ରାଜ୍ୟରେ ଆଉ ୧୫ ଜଣଙ୍କ ଜୀବନ ନେଲା କରୋନା; ମୋଟ ମୃତକ ୧୬୪୦; ପୁଣି ୬୩୮ ନୂଆ ମାମଲା ଚିହ୍ନଟ ହେଲେ
ନୂଆ ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ସଙ୍ଗରୋଧ କେନ୍ଦ୍ରରୁ ୩୭୩ ଜଣ ଅଛନ୍ତି । ବାକି ୨୬୫ ଜଣ ଆକ୍ରାନ୍ତ ସ୍ଥାନୀୟ ବାସିନ୍ଦା । ରାଜ୍ୟରେ ମୋଟ ମୃତ୍ୟୁ ସଂଖ୍ୟା ୧୬୪୦ ହେଲାଣି ।

ପ୍ରତୀକାତ୍ମକ ଛବି
- News18 Odia
- Last Updated: November 22, 2020, 12:21 PM IST
ଭୁବନେଶ୍ୱର: ରାଜ୍ୟରେ ଆହୁରି ୧୫ ଜଣ ଆକ୍ରାନ୍ତଙ୍କ ଜୀବନ ନେଇଛି କରୋନା ଭାଇରସ୍ । ଏଥି ସହ ମୃତ୍ୟୁ ସଂଖ୍ୟା ୧୬୪୦ ରେ ପହଞ୍ଚିଛି । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ୩୦ଟି ଜିଲ୍ଲାରୁ ଆଉ ୬୩୮ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ୩,୧୩,୯୬୧ ଟପିଲା କରୋନା ଆକ୍ରାନ୍ତଙ୍କ ସଂଖ୍ୟା ।
୧୫ ଜଣଙ୍କ ମୃତକଙ୍କ ମଧ୍ୟରୁ ସୁନ୍ଦରଗଡ଼ ଜିଲ୍ଲାରୁ ସର୍ବାଧିକ ଚାରି ଜଣ ଆକ୍ରାନ୍ତ ଅଛନ୍ତି । ଖୋର୍ଦ୍ଧା ଜିଲ୍ଲାରୁ ତିନି ଜଣ, କେନ୍ଦୁଝର ଜିଲ୍ଲାରୁ ଦୁଇ ଜଣ, ଅନୁଗୁଳ, ବଲାଙ୍ଗୀର, କଟକ,ଗଞ୍ଜାମ, ଝାରସୁଗୁଡା ଓ ସମ୍ବଲପୁର ଜିଲ୍ଲାରୁ ଜଣେ ଲେଖାଏଁ ଆକ୍ରାନ୍ତ ଅଛନ୍ତି ବୋଲି ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ମିଳିଛି ।
Regret to inform the demise of fifteen numbers of #COVID19 positive patients while under treatment in hospitals.
1.A 56-year-old male of Angul district.
2.A 73-year-old male of Balangir district who was also suffering from Hypertension.
— H & FW Dept Odisha (@HFWOdisha) November 22, 2020
ଆଜି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ସଙ୍ଗରୋଧ କେନ୍ଦ୍ରରୁ ୩୭୩ ଜଣ ଅଛନ୍ତି । ବାକି ୨୬୫ ଜଣ ଆକ୍ରାନ୍ତ ସ୍ଥାନୀୟ ବାସିନ୍ଦା । ଏହାକୁ ମିଶାଇ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩,୧୩,୯୬୧ କୁ ବୃଦ୍ଧି ପାଇଛି ।

ରାଜ୍ୟରେ କରୋନା ସଂକ୍ରମଣର ତାଜା ସ୍ଥିତିର ମ୍ୟାପ୍
ଖୋର୍ଦ୍ଧା ଜିଲ୍ଲାରୁ ଆଜି ସର୍ବାଧିକ ୭୦ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସୁନ୍ଦରଗଡ଼ରୁ ୪୬, ବାଲେଶ୍ୱର ୨୧, କଟକ ୩୯, ନୂଆପଡ଼ାରୁ ୪, ମୟୂରଭଞ୍ଜରୁ ୬୫, ଅନୁଗୁଳରୁ ୪୦, ବରଗଡ଼ରୁ ୨୭, ଭଦ୍ରକରୁ ୭, ବଲାଙ୍ଗୀରରୁ ୨୩, ବୌଦ୍ଧରୁ ୪, ଦେଓଗଡ଼ରୁ ୫, ଢେଙ୍କାନାଳରୁ ୧୧, ଗଞ୍ଜାମରୁ ୮, ଜଗତସିଂହପୁରରୁ ୫୦, ଯାଜପୁରରୁ ୨୯, ଝାରସୁଗଡ଼ାରୁ ୨୩, କଳାହାଣ୍ଡିରୁ ୨୧, କନ୍ଧମାଳରୁ ୩, କେନ୍ଦ୍ରାପଡ଼ା ୩୩, କେନ୍ଦୁଝରରୁ ୩୧, କୋରାପୁଟରୁ ୯, ମାଲକାନିଗିରିରୁ ୪, ନବରଙ୍ଗପୁରରୁ ୧୩, ନୟାଗଡ଼ରୁ ୫, ପୁରୀରୁ ୯, ରାୟଗଡ଼ାରୁ ୧, ସମ୍ବଲପୁର ୨୩, ସୋନପୁରରୁ ୧ ଓ ଷ୍ଟେଟ ପୁଲ୍ରୁ ୧୩ ଜଣ ଲେଖାଏଁ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।
ଓଡ଼ିଶାରେ କରୋନା ଭାଇରସ୍ ସଂକ୍ରମଣ ତୀବ୍ର ଗତିରେ ବଢ଼ିଚାଲିଛି । ଏ ପର୍ଯ୍ୟନ୍ତ ରାଜ୍ୟରେ ୩,୦୪,୯୦୮ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ବର୍ତ୍ତମାନ ୭,୩୬୦ ଜଣ ଆକ୍ରାନ୍ତ ବିଭିନ୍ନ କୋଭିଡ଼ ହସ୍ପିଟାଲରେ ଚିକିତ୍ସାଧୀନ ଅଛନ୍ତି ।
ରାଜ୍ୟରେ ଚଳିତ ମାସରେ କରୋନା ଆକ୍ରାନ୍ତ ସଂଖ୍ୟା କମୁଥିବା ବେଳେ କରେନା ମୃତ୍ୟୁ ସଂଖ୍ୟା ଦୃତ ଗତିରେ ବୃଦ୍ଧି ପାଇଛି । ଏହା ପ୍ରଶାସନ ପାଇଁ ବଡ଼ ଚିନ୍ତାର କାରଣ ହୋଇଛି ।