ରାଜ୍ୟରେ ଆଉ ୧୬ ଜଣଙ୍କ ଜୀବନ ନେଲା କରୋନା; ମୋଟ ମୃତକ ୧୬୮୭; ପୁଣି ୭୩୦ ନୂଆ ମାମଲା ଚିହ୍ନଟ ହେଲେ

ନୂଆ ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ସଙ୍ଗରୋଧ କେନ୍ଦ୍ରରୁ ୪୧୯ ଜଣ ଅଛନ୍ତି । ବାକି ୩୧୧ ଜଣ ଆକ୍ରାନ୍ତ ସ୍ଥାନୀୟ ବାସିନ୍ଦା । ରାଜ୍ୟରେ ମୋଟ ମୃତ୍ୟୁ ସଂଖ୍ୟା ୧୬୫୭ ହେଲାଣି ।

ରାଜ୍ୟରେ ଆଉ ୧୬ ଜଣଙ୍କ ଜୀବନ ନେଲା କରୋନା; ମୋଟ ମୃତକ ୧୬୮୭; ପୁଣି ୭୩୦ ନୂଆ ମାମଲା ଚିହ୍ନଟ ହେଲେ
ପ୍ରତୀକାତ୍ମକ ଛବି
  • News18 Odia
  • Last Updated: November 25, 2020, 12:16 PM IST
  • Share this:
  • Byline Facebook
  • Byline Twitter
  • Byline Linkedin
News18 Odia Digital

ଭୁବନେଶ୍ୱର: ରାଜ୍ୟରେ ଆହୁରି ୧୬ ଜଣ ଆକ୍ରାନ୍ତଙ୍କ ଜୀବନ ନେଇଛି କରୋନା ଭାଇରସ୍ । ଏଥି ସହ ମୃତ୍ୟୁ ସଂଖ୍ୟା ୧୬୮୭ ରେ ପହଞ୍ଚିଛି । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ୩୦ଟି ଜିଲ୍ଲାରୁ ଆଉ ୭୩୦ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ୩,୧୬,୦୦୧ ଟପିଲା କରୋନା ଆକ୍ରାନ୍ତଙ୍କ ସଂଖ୍ୟା ।

୧୬ ଜଣଙ୍କ ମୃତକଙ୍କ ମଧ୍ୟରୁ ସୁନ୍ଦରଗଡ଼ ଜିଲ୍ଲାରୁ ସର୍ବାଧିକ ଚାରି ଜଣ ଆକ୍ରାନ୍ତ ଅଛନ୍ତି । ପୁରୀ ଜିଲ୍ଲାରୁ ତିନି ଜଣ, ଖୋର୍ଦ୍ଧା ଜିଲ୍ଲାରୁ ଦୁଇ ଜଣ, ଯାଜପୁର, ଗଞ୍ଜାମ, ଢେଙ୍କାନାଳ, କଟକ, ଭଦ୍ରକ, ବରଗଡ଼ ଓ ଅନୁଗୋଳ ଜଲ୍ଲାରୁ ଜଣେ ଲେଖାଏଁ ଆକ୍ରାନ୍ତ ଅଛନ୍ତି ବୋଲି ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ମିଳିଛି ।



ଆଜି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ସଙ୍ଗରୋଧ କେନ୍ଦ୍ରରୁ ୪୧୯ ଜଣ ଅଛନ୍ତି । ବାକି ୩୧୧ ଜଣ ଆକ୍ରାନ୍ତ ସ୍ଥାନୀୟ ବାସିନ୍ଦା । ଏହାକୁ ମିଶାଇ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩,୧୬,୦୦୧ କୁ ବୃଦ୍ଧି ପାଇଛି ।

ରାଜ୍ୟରେ କରୋନା ସଂକ୍ରମଣର ତାଜା ସ୍ଥିତିର ମ୍ୟାପ୍


ମୟୂରଭଞ୍ଜ ଜିଲ୍ଲାରୁ ଆଜି ସର୍ବାଧିକ ୬୮ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଖୋର୍ଦ୍ଧାରୁ ୬୫, ସୁନ୍ଦରଗଡ଼ରୁ ୫୭, ବାଲେଶ୍ୱର ୫୩, କଟକ ୪୯, ଅନୁଗୁଳରୁ ୪୪, ବରଗଡ଼ରୁ ୨୧, ଭଦ୍ରକରୁ ୭, ବଲାଙ୍ଗୀରରୁ ୪୦, ବୌଦ୍ଧରୁ ୧, ଦେଓଗଡ଼ରୁ ୪, ଢେଙ୍କାନାଳରୁ ୭, ଗଜପତିରୁ ୪, ଗଞ୍ଜାମରୁ ୧୨ , ଜଗତସିଂହପୁରରୁ ୨୪, ଯାଜପୁରରୁ ୨୫, ଝାରସୁଗଡ଼ାରୁ ୨୫, କଳାହାଣ୍ଡିରୁ ୩୩, କନ୍ଧମାଳରୁ ୧, କେନ୍ଦ୍ରାପଡ଼ା ୧୪, କେନ୍ଦୁଝରରୁ ୪୦, କୋରାପୁଟରୁ ୫, ମାଲକାନିଗିରିରୁ ୩, ନବରଙ୍ଗପୁରରୁ ୭, ନୂଆପଡ଼ାରୁ ୪୬, ନୟାଗଡ଼ରୁ ୮, ପୁରୀରୁ ୨୯, ରାୟଗଡ଼ାରୁ ୮, ସମ୍ବଲପୁର ୯, ସୋନପୁରରୁ ୯ ଓ ଷ୍ଟେଟ ପୁଲ୍ରୁ ୧୨ ଜଣ ଲେଖାଏଁ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।

ଓଡ଼ିଶାରେ କରୋନା ଭାଇରସ୍ ସଂକ୍ରମଣ ତୀବ୍ର ଗତିରେ ବଢ଼ିଚାଲିଛି । ଏ ପର୍ଯ୍ୟନ୍ତ ରାଜ୍ୟରେ ୩,୦୭,୩୭୪ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ବର୍ତ୍ତମାନ ୬,୮୮୭ ଜଣ ଆକ୍ରାନ୍ତ ବିଭିନ୍ନ କୋଭିଡ଼ ହସ୍ପିଟାଲରେ ଚିକିତ୍ସାଧୀନ ଅଛନ୍ତି ।

ରାଜ୍ୟରେ ଚଳିତ ମାସରେ କରୋନା ଆକ୍ରାନ୍ତ ସଂଖ୍ୟା କମୁଥିବା ବେଳେ କରେନା ମୃତ୍ୟୁ ସଂଖ୍ୟା ଦୃତ ଗତିରେ ବୃଦ୍ଧି ପାଇଛି । ଏହା ପ୍ରଶାସନ ପାଇଁ ବଡ଼ ଚିନ୍ତାର କାରଣ ହୋଇଛି ।
Published by: Jagdish Barik
First published: November 25, 2020, 12:16 PM IST
corona virus btn
corona virus btn
Loading