ରାଜ୍ୟରେ ଆଉ ୧୫ ଜଣଙ୍କ ଜୀବନ ନେଲା କରୋନା; ମୋଟ ମୃତକ ୧୨୨୯; ପୁଣି ୧୬୯୫ ନୂଆ ମାମଲା ଚିହ୍ନଟ ହେଲେ

ନୂଆ ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ସଙ୍ଗରୋଧ କେନ୍ଦ୍ରରୁ ୯୮୬ ଜଣ ଅଛନ୍ତି । ବାକି ୭୦୯ ଜଣ ଆକ୍ରାନ୍ତ ସ୍ଥାନୀୟ ବାସିନ୍ଦା । ଆଜି ମଧ୍ୟ ସର୍ବାଧିକ ୧୮୩ ଜଣ କରୋନା ଆକ୍ରାନ୍ତ ଖୋର୍ଦ୍ଧା ଜିଲ୍ଲାରେ ଦେଖିବାକୁ ମିଳିଛି । ରାଜ୍ୟରେ ମୋଟ ମୃତ୍ୟୁ ସଂଖ୍ୟା ୧୨୨୯ ହେଲାଣି ।

ରାଜ୍ୟରେ ଆଉ ୧୫ ଜଣଙ୍କ ଜୀବନ ନେଲା କରୋନା; ମୋଟ ମୃତକ ୧୨୨୯; ପୁଣି ୧୬୯୫ ନୂଆ ମାମଲା ଚିହ୍ନଟ ହେଲେ
ପ୍ରତୀକାତ୍ମକ ଛବି
  • News18 Odia
  • Last Updated: October 24, 2020, 12:00 PM IST
  • Share this:
  • Byline Facebook
  • Byline Twitter
  • Byline Linkedin
News18 Odia Digital

ଭୁବନେଶ୍ୱର: ରାଜ୍ୟରେ ଆହୁରି ୧୫ ଜଣ ଆକ୍ରାନ୍ତଙ୍କ ଜୀବନ ନେଇଛି କରୋନା ଭାଇରସ୍ । ଏଥି ସହ ମୃତ୍ୟୁ ସଂଖ୍ୟା ୧୨୨୯ ରେ ପହଞ୍ଚିଛି । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ୩୦ଟି ଜିଲ୍ଲାରୁ ଆଉ ୧୯୧୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ୨,୭୯,୫୮୨ ଟପିଲା କରୋନା ଆକ୍ରାନ୍ତଙ୍କ ସଂଖ୍ୟା ।

୧୫ ଜଣଙ୍କ ମୃତକଙ୍କ ମଧ୍ୟରୁ ଖୋର୍ଦ୍ଧା, ମୟୁରଭଞ୍ଜ ଓ ସୁନ୍ଦରଗଡ଼ ଜିଲ୍ଲାରୁ ସର୍ବାଧିକ ଦୁଇ ଜଣ ଲେଖାଏଁ ଆକ୍ରାନ୍ତ ଅଛନ୍ତି । ଅନୁଗୁଳ, ବାଲେଶ୍ବର, ବରଗଡ଼, ଭଦ୍ରକ, ଗଜପତି, ଝାରସୁଗୁଡ଼ା, କନ୍ଧମାଳ, ପୁରୀ, ସମ୍ବଲପୁର ଜିଲ୍ଲାରୁ ଜଣେ ଲେଖାଏଁ ଆକ୍ରାନ୍ତ ଅଛନ୍ତି ବୋଲି ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ମିଳିଛି ।





ନୂଆ ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ସଙ୍ଗରୋଧ କେନ୍ଦ୍ରରୁ ୯୮୬ ଜଣ ଅଛନ୍ତି । ବାକି ୭୦୯ ଜଣ ଆକ୍ରାନ୍ତ ସ୍ଥାନୀୟ ବାସିନ୍ଦା । ଏହାକୁ ମିଶାଇ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୨,୭୯,୫୮୨ କୁ ବୃଦ୍ଧି ପାଇଛି ।

ରାଜ୍ୟରେ କରୋନା ସଂକ୍ରମଣର ତାଜା ସ୍ଥିତିର ମ୍ୟାପ୍


ଖୋର୍ଦ୍ଧାରୁ ଆଜି ସର୍ବାଧିକ ୧୮୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ବାଲେଶ୍ୱରରୁ ୧୨୮, ସୁନ୍ଦରଗଡ଼ରୁ ୧୧୦, କଟକରୁ ୧୦୩ ଜଣ ଲେଖାଏଁ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଅନୁଗୁଳରୁ ୮୩, ବରଗଡ଼ରୁ ୫୬, ଭଦ୍ରକରୁ ୩୫, ବଲାଙ୍ଗୀରରୁ ୬୫, ବୌଦ୍ଧରୁ ଓ ଦେଓଗଡ଼ରୁ ୧୧ ଜଣ ଲେଖାଏଁ, ଢେଙ୍କାନାଳରୁ ୨୭, ଗଜପତିରୁ ୭, ଗଞ୍ଜାମରୁ ୪୫, ଜଗତସିଂହପୁରରୁ ୭୭, ଯାଜପୁରରୁ ୫୭, ଝାରସୁଗଡ଼ାର ୪୫, କଳାହାଣ୍ଡିରୁ ୩୬, କନ୍ଧମାଳରୁ ୩୪, କେନ୍ଦ୍ରାପଡାରୁ ୪୨, କେନ୍ଦୁଝର ୭୩, କୋରାପୁଟରୁ ୪୫, ମାଲକାନିଗିରିରୁ ୩୭, ମୟୂରଭଞ୍ଜରୁ୪୫, ନବରଙ୍ଗପୁରରୁ ୫୧, ନୟାଗଡ଼ରୁ ୩୨, ନୂଆପଡ଼ାରୁ ୯୨, ପୁରୀରୁ ୫୧, ରାୟଗଡ଼ାରୁ ୧୭, ସମ୍ବଲପୁରରୁ ୪୨ ଓ ସୋନପୁରରୁ ୨୪ ଓ କେନ୍ଦ୍ରୀୟ ବାହିନୀରୁ ୩୫ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।

ଓଡ଼ିଶାରେ କରୋନା ଭାଇରସ୍ ସଂକ୍ରମଣ ତୀବ୍ର ଗତିରେ ବଢ଼ିଚାଲିଛି । ଏ ପର୍ଯ୍ୟନ୍ତ ରାଜ୍ୟରେ ୨,୫୯,୪୧୮ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ବର୍ତ୍ତମାନ ୧୮,୮୮୨ ଜଣ ଆକ୍ରାନ୍ତ ବିଭିନ୍ନ କୋଭିଡ଼ ହସ୍ପିଟାଲରେ ଚିକିତ୍ସାଧୀନ ଅଛନ୍ତି ।

ରାଜ୍ୟରେ ଚଳିତ ମାସରେ କରୋନା ଆକ୍ରାନ୍ତ ସଂଖ୍ୟା କମୁଥିବା ବେଳେ କରେନା ମୃତ୍ୟୁ ସଂଖ୍ୟା ଦୃତ ଗତିରେ ବୃଦ୍ଧି ପାଇଛି । ଏହା ପ୍ରଶାସନ ପାଇଁ ବଡ଼ ଚିନ୍ତାର କାରଣ ହୋଇଛି ।
Published by: Jagdish Barik
First published: October 24, 2020, 11:59 AM IST
corona virus btn
corona virus btn
Loading