News18 Odia Digital
ଭୁବନେଶ୍ୱର: ରାଜ୍ୟରେ ଆହୁରି ୯ ଜଣ ଆକ୍ରାନ୍ତଙ୍କ ଜୀବନ ନେଇଛି କରୋନା ଭାଇରସ୍ । ଏଥି ସହ ମୃତ୍ୟୁ ସଂଖ୍ୟା ୪୨୮ ରେ ପହଞ୍ଚିଛି । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ୩୦ଟି ଜିଲ୍ଲାରୁ ଆଉ ୨,୭୫୨ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ୮୪,୨୩୧ ଟପିଲା କରୋନା ଆକ୍ରାନ୍ତଙ୍କ ସଂଖ୍ୟା ।
ନଅ ଜଣଙ୍କ ମୃତକଙ୍କ ମଧ୍ୟରେ ଗଞ୍ଜାମ ଓ ସୁନ୍ଦରଗଡ଼ ଜିଲ୍ଲାରୁ ୨ଜଣ ଲେଖାଏଁ, ଖୋର୍ଦ୍ଧା, କଟକ, ଗଜପତି, ବାଲେଶ୍ବର ଓ ବଲାଙ୍ଗୀରରୁ ଜଣେ ଲେଖାଏଁ ବାସିନ୍ଦା ଅଛନ୍ତି ବୋଲି ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ମିଳିଛି । ଗଞ୍ଜାମରେ ମୋଟ କରୋନା ମୃତ୍ୟୁ ସଂଖ୍ୟା ୧୮୧ କୁ ବୃଦ୍ଧି ପାଇଛି । ଗଞ୍ଜାମ ଜିଲ୍ଲାରେ ଦୁଇଜଣ ମୃତକ ୭୩ ଓ ୬୮ ବର୍ଷୀୟ ପୁରୁଷ । ୭୩ ବର୍ଷୀୟ ପୁରୁଷ ପୂର୍ବରୁ ମଧୁମେହ ଓ ଉଚ୍ଚ ରକ୍ତଚାପ ରୋଗରେ ପୀଡ଼ିତ ଥିଲାବେଳେ ୬୮ ବର୍ଷୀୟ ପୁରୁଷ ପୂର୍ବରୁ ମଧୁମେହ ରୋଗରେ ପୀଡ଼ିତ ଥିଲେ। ସୁନ୍ଦରଗଡ଼ ଜିଲ୍ଲାରେ ଦୁଇଜଣ ମୃତକ ୬୫ ଓ ୫୧ ବର୍ଷୀୟ ପୁରୁଷ । ୬୫ ବର୍ଷୀୟ ପୁରୁଷ ପୂର୍ବରୁ ମଧୁମେହ ଓ ଉଚ୍ଚ ରକ୍ତଚାପ ରୋଗରେ ପୀଡ଼ିତ ଥିବା ବେଳେ ୫୧ ବର୍ଷୀୟ ପୁରୁଷ ପୂର୍ବରୁ ମଧୁମେହ ରୋଗରେ ପୀଡ଼ିତ ଥିବା ସ୍ୱାସ୍ଥ୍ୟ ବିଭାଗ ତରଫରୁ ସୂଚନା ମିଳିଛି ।
ଖୋର୍ଦ୍ଧା ଜିଲ୍ଲାରେ ମୃତକ ଜଣେ ୫୫ ବର୍ଷୀୟ ପୁରୁଷ ଓ ସେ ପୂର୍ବରୁ କ୍ରୋନିକ କୀଡୀନି ରୋଗରେ ପୀଡ଼ିତ ଥିଲେ । କଟକ ଜିଲ୍ଲାରେ ମୃତକ ଜଣେ ୩୯ ବର୍ଷୀୟ ପୁରୁଷ ଓ ସେ ପୂର୍ବରୁ ମଧୁମେହ ଓ ଉଚ୍ଚ ରକ୍ତଚାପ ରୋଗରେ ପୀଡ଼ିତ ଥିଲେ । ଗଜପତି ଜିଲ୍ଲାରେ ମୃତକ ଜଣେ ୫୬ ବର୍ଷୀୟ ପୁରୁଷ ଓ ସେ ପୂର୍ବରୁ କୌଣସି ରୋଗରେ ପୀଡ଼ିତ ନ ଥିଲେ । ବାଲେଶ୍ୱର ଜିଲ୍ଲାରେ ମୃତକ ଜଣେ ୫୫ ବର୍ଷୀୟ ପୁରୁଷ ଓ ସେ ପୂର୍ବରୁ କୌଣସି ରୋଗରେ ପୀଡ଼ିତ ନ ଥିଲେ । ବଲାଙ୍ଗୀର ଜିଲ୍ଲାରେ ମୃତକ ଜଣେ ୭୦ ବର୍ଷୀୟ ପୁରୁଷ ଓ ସେ ପୂର୍ବରୁ ମଧୁମେହ ରୋଗରେ ପୀଡ଼ିତ ଥିବା ସ୍ୱାସ୍ଥ୍ୟ ବିଭାଗ ତରଫରୁ ସୂଚନା ଦିଆ ଯାଇଛି ।

ରାଜ୍ୟରେ କରୋନା ସଂକ୍ରମଣର ତାଜା ସ୍ଥିତିର ମ୍ୟାପ୍
ନୂଆ ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ସଙ୍ଗରୋଧ କେନ୍ଦ୍ରରୁ ୧,୭୦୮ ଜଣ ଅଛନ୍ତି । ବାକି ୧,୦୪୪ ଜଣ ଆକ୍ରାନ୍ତ ସ୍ଥାନୀୟ ବାସିନ୍ଦା। ଏହାକୁ ମିଶାଇ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୮୪,୨୩୧କୁ ବୃଦ୍ଧି ପାଇଛି।
ଖୋର୍ଦ୍ଧାରୁ ଆଜି ସର୍ବାଧିକ ୪୨୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । କଟକରୁ ୨୪୭, ଯାଜପୁରରୁ ୨୧୭, ଗଞ୍ଜାମରୁ ୨୧୨, ରାୟଗଡ଼ାରୁ ୧୭୭, କୋରାପୁଟରୁ ୧୭୪,ପୁରୀରୁ ୧୪୪, ମୟୂରଭଞ୍ଜରୁ ୧୩୭, ବାଲେଶ୍ୱରରୁ ୧୨୯, ନୟାଗଡ଼ରୁ ୧୦୩, ଜଗତସିଂହପୁରରୁ ୧୦୧, ମାଲକାନିଗିରିରୁ ୧୦୧ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଅନୁଗୁଳରୁ ୨୩, ବରଗଡ଼ରୁ ୨୮, ଭଦ୍ରକରୁ ୫୮, ବଲାଙ୍ଗୀରରୁ ୧୪, ବୌଦ୍ଧରୁ ୧୧, ଦେଓଗଡ଼ରୁ ୬, ଗଜପତିରୁ ୬୦, ଝାରସୁଗୁଡ଼ାରୁ ୧୫, କଳାହାଣ୍ଡିରୁ ୧୬, କନ୍ଧମାଳରୁ ୯୫, କେନ୍ଦ୍ରପଡ଼ାରୁ ୯୭, କେନ୍ଦୁଝର ୨୮, ନବରଙ୍ଗପୁରରୁ ୨୭, ନୂଆପଡ଼ାରୁ ୮, ସମ୍ବଲପୁରରୁ ୫୫, ସୁନ୍ଦରଗଡ଼ରୁ ୪୪, ସୋନପୁର ଓ ଢେଙ୍କାନାଳରୁ ଜଣେ ଲେଖାଏଁ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।
ଓଡ଼ିଶାରେ କରୋନା ଭାଇରସ୍ ସଂକ୍ରମଣ ତୀବ୍ର ଗତିରେ ବଢ଼ିଚାଲିଛି । ଏ ପର୍ଯ୍ୟନ୍ତ ରାଜ୍ୟରେ ୫୬,୯୨୪ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ବର୍ତ୍ତମାନ ୨୬,୮୬୨ ଜଣ ଆକ୍ରାନ୍ତ ବିଭିନ୍ନ କୋଭିଡ଼ ହସପିଟାଲରେ ଚିକିତ୍ସାଧୀନ ଅଛନ୍ତି ।
ରାଜ୍ୟରେ ଚଳିତ ମାସରେ କରେନା ପଜିଟିଭଙ୍କ ସଂଖ୍ୟା ଦୃତ ଗତିରେ ବଢୁଥିବା ବେଳେ ମୃତ୍ୟୁ ସଂଖ୍ୟା ମଧ୍ୟ ବୃଦ୍ଧି ପାଇଛି । ଗତ କିଛି ଦିନ ହେବ ରାଜ୍ୟରେ ୨,୫୦୦ରୁ ଅଧିକ ଆକ୍ରାନ୍ତ ସଂଖ୍ୟା ଦେଖିବାକୁ ମିଳିଛି । ଏହା ପ୍ରଶାସନ ପାଇଁ ବଡ଼ ଚିନ୍ତାର କାରଣ ହୋଇଛି ।
ନ୍ୟୁଜ୍ ୧୮ ଓଡ଼ିଆରେ ବ୍ରେକିଙ୍ଗ୍ ନ୍ୟୁଜ୍ ପଢ଼ିବାରେ ପ୍ରଥମ ହୁଅନ୍ତୁ| ଆଜିର ସର୍ବଶେଷ ଖବର, ଲାଇଭ୍ ନ୍ୟୁଜ୍ ଅପଡେଟ୍, ନ୍ୟୁଜ୍ ୧୮ ଓଡ଼ିଆ ୱେବସାଇଟରେ ସବୁଠାରୁ ନିର୍ଭରଯୋଗ୍ୟ ଓଡ଼ିଆ ଖବର ପଢ଼ନ୍ତୁ ।