ରାଜ୍ୟରେ ଆଉ ୧୬ ଜଣଙ୍କ ଜୀବନ ନେଲା କରୋନା; ମୋଟ ମୃତକ ୭୫୨; ପୁଣି ୪୩୪୦ ନୂଆ ମାମଲା ଚିହ୍ନଟ ହେଲେ

ନୂଆ ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ସଙ୍ଗରୋଧ କେନ୍ଦ୍ରରୁ ୨,୫୧୭ ଜଣ ଅଛନ୍ତି । ବାକି ୧,୮୧୩ ଜଣ ଆକ୍ରାନ୍ତ ସ୍ଥାନୀୟ ବାସିନ୍ଦା । ଆଜି ମଧ୍ୟ ସର୍ବାଧିକ ୬୫୩ ଜଣ କରୋନା ଆକ୍ରାନ୍ତ ଖୋର୍ଦ୍ଧା ଜିଲ୍ଲାରେ ଦେଖିବାକୁ ମିଳିଛି । ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧,୯୬,୮୮୮ ହେଲାଣି ।

ରାଜ୍ୟରେ ଆଉ ୧୬ ଜଣଙ୍କ ଜୀବନ ନେଲା କରୋନା; ମୋଟ ମୃତକ ୭୫୨; ପୁଣି ୪୩୪୦ ନୂଆ ମାମଲା ଚିହ୍ନଟ ହେଲେ
ପ୍ରତୀକାତ୍ମକ ଛବି
  • News18 Odia
  • Last Updated: September 24, 2020, 1:12 PM IST
  • Share this:
  • Byline Facebook
  • Byline Twitter
  • Byline Linkedin
News18 Odia Digital

ଭୁବନେଶ୍ୱର: ରାଜ୍ୟରେ ଆହୁରି ୧୬ ଜଣ ଆକ୍ରାନ୍ତଙ୍କ ଜୀବନ ନେଇଛି କରୋନା ଭାଇରସ୍ । ଏଥି ସହ ମୃତ୍ୟୁ ସଂଖ୍ୟା ୭୫୨ ରେ ପହଞ୍ଚିଛି । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ୩୦ଟି ଜିଲ୍ଲାରୁ ଆଉ ୪,୩୪୦ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ୧,୯୬,୮୮୮ ଟପିଲା କରୋନା ଆକ୍ରାନ୍ତଙ୍କ ସଂଖ୍ୟା ।

୧୬ ଜଣଙ୍କ ମୃତକଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ପାଞ୍ଚ ଜଣ ଆକ୍ରାନ୍ତ ଅଛନ୍ତି । ପୁରୀରୁ ୪ଜଣ, କେନ୍ଦ୍ରପଡ଼ାରୁ ୨ ଜଣ, ବଲାଙ୍ଗୀର, ମୟୂରଭଞ୍ଜ, ନୟାଗଡ଼, ରାୟଗଡ଼ା ଓ ସୋନପୁର ଜିଲ୍ଲାରୁ ଜଣେ ଲେଖାଏଁ ଆକ୍ରାନ୍ତ ଅଛନ୍ତି ବୋଲି ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ମିଳିଛି । ଖୋର୍ଦ୍ଧା ଜିଲ୍ଲାର ପାଞ୍ଚ ଜଣ ମୃତକ ୬୫, ୭୬, ୭୨ ୫୭ ଓ ୬୯ ବର୍ଷୀୟ ଲେଖାଏଁ ପୁରୁଷ ଅଛନ୍ତି । ୬୫. ୫୭ ଓ ୬୯ ବର୍ଷୀୟ ପୁରୁଷ ପୂର୍ବରୁ କୌଣସି ରୋଗରେ ପୀଡ଼ିତ ଥିବା ବେଳେ ୭୬ ଓ ୭୨ ବର୍ଷୀୟ ପୁରୁଷ ପୂର୍ବରୁ ମଧୁମେହେ ଓ ଉଚ୍ଚ ରକ୍ତଚାପ ରୋଗରେ ପୀଡ଼ିତ ଥିଲେ । ପୁରୀ ଜିଲ୍ଲାରେ ଚାରି ଜଣ ମୃତକ ୭୯,୬୭, ୮୨ ଓ ୩୯ ବର୍ଷୀୟ ପୁରୁଷ । ୭୯ ବର୍ଷୀୟ ପୁରୁଷ ପୂର୍ବରୁ ମଧୁମେହ ରୋଗରେ ପୀଡ଼ିତ ଥିବା ବେଳେ ୬୭ ଓ ୮୨ ବର୍ଷୀୟ ପୁରୁଷ ପୂର୍ବରୁ ମଧୁମେହେ ଓ ଉଚ୍ଚ ରକ୍ତଚାପ ରୋଗରେ ପୀଡ଼ିତ ଥିଲେ । ସେହିପରି ୩୯ ବର୍ଷୀୟ ପୁରୁଷ ପୂର୍ବରୁ ମଧୁମେହ ରୋଗରେ ପୀଡ଼ିତ ଥିବା ବେଳେ ୭୦ ବର୍ଷୀୟ ପୁରୁଷ ପୂର୍ବରୁ କ୍ରୋନିକ କୀଡୀନି ଓ ଉଚ୍ଚ ରକ୍ତଚାପ ରୋଗରେ ପୀଡ଼ିତ ଥିବା ସ୍ୱାସ୍ଥ୍ୟ ବିଭାଗ ତରଫରୁ ସୂଚନା ଦିଆ ଯାଇଛି ।

କେନ୍ଦ୍ରାପଡା ଜିଲ୍ଲାର ଦୁଇ ଜଣ ମୃତକଙ୍କ ମଧ୍ୟରୁ ଜଣେ ୫୮ ବର୍ଷୀୟା ମହିଳା ଓ ଅନ୍ୟଜଣେ ୮୨ ବର୍ଷୀୟ ପୁରୁଷ ଅଛନ୍ତି ଓ ଉଭୟ ପୂର୍ବରୁ ମଧୁମେହେ ଓ ଉଚ୍ଚ ରକ୍ତଚାପ ରୋଗରେ ପୀଡ଼ିତ ଥିଲେ । ବଲାଙ୍ଗୀର ଜିଲ୍ଲାରେ ମୃତକ ଜଣେ ୪୩ ବର୍ଷୀୟ ପୁରୁଷ ଓ ସେ ପୂର୍ବରୁ ମଧୁମେହ ରୋଗରେ ପୀଡ଼ିତ ଥିଲେ । ମୟୂରଭଞ୍ଜ ଜିଲ୍ଲାରେ ମୃତକ ଜଣେ ୫୮ ବର୍ଷୀୟ ପୁରୁଷ ଓ ସେ ପୂର୍ବରୁ କୌଣସି ରୋଗରେ ପୀଡ଼ିତ ନ ଥିଲେ । ନୟାଗଡ଼ ଜିଲ୍ଲାରେ ମୃତକ ଜଣେ ୫୪ ବର୍ଷୀୟ ପୁରୁଷ ଓ ସେ ପୂର୍ବରୁ କୌଣସି ରୋଗରେ ପୀଡ଼ିତ ନ ଥିଲେ । ରାୟଗଡ଼ା ଜିଲ୍ଲାରେ ମୃତକ ଜଣେ ୫୭ ବର୍ଷୀୟ ପୁରୁଷ ଓ ସେ ପୂର୍ବରୁ କୌଣସି ରୋଗରେ ପୀଡ଼ିତ ନ ଥିଲେ। ସୋନପୁର ଜିଲ୍ଲାରେ ମୃତକ ଜଣେ ୭୫ ବର୍ଷୀୟ ପୁରୁଷ ଓ ସେ ପୂର୍ବରୁ କୌଣସି ରୋଗରେ ପୀଡ଼ିତ ନ ଥିବା ସ୍ୱାସ୍ଥ୍ୟ ବିଭାଗ ତରଫରୁ ସୂଚନା ଦିଆ ଯାଇଛି ।

ରାଜ୍ୟରେ କରୋନା ସଂକ୍ରମଣର ତାଜା ସ୍ଥିତିର ମ୍ୟାପ୍


ନୂଆ ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ସଙ୍ଗରୋଧ କେନ୍ଦ୍ରରୁ ୨୪୮୫ ଜଣ ଅଛନ୍ତି । ବାକି ୧,୭୫୨ ଜଣ ଆକ୍ରାନ୍ତ ସ୍ଥାନୀୟ ବାସିନ୍ଦା । ଏହାକୁ ମିଶାଇ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧,୯୨,୫୪୮ କୁ ବୃଦ୍ଧି ପାଇଛି ।

ଖୋର୍ଦ୍ଧାରୁ ଆଜି ସର୍ବାଧିକ ୬୫୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । କଟକରୁ ୫୬୭, ପୁରୀରୁ ୨୦୩, ଜଗତସିଂହପୁରରୁ ୧୯୩, ଝାରସୁଗଡ଼ାରୁ ୧୭୪, ବାଲେଶ୍ୱରରୁ ୧୬୨, ଅନୁଗୁଳରୁ ୧୫୫, ଯାଜପୁରରୁ ୧୫୧ ଓ କେନ୍ଦ୍ରୀୟ ବାହିନୀରୁ ୧୬୪ ଲେଖାଏଁ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ବରଗଡ଼ରୁ ୧୦୮, ଭଦ୍ରକରୁ ୧୦୫, ବଲାଙ୍ଗୀରରୁ ୫୩, ବୌଦ୍ଧରୁ ୬୭, ଦେଓଗଡ଼ରୁ ୨୨, ଢ଼େଙ୍କାନାଳରୁ ୫୬, ଗଜପତିରୁ ୧୯, ଗଞ୍ଜାମରୁ ୯୦, କଳାହାଣ୍ଡିରୁ ୫୮, କନ୍ଧମାଳରୁ ୧୪୩, କେନ୍ଦ୍ରାପଡ଼ାରୁ ୧୦୯, କେନ୍ଦୁଝରରୁ ୯୦, କୋରାପୁଟରୁ ୭୭, ମାଲକାନିଗିରିରୁ ୩୪, ମୟୂରଭଞ୍ଜରୁ ୧୨୭, ନବରଙ୍ଗପୁରରୁ ୧୪୩, ନୟାଗଡ଼ରୁ ୮୪, ନୂଆପଡ଼ାରୁ ୭୪, ରାୟଗଡ଼ାରୁ ୬୨, ସମ୍ବଲପୁରରୁ ୧୩୦, ସୋନପୁରରୁ ୧୨୯ ଓ ସୁନ୍ଦରଗଡ଼ରୁ ୧୩୮ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।

ଓଡ଼ିଶାରେ କରୋନା ଭାଇରସ୍ ସଂକ୍ରମଣ ତୀବ୍ର ଗତିରେ ବଢ଼ିଚାଲିଛି । ଏ ପର୍ଯ୍ୟନ୍ତ ରାଜ୍ୟରେ ୧,୫୭,୨୬୫ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ବର୍ତ୍ତମାନ ୩୮,୮୧୩ ଜଣ ଆକ୍ରାନ୍ତ ବିଭିନ୍ନ କୋଭିଡ଼ ହସ୍ପିଟାଲରେ ଚିକିତ୍ସାଧୀନ ଅଛନ୍ତି ।

ରାଜ୍ୟରେ ଚଳିତ ମାସରେ କରେନା ପଜିଟିଭଙ୍କ ସଂଖ୍ୟା ଦୃତ ଗତିରେ ବୃଦ୍ଧି ପାଉଥିବା ବେଳେ ମୃତ୍ୟୁ ସଂଖ୍ୟା ମଧ୍ୟ ବୃଦ୍ଧି ପାଇଛି । ଗତ ନଅ ଦିନ ହେବ ରାଜ୍ୟରେ କରୋନା ଭାଇରସ୍ ସଂକ୍ରମଣ ୪,୦୦୦ ରୁ ଅଧିକ ଦେଖିବାକୁ ମିଳୁଛି । ଏହା ପ୍ରଶାସନ ପାଇଁ ବଡ଼ ଚିନ୍ତାର କାରଣ ହୋଇଛି ।
Published by: Jagdish Barik
First published: September 24, 2020, 1:12 PM IST
corona virus btn
corona virus btn
Loading