ରାଜ୍ୟରେ ଆଉ ୧୧ ଜଣଙ୍କ ଜୀବନ ନେଲା କରୋନା; ମୋଟ ମୃତକ ୭୨୧; ପୁଣି ୪୧୮୯ ନୂଆ ମାମଲା ଚିହ୍ନଟ ହେଲେ

ନୂଆ ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ସଙ୍ଗରୋଧ କେନ୍ଦ୍ରରୁ ୨,୪୫୩ ଜଣ ଅଛନ୍ତି । ବାକି ୧,୭୩୬ ଜଣ ଆକ୍ରାନ୍ତ ସ୍ଥାନୀୟ ବାସିନ୍ଦା । ଆଜି ମଧ୍ୟ ସର୍ବାଧିକ ୭୧୨ ଜଣ କରୋନା ଆକ୍ରାନ୍ତ ଖୋର୍ଦ୍ଧା ଜିଲ୍ଲାରେ ଦେଖିବାକୁ ମିଳିଛି । ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧,୮୮,୩୧୧ ହେଲାଣି ।

ରାଜ୍ୟରେ ଆଉ ୧୧ ଜଣଙ୍କ ଜୀବନ ନେଲା କରୋନା; ମୋଟ ମୃତକ ୭୨୧; ପୁଣି ୪୧୮୯ ନୂଆ ମାମଲା ଚିହ୍ନଟ ହେଲେ
ପ୍ରତୀକାତ୍ମକ ଛବି
  • News18 Odia
  • Last Updated: September 22, 2020, 1:07 PM IST
  • Share this:
  • Byline Facebook
  • Byline Twitter
  • Byline Linkedin
News18 Odia Digital

ଭୁବନେଶ୍ୱର: ରାଜ୍ୟରେ ଆହୁରି ୧୧ ଜଣ ଆକ୍ରାନ୍ତଙ୍କ ଜୀବନ ନେଇଛି କରୋନା ଭାଇରସ୍ । ଏଥି ସହ ମୃତ୍ୟୁ ସଂଖ୍ୟା ୭୨୧ ରେ ପହଞ୍ଚିଛି । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ୩୦ଟି ଜିଲ୍ଲାରୁ ଆଉ ୪,୧୮୯ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ୧,୮୮,୩୧୧ ଟପିଲା କରୋନା ଆକ୍ରାନ୍ତଙ୍କ ସଂଖ୍ୟା ।

୧୧ ଜଣଙ୍କ ମୃତକଙ୍କ ମଧ୍ୟରୁ ବାଲେଶ୍ୱର, ବଲାଙ୍ଗୀର, ଗଞ୍ଜାମ ଓ ମାଲକାନିଗିରି ଜିଲ୍ଲାରୁ ସର୍ବାଧିକ ଦୁଇ ଜଣ ଲେଖାଏଁ ଆକ୍ରାନ୍ତ ଅଛନ୍ତି । ଭଦ୍ରକ, ଭୁବନେଶ୍ୱର ଓ ପୁରୀ ଜିଲ୍ଲାରୁ ଜଣେ ଲେଖାଏଁ ଆକ୍ରାନ୍ତ ଅଛନ୍ତି ବୋଲି ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ମିଳିଛି । ବାଲେଶ୍ୱର ଜିଲ୍ଲାରେ ଦୁଇ ଜଣ ମୃତକଙ୍କ ମଧ୍ୟରୁ ଜଣେ ୬୫ ବର୍ଷୀୟ ପୁରୁଷ ଓ ଅନ୍ୟଜଣେ ୫୦ ବର୍ଷୀୟା ମହିଳା ଅଛନ୍ତି । ୬୫ ବର୍ଷୀୟ ପୁରୁଷ ପୂର୍ବରୁ ମଧୁମେହ ଓ ଉଚ୍ଚ ରକ୍ତଚାପ ରୋଗରେ ପୀଡ଼ିତ ଥିବା ବେଳେ ୫୦ ବର୍ଷୀୟା ମହିଳା ପୂର୍ବରୁ କ୍ରୋନିକ କୀଡୀନି ରୋଗରେ ପୀଡ଼ିତ ଥିଲେ । ବଲାଙ୍ଗୀର ଜିଲ୍ଲାରେ ଦୁଇ ଜଣ ମୃତକଙ୍କ ମଧ୍ୟରୁ ଜଣେ ୬୦ ବର୍ଷୀୟ ପୁରୁଷ ଓ ଅନ୍ୟଜଣେ ୪୨ ବର୍ଷୀୟା ମହିଳା ଅଛନ୍ତି । ୬୦ବର୍ଷୀୟ ପୁରୁଷ ପୂର୍ବରୁ ଉଚ୍ଚ ରକ୍ତଚାପ ରୋଗରେ ପୀଡ଼ିତ ଥିବା ବେଳେ ୪୨ ବର୍ଷୀୟା ମହିଳା ପୂର୍ବରୁ ଫୁସଫୁସର ଆଡେନୋକାରସିନୋମା ରୋଗରେ ପୀଡ଼ିତ ଥିବା ସ୍ୱାସ୍ଥ୍ୟ ବିଭାଗ ତରଫରୁ ସୂଚନା ଦିଆ ଯାଇଛି ।

ଗଞ୍ଜାମ ଜିଲ୍ଲାରେ ଦୁଇ ଜଣ ମୃତକ ୭୦ ଓ ୭୭ ବର୍ଷୀୟ ପୁରୁଷ । ଉଭୟ ପୁରୁଷ ପୂର୍ବରୁ କୌଣସି ରୋଗରେ ପୀଡ଼ିତ ନ ଥିଲେ । ମାଲକାନିଗିରି ଜିଲ୍ଲାରେ ଦୁଇ ଜଣ ମୃତକ ୫୪ ଓ ୪୦ ବର୍ଷୀୟ ପୁରୁଷ । ୫୪ ବର୍ଷୀୟ ପୁରୁଷ ପୂର୍ବରୁ ମଧୁମେହ ଓ ଉଚ୍ଚ ରକ୍ତଚାପ ରୋଗରେ ପୀଡ଼ିତ ଥିବା ବେଳେ ୪୦ ବର୍ଷୀୟ ପୁରୁଷ ପୂର୍ବରୁ କୌଣସି ରୋଗରେ ପୀଡ଼ିତ ନ ଥିଲେ । ଭଦ୍ରକ ଜିଲ୍ଲାରେ ମୃତକ ଜଣେ ୬୮ ବର୍ଷୀୟ ପୁରୁଷ ଓ ସେ ପୂର୍ବରୁ କୌଣସି ରୋଗରେ ମଧୁମେହ ଓ ଉଚ୍ଚ ରକ୍ତଚାପ ରୋଗରେ ପୀଡ଼ିତ ଥିଲେ । ଭୁବନେଶ୍ୱରରେ ମୃତକ ଜଣେ ୯୦ ବର୍ଷୀୟ ପୁରୁଷ ଓ ସେ ପୂର୍ବରୁ କୌଣସି ରୋଗରେ ପୀଡ଼ିତ ନ ଥିଲେ । ପୁରୀ ଜିଲ୍ଲାରେ ମୃତକ ଜଣେ ୫୧ ବର୍ଷୀୟ ପୁରୁଷ ଓ ସେ ପୂର୍ବରୁ କୌଣସି ରୋଗରେ ପୀଡ଼ିତ ନ ସ୍ୱାସ୍ଥ୍ୟ ବିଭାଗ ତରଫରୁ ସୂଚନା ଦିଆ ଯାଇଛି ।



ରାଜ୍ୟରେ କରୋନା ସଂକ୍ରମଣର ତାଜା ସ୍ଥିତିର ମ୍ୟାପ୍


ନୂଆ ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ସଙ୍ଗରୋଧ କେନ୍ଦ୍ରରୁ ୨୪୫୩ ଜଣ ଅଛନ୍ତି । ବାକି ୧,୭୩୬ ଜଣ ଆକ୍ରାନ୍ତ ସ୍ଥାନୀୟ ବାସିନ୍ଦା । ଏହାକୁ ମିଶାଇ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧,୮୮,୩୧୧ କୁ ବୃଦ୍ଧି ପାଇଛି ।

ଖୋର୍ଦ୍ଧାରୁ ଆଜି ସର୍ବାଧିକ ୭୧୨ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । କଟକରୁ ୫୮୬, ପୁରୀରୁ ୨୬୫, ସୁନ୍ଦରଗଡ଼ରୁ ୨୦୧, ଯାଜପୁରରୁ ୧୮୭, ମୟୂରଭଞ୍ଜରୁ ୧୭୪, ବାଲେଶ୍ୱରରୁ ୧୫୦ ଓ କେନ୍ଦ୍ରୀୟ ବାହିନୀରୁ ୨୪୩ ଲେଖାଏଁ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଅନୁଗୁଳରୁ ୧୦୭, ବରଗଡ଼ରୁ ୧୨୮, ଭଦ୍ରକରୁ ୩୪, ବଲାଙ୍ଗୀରରୁ ୧୧୪, ବୌଦ୍ଧରୁ ୭୭, ଦେଓଗଡ଼ରୁ ୧୨, ଢ଼େଙ୍କାନାଳରୁ ୫୪, ଗଜପତିରୁ ୨, ଗଞ୍ଜାମରୁ ୩୫, ଜଗତସିଂହପୁରରୁ ୧୦୪, ଝରିଗଡାରୁ ୮୪, କଳାହାଣ୍ଡିରୁ ୧୦୫, କନ୍ଧମାଳରୁ ୭୪, କେନ୍ଦ୍ରାପଡ଼ାରୁ ୧୨୬, କେନ୍ଦୁଝରରୁ ୩୩, କୋରାପୁଟରୁ ୬୩, ମାଲକାନିଗିରିରୁ ୭୨, ନବରଙ୍ଗପୁରରୁ ୭୫, ନୟାଗଡ଼ରୁ ୮୨, ନୂଆପଡ଼ାରୁ ୫୮, ରାୟଗଡ଼ାରୁ ୨୯, ସମ୍ବଲପୁରରୁ ୧୧୩ ଓ ସୋନପୁରରୁ ୯୦ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।

ଓଡ଼ିଶାରେ କରୋନା ଭାଇରସ୍ ସଂକ୍ରମଣ ତୀବ୍ର ଗତିରେ ବଢ଼ିଚାଲିଛି । ଏ ପର୍ଯ୍ୟନ୍ତ ରାଜ୍ୟରେ ୧,୪୯,୩୭୯ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ବର୍ତ୍ତମାନ ୩୮,୧୫୮ ଜଣ ଆକ୍ରାନ୍ତ ବିଭିନ୍ନ କୋଭିଡ଼ ହସ୍ପିଟାଲରେ ଚିକିତ୍ସାଧୀନ ଅଛନ୍ତି ।

ରାଜ୍ୟରେ ଚଳିତ ମାସରେ କରେନା ପଜିଟିଭଙ୍କ ସଂଖ୍ୟା ଦୃତ ଗତିରେ ବୃଦ୍ଧି ପାଉଥିବା ବେଳେ ମୃତ୍ୟୁ ସଂଖ୍ୟା ମଧ୍ୟ ବୃଦ୍ଧି ପାଇଛି । ଗତ ସାତ ଦିନ ହେବ ରାଜ୍ୟରେ କରୋନା ଭାଇରସ୍ ସଂକ୍ରମଣ ୪,୦୦୦ ରୁ ଅଧିକ ଦେଖିବାକୁ ମିଳୁଛି । ଏହା ପ୍ରଶାସନ ପାଇଁ ବଡ଼ ଚିନ୍ତାର କାରଣ ହୋଇଛି ।
Published by: Jagdish Barik
First published: September 22, 2020, 1:06 PM IST
corona virus btn
corona virus btn
Loading