News18 Odia Digital
ଭୁବନେଶ୍ୱର: ରାଜ୍ୟରେ ଆହୁରି ୯ ଜଣ ଆକ୍ରାନ୍ତଙ୍କ ଜୀବନ ନେଇଛି କରୋନା ଭାଇରସ୍ । ଏଥି ସହ ମୃତ୍ୟୁ ସଂଖ୍ୟା ୩୯୯ ରେ ପହଞ୍ଚିଛି । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ୨୯ଟି ଜିଲ୍ଲାରୁ ଆଉ ୨,୮୧୯ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ୭୫,୫୩୭ ଟପିଲା କରୋନା ଆକ୍ରାନ୍ତଙ୍କ ସଂଖ୍ୟା ।
ନଅ ଜଣଙ୍କ ମୃତକଙ୍କ ମଧ୍ୟରେ କଟକ ଜିଲ୍ଲାରୁ ୩ଜଣ, ସୁନ୍ଦରଗଡ଼ରୁ ୨ଜଣ, ବଲାଙ୍ଗୀର, ଗଞ୍ଜାମ, ମାଲକାନିଗିରି ଓ ରାୟଗଡାରୁ ଜଣେ ଲେଖାଏଁ ବାସିନ୍ଦା ଅଛନ୍ତି ବୋଲି ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ମିଳିଛି । ଗଞ୍ଜାମରେ ମୋଟ କରୋନା ମୃତ୍ୟୁ ସଂଖ୍ୟା ୧୭୧ କୁ ବୃଦ୍ଧି ପାଇଛି । କଟକ ଜିଲ୍ଲାରେ ତିନିଜଣ ମୃତକଙ୍କ ମଧ୍ୟରୁ ଦୁଇଜଣ ୭୦ ଓ ୫୧ ବର୍ଷୀୟା ମହିଳା ଥିବାବେଳେ ଅନ୍ୟ ଜଣେ ୫୦ ବର୍ଷୀୟ ପୁରୁଷ ଅଛନ୍ତି । ୭୦ ବର୍ଷୀୟା ମହିଳାଙ୍କୁ ଉଚ୍ଚ ରକ୍ତଚାପ, ମଧୁମେହ ଓ କରସିନୋମା ଗଲ୍ ବ୍ୟାଡର୍ ରୋଗ ପୀଡ଼ିତ ଥିବା ବେଳେ ୫୧ ବର୍ଷୀୟା ମହିଳା ମଧୁମେହ, ଉଚ୍ଚ ରକ୍ତଚାପ ଓ କ୍ରନିକ୍ ଅବଷ୍ଟ୍ରକ୍ଟିଭ୍ ପୁଲମୁନାରୀ ରୋଗରେ ପୀଡ଼ିତ ଥିବା ସ୍ୱାସ୍ଥ୍ୟ ବିଭାଗ ତରଫରୁ ସୂଚନା ମିଳିଛି ।
ସୁନ୍ଦରଗଡ଼ ଜିଲ୍ଲାରେ ଦୁଇ ଜଣ ମୃତକ ମଧ୍ୟରୁ ଜଣେ ୫୪ ଓ ୬୦ ବର୍ଷୀୟ ପୁରୁଷ ଅଛନ୍ତି । ୫୪ ବର୍ଷୀୟ ପୁରୁଷ ପୂର୍ବରୁ ମଧୁମେହ ଓ ଉଚ୍ଚ ରକ୍ତଚାପ ରୋଗରେ ପୀଡ଼ିତ ଥିବା ବେଳେ ୬୦ ବର୍ଷୀୟ ପୁରୁଷ ଡାଇବେଟିସ୍, ଡିଲେଟେଡ୍ କାର୍ଡିଓମିଓପାଥି ଓ ଡାହାଣ ପ୍ଲୁରାଲ୍ ଇଫ୍ୟୁଜନ୍ ରୋଗରେ ପୀଡ଼ିତ ଥିଲେ । ବଲାଙ୍ଗୀର ଜିଲ୍ଲାରେ ମୃତକ ଜଣେ ୨୮ ବର୍ଷୀୟ ପୁରୁଷ ଓ ସେ ମଧୁମେହ, ଉଚ୍ଚ ରକ୍ତଚାପ ରୋଗରେ ପୀଡ଼ିତ ଥିଲେ । ଗଞ୍ଜାମ ଜିଲ୍ଲାରେ ମୃତକ ଜଣେ ୬୦ ବର୍ଷୀୟ ପୁରୁଷ ଓ ସେ ପୂର୍ବରୁ କୌଣସି ସେପସିସ୍ ରୋଗରେ ପୀଡ଼ିତ ଥିଲେ । ମାଲକାନିଗିରି ଜିଲ୍ଲାରେ ମୃତକଙ୍କ ବୟସ ୫୩ ବର୍ଷ ଓ ସେ ପୂର୍ବରୁ ମଧୁମେହ ରୋଗରେ ପୀଡ଼ିତ ଥିଲେ । ରାୟଗଡା ଜିଲ୍ଲାରେ ମୃତକଙ୍କ ବୟସ ୫୧ବର୍ଷ ଓ ସେ ପୂର୍ବରୁ କୌଣସି ରୋଗରେ ପୀଡ଼ିତ ନ ଥିବା ସ୍ୱାସ୍ଥ୍ୟ ବିଭାଗ ତରଫରୁ ସୂଚନା ଦିଆ ଯାଇଛି ।

ରାଜ୍ୟରେ କରୋନା ସଂକ୍ରମଣର ତାଜା ସ୍ଥିତିର ମ୍ୟାପ୍
ନୂଆ ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ସଙ୍ଗରୋଧ କେନ୍ଦ୍ରରୁ ୧,୬୯୧ ଜଣ ଅଛନ୍ତି । ବାକି ୧,୧୨୮ ଜଣ ଆକ୍ରାନ୍ତ ସ୍ଥାନୀୟ ବାସିନ୍ଦା । ଏହାକୁ ମିଶାଇ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୭୫,୫୩୭କୁ ବୃଦ୍ଧି ପାଇଛି।
ଖୋର୍ଦ୍ଧାରୁ ଆଜି ସର୍ବାଧିକ ୪୪୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । କଟକରୁ ୨୫୭, ଗଞ୍ଜାମରୁ ୧୯୨, ରାୟଗଡ଼ାରୁ ୧୪୭, ସମ୍ବଲପୁରରୁ ୧୪୫, ବରଗଡ଼ରୁ ୧୩୬, ଯାଜପୁରରୁ ୧୨୦, ପୁରୀରୁ ୧୦୯, ବାଲେଶ୍ୱରରୁ ୧୦୫, ଢେଙ୍କାନାଳରୁ ୧୦୦ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଅନୁଗୁଳରୁ ୨୩, ଭଦ୍ରକରୁ ୭୭, ବଲାଙ୍ଗୀରରୁ ୫୬, ବୌଦ୍ଧରୁ ୬, ଗଜପତିରୁ ୬୨, ଜଗତସିଂହପୁରରୁ ୪୮, ଝାରସୁଗୁଡ଼ାରୁ ୬୩, କଳାହାଣ୍ଡିରୁ ୫୫, କନ୍ଧମାଳରୁ ୪୪, କେନ୍ଦ୍ରପଡ଼ାରୁ ୬୨, କେନ୍ଦୁଝର ୭, କୋରାପୁଟରୁ ୮୧, ମାଲକାନିଗିରିରୁ ୮୩, ନବରଙ୍ଗପୁରରୁ ୪୩, ନୟାଗଡ଼ରୁ ୬୪, ସୋନପୁର ୧୪, ସୁନ୍ଦରଗଡ଼ରୁ ୫୭ ଓ ନୂଆପଡ଼ାରୁ ଜଣେ ଲେଖାଏଁ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।
ଓଡ଼ିଶାରେ କରୋନା ଭାଇରସ୍ ସଂକ୍ରମଣ ତୀବ୍ର ଗତିରେ ବଢ଼ିଚାଲିଛି । ଏ ପର୍ଯ୍ୟନ୍ତ ରାଜ୍ୟରେ ୫୦,୫୦୩ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ବର୍ତ୍ତମାନ ୨୪,୫୮୨ ଜଣ ଆକ୍ରାନ୍ତ ବିଭିନ୍ନ କୋଭିଡ଼ ହସପିଟାଲରେ ଚିକିତ୍ସାଧୀନ ଅଛନ୍ତି ।
ରାଜ୍ୟରେ ଚଳିତ ମାସରେ କରେନା ପଜିଟିଭଙ୍କ ସଂଖ୍ୟା ଦୃତ ଗତିରେ ବଢୁଥିବା ବେଳେ ମୃତ୍ୟୁ ସଂଖ୍ୟା ମଧ୍ୟ ବୃଦ୍ଧି ପାଇଛି । ଗତ ୮ ଦିନ ହେବ ରାଜ୍ୟରେ ୨,୦୦୦ ଅଧିକ ଆକ୍ରାନ୍ତ ସଂଖ୍ୟା ଦେଖିବାକୁ ମିଳିଛି । ଏହା ପ୍ରଶାସନ ପାଇଁ ବଡ଼ ଚିନ୍ତାର କାରଣ ହୋଇଛି ।
ନ୍ୟୁଜ୍ ୧୮ ଓଡ଼ିଆରେ ବ୍ରେକିଙ୍ଗ୍ ନ୍ୟୁଜ୍ ପଢ଼ିବାରେ ପ୍ରଥମ ହୁଅନ୍ତୁ| ଆଜିର ସର୍ବଶେଷ ଖବର, ଲାଇଭ୍ ନ୍ୟୁଜ୍ ଅପଡେଟ୍, ନ୍ୟୁଜ୍ ୧୮ ଓଡ଼ିଆ ୱେବସାଇଟରେ ସବୁଠାରୁ ନିର୍ଭରଯୋଗ୍ୟ ଓଡ଼ିଆ ଖବର ପଢ଼ନ୍ତୁ ।