ରାଜ୍ୟରେ ଆଉ ୭ ଜଣଙ୍କ ଜୀବନ ନେଲା କରୋନା; ମୋଟ ମୃତକ ୧୭୭୮; ପୁଣି ୩୬୮ ନୂଆ ମାମଲା ଚିହ୍ନଟ ହେଲେ

ନୂଆ ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ସଙ୍ଗରୋଧ କେନ୍ଦ୍ରରୁ ୨୧୨ ଜଣ ଅଛନ୍ତି । ବାକି ୧୫୬ ଜଣ ଆକ୍ରାନ୍ତ ସ୍ଥାନୀୟ ବାସିନ୍ଦା । ରାଜ୍ୟରେ ମୋଟ ମୃତ୍ୟୁ ସଂଖ୍ୟା ୧୭୭୮ ହେଲାଣି ।

ରାଜ୍ୟରେ ଆଉ ୭ ଜଣଙ୍କ ଜୀବନ ନେଲା କରୋନା; ମୋଟ ମୃତକ ୧୭୭୮; ପୁଣି ୩୬୮ ନୂଆ ମାମଲା ଚିହ୍ନଟ ହେଲେ
ପ୍ରତୀକାତ୍ମକ ଛବି
  • News18 Odia
  • Last Updated: December 7, 2020, 12:09 PM IST
  • Share this:
  • Byline Facebook
  • Byline Twitter
  • Byline Linkedin
News18 Odia Digital

ଭୁବନେଶ୍ୱର: ରାଜ୍ୟରେ ଆହୁରି ୭ ଜଣ ଆକ୍ରାନ୍ତଙ୍କ ଜୀବନ ନେଇଛି କରୋନା ଭାଇରସ୍ । ଏଥି ସହ ମୃତ୍ୟୁ ସଂଖ୍ୟା ୧୭୭୮ ରେ ପହଞ୍ଚିଛି । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ୨୬ଟି ଜିଲ୍ଲାରୁ ଆଉ ୩୬୮ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ୩,୨୧,୫୬୪ ଟପିଲା କରୋନା ଆକ୍ରାନ୍ତଙ୍କ ସଂଖ୍ୟା ।

୭ ଜଣଙ୍କ ମୃତକଙ୍କ ମଧ୍ୟରୁ କଟକ ଜିଲ୍ଲାରୁ ସର୍ବାଧିକ ତିନି ଜଣ ଜଣ ଆକ୍ରାନ୍ତ ଅଛନ୍ତି । ବାଲେଶ୍ବର, ଜଗତସିଂପୁର, ପୁରୀ ଓ ସୁନ୍ଦରଗଡ଼ ଜଲ୍ଲାରୁ ଜଣେ ଲେଖାଏଁ ଆକ୍ରାନ୍ତ ଅଛନ୍ତି ବୋଲି ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ମିଳିଛି ।



ଆଜି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ସଙ୍ଗରୋଧ କେନ୍ଦ୍ରରୁ ୨୧୨ ଜଣ ଅଛନ୍ତି । ବାକି ୧୫୬ ଜଣ ଆକ୍ରାନ୍ତ ସ୍ଥାନୀୟ ବାସିନ୍ଦା । ଏହାକୁ ମିଶାଇ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩,୨୧,୫୬୪ କୁ ବୃଦ୍ଧି ପାଇଛି ।

ଖୋର୍ଦ୍ଧା ଜିଲ୍ଲାରୁ ଆଜି ସର୍ବାଧିକ ୪୯ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଅନୁଗୁଳରୁ ୩୦, ବାଲେଶ୍ୱରରୁ ୧୬, ବରଗଡ଼ରୁ ୧୯, ଭଦ୍ରକରୁ ୧୯, ବଲାଙ୍ଗୀରରୁ ୧୮, କଟକରୁ ୨୬, ଦେଓଗଡ଼ରୁ ୧, ଢେଙ୍କାନାଳରୁ ୪, ଗଞ୍ଜାମରୁ ୬, ଜଗତସିଂହପୁରରୁ ୮, ଯାଜପୁରରୁ ୬, ଝାରସୁଗଡ଼ାରୁ ୬, କଳାହାଣ୍ଡିରୁ ୬, କନ୍ଧମାଳରୁ ୨, କେନ୍ଦ୍ରାପଡ଼ାରୁ ୫, କେନ୍ଦୁଝରରୁ ୨୨, କୋରାପୁଟରୁ ୪, ମାଲକାନିଗିରିରୁ ୧, ମୟୂରଭଞ୍ଜରୁ ୨୪, ନୟାଗଡ଼ରୁ ୫, ନୂଆପଡ଼ାରୁ ୫, ପୁରୀରୁ ୧୮, ରାୟଗଡାରୁ ୨, ସମ୍ବଲପୁରରୁ ୧୧, ସୁନ୍ଦରଗଡ଼ରୁ ୪୫ ଓ ଷ୍ଟେଟ ପୁଲ୍ରୁ ୧୦ ଜଣ ଲେଖାଏଁ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।

ରାଜ୍ୟରେ କରୋନା ସଂକ୍ରମଣର ତାଜା ସ୍ଥିତିର ମ୍ୟାପ୍


ଓଡ଼ିଶାରେ କରୋନା ଭାଇରସ୍ ସଂକ୍ରମଣ ତୀବ୍ର ଗତିରେ ବଢ଼ିଚାଲିଛି । ଏ ପର୍ଯ୍ୟନ୍ତ ରାଜ୍ୟରେ ୩,୧୫,୮୪୦ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ବର୍ତ୍ତମାନ ୩,୮୯୩ ଜଣ ଆକ୍ରାନ୍ତ ବିଭିନ୍ନ କୋଭିଡ଼ ହସ୍ପିଟାଲରେ ଚିକିତ୍ସାଧୀନ ଅଛନ୍ତି ।

ରାଜ୍ୟରେ ଚଳିତ ମାସରେ କରୋନା ଆକ୍ରାନ୍ତ ସଂଖ୍ୟା କମୁଥିବା ବେଳେ କରେନା ମୃତ୍ୟୁ ସଂଖ୍ୟା ମଧ୍ୟ କମ ଦେଖାଯାଉଛି । ଏହା ପ୍ରଶାସନ ପାଇଁ ବଡ଼ ଅସ୍ବସ୍ତିର କାରଣ ହୋଇ ପାରିଛି ।
Published by: Jagdish Barik
First published: December 7, 2020, 12:09 PM IST
corona virus btn
corona virus btn
Loading