଛନ୍ତି ।


ରାଜ୍ୟରେ ଚଳିତ ମାସରେ କରେନା ପଜିଟିଭଙ୍କ ସଂଖ୍ୟା ଦୃତ ଗତିରେ ବଢୁଥିବା ବେଳେ ମୃତ୍ୟୁ ସଂଖ୍ୟା ମଧ୍ୟ ବୃଦ୍ଧି ପାଇଛି । ଗତ କିଛିଦିନ ହେବ ରାଜ୍ୟରେ ଦ୍ରୁତଗତିରେ କରୋନା ଭାଇରସ୍ ସଂକ୍ରମଣ ବୃଦ୍ଧି ପାଇଛି । ଏହା ପ୍ରଶାସନ ପାଇଁ ବଡ଼ ଚିନ୍ତାର କାରଣ ହୋଇଛି ।

Published by: Jagdish Barik
First published: September 3, 2020, 1:33 PM IST
corona virus btn
corona virus btn
Loading