ରାଜ୍ୟରେ ଆଉ ୧୪ ଜଣଙ୍କ ଜୀବନ ନେଲା କରୋନା; ମୋଟ ମୃତକ ୧୨୫୯; ପୁଣି ୧୪୮୦ ନୂଆ ମାମଲା ଚିହ୍ନଟ ହେଲେ

ନୂଆ ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ସଙ୍ଗରୋଧ କେନ୍ଦ୍ରରୁ ୮୫୮ ଜଣ ଅଛନ୍ତି । ବାକି ୬୨୨ ଜଣ ଆକ୍ରାନ୍ତ ସ୍ଥାନୀୟ ବାସିନ୍ଦା । ଆଜି ମଧ୍ୟ ସର୍ବାଧିକ ୧୪୧ ଜଣ କରୋନା ଆକ୍ରାନ୍ତ ଅନୁଗୁଳ ଜିଲ୍ଲାରେ ଦେଖିବାକୁ ମିଳିଛି । ରାଜ୍ୟରେ ମୋଟ ମୃତ୍ୟୁ ସଂଖ୍ୟା ୧୨୫୯ ହେଲାଣି ।

ପ୍ରତୀକାତ୍ମକ ଛବି

ପ୍ରତୀକାତ୍ମକ ଛବି

  • Share this:
News18 Odia Digital

ଭୁବନେଶ୍ୱର: ରାଜ୍ୟରେ ଆହୁରି ୧୪ ଜଣ ଆକ୍ରାନ୍ତଙ୍କ ଜୀବନ ନେଇଛି କରୋନା ଭାଇରସ୍ । ଏଥି ସହ ମୃତ୍ୟୁ ସଂଖ୍ୟା ୧୨୫୯ ରେ ପହଞ୍ଚିଛି । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ୩୦ଟି ଜିଲ୍ଲାରୁ ଆଉ ୧୪୮୦ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ୨,୮୨,୬୯୫ ଟପିଲା କରୋନା ଆକ୍ରାନ୍ତଙ୍କ ସଂଖ୍ୟା ।

୧୪ ଜଣଙ୍କ ମୃତକଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ତିନି ଜଣ ଆକ୍ରାନ୍ତ ଅଛନ୍ତି । କେନ୍ଦୁଝର, ମୟୂରଭଞ୍ଜ, ନୂଆପଡା, ସୁନ୍ଦରଗଡ଼ ଜିଲ୍ଲାରୁ ଦୁଇ ଲେଖାଏଁ ଓ ବରଗଡ଼, ଗଞ୍ଜାମ ଓ ସମ୍ବଲପୁର ଜଣେ ଲେଖାଏଁ ଆକ୍ରାନ୍ତ ଅଛନ୍ତି ବୋଲି ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ମିଳିଛି ।





ନୂଆ ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ସଙ୍ଗରୋଧ କେନ୍ଦ୍ରରୁ ୮୫୮ ଜଣ ଅଛନ୍ତି । ବାକି ୬୨୨ ଜଣ ଆକ୍ରାନ୍ତ ସ୍ଥାନୀୟ ବାସିନ୍ଦା । ଏହାକୁ ମିଶାଇ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୨,୮୨,୬୯୫ କୁ ବୃଦ୍ଧି ପାଇଛି ।

ରାଜ୍ୟରେ କରୋନା ସଂକ୍ରମଣର ତାଜା ସ୍ଥିତିର ମ୍ୟାପ୍


ଅନୁଗୁଳରୁ ଆଜି ସର୍ବାଧିକ ୧୪୧ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ମୟୂରଭଞ୍ଜରୁ ୧୧୩, ଖୋର୍ଦ୍ଧାରୁ ୧୧୦, କଟକରୁ ୧୦୬ ଜଣ ଲେଖାଏଁ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ବାଲେଶ୍ୱରରୁ ୮୪, ବରଗଡ଼ରୁ ୪୯, ଭଦ୍ରକରୁ ୨୪, ବଲାଙ୍ଗୀରରୁ ୪୪, ବୌଦ୍ଧରୁ ୧୨, ଦେଓଗଡ଼ରୁ ୧୧, ଢେଙ୍କାନାଳରୁ ୨୫, ଗଜପତିରୁ ୬, ଗଞ୍ଜାମରୁ ୨୦, ଜଗତସିଂହପୁରରୁ ୭୨, ଯାଜପୁରରୁ ୫୬, ଝାରସୁଗଡ଼ାର ୫୦, କଳାହାଣ୍ଡିରୁ ୨୪, କନ୍ଧମାଳରୁ ୭, କେନ୍ଦ୍ରାପଡ଼ାରୁ ୫୧, କେନ୍ଦୁଝର ୮୭, କୋରାପୁଟରୁ ୩୯, ମାଲକାନିଗିରିରୁ ୨୩, ନବରଙ୍ଗପୁରରୁ ୪୦, ନୟାଗଡ଼ରୁ ୨୮, ନୂଆପଡ଼ାରୁ ୪୪, ପୁରୀରୁ ୪୭, ରାୟଗଡ଼ାରୁ ୮, ସମ୍ବଲପୁରରୁ ୨୯, ସୋନପୁରରୁ ୧୪, ସୁନ୍ଦରଗଡ଼ରୁ ୯୦ ଓ କେନ୍ଦ୍ରୀୟ ବାହିନୀରୁ ୨୬ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।

ଓଡ଼ିଶାରେ କରୋନା ଭାଇରସ୍ ସଂକ୍ରମଣ ତୀବ୍ର ଗତିରେ ବଢ଼ିଚାଲିଛି । ଏ ପର୍ଯ୍ୟନ୍ତ ରାଜ୍ୟରେ ୨,୬୪,୧୦୨ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ବର୍ତ୍ତମାନ ୧୭,୨୮୧ ଜଣ ଆକ୍ରାନ୍ତ ବିଭିନ୍ନ କୋଭିଡ଼ ହସ୍ପିଟାଲରେ ଚିକିତ୍ସାଧୀନ ଅଛନ୍ତି ।

ରାଜ୍ୟରେ ଚଳିତ ମାସରେ କରୋନା ଆକ୍ରାନ୍ତ ସଂଖ୍ୟା କମୁଥିବା ବେଳେ କରେନା ମୃତ୍ୟୁ ସଂଖ୍ୟା ଦୃତ ଗତିରେ ବୃଦ୍ଧି ପାଇଛି । ଏହା ପ୍ରଶାସନ ପାଇଁ ବଡ଼ ଚିନ୍ତାର କାରଣ ହୋଇଛି ।
Published by:Jagdish Barik
First published: