ରାଜ୍ୟରେ ଆଉ ୧୭ ଜଣଙ୍କ ଜୀବନ ନେଲା କରୋନା; ମୋଟ ମୃତକ ୧୦୫୭; ପୁଣି ୨୨୭୫ ନୂଆ ମାମଲା ଚିହ୍ନଟ ହେଲେ

ନୂଆ ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ସଙ୍ଗରୋଧ କେନ୍ଦ୍ରରୁ ୧୩୧୮ ଜଣ ଅଛନ୍ତି । ବାକି ୯୫୭ ଜଣ ଆକ୍ରାନ୍ତ ସ୍ଥାନୀୟ ବାସିନ୍ଦା । ଆଜି ମଧ୍ୟ ସର୍ବାଧିକ ୩୬୪ ଜଣ କରୋନା ଆକ୍ରାନ୍ତ ଖୋର୍ଦ୍ଧା ଜିଲ୍ଲାରେ ଦେଖିବାକୁ ମିଳିଛି । ରାଜ୍ୟରେ ମୋଟ ମୃତ୍ୟୁ ସଂଖ୍ୟା ୧,୦୫୭ ହେଲାଣି ।

ରାଜ୍ୟରେ ଆଉ ୧୭ ଜଣଙ୍କ ଜୀବନ ନେଲା କରୋନା; ମୋଟ ମୃତକ ୧୦୫୭; ପୁଣି ୨୨୭୫ ନୂଆ ମାମଲା ଚିହ୍ନଟ ହେଲେ
ପ୍ରତୀକାତ୍ମକ ଛବି
  • News18 Odia
  • Last Updated: October 13, 2020, 11:54 AM IST
  • Share this:
  • Byline Facebook
  • Byline Twitter
  • Byline Linkedin
News18 Odia Digital

ଭୁବନେଶ୍ୱର: ରାଜ୍ୟରେ ଆହୁରି ୧୭ ଜଣ ଆକ୍ରାନ୍ତଙ୍କ ଜୀବନ ନେଇଛି କରୋନା ଭାଇରସ୍ । ଏଥି ସହ ମୃତ୍ୟୁ ସଂଖ୍ୟା ୧୦୫୭ ରେ ପହଞ୍ଚିଛି । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ୩୦ଟି ଜିଲ୍ଲାରୁ ଆଉ ୨,୨୭୫ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ୨,୫୬,୯୩୭ ଟପିଲା କରୋନା ଆକ୍ରାନ୍ତଙ୍କ ସଂଖ୍ୟା ।

୧୭ ଜଣଙ୍କ ମୃତକଙ୍କ ମଧ୍ୟରୁ ମୟୂରଭଞ୍ଜ ଜିଲ୍ଲାରୁ ସର୍ବାଧିକ ଚାରି ଜଣ ଆକ୍ରାନ୍ତ ଅଛନ୍ତି । ଖୋର୍ଦ୍ଧା ଜିଲ୍ଲାରୁ ୩ଜଣ, ପୁରୀ ଓ ସୁନ୍ଦରଗଡ଼ ଜିଲ୍ଲାରୁ ୨ ଜଣ ଲେଖାଏଁ, ବାଲେଶ୍ୱର, ବଲାଙ୍ଗୀର, ଜଗତସିଂହପୁର, ଝାରସୁଗୁଡା, କେନ୍ଦ୍ରାପଡା ଜିଲ୍ଲାରୁ ଜଣେ ଲେଖାଏଁ ଆକ୍ରାନ୍ତ ଅଛନ୍ତି ବୋଲି ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ମିଳିଛି ।





ନୂଆ ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ସଙ୍ଗରୋଧ କେନ୍ଦ୍ରରୁ ୧୩୧୮ ଜଣ ଅଛନ୍ତି । ବାକି ୯୫୭ ଜଣ ଆକ୍ରାନ୍ତ ସ୍ଥାନୀୟ ବାସିନ୍ଦା । ଏହାକୁ ମିଶାଇ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୨,୫୬,୯୩୭ କୁ ବୃଦ୍ଧି ପାଇଛି ।



ରାଜ୍ୟରେ କରୋନା ସଂକ୍ରମଣର ତାଜା ସ୍ଥିତିର ମ୍ୟାପ୍


ଖୋର୍ଦ୍ଧାରୁ ଆଜି ସର୍ବାଧିକ ୩୬୪ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସୁନ୍ଦରଗଡ଼ରୁ ୧୫୦, କଟକରୁ ୧୪୪, ଅନୁଗୁଳରୁ ୧୩୬, ବାଲେଶ୍ୱରରୁ ୧୧୧, ମୟୂରଭଞ୍ଜରୁ ୧୧୦, ଝାରସୁଗଡା ୧୦୦ ଓ କେନ୍ଦ୍ରୀୟ ବାହିନୀରୁ ୬୭ ଜଣ ଲେଖାଏଁ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ବରଗଡ଼ରୁ ୬୪, ଭଦ୍ରକରୁ ୫୦, ବଲାଙ୍ଗୀରରୁ ୭୭, ବୌଦ୍ଧରୁ ୨୧, ଦେଓଗଡ଼ରୁ ୧୫, ଢେଙ୍କାନାଳରୁ ୨୭, ଗଜପତିରୁ ୬, ଗଞ୍ଜାମରୁ ୩୬, ଜଗତସିଂହପୁରରୁ ୫୫, ଯାଜପୁରରୁ ୮୨, କଳାହାଣ୍ଡିରୁ ୬୪, କନ୍ଧମାଳରୁ ୫୦, କେନ୍ଦ୍ରାପଡ଼ାରୁ ୬୮, କେନ୍ଦୁଝର ୩୭, କୋରାପୁଟରୁ ୩୯, ମାଲକାନିଗିରିରୁ ୫୩, ନବରଙ୍ଗପୁରରୁ ୩୯, ନୟାଗଡ଼ରୁ ୩୧, ନୂଆପଡ଼ାରୁ ୬୯, ପୁରୀରୁ ୭୧, ରାୟଗଡ଼ାରୁ ୩୩, ସମ୍ବଲପୁରରୁ ୫୬ ଓ ସୋନପୁରରୁ ୫୦ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।

ଓଡ଼ିଶାରେ କରୋନା ଭାଇରସ୍ ସଂକ୍ରମଣ ତୀବ୍ର ଗତିରେ ବଢ଼ିଚାଲିଛି । ଏ ପର୍ଯ୍ୟନ୍ତ ରାଜ୍ୟରେ ୨,୩୦,୧୯୨ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ବର୍ତ୍ତମାନ ୨୫,୬୩୫ ଜଣ ଆକ୍ରାନ୍ତ ବିଭିନ୍ନ କୋଭିଡ଼ ହସ୍ପିଟାଲରେ ଚିକିତ୍ସାଧୀନ ଅଛନ୍ତି ।

ରାଜ୍ୟରେ ଚଳିତ ମାସରେ କରୋନା ଆକ୍ରାନ୍ତ ସଂଖ୍ୟା କମୁଥିବା ବେଳେ କରେନା ମୃତ୍ୟୁ ସଂଖ୍ୟା ଦୃତ ଗତିରେ ବୃଦ୍ଧି ପାଇଛି । ଏହା ପ୍ରଶାସନ ପାଇଁ ବଡ଼ ଚିନ୍ତାର କାରଣ ହୋଇଛି ।
Published by: Jagdish Barik
First published: October 13, 2020, 11:53 AM IST
corona virus btn
corona virus btn
Loading