ରାଜ୍ୟରେ ଆଉ ୮ ଜଣଙ୍କ ଜୀବନ ନେଲା କରୋନା; ମୋଟ ମୃତକ ୬୪୫; ପୁଣି ୩,୬୪୫ ନୂଆ ମାମଲା ଚିହ୍ନଟ ହେଲେ

ନୂଆ ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ସଙ୍ଗରୋଧ କେନ୍ଦ୍ରରୁ ୨,୧୫୧ ଜଣ ଅଛନ୍ତି । ବାକି ୧,୪୯୪ ଜଣ ଆକ୍ରାନ୍ତ ସ୍ଥାନୀୟ ବାସିନ୍ଦା । ଆଜି ମଧ୍ୟ ସର୍ବାଧିକ ୫୧୭ ଜଣ କରୋନା ଆକ୍ରାନ୍ତ ଖୋର୍ଦ୍ଧା ଜିଲ୍ଲାରେ ଦେଖିବାକୁ ମିଳିଛି । ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧,୫୮,୬୫୦ ହେଲାଣି ।

ରାଜ୍ୟରେ ଆଉ ୮ ଜଣଙ୍କ ଜୀବନ ନେଲା କରୋନା; ମୋଟ ମୃତକ ୬୪୫; ପୁଣି ୩,୬୪୫ ନୂଆ ମାମଲା ଚିହ୍ନଟ ହେଲେ
ପ୍ରତୀକାତ୍ମକ ଛବି
  • News18 Odia
  • Last Updated: September 15, 2020, 12:04 PM IST
  • Share this:
  • Byline Facebook
  • Byline Twitter
  • Byline Linkedin
News18 Odia Digital

ଭୁବନେଶ୍ୱର: ରାଜ୍ୟରେ ଆହୁରି ୮ ଜଣ ଆକ୍ରାନ୍ତଙ୍କ ଜୀବନ ନେଇଛି କରୋନା ଭାଇରସ୍ । ଏଥି ସହ ମୃତ୍ୟୁ ସଂଖ୍ୟା ୬୪୫ ରେ ପହଞ୍ଚିଛି । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ୩୦ଟି ଜିଲ୍ଲାରୁ ଆଉ ୩,୬୪୫ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ୧,୫୮,୬୫୦ ଟପିଲା କରୋନା ଆକ୍ରାନ୍ତଙ୍କ ସଂଖ୍ୟା ।

୮ ଜଣଙ୍କ ମୃତକଙ୍କ ମଧ୍ୟରୁ କଟକ ଜିଲ୍ଲାରୁ ସର୍ବଧିକ ତିନି ଜଣ ଆକ୍ରାନ୍ତ ଅଛନ୍ତି । ସମ୍ବଲପୁରରୁ ୨ଜଣ, ବୌଦ୍ଧ, କନ୍ଧମାଳ ଓ ରାୟଗଡାରୁ ଜଣେ ଲେଖାଏଁ ଆକ୍ରାନ୍ତ ଅଛନ୍ତି ବୋଲି ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ମିଳିଛି । କଟକ ଜିଲ୍ଲାରେ ତିନି ଜଣ ମୃତକ ୫୦, ୫୨ ଓ ୪୫ ବର୍ଷୀୟ ପୁରୁଷ ଅଛନ୍ତି । ୫୦ ବର୍ଷୀୟ ପୁରୁଷ ପୂର୍ବରୁ ମଧୁମେହ ଓ ମେଦ ବହୁଳତା ରୋଗରେ ପୀଡ଼ିତ ଥିବା ବେଳେ ୫୨ ବର୍ଷୀୟ ପୁରୁଷ ପୂର୍ବରୁ ମଧୁମେହ ରୋଗରେ ପୀଡ଼ିତ ଥିଲେ । ସେହିପରି ୪୫ ବର୍ଷୀୟ ପୁରୁଷ ପୂର୍ବରୁ କୌଣସି ରୋଗରେ ପୀଡ଼ିତ ନ ଥିଲେ । ସମ୍ବଲପୁର ଜିଲ୍ଲାର ଦୁଇ ଜଣ ମୃତକ ୫୧ ଓ ୭୦ ବର୍ଷୀୟ ପୁରୁଷ । ୫୧ ବର୍ଷୀୟ ପୁରୁଷ ପୂର୍ବରୁ କୌଣସି ରୋଗରେ ପୀଡ଼ିତ ନ ଥିବା ବେଳେ ୭୦ ବର୍ଷୀୟ ପୁରୁଷ ପୂର୍ବରୁ ମଧୁମେହ ଓ ଉଚ୍ଚ ରକ୍ତଚାପ ରୋଗରେ ପୀଡ଼ିତ ଥିବା ସ୍ୱାସ୍ଥ୍ୟ ବିଭାଗ ତରଫରୁ ସୂଚନା ଦିଆ ଯାଇଛି ।

ବୌଦ୍ଧ ଜିଲ୍ଲାରେ ମୃତକ ଜଣେ ୬୫ ବର୍ଷୀୟ ପୁରୁଷ ଓ ସେ ପୂର୍ବରୁ କୌଣସି ରୋଗରେ ପୀଡ଼ିତ ନ ଥିଲେ । କନ୍ଧମାଳ ଜିଲ୍ଲାରେ ମୃତକ ଜଣେ ୫୫ ବର୍ଷୀୟ ପୁରୁଷ ଓ ସେ ପୂର୍ବରୁ ମଧୁମେହ ରୋଗରେ ପୀଡ଼ିତ ଥିଲେ । ରାୟଗଡା ଜିଲ୍ଲାରେ ମୃତକ ଜଣେ ୫୦ ବର୍ଷୀୟ ପୁରୁଷ ଓ ସେ ପୂର୍ବରୁ କୌଣସି ରୋଗରେ ପୀଡ଼ିତ ନ ଥିବା ସ୍ୱାସ୍ଥ୍ୟ ବିଭାଗ ତରଫରୁ ସୂଚନା ଦିଆ ଯାଇଛି ।

ରାଜ୍ୟରେ କରୋନା ସଂକ୍ରମଣର ତାଜା ସ୍ଥିତିର ମ୍ୟାପ୍


ନୂଆ ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ସଙ୍ଗରୋଧ କେନ୍ଦ୍ରରୁ ୨,୧୫୧ ଜଣ ଅଛନ୍ତି । ବାକି ୧,୪୯୪ ଜଣ ଆକ୍ରାନ୍ତ ସ୍ଥାନୀୟ ବାସିନ୍ଦା । ଏହାକୁ ମିଶାଇ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧,୫୮,୬୫୦ କୁ ବୃଦ୍ଧି ପାଇଛି।

ଖୋର୍ଦ୍ଧାରୁ ଆଜି ସର୍ବାଧିକ ୫୧୭ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । କଟକରୁ ୩୫୭, ପୁରୀରୁ ୨୪୬, ବରଗଡ଼ ୧୫୭, ବାଲେଶ୍ୱରରୁ ୧୫୬, ଭଦ୍ରକ ୧୪୩, ମୟୂରଭଞ୍ଜରୁ ୧୩୭, ସମ୍ବଲପୁରରୁ ୧୨୭, ଯାଜପୁରରୁ ୧୧୬, କେନ୍ଦ୍ରୀୟ ବାହିନୀରୁ ୩୪୪ ଲେଖାଏଁ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଅନୁଗୁଳ ଓ ବଲାଙ୍ଗୀରରୁ ୩୯ ଜଣ ଲେଖାଏଁ, ବୌଦ୍ଧରୁ ୩୦, ଦେଓଗଡ଼ରୁ ୧୫, ଢ଼େଙ୍କାନାଳରୁ ୬୮, ଗଜପତିରୁ ୯, ଗଞ୍ଜାମରୁ ୪୬, ଜଗତସିଂହପୁରରୁ ୯୫, ଝାରସୁଗଡ଼ାରୁ ୯୧, କଳାହାଣ୍ଡିରୁ ୭୯ , କନ୍ଧମାଳରୁ ୯୫, କେନ୍ଦ୍ରାପଡ଼ାରୁ ୭୫, କେନ୍ଦୁଝରରୁ ୫୬, କୋରାପୁଟ ୯୫, ମାଲକାନିଗିରିରୁ ୩୩, ନବରଙ୍ଗପୁରରୁ ୯୦, ନୟାଗଡ଼ରୁ ୩୮ ଓ ନୂଆପଡ଼ାରୁ ୯୦, ରାୟଗଡ଼ାରୁ ୭୯, ସୋନପୁରରୁ ୯୯ ଓ ସୁନ୍ଦରଗଡ଼ରୁ ୮୪ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।

ଓଡ଼ିଶାରେ କରୋନା ଭାଇରସ୍ ସଂକ୍ରମଣ ତୀବ୍ର ଗତିରେ ବଢ଼ିଚାଲିଛି । ଏ ପର୍ଯ୍ୟନ୍ତ ରାଜ୍ୟରେ ୧,୨୨,୦୨୪ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ବର୍ତ୍ତମାନ ୩୫,୯୨୮ ଜଣ ଆକ୍ରାନ୍ତ ବିଭିନ୍ନ କୋଭିଡ଼ ହସ୍ପିଟାଲରେ ଚିକିତ୍ସାଧୀନ ଅଛନ୍ତି ।

ରାଜ୍ୟରେ ଚଳିତ ମାସରେ କରେନା ପଜିଟିଭଙ୍କ ସଂଖ୍ୟା ଦୃତ ଗତିରେ ବୃଦ୍ଧି ପାଉଥିବା ବେଳେ ମୃତ୍ୟୁ ସଂଖ୍ୟା ମଧ୍ୟ ବୃଦ୍ଧି ପାଇଛି । ଏହା ପ୍ରଶାସନ ପାଇଁ ବଡ଼ ଚିନ୍ତାର କାରଣ ହୋଇଛି ।
Published by: Jagdish Barik
First published: September 15, 2020, 12:04 PM IST
corona virus btn
corona virus btn
Loading