ରାଜ୍ୟରେ ଆଉ ୧୬ ଜଣଙ୍କ ଜୀବନ ନେଲା କରୋନା; ମୋଟ ମୃତକ ୯୭୪; ପୁଣି ୩୧୪୪ ନୂଆ ମାମଲା ଚିହ୍ନଟ ହେଲେ

ନୂଆ ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ସଙ୍ଗରୋଧ କେନ୍ଦ୍ରରୁ ୧୮୨୫ ଜଣ ଅଛନ୍ତି । ବାକି ୧୩୧୯ ଜଣ ଆକ୍ରାନ୍ତ ସ୍ଥାନୀୟ ବାସିନ୍ଦା । ଆଜି ମଧ୍ୟ ସର୍ବାଧିକ ୫୬୨ ଜଣ କରୋନା ଆକ୍ରାନ୍ତ ଖୋର୍ଦ୍ଧା ଜିଲ୍ଲାରେ ଦେଖିବାକୁ ମିଳିଛି । ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୨,୪୪,୧୪୨ ହେଲାଣି ।

ରାଜ୍ୟରେ ଆଉ ୧୬ ଜଣଙ୍କ ଜୀବନ ନେଲା କରୋନା; ମୋଟ ମୃତକ ୯୭୪; ପୁଣି ୩୧୪୪ ନୂଆ ମାମଲା ଚିହ୍ନଟ ହେଲେ
ପ୍ରତୀକାତ୍ମକ ଛବି
  • News18 Odia
  • Last Updated: October 8, 2020, 12:20 PM IST
  • Share this:
  • Byline Facebook
  • Byline Twitter
  • Byline Linkedin
News18 Odia Digital

ଭୁବନେଶ୍ୱର: ରାଜ୍ୟରେ ଆହୁରି ୧୬ ଜଣ ଆକ୍ରାନ୍ତଙ୍କ ଜୀବନ ନେଇଛି କରୋନା ଭାଇରସ୍ । ଏଥି ସହ ମୃତ୍ୟୁ ସଂଖ୍ୟା ୯୭୪ ରେ ପହଞ୍ଚିଛି । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ୩୦ଟି ଜିଲ୍ଲାରୁ ଆଉ ୩,୧୪୪ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ୨,୪୪,୧୪୨ ଟପିଲା କରୋନା ଆକ୍ରାନ୍ତଙ୍କ ସଂଖ୍ୟା ।

୧୬ ଜଣଙ୍କ ମୃତକଙ୍କ ମଧ୍ୟରୁ ବାଲେଶ୍ୱର ଓ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ଚାରି ଜଣ ଲେଖାଏଁ ଆକ୍ରାନ୍ତ ଅଛନ୍ତି । କଳାହାଣ୍ଡି, ମୟୂରଭଞ୍ଜ, ନୟାଗଡ଼ ଜିଲ୍ଲାରୁ ୨ଜଣ ଲେଖାଏଁ, ଝାରସୁଗଡ଼ା ଓ ସୁନ୍ଦରଗଡ଼ ଜିଲ୍ଲାରୁ ଜଣେ ଲେଖାଏଁ ଆକ୍ରାନ୍ତ ଅଛନ୍ତି ବୋଲି ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ମିଳିଛି ।

ନୂଆ ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ସଙ୍ଗରୋଧ କେନ୍ଦ୍ରରୁ ୧୮୨୫ ଜଣ ଅଛନ୍ତି । ବାକି ୧୩୧୯ ଜଣ ଆକ୍ରାନ୍ତ ସ୍ଥାନୀୟ ବାସିନ୍ଦା । ଏହାକୁ ମିଶାଇ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୨,୪୪,୧୪୨କୁ ବୃଦ୍ଧି ପାଇଛି ।

ରାଜ୍ୟରେ କରୋନା ସଂକ୍ରମଣର ତାଜା ସ୍ଥିତିର ମ୍ୟାପ୍


ଖୋର୍ଦ୍ଧାରୁ ଆଜି ସର୍ବାଧିକ ୫୬୨ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । କଟକରୁ ୨୪୩, ସମ୍ବଲପୁରରୁ ୧୩୬, ଯାଜପୁରରୁ ୧୦୧, କଲାହାଣ୍ଡିରୁ ୧୨୪, କନ୍ଧମାଳରୁ ୧୧୬, ମୟୂରଭଞ୍ଜରୁ ୧୧୫, ନବରଙ୍ଗପୁରରୁ ୧୦୭, ନୂଆପଡାରୁ ୧୧୪, ପୁରୀରୁ ୧୨୨, ସୁନ୍ଦରଗଡ଼ରୁ ୧୦୫, ଅନୁଗୁଳର ୧୨୮, ଭଦ୍ରକରୁ ୧୦୧ ଓ କେନ୍ଦ୍ରୀୟ ବାହିନୀରୁ ୧୩୦ଜଣ ଲେଖାଏଁ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ବାଲେଶ୍ୱରରୁ ୭୨, ବରଗଡ଼ରୁ ୯୪, ବଲାଙ୍ଗୀରରୁ ୮୬, ବୌଦ୍ଧରୁ ୧, ଦେଓଗଡ଼ରୁ ୨୪, ଢେଙ୍କାନାଳରୁ ୭୩, ଗଜପତିରୁ ୯, ଗଞ୍ଜାମରୁ ୩୮, ଜଗତସିଂହପୁରରୁ ୭୭, ଝାରସୁଗଡ଼ାରୁ ୮୩, କେନ୍ଦୁଝର ୬୩, କୋରାପୁଟରୁ ୩୭, ମାଲକାନିଗିରିରୁ ୨୮, ନୟାଗଡ଼ରୁ ୫୮, ରାୟଗଡ଼ାରୁ ୨୯ ଓ ସୋନପୁରରୁ ୮୬ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।

ଓଡ଼ିଶାରେ କରୋନା ଭାଇରସ୍ ସଂକ୍ରମଣ ତୀବ୍ର ଗତିରେ ବଢ଼ିଚାଲିଛି । ଏ ପର୍ଯ୍ୟନ୍ତ ରାଜ୍ୟରେ ୨,୧୩,୬୭୨ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ବର୍ତ୍ତମାନ ୨୯,୪୪୩ ଜଣ ଆକ୍ରାନ୍ତ ବିଭିନ୍ନ କୋଭିଡ଼ ହସ୍ପିଟାଲରେ ଚିକିତ୍ସାଧୀନ ଅଛନ୍ତି ।

ରାଜ୍ୟରେ ଚଳିତ ମାସରେ କରେନା ମୃତ୍ୟୁ ସଂଖ୍ୟା ଦୃତ ଗତିରେ ବୃଦ୍ଧି ପାଉଥିବା ବେଳେ ମୃତ୍ୟୁ ସଂଖ୍ୟା ମଧ୍ୟ ବୃଦ୍ଧି ପାଇଛି । ଏହା ପ୍ରଶାସନ ପାଇଁ ବଡ଼ ଚିନ୍ତାର କାରଣ ହୋଇଛି ।
Published by: Jagdish Barik
First published: October 8, 2020, 12:19 PM IST
corona virus btn
corona virus btn
Loading