ରାଜ୍ୟରେ ଆଉ ୧୪ ଜଣଙ୍କ ଜୀବନ ନେଲା କରୋନା; ମୋଟ ମୃତକ ୮୨୮; ପୁଣି ୩୦୬୭ ନୂଆ ମାମଲା ଚିହ୍ନଟ ହେଲେ

ନୂଆ ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ସଙ୍ଗରୋଧ କେନ୍ଦ୍ରରୁ ୧୮୦୯ ଜଣ ଅଛନ୍ତି । ବାକି ୧୨୫୮ ଜଣ ଆକ୍ରାନ୍ତ ସ୍ଥାନୀୟ ବାସିନ୍ଦା । ଆଜି ମଧ୍ୟ ସର୍ବାଧିକ ୫୫୫ ଜଣ କରୋନା ଆକ୍ରାନ୍ତ ଖୋର୍ଦ୍ଧା ଜିଲ୍ଲାରେ ଦେଖିବାକୁ ମିଳିଛି । ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୨,୧୫,୬୭୬ ହେଲାଣି ।

ପ୍ରତୀକାତ୍ମକ ଛବି

ପ୍ରତୀକାତ୍ମକ ଛବି

  • News18 Odia
  • Last Updated :
  • Share this:
News18 Odia Digital

ଭୁବନେଶ୍ୱର: ରାଜ୍ୟରେ ଆହୁରି ୧୪ ଜଣ ଆକ୍ରାନ୍ତଙ୍କ ଜୀବନ ନେଇଛି କରୋନା ଭାଇରସ୍ । ଏଥି ସହ ମୃତ୍ୟୁ ସଂଖ୍ୟା ୮୨୮ ରେ ପହଞ୍ଚିଛି । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ୩୦ଟି ଜିଲ୍ଲାରୁ ଆଉ ୩,୦୬୭ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ୨,୧୫,୬୭୬ ଟପିଲା କରୋନା ଆକ୍ରାନ୍ତଙ୍କ ସଂଖ୍ୟା ।

୧୪ ଜଣଙ୍କ ମୃତକଙ୍କ ମଧ୍ୟରୁ ବାଲେଶ୍ୱର,କଟକ ଓ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ତିନି ଜଣ ଲେଖାଏଁ ଆକ୍ରାନ୍ତ ଅଛନ୍ତି । ପୁରୀରୁ ୨ ଜଣ, ବଲାଙ୍ଗିର ଓ ଝାରସୁଗୁଡ଼ାରୁ ଜଣେ ଲେଖାଏଁ ଆକ୍ରାନ୍ତ ଅଛନ୍ତି ବୋଲି ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ମିଳିଛି । ବାଲେଶ୍ୱର ଜିଲ୍ଲାର ତିନି ଜଣ ମୃତକଙ୍କ ମଧ୍ୟରୁ ଜଣେ ୫୬ ବର୍ଷୀୟ ପୁରୁଷ ଥିବା ବେଳେ ଅନ୍ୟ ଦୁଇଜଣ ୬୧ ଓ ୭୦ ବର୍ଷୀୟା ମହିଳା ଅଛନ୍ତି । ୫୬ ବର୍ଷୀୟ ପୁରୁଷ ପୂର୍ବରୁ କୌଣସି ରୋଗରେ ପୀଡ଼ିତ ନ ଥିବା ବେଳେ ୬୧ ଓ ୭୦ ବର୍ଷୀୟା ମହିଳା ପୂର୍ବରୁ ମଧୁମେହେ ଓ ଉଚ୍ଚ ରକ୍ତଚାପ ରୋଗରେ ପୀଡିତ ଥିଲେ । କଟକ ଜିଲ୍ଲାରେ ତିନି ଜଣ ମୃତକଙ୍କ ମଧ୍ୟରୁ ଜଣେ ୮୨ ବର୍ଷୀୟା ମହିଳା ଥିବା ବେଳେ ଅନ୍ୟ ଦୁଇଜଣ ୪୦ ଓ ୬୮ ବର୍ଷୀୟ ପୁରୁଷ ଅଛନ୍ତି । ୮୨ ବର୍ଷୀୟା ମହିଳା ପୂର୍ବରୁ ମଧୁମେହ, କ୍ରୋନିକ ଅବଷ୍ଟ୍ରକ୍ଟିଭ୍ ପୁଲମୁନାରୀ,ଓ ପାର୍କିନ୍ସନ୍ଜିମ୍ ରୋଗରେ ପୀଡ଼ିତ ଥିବା ବେଳେ ୬୮ବର୍ଷୀୟ ପୁରୁଷ ପୂର୍ବରୁ ମଧୁମେହେ ଓ ୪୦ ବର୍ଷୀୟ ପୁରୁଷ ପୂର୍ବରୁ କୌଣସି ରୋଗରେ ପୀଡିତ ନ ଥିଲେ । ଖୋର୍ଦ୍ଧା ଜିଲ୍ଲାରେ ତିନି ଜଣ ମୃତକ ୭୩,୫୦ ଓ ୬୦ ବର୍ଷୀୟ ପୁରୁଷ । ଏହି ସମସ୍ତ ପୁରୁଷ ପୂର୍ବରୁ କୌଣସି ରୋଗରେ ପୀଡିତ ନ ଥିବା ସ୍ୱାସ୍ଥ୍ୟ ବିଭାଗ ତରଫରୁ ସୂଚନା ଦିଆ ଯାଇଛି ।

ପୁରୀ ଜିଲ୍ଲାରେ ଦୁଇଜଣ ମୃତକ ୬୫ ଓ ୪୯ ବର୍ଷୀୟ ପୁରୁଷ । ୬୫ ବର୍ଷୀୟ ପୁରୁଷ ପୂର୍ବରୁ ମଧୁମେହ ଓ ଉଚ୍ଚ ରକ୍ତଚାପ ରୋଗରେ ପୀଡ଼ିତ ଥିବା ବେଳେ ୪୯ ବର୍ଷୀୟ ପୁରୁଷ ପୂର୍ବରୁ କୌଣସି ରୋଗରେ ପୀଡ଼ିତ ନ ଥିଲେ । ବଲାଙ୍ଗିର ଜିଲ୍ଲାରେ ମୃତକ ୭୪ ବର୍ଷୀୟ ପୁରୁଷ ଓ ପୂର୍ବରୁ ସେ କୌଣସି ରୋଗରେ ପୀଡ଼ିତ ନ ଥିଲେ । ଝାରସୁଗୁଡ଼ା ଜିଲ୍ଲାରେ ମୃତକ ଜଣେ ୬୭ ବର୍ଷୀୟ ପୁରୁଷ ଓ ସେ ପୂର୍ବରୁ ମଧୁମେହ ଓ ଉଚ୍ଚ ରକ୍ତଚାପ ରୋଗରେ ପୀଡ଼ିତ ଥିବା ସ୍ୱାସ୍ଥ୍ୟ ବିଭାଗ ତରଫରୁ ସୂଚନା ଦିଆ ଯାଇଛି ।

ରାଜ୍ୟରେ କରୋନା ସଂକ୍ରମଣର ତାଜା ସ୍ଥିତିର ମ୍ୟାପ୍


ନୂଆ ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ସଙ୍ଗରୋଧ କେନ୍ଦ୍ରରୁ ୧୮୦୯ ଜଣ ଅଛନ୍ତି । ବାକି ୧୨୫୮ ଜଣ ଆକ୍ରାନ୍ତ ସ୍ଥାନୀୟ ବାସିନ୍ଦା । ଏହାକୁ ମିଶାଇ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୨,୧୫,୬୭୬କୁ ବୃଦ୍ଧି ପାଇଛି ।

ଖୋର୍ଦ୍ଧାରୁ ଆଜି ସର୍ବାଧିକ ୫୫୫ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । କଟକରୁ ୨୩୦, ପୁରୀରୁ ୧୭୮, ମୟୂରଭଞ୍ଜରୁ ୧୪୩, ଅନୁଗୁଳରୁ ୧୨୯ ଓ କେନ୍ଦ୍ରୀୟ ବାହିନୀରୁ ୨୧୧ ଲେଖାଏଁ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ବାଲେଶ୍ୱରରୁ ୧୪୬, ବରଗଡ଼ ୬୯, ଭଦ୍ରକରୁ ୫୯, ବଲାଙ୍ଗୀରରୁ ୭୮, ବୌଦ୍ଧରୁ ୪୫, ଦେଓଗଡ଼ରୁ ୧୫, ଢ଼େଙ୍କାନାଳରୁ ୯୧, ଗଜପତିରୁ ୨୧, ଗଞ୍ଜାମରୁ ୩୪, ଜଗତସିଂହପୁରରୁ ୮୪, ଯାଜପୁରରୁ ୬୦, ଝାରସୁଗଡ଼ାରୁ ୯୬, କଳାହାଣ୍ଡିରୁ ୫୪, କନ୍ଧମାଳରୁ ୮୧, କେନ୍ଦ୍ରାପଡ଼ାରୁ ୯୪, କେନ୍ଦୁଝର ୮୧, କୋରାପୁଟରୁ ୫୫, ମାଲକାନିଗିରିରୁ ୨୪, ନବରଙ୍ଗପୁରରୁ ୫୮, ନୟାଗଡ଼ରୁ ୬୮, ନୂଆପଡ଼ାରୁ ୮୫, ରାୟଗଡ଼ାରୁ ୪୧, ସମ୍ବଲପୁରରୁ ୯୮, ସୋନପୁରରୁ ୨୨ ଓ ସୁନ୍ଦରଗଡ଼ରୁ ୬୨ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।

ଏହା ବି ପଢ଼ନ୍ତୁ | AC ରେ ଯାତ୍ରା କରୁଥିବା ରେଳ ଯାତ୍ରୀଙ୍କୁ ବଡ଼ ଝଟକା! ଖୁବ୍ ଶୀଘ୍ର ରେଲୱେ ଆଦାୟ କରିବ ଏହି ସ୍ୱତନ୍ତ୍ର ଚାର୍ଜ

ଏହା ବି ପଢ଼ନ୍ତୁ | T-20 International: ମିଚେଲ ଷ୍ଟାର୍କଙ୍କ ପତ୍ନୀ ଏଲିସା ଭାଙ୍ଗିଦେଲେ ଧୋନିଙ୍କ 'ଅନମୋଲ ରେକର୍ଡ଼'

ଓଡ଼ିଶାରେ କରୋନା ଭାଇରସ୍ ସଂକ୍ରମଣ ତୀବ୍ର ଗତିରେ ବଢ଼ିଚାଲିଛି । ଏ ପର୍ଯ୍ୟନ୍ତ ରାଜ୍ୟରେ ୧,୭୭,୫୮୫ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ବର୍ତ୍ତମାନ ୩୭,୨୧୦ ଜଣ ଆକ୍ରାନ୍ତ ବିଭିନ୍ନ କୋଭିଡ଼ ହସ୍ପିଟାଲରେ ଚିକିତ୍ସାଧୀନ ଅଛନ୍ତି ।



ରାଜ୍ୟରେ ଚଳିତ ମାସରେ କରେନା ପଜିଟିଭଙ୍କ ସଂଖ୍ୟା ଦୃତ ଗତିରେ ବୃଦ୍ଧି ପାଉଥିବା ବେଳେ ମୃତ୍ୟୁ ସଂଖ୍ୟା ମଧ୍ୟ ବୃଦ୍ଧି ପାଇଛି । ଏହା ପ୍ରଶାସନ ପାଇଁ ବଡ଼ ଚିନ୍ତାର କାରଣ ହୋଇଛି ।
Published by:Jagdish Barik
First published: