ରାଜ୍ୟରେ ଆଉ ୧୭ ଜଣଙ୍କ ଜୀବନ ନେଲା କରୋନା; ମୋଟ ମୃତକ ୧୫୨୭; ପୁଣି ୭୫୩ ନୂଆ ମାମଲା ଚିହ୍ନଟ ହେଲେ

ନୂଆ ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ସଙ୍ଗରୋଧ କେନ୍ଦ୍ରରୁ ୪୩୪ ଜଣ ଅଛନ୍ତି । ବାକି ୩୧୯ ଜଣ ଆକ୍ରାନ୍ତ ସ୍ଥାନୀୟ ବାସିନ୍ଦା । ରାଜ୍ୟରେ ମୋଟ ମୃତ୍ୟୁ ସଂଖ୍ୟା ୧୫୨୭ ହେଲାଣି ।

ରାଜ୍ୟରେ ଆଉ ୧୭ ଜଣଙ୍କ ଜୀବନ ନେଲା କରୋନା; ମୋଟ ମୃତକ ୧୫୨୭; ପୁଣି ୭୫୩ ନୂଆ ମାମଲା ଚିହ୍ନଟ ହେଲେ
ପ୍ରତୀକାତ୍ମକ ଛବି
  • News18 Odia
  • Last Updated: November 15, 2020, 12:20 PM IST
  • Share this:
  • Byline Facebook
  • Byline Twitter
  • Byline Linkedin
News18 Odia Digital

ଭୁବନେଶ୍ୱର: ରାଜ୍ୟରେ ଆହୁରି ୧୭ ଜଣ ଆକ୍ରାନ୍ତଙ୍କ ଜୀବନ ନେଇଛି କରୋନା ଭାଇରସ୍ । ଏଥି ସହ ମୃତ୍ୟୁ ସଂଖ୍ୟା ୧୫୨୭ ରେ ପହଞ୍ଚିଛି । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ୩୦ଟି ଜିଲ୍ଲାରୁ ଆଉ ୭୫୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ୩,୦୮,୬୫୯ ଟପିଲା କରୋନା ଆକ୍ରାନ୍ତଙ୍କ ସଂଖ୍ୟା ।

୧୭ ଜଣଙ୍କ ମୃତକଙ୍କ ମଧ୍ୟରୁ ଖୋର୍ଦ୍ଧା ଓ ସୁନ୍ଦରଗଡ଼ ଜିଲ୍ଲାରୁ ସର୍ବାଧିକ ଚାରି ଜଣ ଲେଖାଏଁ ଆକ୍ରାନ୍ତ ଅଛନ୍ତି । ବରଗଡ଼ ଓ ସମ୍ବଲପୁର ଜିଲ୍ଲାରୁ ତିନି ଜଣ ଲେଖାଏଁ, ବୌଦ୍ଧ, ଢ଼େଙ୍କାନାଳ ଓ କଳାହାଣ୍ଡି ଜିଲ୍ଲାରୁ ଜଣେ ଲେଖାଏଁ ଆକ୍ରାନ୍ତ ଅଛନ୍ତି ବୋଲି ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ମିଳିଛି ।



ଆଜି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ସଙ୍ଗରୋଧ କେନ୍ଦ୍ରରୁ ୪୩୪ ଜଣ ଅଛନ୍ତି । ବାକି ୩୧୯ ଜଣ ଆକ୍ରାନ୍ତ ସ୍ଥାନୀୟ ବାସିନ୍ଦା । ଏହାକୁ ମିଶାଇ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩,୦୮,୬୫୯ କୁ ବୃଦ୍ଧି ପାଇଛି ।

ରାଜ୍ୟରେ କରୋନା ସଂକ୍ରମଣର ତାଜା ସ୍ଥିତିର ମ୍ୟାପ୍


ସୁନ୍ଦରଗଡ଼ ଜିଲ୍ଲାରୁ ଆଜି ସର୍ବାଧିକ ୭୫ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଖୋର୍ଦ୍ଧାରୁ ୭୪, କଟକରୁ ୪୧, ନୂଆପଡ଼ାରୁ ୬୫, ମୟୂରଭଞ୍ଜରୁ ୨୫, ଅନୁଗୁଳରୁ ୪୭, ବାଲେଶ୍ୱରରୁ ୩୨, ବରଗଡ଼ରୁ ୩୧, ଭଦ୍ରକରୁ ୧୭, ବଲାଙ୍ଗୀରରୁ ୪୧, ବୌଦ୍ଧରୁ ୧୨, ଦେଓଗଡ଼ରୁ ୩, ଢେଙ୍କାନାଳରୁ ୧୧, ଗଜପତିରୁ ୩, ଗଞ୍ଜାମରୁ ୧୧, ଜଗତସିଂହପୁରରୁ ୨୬, ଯାଜପୁରରୁ ୬, ଝାରସୁଗଡ଼ାର ୨୬, କଳାହାଣ୍ଡିରୁ ୪୭, କନ୍ଧମାଳରୁ ୧୦, କେନ୍ଦ୍ରାପଡ଼ା ୨୬, କେନ୍ଦୁଝରରୁ ୨୭, କୋରାପୁଟରୁ ୧୨, ମାଲକାନିଗିରିରୁ ୨, ନବରଙ୍ଗପୁରରୁ ୧, ନୟାଗଡ଼ରୁ ୬, ପୁରୀରୁ ୩୪, ରାୟଗଡ଼ାରୁ ୫, ସମ୍ବଲପୁରରୁ ୨୦, ସୋନପୁରରୁ ୭ ଓ ଷ୍ଟେଟ ପୁଲ୍ରୁ ୧୦ ଜଣ ଲେଖାଏଁ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।

ଓଡ଼ିଶାରେ କରୋନା ଭାଇରସ୍ ସଂକ୍ରମଣ ତୀବ୍ର ଗତିରେ ବଢ଼ିଚାଲିଛି । ଏ ପର୍ଯ୍ୟନ୍ତ ରାଜ୍ୟରେ ୨,୯୬,୫୧୬ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ବର୍ତ୍ତମାନ ୧୦,୫୬୩ ଜଣ ଆକ୍ରାନ୍ତ ବିଭିନ୍ନ କୋଭିଡ଼ ହସ୍ପିଟାଲରେ ଚିକିତ୍ସାଧୀନ ଅଛନ୍ତି ।

ରାଜ୍ୟରେ ଚଳିତ ମାସରେ କରୋନା ଆକ୍ରାନ୍ତ ସଂଖ୍ୟା କମୁଥିବା ବେଳେ କରେନା ମୃତ୍ୟୁ ସଂଖ୍ୟା ଦୃତ ଗତିରେ ବୃଦ୍ଧି ପାଇଛି । ଏହା ପ୍ରଶାସନ ପାଇଁ ବଡ଼ ଚିନ୍ତାର କାରଣ ହୋଇଛି ।
Published by: Jagdish Barik
First published: November 15, 2020, 12:20 PM IST
corona virus btn
corona virus btn
Loading