ରାଜ୍ୟରେ ଆଉ ୧୫ ଜଣଙ୍କ ଜୀବନ ନେଲା କରୋନା; ମୋଟ ମୃତକ ୧୪୬୯; ପୁଣି ୧୨୨୦ ନୂଆ ମାମଲା ଚିହ୍ନଟ ହେଲେ

ନୂଆ ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ସଙ୍ଗରୋଧ କେନ୍ଦ୍ରରୁ ୭୦୩ ଜଣ ଅଛନ୍ତି । ବାକି ୫୧୭ ଜଣ ଆକ୍ରାନ୍ତ ସ୍ଥାନୀୟ ବାସିନ୍ଦା । ରାଜ୍ୟରେ ମୋଟ ମୃତ୍ୟୁ ସଂଖ୍ୟା ୧୪୬୯ ହେଲାଣି ।

ପ୍ରତୀକାତ୍ମକ ଛବି

ପ୍ରତୀକାତ୍ମକ ଛବି

  • Share this:
News18 Odia Digital

ଭୁବନେଶ୍ୱର: ରାଜ୍ୟରେ ଆହୁରି ୧୫ ଜଣ ଆକ୍ରାନ୍ତଙ୍କ ଜୀବନ ନେଇଛି କରୋନା ଭାଇରସ୍ । ଏଥି ସହ ମୃତ୍ୟୁ ସଂଖ୍ୟା ୧୪୬୯ ରେ ପହଞ୍ଚିଛି । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ୩୦ଟି ଜିଲ୍ଲାରୁ ଆଉ ୧୨୨୦ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ୩,୦୫,୦୦୦ ଟପିଲା କରୋନା ଆକ୍ରାନ୍ତଙ୍କ ସଂଖ୍ୟା ।

୧୫ ଜଣଙ୍କ ମୃତକଙ୍କ ମଧ୍ୟରୁ ବାଲେଶ୍ୱର ଜିଲ୍ଲାରୁ ସର୍ବାଧିକ ଚାରି ଜଣ ଲେଖାଏଁ ଆକ୍ରାନ୍ତ ଅଛନ୍ତି । କଟକ ଜିଲ୍ଲାରୁ ୩ଜଣ, ଜଗତସିଂହପୁର ଓ କେନ୍ଦ୍ରାପଡ଼ାରୁ ୨ଜଣ ଲେଖାଏଁ, ଅନୁଗୁଳ, ଖୋର୍ଦ୍ଧା, ମୟୂରଭଞ୍ଜ, ସମ୍ବଲପୁର ଜିଲ୍ଲାରୁ ଜଣେ ଲେଖାଏଁ ଆକ୍ରାନ୍ତ ଅଛନ୍ତି ବୋଲି ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ମିଳିଛି ।



ଆଜି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ସଙ୍ଗରୋଧ କେନ୍ଦ୍ରରୁ ୭୦୩ ଜଣ ଅଛନ୍ତି । ବାକି ୫୧୭ ଜଣ ଆକ୍ରାନ୍ତ ସ୍ଥାନୀୟ ବାସିନ୍ଦା । ଏହାକୁ ମିଶାଇ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩,୦୫,୦୦୦ କୁ ବୃଦ୍ଧି ପାଇଛି ।

ରାଜ୍ୟରେ କରୋନା ସଂକ୍ରମଣର ତାଜା ସ୍ଥିତିର ମ୍ୟାପ୍


ଖୋର୍ଦ୍ଧା ଜିଲ୍ଲାରୁ ଆଜି ସର୍ବାଧିକ ୧୩୪ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସୁନ୍ଦରଗଡ଼ରୁ ୧୧୯, କଟକରୁ ୯୬, ନୂଆପଡ଼ାରୁ ୬୬, ମୟୂରଭଞ୍ଜରୁ ୪୬, ଅନୁଗୁଳରୁ ୫୮, ବାଲେଶ୍ୱରରୁ ୨୧, ବରଗଡ଼ରୁ ୬୦, ଭଦ୍ରକରୁ ୨୮, ବଲାଙ୍ଗୀରରୁ ୩୩, ବୌଦ୍ଧରୁ ୫, ଦେଓଗଡ଼ରୁ ୩, ଢେଙ୍କାନାଳରୁ ୨୬, ଗଜପତିରୁ ୫, ଗଞ୍ଜାମରୁ ୨୭, ଜଗତସିଂହପୁରରୁ ୫୯, ଯାଜପୁରରୁ ୨୬, ଝାରସୁଗଡ଼ାର ୩୨, କଳାହାଣ୍ଡିରୁ ୫୯, କନ୍ଧମାଳରୁ ୮, କେନ୍ଦ୍ରାପଡ଼ା ୪୮, କେନ୍ଦୁଝରରୁ ୪୮, କୋରାପୁଟରୁ ୨୧, ମାଲକାନିଗିରିରୁ ୧୯, ନବରଙ୍ଗପୁରରୁ ୧୪, ନୟାଗଡ଼ରୁ ୨୦, ପୁରୀରୁ ୬୦, ରାୟଗଡ଼ାରୁ ୫, ସମ୍ବଲପୁରରୁ ୪୦, ସୋନପୁରରୁ ୧୩ ଓ ଷ୍ଟେଟ ପୁଲ୍ରୁ ୨୧ ଜଣ ଲେଖାଏଁ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।

ଓଡ଼ିଶାରେ କରୋନା ଭାଇରସ୍ ସଂକ୍ରମଣ ତୀବ୍ର ଗତିରେ ବଢ଼ିଚାଲିଛି । ଏ ପର୍ଯ୍ୟନ୍ତ ରାଜ୍ୟରେ ୨,୯୧,୧୩୭ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ବର୍ତ୍ତମାନ ୧୨,୩୪୧ ଜଣ ଆକ୍ରାନ୍ତ ବିଭିନ୍ନ କୋଭିଡ଼ ହସ୍ପିଟାଲରେ ଚିକିତ୍ସାଧୀନ ଅଛନ୍ତି ।

ରାଜ୍ୟରେ ଚଳିତ ମାସରେ କରୋନା ଆକ୍ରାନ୍ତ ସଂଖ୍ୟା କମୁଥିବା ବେଳେ କରେନା ମୃତ୍ୟୁ ସଂଖ୍ୟା ଦୃତ ଗତିରେ ବୃଦ୍ଧି ପାଇଛି । ଏହା ପ୍ରଶାସନ ପାଇଁ ବଡ଼ ଚିନ୍ତାର କାରଣ ହୋଇଛି ।
Published by:Jagdish Barik
First published: