ରାଜ୍ୟରେ ଆଉ ୧୮ ଜଣଙ୍କ ଜୀବନ ନେଲା କରୋନା; ମୋଟ ମୃତକ ୯୫୮; ପୁଣି ୨୯୯୫ ନୂଆ ମାମଲା ଚିହ୍ନଟ ହେଲେ

ନୂଆ ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ସଙ୍ଗରୋଧ କେନ୍ଦ୍ରରୁ ୧୭୩୭ ଜଣ ଅଛନ୍ତି । ବାକି ୧୨୫୮ ଜଣ ଆକ୍ରାନ୍ତ ସ୍ଥାନୀୟ ବାସିନ୍ଦା । ଆଜି ମଧ୍ୟ ସର୍ବାଧିକ ୫୬୮ ଜଣ କରୋନା ଆକ୍ରାନ୍ତ ଖୋର୍ଦ୍ଧା ଜିଲ୍ଲାରେ ଦେଖିବାକୁ ମିଳିଛି । ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୨,୪୦,୯୯୮ ହେଲାଣି ।

ରାଜ୍ୟରେ ଆଉ ୧୮ ଜଣଙ୍କ ଜୀବନ ନେଲା କରୋନା; ମୋଟ ମୃତକ ୯୫୮; ପୁଣି ୨୯୯୫ ନୂଆ ମାମଲା ଚିହ୍ନଟ ହେଲେ
ପ୍ରତୀକାତ୍ମକ ଛବି
  • News18 Odia
  • Last Updated: October 7, 2020, 12:20 PM IST
  • Share this:
  • Byline Facebook
  • Byline Twitter
  • Byline Linkedin
News18 Odia Digital

ଭୁବନେଶ୍ୱର: ରାଜ୍ୟରେ ଆହୁରି ୧୮ ଜଣ ଆକ୍ରାନ୍ତଙ୍କ ଜୀବନ ନେଇଛି କରୋନା ଭାଇରସ୍ । ଏଥି ସହ ମୃତ୍ୟୁ ସଂଖ୍ୟା ୯୫୮ ରେ ପହଞ୍ଚିଛି । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ୩୦ଟି ଜିଲ୍ଲାରୁ ଆଉ ୨,୯୯୫ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ୨,୪୦,୯୯୮ ଟପିଲା କରୋନା ଆକ୍ରାନ୍ତଙ୍କ ସଂଖ୍ୟା ।

୧୮ ଜଣଙ୍କ ମୃତକଙ୍କ ମଧ୍ୟରୁ ବାଲେଶ୍ୱର ଜିଲ୍ଲାରୁ ସର୍ବାଧିକ ଚାରି ଜଣ ଆକ୍ରାନ୍ତ ଅଛନ୍ତି । ସୁନ୍ଦରଗଡ଼, ନୟାଗଡ଼ ଓ ପୁରୀ ଜିଲ୍ଲାରୁ ୨ଜଣ ଲେଖାଏଁ, ମୟୂରଭଞ୍ଜ, ସମ୍ବଲପୁର, ଯାଜପୁର, କନ୍ଧମାଳ, କୋରାପୁଟ ଓ ଖୋର୍ଦ୍ଧା ଜିଲ୍ଲାରୁ ଜଣେ ଲେଖାଏଁ ଆକ୍ରାନ୍ତ ଅଛନ୍ତି ବୋଲି ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ମିଳିଛି ।

ନୂଆ ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ସଙ୍ଗରୋଧ କେନ୍ଦ୍ରରୁ ୧୭୩୭ ଜଣ ଅଛନ୍ତି । ବାକି ୧୨୫୮ ଜଣ ଆକ୍ରାନ୍ତ ସ୍ଥାନୀୟ ବାସିନ୍ଦା । ଏହାକୁ ମିଶାଇ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୨,୪୦,୯୯୮କୁ ବୃଦ୍ଧି ପାଇଛି ।

ରାଜ୍ୟରେ କରୋନା ସଂକ୍ରମଣର ତାଜା ସ୍ଥିତିର ମ୍ୟାପ୍


ଖୋର୍ଦ୍ଧାରୁ ଆଜି ସର୍ବାଧିକ ୫୬୮ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । କଟକରୁ ୧୬୬, ପୁରୀରୁ ୧୪୫, ଅନୁଗୁଳରୁ ୧୪୨, ସମ୍ବଲପୁରରୁ ୧୩୮, କେନ୍ଦ୍ରାପଡ଼ାରୁ ୧୩୫ ଓ ସୁନ୍ଦରଗଡ଼ରୁ ୧୦୧ ଲେଖାଏଁ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ବାଲେଶ୍ୱରରୁ ୧୨୧, ବରଗଡ଼ରୁ ୯୩, ଭଦ୍ରକରୁ ୨୮, ବଲାଙ୍ଗୀରରୁ ୯୪, ବୌଦ୍ଧରୁ ୩୧, ଦେଓଗଡ଼ରୁ ୬୦, ଢେଙ୍କାନାଳରୁ ୬୮, ଗଜପତିରୁ ୭, ଗଞ୍ଜାମରୁ ୪୭, ଜଗତସିଂହପୁରରୁ ୬୨, ଯାଜପୁରରୁ ୯୦, ଝାରସୁଗଡ଼ାରୁ ୬୪, କଳାହାଣ୍ଡିରୁ ୬୩, କନ୍ଧମାଳରୁ ୪୩, କେନ୍ଦୁଝର ୬୧, କୋରାପୁଟରୁ ୪୩, ମାଲକାନିଗିରିରୁ ୮୨, ମୟୂରଭଞ୍ଜରୁ ୯୨, ନବରଙ୍ଗପୁରରୁ ୬୭, ନୟାଗଡ଼ରୁ ୭୪, ରାୟଗଡ଼ାରୁ ୧୭, ସୋନପୁରରୁ ୮୭ ଓ କେନ୍ଦ୍ରୀୟ ବାହିନୀରୁ ୨୦୨ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।

ଓଡ଼ିଶାରେ କରୋନା ଭାଇରସ୍ ସଂକ୍ରମଣ ତୀବ୍ର ଗତିରେ ବଢ଼ିଚାଲିଛି । ଏ ପର୍ଯ୍ୟନ୍ତ ରାଜ୍ୟରେ ୨,୧୦,୨୧୭ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ବର୍ତ୍ତମାନ ୨୯,୭୭୦ ଜଣ ଆକ୍ରାନ୍ତ ବିଭିନ୍ନ କୋଭିଡ଼ ହସ୍ପିଟାଲରେ ଚିକିତ୍ସାଧୀନ ଅଛନ୍ତି ।

ରାଜ୍ୟରେ ଚଳିତ ମାସରେ କରେନା ମୃତ୍ୟୁ ସଂଖ୍ୟା ଦୃତ ଗତିରେ ବୃଦ୍ଧି ପାଉଥିବା ବେଳେ ମୃତ୍ୟୁ ସଂଖ୍ୟା ମଧ୍ୟ ବୃଦ୍ଧି ପାଇଛି । ଏହା ପ୍ରଶାସନ ପାଇଁ ବଡ଼ ଚିନ୍ତାର କାରଣ ହୋଇଛି ।
Published by: Jagdish Barik
First published: October 7, 2020, 12:19 PM IST
corona virus btn
corona virus btn
Loading