ରାଜ୍ୟରେ ଆଉ ୧୬ ଜଣଙ୍କ ଜୀବନ ନେଲା କରୋନା; ମୋଟ ମୃତକ ୮୧୩; ପୁଣି ୩୨୩୫ ନୂଆ ମାମଲା ଚିହ୍ନଟ ହେଲେ

ନୂଆ ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ସଙ୍ଗରୋଧ କେନ୍ଦ୍ରରୁ ୧୯୧୫ ଜଣ ଅଛନ୍ତି । ବାକି ୧୩୨୦ ଜଣ ଆକ୍ରାନ୍ତ ସ୍ଥାନୀୟ ବାସିନ୍ଦା । ଆଜି ମଧ୍ୟ ସର୍ବାଧିକ ୫୦୬ ଜଣ କରୋନା ଆକ୍ରାନ୍ତ ଖୋର୍ଦ୍ଧା ଜିଲ୍ଲାରେ ଦେଖିବାକୁ ମିଳିଛି । ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୨,୧୨,୬୦୯ ହେଲାଣି ।

ପ୍ରତୀକାତ୍ମକ ଛବି

ପ୍ରତୀକାତ୍ମକ ଛବି

  • News18 Odia
  • Last Updated :
  • Share this:
News18 Odia Digital

ଭୁବନେଶ୍ୱର: ରାଜ୍ୟରେ ଆହୁରି ୧୬ ଜଣ ଆକ୍ରାନ୍ତଙ୍କ ଜୀବନ ନେଇଛି କରୋନା ଭାଇରସ୍ । ଏଥି ସହ ମୃତ୍ୟୁ ସଂଖ୍ୟା ୮୧୩ ରେ ପହଞ୍ଚିଛି । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ୩୦ଟି ଜିଲ୍ଲାରୁ ଆଉ ୩,୨୩୫ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ୨,୧୨,୬୦୯ ଟପିଲା କରୋନା ଆକ୍ରାନ୍ତଙ୍କ ସଂଖ୍ୟା ।

୧୬ ଜଣଙ୍କ ମୃତକଙ୍କ ମଧ୍ୟରୁ ବାଲେଶ୍ୱର ଜିଲ୍ଲାରୁ ସର୍ବାଧିକ ତିନି ଜଣ ଆକ୍ରାନ୍ତ ଅଛନ୍ତି । ଖୋର୍ଦ୍ଧା, ମୟୂରଭଞ୍ଜ, ପୁରୀରୁ ୨ ଜଣ ଲୋଖାଏଁ, ଢେଙ୍କାନାଳ, କଟକ, ବଲାଙ୍ଗିର, ଗଞ୍ଜାମ, କନ୍ଧମାଳ, କଳାହାଣ୍ଡି ଓ ନରବରଙ୍ଗପୁରରୁ ଜଣେ ଲେଖାଏଁ ଆକ୍ରାନ୍ତ ଅଛନ୍ତି ବୋଲି ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ମିଳିଛି । ବାଲେଶ୍ୱର ଜିଲ୍ଲାର ତିନି ଜଣ ମୃତକଙ୍କ ମଧ୍ୟରୁ ଜଣେ ୬୫ ବର୍ଷୀୟା ମହିଳା ଥିବା ବେଳେ ଅନ୍ୟ ଦୁଇଜଣ ୫୫ ଓ ୬୩ ବର୍ଷୀୟ ପୁରୁଷ ଅଛନ୍ତି । ୬୫ ବର୍ଷୀୟା ମହିଳା ପୂର୍ବରୁ କୌଣସି ରୋଗରେ ପୀଡ଼ିତ ନ ଥିବା ବେଳେ ୫୫ ବର୍ଷୀୟ ପୁରୁଷ ପୂର୍ବରୁ ମଧୁମେହେ ଓ ଉଚ୍ଚ ରକ୍ତଚାପ ରୋଗରେ ପୀଡିତ ଥିଲେ ଓ ୬୩ ବର୍ଷୀୟ ପୁରୁଷ ପୂର୍ବରୁ ଉଚ୍ଚ ରକ୍ତଚାପ ରୋଗରେ ପୀଡିତ ଥିଲେ । ଖୋର୍ଦ୍ଧା ଜିଲ୍ଲାରେ ଦୁଇ ଜଣ ମୃତକଙ୍କ ମଧ୍ୟରୁ ଜଣେ ୬୩ ବର୍ଷୀୟା ମହିଳା ଥିବା ବେଳେ ଅନ୍ୟ ଜଣେ ୭୮ ବର୍ଷୀୟ ପୁରୁଷ ଅଛନ୍ତି ଓ ୬୩ ବର୍ଷୀୟା ମହିଳା ପୂର୍ବରୁ ମଧୁମେହ ଓ ଉଚ୍ଚ ରକ୍ତଚାପ ରୋଗରେ ପୀଡ଼ିତ ଥିବା ବେଳେ ୭୮ ବର୍ଷୀୟ ପୁରୁଷ ପୂର୍ବରୁ ମଧୁମେହେ, ଉଚ୍ଚ ରକ୍ତଚାପ ଓ କୋରନାରୀ ଆର୍ଟରୀ ରୋଗରେ ପୀଡିତ ଥିବା ସ୍ୱାସ୍ଥ୍ୟ ବିଭାଗ ତରଫରୁ ସୂଚନା ଦିଆ ଯାଇଛି ।

ମୟୂରଭଞ୍ଜ ଜିଲ୍ଲାରେ ଦୁଇଜଣ ମୃତକଙ୍କ ମଧ୍ୟରୁ ଜଣେ ୭୦ ବର୍ଷୀୟା ମହିଳା ଓ ଅନ୍ୟଜଣେ ୪୦ ବର୍ଷୀୟ ପୁରୁଷ ଅଛନ୍ତି । ଉଭୟ ମହିଳା ଓ ପୁରୁଷ ପୂର୍ବରୁ କୌଣସି ରୋଗରେ ପୀଡ଼ିତ ନ ଥିଲେ । ପୁରୀ ଜିଲ୍ଲାରେ ମୃତକ ୬୫ ଓ ୭୯ ବର୍ଷୀୟ ପୁରୁଷ ଓ ଉଭୟ ପୂର୍ବରୁ କୌଣସି ରୋଗରେ ପୀଡ଼ିତ ନ ଥିଲେ । ଢେଙ୍କାନାଳ ଜିଲ୍ଲାରେ ମୃତକ ଜଣେ ୬୧ ବର୍ଷୀୟ ପୁରୁଷ ଓ ସେ ପୂର୍ବରୁ ମଧୁମେହ ରୋଗରେ ପୀଡ଼ିତ ନ ଥିଲେ । ବଲାଙ୍ଗିର ଜିଲ୍ଲାରେ ମୃତକ ଜଣେ ୬୬ ବର୍ଷୀୟ ପୁରୁଷ ଓ ସେ ପୂର୍ବରୁ କୌଣସି ରୋଗରେ ପୀଡ଼ିତ ନ ଥିଲେ । ଗଞ୍ଜାମ ଜିଲ୍ଲାରେ ମୃତକ ୫୫ ବର୍ଷୀୟ ପୁରୁଷ ଓ ସେ ପୂର୍ବରୁ ମଧୁମେହ ରୋଗରେ ପୀଡ଼ିତ ଥିଲେ । କନ୍ଧମାଳ ଜିଲ୍ଲାରେ ମୃତକ ୬୩ ବର୍ଷୀୟ ପୁରୁଷ ଓ ସେ ପୂର୍ବରୁ ମଧୁମେହ ଓ ଉଚ୍ଚ ରକ୍ତଚାପ ରୋଗରେ ପୀଡ଼ିତ ଥିଲେ । କଳାହାଣ୍ଡି ଜିଲ୍ଲାରେ ମୃତକ ୪୫ ବର୍ଷୀୟା ମହିଳା ଓ ସେ ପୂର୍ବରୁ କୌଣସି ରୋଗରେ ପୀଡ଼ିତ ନ ଥିଲେ । ନରବରଙ୍ଗପୁର ଜିଲ୍ଲାରେ ମୃତକ ୫୪ ବର୍ଷୀୟ ପୁରୁଷ ଓ ସେ ପୂର୍ବରୁ କ୍ରୋନିକ କୀଡୀନି ରୋଗରେ ପୀଡ଼ିତ ଥିବା ସ୍ୱାସ୍ଥ୍ୟ ବିଭାଗ ତରଫରୁ ସୂଚନା ଦିଆ ଯାଇଛି ।



ରାଜ୍ୟରେ କରୋନା ସଂକ୍ରମଣର ତାଜା ସ୍ଥିତିର ମ୍ୟାପ୍


ନୂଆ ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ସଙ୍ଗରୋଧ କେନ୍ଦ୍ରରୁ ୧୯୧୫ ଜଣ ଅଛନ୍ତି । ବାକି ୧୩୨୦ ଜଣ ଆକ୍ରାନ୍ତ ସ୍ଥାନୀୟ ବାସିନ୍ଦା । ଏହାକୁ ମିଶାଇ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୨,୧୨,୬୦୯କୁ ବୃଦ୍ଧି ପାଇଛି ।

ଖୋର୍ଦ୍ଧାରୁ ଆଜି ସର୍ବାଧିକ ୫୦୬ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । କଟକରୁ ୩୧୮, ଅନୁଗୁଳରୁ ୧୭୯ ଓ କେନ୍ଦ୍ରୀୟ ବାହିନୀରୁ ୧୪୮ ଲେଖାଏଁ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ବାଲେଶ୍ୱରରୁ ୧୦୦, ବରଗଡ଼ ୧୩୭, ଭଦ୍ରକରୁ ୬୭, ବଲାଙ୍ଗୀରରୁ ୧୦୧, ବୌଦ୍ଧରୁ ୪୨, ଦେଓଗଡ଼ରୁ ୧୨, ଢ଼େଙ୍କାନାଳରୁ ୬୯, ଗଜପତିରୁ ୩୧, ଗଞ୍ଜାମରୁ ୨୮, ଜଗତସିଂହପୁରରୁ ୮୬, ଯାଜପୁରରୁ ୧୧୦, ଝାରସୁଗଡ଼ାରୁ ୭୧, କଳାହାଣ୍ଡିରୁ ୪୨, କନ୍ଧମାଳରୁ ୬୨, କେନ୍ଦ୍ରାପଡ଼ାରୁ ୧୦୩, କେନ୍ଦୁଝର ୮୬, ଯାଜପୁରରୁ ୧୧୦, କୋରାପୁଟରୁ ୫୯, ମାଲକାନିଗିରିରୁ ୨୧, ମୟୂରଭଞ୍ଜରୁ ୧୧୮, ନବରଙ୍ଗପୁରରୁ ୧୨୪, ନୟାଗଡ଼ରୁ ୪୩, ନୂଆପଡ଼ାରୁ ୧୦୬, ପୁରୀରୁ ୭୯, ରାୟଗଡ଼ାରୁ ୧୦୧, ସମ୍ବଲପୁରରୁ ୧୨୦, ସୋନପୁରରୁ ୬୫ ଓ ସୁନ୍ଦରଗଡ଼ରୁ ୧୦୧ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।

ଏହା ବି ପଢ଼ନ୍ତୁ | Bollywood & Drugs: ଡ୍ରଗ୍ସ ଚାଟ୍ କଥା ସ୍ୱୀକାର କଲେ ଦୀପିକା; ଶ୍ରଦ୍ଧା ଓ ସାରାଙ୍କୁ ବି ଜେରା କରାଗଲା

ଏହା ବି ପଢ଼ନ୍ତୁ | ରାଷ୍ଟ୍ରପତି ରାମ ନାଥ କୋବିନ୍ଦ ସଂସଦରେ ପାରିତ ହୋଇଥିବା ତିନୋଟି କୃଷି ବିଲ୍କୁ ଅନୁମୋଦନ କଲେ

ଓଡ଼ିଶାରେ କରୋନା ଭାଇରସ୍ ସଂକ୍ରମଣ ତୀବ୍ର ଗତିରେ ବଢ଼ିଚାଲିଛି । ଏ ପର୍ଯ୍ୟନ୍ତ ରାଜ୍ୟରେ ୧,୭୩,୫୭୧ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ବର୍ତ୍ତମାନ ୩୮,୧୭୨ ଜଣ ଆକ୍ରାନ୍ତ ବିଭିନ୍ନ କୋଭିଡ଼ ହସ୍ପିଟାଲରେ ଚିକିତ୍ସାଧୀନ ଅଛନ୍ତି ।



ରାଜ୍ୟରେ ଚଳିତ ମାସରେ କରେନା ପଜିଟିଭଙ୍କ ସଂଖ୍ୟା ଦୃତ ଗତିରେ ବୃଦ୍ଧି ପାଉଥିବା ବେଳେ ମୃତ୍ୟୁ ସଂଖ୍ୟା ମଧ୍ୟ ବୃଦ୍ଧି ପାଇଛି । ଏହା ପ୍ରଶାସନ ପାଇଁ ବଡ଼ ଚିନ୍ତାର କାରଣ ହୋଇଛି ।
Published by:Jagdish Barik
First published: