ରାଜ୍ୟରେ ଆଉ ୧୧ ଜଣଙ୍କ ଜୀବନ ନେଲା କରୋନା; ମୋଟ ମୃତକ ୬୧୬; ପୁଣି ୩,୭୭୭ ନୂଆ ମାମଲା ଚିହ୍ନଟ ହେଲେ

ନୂଆ ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ସଙ୍ଗରୋଧ କେନ୍ଦ୍ରରୁ ୨,୧୯୧ ଜଣ ଅଛନ୍ତି । ବାକି ୧,୫୮୬ ଜଣ ଆକ୍ରାନ୍ତ ସ୍ଥାନୀୟ ବାସିନ୍ଦା । ଆଜି ମଧ୍ୟ ସର୍ବାଧିକ ୮୧୫ ଜଣ କରୋନା ଆକ୍ରାନ୍ତ ଖୋର୍ଦ୍ଧା ଜିଲ୍ଲାରେ ଦେଖିବାକୁ ମିଳିଛି । ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧,୪୬,୮୯୪ ହେଲାଣି ।

ରାଜ୍ୟରେ ଆଉ ୧୧ ଜଣଙ୍କ ଜୀବନ ନେଲା କରୋନା; ମୋଟ ମୃତକ ୬୧୬; ପୁଣି ୩,୭୭୭ ନୂଆ ମାମଲା ଚିହ୍ନଟ ହେଲେ
ପ୍ରତୀକାତ୍ମକ ଛବି
  • News18 Odia
  • Last Updated: September 12, 2020, 1:35 PM IST
  • Share this:
  • Byline Facebook
  • Byline Twitter
  • Byline Linkedin
News18 Odia Digital

ଭୁବନେଶ୍ୱର: ରାଜ୍ୟରେ ଆହୁରି ୧୧ ଜଣ ଆକ୍ରାନ୍ତଙ୍କ ଜୀବନ ନେଇଛି କରୋନା ଭାଇରସ୍ । ଏଥି ସହ ମୃତ୍ୟୁ ସଂଖ୍ୟା ୬୧୬ ରେ ପହଞ୍ଚିଛି । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ୩୦ଟି ଜିଲ୍ଲାରୁ ଆଉ ୩,୭୭୭ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ୧,୪୬,୮୯୪ ଟପିଲା କରୋନା ଆକ୍ରାନ୍ତଙ୍କ ସଂଖ୍ୟା ।

୧୧ ଜଣଙ୍କ ମୃତକଙ୍କ ମଧ୍ୟରୁ କଟକ ଜିଲ୍ଲାରୁ ସର୍ବଧିକ ତିନି ଜଣ ଆକ୍ରାନ୍ତ ଅଛନ୍ତି । ଖୋର୍ଦ୍ଧାରୁ ୨ ଜଣ, ବଲାଙ୍ଗୀର, ଯାଜପୁର, କନ୍ଧମାଳ, କେନ୍ଦୁଝର, ନୟାଗଡ଼,ରାୟଗଡ଼ାରୁ ଜଣେ ଲେଖାଏଁ ଆକ୍ରାନ୍ତ ଅଛନ୍ତି ବୋଲି ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ମିଳିଛି ।

କଟକ ଜିଲ୍ଲାରେ ତିନି ଜଣ ମୃତକଙ୍କ ମଧ୍ୟରୁ ଜଣେ ୬୬ ବର୍ଷୀୟା ମହିଳା ଓ ଅନ୍ୟ ଦୁଇଜଣ ୮୮ ଓ ୪୫ ବର୍ଷୀୟ ପୁରୁଷ ଅଛନ୍ତି । ୬୬ ବର୍ଷୀୟା ମହିଳା ପୂର୍ବରୁ ଉଚ୍ଚ ରକ୍ତଚାପ, ହାଇପୋଥାଇରଏଡିଜିମ୍ ଓ ବ୍ରୋଙ୍କିଆଲ୍ ଆଜମା ରୋଗରେ ପୀଡ଼ିତ ଥିବା ବେଳେ ୮୮ ଓ ୪୫ ବର୍ଷୀୟ ପୁରୁଷ ପୂର୍ବରୁ ମଧୁମେହ ଓ ଉଚ୍ଚ ରକ୍ତଚାପ ରୋଗରେ ପୀଡ଼ିତ ଥିଲେ । ଖୋର୍ଦ୍ଧା ଜିଲ୍ଲାରେ ଦୁଇ  ଜଣଙ୍କ ମୃତକଙ୍କ ମଧ୍ୟରୁ ଜଣେ ୩୦ ଓ ୮୨ ବର୍ଷୀୟ ପୁରୁଷ ଅଛନ୍ତି । ୩୦ ବର୍ଷୀୟ ପୁରୁଷ ପୂର୍ବରୁ ମଧୁମେହ ଓ ଉଚ୍ଚ ରକ୍ତଚାପ ରୋଗରେ ପୀଡ଼ିତ ଥିବାବେଳେ ୮୨ ବର୍ଷୀୟ ପୁରୁଷ ପୂର୍ବରୁ କୌଣସି ରୋଗରେ ପୀଡ଼ିତ ନ ଥିବା ସ୍ୱାସ୍ଥ୍ୟ ବିଭାଗ ତରଫରୁ ସୂଚନା ଦିଆ ଯାଇଛି ।

ବଲାଙ୍ଗୀର ଜିଲ୍ଲାରେ ମୃତକ ଜଣେ ୭୦ ବର୍ଷୀୟ ପୁରୁଷ ଓ ସେ ପୂର୍ବରୁ ମଧୁମେହ ରୋଗରେ ପୀଡ଼ିତ ଥିଲେ । ଯାଜପୁର ଜିଲ୍ଲାରେ ମୃତକ ଜଣେ ୪୮ବର୍ଷୀୟ ପୁରୁଷ ଓ ସେ ପୂର୍ବରୁ କ୍ରୋନିକ କୀଡୀନି ରୋଗରେ ପୀଡ଼ିତ ଥିଲେ। କନ୍ଧମାଳ ଜିଲ୍ଲାରେ ମୃତକ ଜଣେ ୬୪ ବର୍ଷୀୟ ପୁରୁଷ ଓ ସେ ପୂର୍ବରୁ ଉଚ୍ଚ ରକ୍ତଚାପ ରୋଗରେ ପୀଡ଼ିତ ଥିଲେ । କେନ୍ଦୁଝର ଜିଲ୍ଲାରେ ମୃତକ ଜଣେ ୭୫ ବର୍ଷୀୟ ପୁରୁଷ ଓ ସେ ପୂର୍ବରୁ ପାନସାଇଟୋପେନିଆ ରୋଗରେ ପୀଡ଼ିତ ଥିଲେ । ନୟାଗଡ଼ ଜିଲ୍ଲାରେ ମୃତକ ଜଣେ ୫୬ ବର୍ଷୀୟ ପୁରୁଷ ଓ ସେ ପୂର୍ବରୁ ମଧୁମେହ ରୋଗରେ ପୀଡ଼ିତ ଥିଲେ । ରାୟଗଡ଼ା ଜିଲ୍ଲାରେ ମୃତକ ଜଣେ ୬୩ ବର୍ଷୀୟ ପୁରୁଷ ଓ ସେ ପୂର୍ବରୁ ମଧୁମେହ ରୋଗରେ ପୀଡ଼ିତ ଥିବା ସ୍ୱାସ୍ଥ୍ୟ ବିଭାଗ ତରଫରୁ ସୂଚନା ଦିଆ ଯାଇଛି ।

ରାଜ୍ୟରେ କରୋନା ସଂକ୍ରମଣର ତାଜା ସ୍ଥିତିର ମ୍ୟାପ୍


ନୂଆ ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ସଙ୍ଗରୋଧ କେନ୍ଦ୍ରରୁ ୨,୧୯୧ ଜଣ ଅଛନ୍ତି । ବାକି ୧,୫୮୬ ଜଣ ଆକ୍ରାନ୍ତ ସ୍ଥାନୀୟ ବାସିନ୍ଦା । ଏହାକୁ ମିଶାଇ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧,୪୬,୮୯୪କୁ ବୃଦ୍ଧି ପାଇଛି।

ଖୋର୍ଦ୍ଧାରୁ ଆଜି ସର୍ବାଧିକ ୮୧୫ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । କଟକରୁ ୩୬୮, ପୁରୀରୁ ୨୩୭, କେନ୍ଦ୍ରାପଡ଼ାରୁ ୧୪୮, ସୁନ୍ଦରଗଡ଼ରୁ ୧୪୮, ବରଗଡ଼ରୁ ୧୩୯, ଯାଜପୁରରୁ ୧୩୩, ବାଲେଶ୍ୱରରୁ ୧୨୭, ସମ୍ବଲପୁରରୁ ୧୧୨, ନବରଙ୍ଗପୁରରୁ ୧୦୭, ଜଗତସିଂହପୁରରୁ ୧୦୦ ଓ କେନ୍ଦ୍ରୀୟ ବାହିନୀରୁ ୧୯୨ ଲେଖାଏଁ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଅନୁଗୁଳରୁ ୧୧୫,  ଭଦ୍ରକରୁ ୬୭, ବଲାଙ୍ଗୀରରୁ ୫୧, ବୌଦ୍ଧରୁ ୨୬, ଦେଓଗଡ଼ରୁ ୧୪, ଢ଼େଙ୍କାନାଳରୁ ୬୭, ଗଜପତିରୁ ୧୩, ଗଞ୍ଜାମରୁ ୫୮, ଝାରସୁଗଡ଼ାରୁ ୭୦, କଳାହାଣ୍ଡିରୁ ୭୦, କନ୍ଧମାଳରୁ ୪୯, କେନ୍ଦୁଝରରୁ ୭୮, ମୟୂରଭଞ୍ଜରୁ ୫୮, ନୟାଗଡରୁ ୭୧, ନୂଆପଡାରୁ ୭୩, ରାୟଗଡ଼ାରୁ ୭୫ ଓ ସୋନପୁରରୁ ୭୨ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।

ଓଡ଼ିଶାରେ କରୋନା ଭାଇରସ୍ ସଂକ୍ରମଣ ତୀବ୍ର ଗତିରେ ବଢ଼ିଚାଲିଛି । ଏ ପର୍ଯ୍ୟନ୍ତ ରାଜ୍ୟରେ ୧,୧୨,୦୬୨ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ବର୍ତ୍ତମାନ ୩୪,୧୬୩ ଜଣ ଆକ୍ରାନ୍ତ ବିଭିନ୍ନ କୋଭିଡ଼ ହସ୍ପିଟାଲରେ ଚିକିତ୍ସାଧୀନ ଅଛନ୍ତି ।

ରାଜ୍ୟରେ ଚଳିତ ମାସରେ କରେନା ପଜିଟିଭଙ୍କ ସଂଖ୍ୟା ଦୃତ ଗତିରେ ବଢୁଥିବା ବେଳେ ମୃତ୍ୟୁ ସଂଖ୍ୟା ମଧ୍ୟ ବୃଦ୍ଧି ପାଇଛି । ରାଜ୍ୟରେ ଗତ ୧୨ ଦିନରେ ୪୦,୦୦୦ରୁ ଅଧିକ କରୋନା ଭାଇରସ୍ ସଂକ୍ରମଣ ମାମଲା ଦେଖିବାକୁ ମିଳିଛି । ଏହା ପ୍ରଶାସନ ପାଇଁ ବଡ଼ ଚିନ୍ତାର କାରଣ ହୋଇଛି ।
Published by: Jagdish Barik
First published: September 12, 2020, 1:35 PM IST
corona virus btn
corona virus btn
Loading