ରାଜ୍ୟରେ ଆଉ ୧୪ ଜଣଙ୍କ ଜୀବନ ନେଲା କରୋନା; ମୋଟ ମୃତକ ୧୪୮୩; ପୁଣି ୯୮୬ ନୂଆ ମାମଲା ଚିହ୍ନଟ ହେଲେ
ନୂଆ ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ସଙ୍ଗରୋଧ କେନ୍ଦ୍ରରୁ ୫୭୨ ଜଣ ଅଛନ୍ତି । ବାକି ୪୧୪ ଜଣ ଆକ୍ରାନ୍ତ ସ୍ଥାନୀୟ ବାସିନ୍ଦା । ରାଜ୍ୟରେ ମୋଟ ମୃତ୍ୟୁ ସଂଖ୍ୟା ୧୪୮୩ ହେଲାଣି ।

ପ୍ରତୀକାତ୍ମକ ଛବି
- News18 Odia
- Last Updated: November 12, 2020, 12:03 PM IST
ଭୁବନେଶ୍ୱର: ରାଜ୍ୟରେ ଆହୁରି ୧୪ ଜଣ ଆକ୍ରାନ୍ତଙ୍କ ଜୀବନ ନେଇଛି କରୋନା ଭାଇରସ୍ । ଏଥି ସହ ମୃତ୍ୟୁ ସଂଖ୍ୟା ୧୪୮୩ ରେ ପହଞ୍ଚିଛି । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ୩୦ଟି ଜିଲ୍ଲାରୁ ଆଉ ୯୮୬ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ୩,୦୫,୯୮୬ ଟପିଲା କରୋନା ଆକ୍ରାନ୍ତଙ୍କ ସଂଖ୍ୟା ।
୧୪ ଜଣଙ୍କ ମୃତକଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ତିନି ଜଣ ଲେଖାଏଁ ଆକ୍ରାନ୍ତ ଅଛନ୍ତି । ନୂଆପଡ଼ା ଓ ସୁନ୍ଦରଗଡ଼ ଜିଲ୍ଲାରୁ ୨ ଜଣ ଲେଖାଏଁ, ବରଗଡ଼, ବାଲେଶ୍ୱର, କଟକ, କଳାହାଣ୍ଡି, କେନ୍ଦ୍ରାପଡ଼ା, ମୟୂରଭଞ୍ଜ ଓ ସମ୍ବଲପୁର ଜିଲ୍ଲାରୁ ଜଣେ ଲେଖାଏଁ ଆକ୍ରାନ୍ତ ଅଛନ୍ତି ବୋଲି ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ମିଳିଛି ।
Regret to inform the demise of Fourteen #COVID19 positive patients while under treatment in hospitals.
1. A 48-year-old male of Bargarh district.
2. A 68-year-old male of Balasore district who was also suffering from Diabetes Mellitus.
— H & FW Dept Odisha (@HFWOdisha) November 12, 2020
ଆଜି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ସଙ୍ଗରୋଧ କେନ୍ଦ୍ରରୁ ୫୭୨ ଜଣ ଅଛନ୍ତି । ବାକି ୪୧୪ ଜଣ ଆକ୍ରାନ୍ତ ସ୍ଥାନୀୟ ବାସିନ୍ଦା । ଏହାକୁ ମିଶାଇ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩,୦୫,୯୮୬ କୁ ବୃଦ୍ଧି ପାଇଛି ।

ରାଜ୍ୟରେ କରୋନା ସଂକ୍ରମଣର ତାଜା ସ୍ଥିତିର ମ୍ୟାପ୍
ଖୋର୍ଦ୍ଧା ଜିଲ୍ଲାରୁ ଆଜି ସର୍ବାଧିକ ୧୧୨ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସୁନ୍ଦରଗଡ଼ରୁ ୮୦, କଟକରୁ ୮୧, ନୂଆପଡ଼ାରୁ ୩୮, ମୟୂରଭଞ୍ଜରୁ ୫୭, ଅନୁଗୁଳରୁ ୬୪, ବାଲେଶ୍ୱରରୁ ୪୩, ବରଗଡ଼ରୁ ୩୪, ଭଦ୍ରକରୁ ୧୦, ବଲାଙ୍ଗୀରରୁ ୨୬, ବୌଦ୍ଧରୁ ୮, ଦେଓଗଡ଼ରୁ ୫, ଢେଙ୍କାନାଳରୁ ୨୬, ଗଜପତିରୁ ୩, ଗଞ୍ଜାମରୁ ୧୫, ଜଗତସିଂହପୁରରୁ ୫୪, ଯାଜପୁରରୁ ୨୮, ଝାରସୁଗଡ଼ାର ୧୯, କଳାହାଣ୍ଡିରୁ ୪୨, କନ୍ଧମାଳରୁ ୧୩, କେନ୍ଦ୍ରାପଡ଼ା ୪୪, କେନ୍ଦୁଝରରୁ ୪୯, କୋରାପୁଟରୁ ୧୪, ମାଲକାନିଗିରିରୁ ୬, ନବରଙ୍ଗପୁରରୁ ୧୫, ନୟାଗଡ଼ରୁ ୧୦, ପୁରୀରୁ ୩୨, ରାୟଗଡ଼ାରୁ ୧୬, ସମ୍ବଲପୁରରୁ ୧୬, ସୋନପୁରରୁ ୩ ଓ ଷ୍ଟେଟ ପୁଲ୍ରୁ ୨୩ ଜଣ ଲେଖାଏଁ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।
ଓଡ଼ିଶାରେ କରୋନା ଭାଇରସ୍ ସଂକ୍ରମଣ ତୀବ୍ର ଗତିରେ ବଢ଼ିଚାଲିଛି । ଏ ପର୍ଯ୍ୟନ୍ତ ରାଜ୍ୟରେ ୨,୯୨,୪୭୭ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ବର୍ତ୍ତମାନ ୧୧,୯୭୩ ଜଣ ଆକ୍ରାନ୍ତ ବିଭିନ୍ନ କୋଭିଡ଼ ହସ୍ପିଟାଲରେ ଚିକିତ୍ସାଧୀନ ଅଛନ୍ତି ।
ରାଜ୍ୟରେ ଚଳିତ ମାସରେ କରୋନା ଆକ୍ରାନ୍ତ ସଂଖ୍ୟା କମୁଥିବା ବେଳେ କରେନା ମୃତ୍ୟୁ ସଂଖ୍ୟା ଦୃତ ଗତିରେ ବୃଦ୍ଧି ପାଇଛି । ଏହା ପ୍ରଶାସନ ପାଇଁ ବଡ଼ ଚିନ୍ତାର କାରଣ ହୋଇଛି ।