ରାଜ୍ୟରେ ଆଉ ୧୪ ଜଣଙ୍କ ଜୀବନ ନେଲା କରୋନା; ମୋଟ ମୃତକ ୮୪୨; ପୁଣି ୩୪୪୩ ନୂଆ ମାମଲା ଚିହ୍ନଟ ହେଲେ

ନୂଆ ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ସଙ୍ଗରୋଧ କେନ୍ଦ୍ରରୁ ୨୦୧୭ ଜଣ ଅଛନ୍ତି । ବାକି ୧୪୨୬ ଜଣ ଆକ୍ରାନ୍ତ ସ୍ଥାନୀୟ ବାସିନ୍ଦା । ଆଜି ମଧ୍ୟ ସର୍ବାଧିକ ୬୦୧ ଜଣ କରୋନା ଆକ୍ରାନ୍ତ ଖୋର୍ଦ୍ଧା ଜିଲ୍ଲାରେ ଦେଖିବାକୁ ମିଳିଛି । ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୨,୧୯,୧୧୯ ହେଲାଣି ।

ରାଜ୍ୟରେ ଆଉ ୧୪ ଜଣଙ୍କ ଜୀବନ ନେଲା କରୋନା; ମୋଟ ମୃତକ ୮୪୨; ପୁଣି ୩୪୪୩ ନୂଆ ମାମଲା ଚିହ୍ନଟ ହେଲେ
ପ୍ରତୀକାତ୍ମକ ଛବି
  • News18 Odia
  • Last Updated: September 30, 2020, 1:32 PM IST
  • Share this:
  • Byline Facebook
  • Byline Twitter
  • Byline Linkedin
News18 Odia Digital

ଭୁବନେଶ୍ୱର: ରାଜ୍ୟରେ ଆହୁରି ୧୫ ଜଣ ଆକ୍ରାନ୍ତଙ୍କ ଜୀବନ ନେଇଛି କରୋନା ଭାଇରସ୍ । ଏଥି ସହ ମୃତ୍ୟୁ ସଂଖ୍ୟା ୮୨୮ ରେ ପହଞ୍ଚିଛି । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ୩୦ଟି ଜିଲ୍ଲାରୁ ଆଉ ୩,୪୪୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ୨,୧୯,୧୧୯ ଟପିଲା କରୋନା ଆକ୍ରାନ୍ତଙ୍କ ସଂଖ୍ୟା ।

୧୪ ଜଣଙ୍କ ମୃତକଙ୍କ ମଧ୍ୟରୁ ଖୋର୍ଦ୍ଧା ଓ ନୟାଗଡ ଜିଲ୍ଲାରୁ ସର୍ବାଧିକ ତିନି ଜଣ ଲେଖାଏଁ ଆକ୍ରାନ୍ତ ଅଛନ୍ତି । ପୁରୀରୁ ୨ ଜଣ, ବାଲେଶ୍ବର, ଭଦ୍ରକ, ଗଞ୍ଜାମ, କଟକ, କନ୍ଧମାଳ, କଳାହାଣ୍ଡିରୁ ଜଣେ ଲେଖାଏଁ ଆକ୍ରାନ୍ତ ଅଛନ୍ତି ବୋଲି ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ମିଳିଛି ।

ନୂଆ ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ସଙ୍ଗରୋଧ କେନ୍ଦ୍ରରୁ ୨୦୧୭ ଜଣ ଅଛନ୍ତି । ବାକି ୧୪୨୬ ଜଣ ଆକ୍ରାନ୍ତ ସ୍ଥାନୀୟ ବାସିନ୍ଦା । ଏହାକୁ ମିଶାଇ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୨,୧୯,୧୧୯କୁ ବୃଦ୍ଧି ପାଇଛି ।

ରାଜ୍ୟରେ କରୋନା ସଂକ୍ରମଣର ତାଜା ସ୍ଥିତିର ମ୍ୟାପ୍


ଖୋର୍ଦ୍ଧାରୁ ଆଜି ସର୍ବାଧିକ ୬୦୧ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । କଟକରୁ ୩୫୯, ବାଲେଶ୍ୱରରୁ ୧୫୨,ସମ୍ବଲପୁରରୁ ୧୩୧, ଯାଜପୁରରୁ ୧୩୦, ମୟୂରଭଞ୍ଜରୁ ୧୪୧, ବରଗଡ଼ ୧୧୧, କନ୍ଧମାଳରୁ ୧୦୩, କେନ୍ଦ୍ରାପଡ଼ାରୁ ୧୦୧, ଅନୁଗୁଳରୁ ୧୦୦ ଓ କେନ୍ଦ୍ରୀୟ ବାହିନୀରୁ ୧୫୪ ଲେଖାଏଁ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଭଦ୍ରକରୁ ୯୫, ବଲାଙ୍ଗୀରରୁ ୧୧୪, ବୌଦ୍ଧରୁ ୧୦, ଦେଓଗଡ଼ରୁ ୧୩, ଢ଼େଙ୍କାନାଳରୁ ୪୭, ଗଜପତିରୁ ୧୮, ଗଞ୍ଜାମରୁ ୫୪, ଜଗତସିଂହପୁରରୁ ୭୮, ଯାଜପୁରରୁ ୧୩୦, ଝାରସୁଗଡ଼ାରୁ ୭୭, କଳାହାଣ୍ଡିରୁ ୭୬, କେନ୍ଦୁଝର ୯୭, କୋରାପୁଟରୁ ୫୨, ମାଲକାନିଗିରିରୁ ୨୯, ନବରଙ୍ଗପୁରରୁ ୮୯, ନୟାଗଡ଼ରୁ ୮୮, ନୂଆପଡ଼ାରୁ ୮୭, ରାୟଗଡ଼ାରୁ ୨୯, ସୋନପୁରରୁ ୯୪ ଓ ସୁନ୍ଦରଗଡ଼ରୁ ୮୧ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।

ଏହା ବି ପଢ଼ନ୍ତୁ | କ’ଣ ସେହି ସ୍ପେଶାଲ୍‌ ସିଗାରେଟ୍ ଯାହା ବିଷୟରେ ଦୀପିକା ପାଦୁକୋନ୍ ଜେରା ବେଳେ କହିଛନ୍ତି?

ଏହା ବି ପଢ଼ନ୍ତୁ | ବରିଷ୍ଠ IPS ଅଫିସର ନିଜ ସ୍ତ୍ରୀଙ୍କୁ ଖୁବ୍ ପିଟିଲେ; Video ଭାଇରାଲ୍ ହେଲା; ପଦରୁ ହଟାଗଲେ

ଓଡ଼ିଶାରେ କରୋନା ଭାଇରସ୍ ସଂକ୍ରମଣ ତୀବ୍ର ଗତିରେ ବଢ଼ିଚାଲିଛି । ଏ ପର୍ଯ୍ୟନ୍ତ ରାଜ୍ୟରେ ୧,୮୧,୪୮୧ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ବର୍ତ୍ତମାନ ୩୬,୭୪୩ ଜଣ ଆକ୍ରାନ୍ତ ବିଭିନ୍ନ କୋଭିଡ଼ ହସ୍ପିଟାଲରେ ଚିକିତ୍ସାଧୀନ ଅଛନ୍ତି ।



ରାଜ୍ୟରେ ଚଳିତ ମାସରେ କରେନା ପଜିଟିଭଙ୍କ ସଂଖ୍ୟା ଦୃତ ଗତିରେ ବୃଦ୍ଧି ପାଉଥିବା ବେଳେ ମୃତ୍ୟୁ ସଂଖ୍ୟା ମଧ୍ୟ ବୃଦ୍ଧି ପାଇଛି । ଏହା ପ୍ରଶାସନ ପାଇଁ ବଡ଼ ଚିନ୍ତାର କାରଣ ହୋଇଛି ।
Published by: Jagdish Barik
First published: September 30, 2020, 1:32 PM IST
corona virus btn
corona virus btn
Loading