ରାଜ୍ୟରେ ଆଉ ୧୬ ଜଣଙ୍କ ଜୀବନ ନେଲା କରୋନା; ମୋଟ ମୃତକ ୭୮୩; ପୁଣି ୪୩୫୬ ନୂଆ ମାମଲା ଚିହ୍ନଟ ହେଲେ

ନୂଆ ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ସଙ୍ଗରୋଧ କେନ୍ଦ୍ରରୁ ୨,୫୨୯ ଜଣ ଅଛନ୍ତି । ବାକି ୧,୮୨୭ ଜଣ ଆକ୍ରାନ୍ତ ସ୍ଥାନୀୟ ବାସିନ୍ଦା । ଆଜି ମଧ୍ୟ ସର୍ବାଧିକ ୯୦୨ ଜଣ କରୋନା ଆକ୍ରାନ୍ତ ଖୋର୍ଦ୍ଧା ଜିଲ୍ଲାରେ ଦେଖିବାକୁ ମିଳିଛି । ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୨,୦୫୪,୫୨ ହେଲାଣି ।

ରାଜ୍ୟରେ ଆଉ ୧୬ ଜଣଙ୍କ ଜୀବନ ନେଲା କରୋନା; ମୋଟ ମୃତକ ୭୮୩; ପୁଣି ୪୩୫୬ ନୂଆ ମାମଲା ଚିହ୍ନଟ ହେଲେ
ପ୍ରତୀକାତ୍ମକ ଛବି
  • News18 Odia
  • Last Updated: September 26, 2020, 2:34 PM IST
  • Share this:
  • Byline Facebook
  • Byline Twitter
  • Byline Linkedin
News18 Odia Digital

ଭୁବନେଶ୍ୱର: ରାଜ୍ୟରେ ଆହୁରି ୧୬ ଜଣ ଆକ୍ରାନ୍ତଙ୍କ ଜୀବନ ନେଇଛି କରୋନା ଭାଇରସ୍ । ଏଥି ସହ ମୃତ୍ୟୁ ସଂଖ୍ୟା ୭୮୩ ରେ ପହଞ୍ଚିଛି । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ୩୦ଟି ଜିଲ୍ଲାରୁ ଆଉ ୪,୩୫୬ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ୨,୦୫୪,୫୨ ଟପିଲା କରୋନା ଆକ୍ରାନ୍ତଙ୍କ ସଂଖ୍ୟା ।

୧୬ ଜଣଙ୍କ ମୃତକଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ଚାରି ଜଣ ଆକ୍ରାନ୍ତ ଅଛନ୍ତି । କୋରାପୁଟ ଓ ପୁରୀରୁ ୩ଜଣ ଲେଖାଏଁ, ବାଲେଶ୍ବର, ବଲାଙ୍ଗିର, କଟକ, ଜଗତସିଂହପୁର, ଯାଜପୁର, ମୟୂରଭଞ୍ଜରୁ ଜଣେ ଲେଖାଏଁ ଆକ୍ରାନ୍ତ ଅଛନ୍ତି ବୋଲି ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ମିଳିଛି । ଖୋର୍ଦ୍ଧା ଜିଲ୍ଲାର ଚାରି ଜଣ ମୃତକଙ୍କ ମଧ୍ୟରୁ ଜଣେ ୫୯ ବର୍ଷୀୟା ମହିଳା ଥିବା ବେଳେ ଅନ୍ୟ ତିନିଜଣ ୫୧, ୩୭ ଓ ୫୦ ବର୍ଷୀୟ ପୁରୁଷ ଅଛନ୍ତି । ୫୯ ବର୍ଷୀୟା ମହିଳା ପୂର୍ବରୁ ବ୍ରୋଙ୍କିଆଲ୍ ଆଜମା ରୋଗରେ ପୀଡ଼ିତ ଥିବା ବେଳେ ୩୭ ଓ ୫୦ ବର୍ଷୀୟ ପୁରୁଷ ପୂର୍ବରୁ କୌଣସି ରୋଗରେ ପୀଡ଼ିତ ଥିଲେ ଓ ୫୧ ବର୍ଷୀୟ ପୁରୁଷ ପୂର୍ବରୁ ମଧୁମେହ ଓ ଉଚ୍ଚ ରକ୍ତଚାପ ରୋଗରେ ପୀଡ଼ିତ ଥିଲେ । କୋରାପୁଟ ଜିଲ୍ଲାରେ ତିନି ଜଣ ମୃତକ ୬୪,୪୮ ଓ ୫୦ ବର୍ଷୀୟ ପୁରୁଷ ଓ ସମସ୍ତ ପୁରୁଷ ପୂର୍ବରୁ ମଧୁମେହ ରୋଗରେ ପୀଡ଼ିତ ନ ଥିଲେ । ପୁରୀ ଜିଲ୍ଲାର ତିନି ଜଣ ମୃତକଙ୍କ ମଧ୍ୟରୁ ଜଣେ ୪୨ ବର୍ଷୀୟ ପୁରୁଷ ଥିବା ବେଳେ ଅନ୍ୟ ଦୁଇଜଣ ୮୦ ଓ ୬୨ ବର୍ଷୀୟ ପୁରୁଷ ଅଛନ୍ତି । ୪୨ ବର୍ଷୀୟ ପୁରୁଷ ପୂର୍ବରୁ ମଧୁମେହ ରୋଗରେ ପୀଡ଼ିତ ଥିବା ବେଳେ ୬୨ ବର୍ଷୀୟା ମହିଳା ପୂର୍ବରୁ ମଧୁମେହ, ଉଚ୍ଚ ରକ୍ତଚାପ ଓ ମେଦବହୁଳତା ରୋଗରେ ପୀଡ଼ିତ ଥିଲେ ଏବଂ ୪୨ ବର୍ଷୀୟା ମହିଳା ପୂର୍ବରୁ କୌଣସି ରୋଗରେ ପୀଡ଼ିତ ନ ଥିବା ସ୍ୱାସ୍ଥ୍ୟ ବିଭାଗ ତରଫରୁ ସୂଚନା ଦିଆ ଯାଇଛି ।

ବାଲେଶ୍ବର ଜିଲ୍ଲାରେ ମୃତକ ଜଣେ ୪୫ ବର୍ଷୀୟ ପୁରୁଷ ଓ ସେ ପୂର୍ବରୁ କୌଣସି ରୋଗରେ ପୀଡ଼ିତ ନ ଥିଲେ । ବଲାଙ୍ଗିର ଜିଲ୍ଲାରେ ମୃତକ ଜଣେ ୫୮ ବର୍ଷୀୟ ପୁରୁଷ ଓ ସେ ପୂର୍ବରୁ ଉଚ୍ଚ ରକ୍ତଚାପ ରୋଗରେ ପୀଡ଼ିତ ଥିଲେ । କଟକ ଜିଲ୍ଲାରେ ମୃତକ ଜଣେ ୫୮ ବର୍ଷୀୟ ପୁରୁଷ ଓ ସେ ପୂର୍ବରୁ ମଧୁମେହ ରୋଗରେ ପୀଡ଼ିତ ଥିଲେ । ଜଗତସିଂହପୁର ଜିଲ୍ଲାରେ ମୃତକ ଜଣେ ୬୪ ବର୍ଷୀୟ ପୁରୁଷ ଓ ସେ ପୂର୍ବରୁ କୌଣସି ରୋଗରେ ପୀଡ଼ିତ ନ ଥିଲେ। ଯାଜପୁର ଜିଲ୍ଲାରେ ମୃତକ ଜଣେ ୫୨ ବର୍ଷୀୟ ପୁରୁଷ ଓ ସେ ପୂର୍ବରୁ କୌଣସି ରୋଗରେ ପୀଡ଼ିତ ନ ଥିଲେ । ମୟୂରଭଞ୍ଜ ଜିଲ୍ଲାରେ ମୃତକ ଜଣେ ୫୩ ବର୍ଷୀୟ ପୁରୁଷ ଓ ସେ ପୂର୍ବରୁ କୌଣସି ରୋଗରେ ପୀଡ଼ିତ ନ ଥିବା ସ୍ୱାସ୍ଥ୍ୟ ବିଭାଗ ତରଫରୁ ସୂଚନା ଦିଆ ଯାଇଛି ।

ରାଜ୍ୟରେ କରୋନା ସଂକ୍ରମଣର ତାଜା ସ୍ଥିତିର ମ୍ୟାପ୍


ନୂଆ ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ସଙ୍ଗରୋଧ କେନ୍ଦ୍ରରୁ ୨୫୨୯ ଜଣ ଅଛନ୍ତି । ବାକି ୧,୮୨୭ ଜଣ ଆକ୍ରାନ୍ତ ସ୍ଥାନୀୟ ବାସିନ୍ଦା । ଏହାକୁ ମିଶାଇ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୨,୦୫୪,୫୨କୁ ବୃଦ୍ଧି ପାଇଛି ।

ଖୋର୍ଦ୍ଧାରୁ ଆଜି ସର୍ବାଧିକ ୯୦୨ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । କଟକରୁ ୪୦୯, ଅନୁଗୁଳରୁ ୧୯୭, ବାଲେଶ୍ୱରରୁ ୧୯୪, ନୂଆପଡାରୁ ୧୭୩, ଜଗତସିଂହପୁରରୁ ୧୭୧, ପୁରୀରୁ ୧୬୮, ମୟୂରଭଞ୍ଜରୁ ୧୫୩ ଓ କେନ୍ଦ୍ରୀୟ ବାହିନୀରୁ ୩୨୬ ଲେଖାଏଁ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ବରଗଡ଼ରୁ ୧୦୬, ଭଦ୍ରକରୁ ୧୨୪, ବଲାଙ୍ଗୀରରୁ ୭୬, ବୌଦ୍ଧରୁ ୪୯, ଦେଓଗଡ଼ରୁ ୧୪, ଢ଼େଙ୍କାନାଳରୁ ୮୪, ଗଜପତିରୁ ୨୦, ଗଞ୍ଜାମରୁ ୬୨, ଯାଜପୁରରୁ ୧୩୬, ଝାରସୁଗଡ଼ାରୁ ୧୨୦, କଳାହାଣ୍ଡିରୁ ୭୧ , କନ୍ଧମାଳରୁ ୯୧, କେନ୍ଦ୍ରାପଡ଼ାରୁ ୧୧୯, କେନ୍ଦୁଝରରୁ ୫୫, କୋରାପୁଟରୁ ୮୨, ମାଲକାନିଗିରିରୁ ୨୮, ନବରଙ୍ଗପୁରରୁ ୫୮, ନୟାଗଡ଼ରୁ ୫୧, ରାୟଗଡ଼ାରୁ ୧୨୧, ସମ୍ବଲପୁରରୁ ୮୧, ସୋନପୁରରୁ ୧୪ ଓ ସୁନ୍ଦରଗଡ଼ରୁ ୧୦୧ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।

ଏହା ବି ପଢ଼ନ୍ତୁ | Moto E7 Plus ଭାରତରେ ଲଞ୍ଚ ହେଲା; ୧୦ ହଜାରରୁ କମ୍ ୪୮ ମେଗାପିକ୍ସେଲ କ୍ୟାମେରା ବିଶିଷ୍ଟ ଏହି ଫୋନର ଦାମ୍

ଏହା ବି ପଢ଼ନ୍ତୁ | ଅକ୍ଟୋବର ପହିଲାରୁ ରାଜ୍ୟରେ ବଢ଼ିବ ବିଜୁଳି ଦର; ୟୁନିଟ୍‌ ପିଛା ୨୦ ପଇସା ମହଙ୍ଗା ହେବ

ଓଡ଼ିଶାରେ କରୋନା ଭାଇରସ୍ ସଂକ୍ରମଣ ତୀବ୍ର ଗତିରେ ବଢ଼ିଚାଲିଛି । ଏ ପର୍ଯ୍ୟନ୍ତ ରାଜ୍ୟରେ ୧,୬୫,୪୩୨ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ବର୍ତ୍ତମାନ ୩୯,୧୮୪ ଜଣ ଆକ୍ରାନ୍ତ ବିଭିନ୍ନ କୋଭିଡ଼ ହସ୍ପିଟାଲରେ ଚିକିତ୍ସାଧୀନ ଅଛନ୍ତି ।



ରାଜ୍ୟରେ ଚଳିତ ମାସରେ କରେନା ପଜିଟିଭଙ୍କ ସଂଖ୍ୟା ଦୃତ ଗତିରେ ବୃଦ୍ଧି ପାଉଥିବା ବେଳେ ମୃତ୍ୟୁ ସଂଖ୍ୟା ମଧ୍ୟ ବୃଦ୍ଧି ପାଇଛି । ଗତ କିଛି ଦିନ ହେବ ରାଜ୍ୟରେ କରୋନା ଭାଇରସ୍ ସଂକ୍ରମଣ ୪,୦୦୦ ରୁ ଅଧିକ ଦେଖିବାକୁ ମିଳୁଛି । ଏହା ପ୍ରଶାସନ ପାଇଁ ବଡ଼ ଚିନ୍ତାର କାରଣ ହୋଇଛି ।
Published by: Jagdish Barik
First published: September 26, 2020, 2:34 PM IST
corona virus btn
corona virus btn
Loading