ରାଜ୍ୟରେ ଆଉ ୧୦ ଜଣଙ୍କ ଜୀବନ ନେଲା କରୋନା; ମୋଟ ମୃତକ ୬୨୬; ପୁଣି ୩,୯୧୩ ନୂଆ ମାମଲା ଚିହ୍ନଟ ହେଲେ

ନୂଆ ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ସଙ୍ଗରୋଧ କେନ୍ଦ୍ରରୁ ୨,୩୪୮ ଜଣ ଅଛନ୍ତି । ବାକି ୧,୫୬୫ ଜଣ ଆକ୍ରାନ୍ତ ସ୍ଥାନୀୟ ବାସିନ୍ଦା । ଆଜି ମଧ୍ୟ ସର୍ବାଧିକ ୫୫୬ ଜଣ କରୋନା ଆକ୍ରାନ୍ତ ଖୋର୍ଦ୍ଧା ଜିଲ୍ଲାରେ ଦେଖିବାକୁ ମିଳିଛି । ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧,୫୦,୮୦୭ ହେଲାଣି ।

ରାଜ୍ୟରେ ଆଉ ୧୦ ଜଣଙ୍କ ଜୀବନ ନେଲା କରୋନା; ମୋଟ ମୃତକ ୬୨୬; ପୁଣି ୩,୯୧୩ ନୂଆ ମାମଲା ଚିହ୍ନଟ ହେଲେ
ପ୍ରତୀକାତ୍ମକ ଛବି
  • News18 Odia
  • Last Updated: September 13, 2020, 12:28 PM IST
  • Share this:
  • Byline Facebook
  • Byline Twitter
  • Byline Linkedin
News18 Odia Digital

ଭୁବନେଶ୍ୱର: ରାଜ୍ୟରେ ଆହୁରି ୧୦ ଜଣ ଆକ୍ରାନ୍ତଙ୍କ ଜୀବନ ନେଇଛି କରୋନା ଭାଇରସ୍ । ଏଥି ସହ ମୃତ୍ୟୁ ସଂଖ୍ୟା ୬୨୬ ରେ ପହଞ୍ଚିଛି । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ୩୦ଟି ଜିଲ୍ଲାରୁ ଆଉ ୩,୯୧୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ୧,୫୦,୮୦୭ ଟପିଲା କରୋନା ଆକ୍ରାନ୍ତଙ୍କ ସଂଖ୍ୟା ।

୧୦ ଜଣଙ୍କ ମୃତକଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲ୍ଲାରୁ ସର୍ବଧିକ ତିନି ଜଣ ଆକ୍ରାନ୍ତ ଅଛନ୍ତି । କଟକରୁ ୨ଜଣ, ଗଞ୍ଜାମ, ବାଲେଶ୍ବର, କଳାହାଣ୍ଡି, ମୟୂରଭଞ୍ଜ ଓ ସୋନପୁରରେ ଜଣେ ଲେଖାଏଁ ଆକ୍ରାନ୍ତ ଅଛନ୍ତି ବୋଲି ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ମିଳିଛି । ଖୋର୍ଦ୍ଧା ଜିଲ୍ଲାରେ ତିନି ଜଣ ମୃତକଙ୍କ ମଧ୍ୟରୁ ଜଣେ ୬୨, ୬୬ ଓ ୬୦ ବର୍ଷୀୟ ପୁରୁଷ ଅଛନ୍ତି । ୬୨ ଓ ୬୦ ବର୍ଷୀୟ ପୁରୁଷ ପୂର୍ବରୁ ଉଚ୍ଚ ରକ୍ତଚାପ ରୋଗରେ ପୀଡ଼ିତ ଥିବା ବେଳେ ୬୬ ବର୍ଷୀୟ ପୁରୁଷ ପୂର୍ବରୁ ମଧୁମେହ ଓ ଉଚ୍ଚ ରକ୍ତଚାପ ରୋଗରେ ପୀଡ଼ିତ ଥିଲେ । କଟକ ଜିଲ୍ଲାରେ ଦୁଇ ଜଣଙ୍କ ମୃତକଙ୍କ ମଧ୍ୟରୁ ଜଣେ ୪୫ ଓ ୭୪ ବର୍ଷୀୟ ପୁରୁଷ ଅଛନ୍ତି । ଉଭୟ ପୂର୍ବରୁ ମଧୁମେହ ରୋଗରେ ପୀଡ଼ିତ ଥିବା ସ୍ୱାସ୍ଥ୍ୟ ବିଭାଗ ତରଫରୁ ସୂଚନା ଦିଆ ଯାଇଛି ।

ଗଞ୍ଜାମ ଜିଲ୍ଲାରେ ମୃତକ ଜଣେ ୫୫ ବର୍ଷୀୟ ପୁରୁଷ ଓ ସେ ପୂର୍ବରୁ କୌଣସି ରୋଗରେ ପୀଡ଼ିତ ନ ଥିଲେ । ବାଲେଶ୍ବର ଜିଲ୍ଲାରେ ମୃତକ ଜଣେ ୬୦ ବର୍ଷୀୟ ପୁରୁଷ ଓ ସେ ପୂର୍ବରୁ ମଧୁମେହ ଓ ଉଚ୍ଚ ରକ୍ତଚାପ ରୋଗରେ ପୀଡ଼ିତ ଥିଲେ। କଳାହାଣ୍ଡି ଜିଲ୍ଲାରେ ମୃତକ ଜଣେ ୬୨ ବର୍ଷୀୟ ପୁରୁଷ ଓ ସେ ପୂର୍ବରୁ ମଧୁମେହ ଓ ଉଚ୍ଚ ରକ୍ତଚାପ ରୋଗରେ ପୀଡ଼ିତ ଥିଲେ। ମୟୂରଭଞ୍ଜ ଜିଲ୍ଲାରେ ମୃତକ ଜଣେ ୬୦ ବର୍ଷୀୟ ପୁରୁଷ ଓ ସେ ପୂର୍ବରୁ କ୍ରୋନିକ କୀଡୀନି ରୋଗରେ ପୀଡ଼ିତ ଥିଲେ । ସୋନପୁର ଜିଲ୍ଲାରେ ମୃତକ ଜଣେ ୮୪ ବର୍ଷୀୟ ପୁରୁଷ ଓ ସେ ପୂର୍ବରୁ ମଧୁମେହ ଓ ଉଚ୍ଚ ରକ୍ତଚାପ ରୋଗରେ ପୀଡ଼ିତ ଥିବା ସ୍ୱାସ୍ଥ୍ୟ ବିଭାଗ ତରଫରୁ ସୂଚନା ଦିଆ ଯାଇଛି ।

ରାଜ୍ୟରେ କରୋନା ସଂକ୍ରମଣର ତାଜା ସ୍ଥିତିର ମ୍ୟାପ୍


ନୂଆ ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ସଙ୍ଗରୋଧ କେନ୍ଦ୍ରରୁ ୨,୩୪୮ ଜଣ ଅଛନ୍ତି । ବାକି ୧,୫୬୫ ଜଣ ଆକ୍ରାନ୍ତ ସ୍ଥାନୀୟ ବାସିନ୍ଦା । ଏହାକୁ ମିଶାଇ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧,୫୦,୮୦୭ କୁ ବୃଦ୍ଧି ପାଇଛି।

ଖୋର୍ଦ୍ଧାରୁ ଆଜି ସର୍ବାଧିକ ୫୫୬ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । କଟକରୁ ୩୮୨, ପୁରୀରୁ ୨୧୧, ଝାରସୁଗଡ଼ାରୁ ୧୬୨, କେନ୍ଦ୍ରାପଡ଼ାରୁ ୧୫୬, ମୟୂରଭଞ୍ଜରୁ ୧୪୭, ବଲାଙ୍ଗୀରରୁ ୧୪୨, ସମ୍ବଲପୁରରୁ ୧୪୧,ବାଲେଶ୍ୱରରୁ ୧୩୪, ଭଦ୍ରକରୁ ୧୨୩, ଯାଜପୁରରୁ ୧୨୮ ଓ କେନ୍ଦ୍ରୀୟ ବାହିନୀରୁ ୧୦୭ ଲେଖାଏଁ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଅନୁଗୁଳରୁ ୧୦୩, ବୌଦ୍ଧରୁ ୬୧, ଦେଓଗଡ଼ରୁ ୧୫, ଢ଼େଙ୍କାନାଳରୁ ୪୧, ଗଜପତିରୁ ୧୬, ଗଞ୍ଜାମରୁ ୮୬, ଜଗତସିଂହପୁରରୁ ୧୦୮, କଳାହାଣ୍ଡିରୁ ୬୦, କନ୍ଧମାଳରୁ ୮୬, କେନ୍ଦୁଝରରୁ ୭୬, ମାଲକାନିଗିରିରୁ ୬୮, ନବରଙ୍ଗପୁରରୁ ୧୧୨, ନୟାଗଡରୁ ୬୦, ନୂଆପଡାରୁ ୧୨୮, ରାୟଗଡ଼ାରୁ ୯୮ ଓ ସୋନପୁରରୁ ୯୧ ଜଣ ଓ ସୁନ୍ଦରଗଡ଼ରୁ ୩୫ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।

ଓଡ଼ିଶାରେ କରୋନା ଭାଇରସ୍ ସଂକ୍ରମଣ ତୀବ୍ର ଗତିରେ ବଢ଼ିଚାଲିଛି । ଏ ପର୍ଯ୍ୟନ୍ତ ରାଜ୍ୟରେ ୧,୧୫,୨୭୯ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ବର୍ତ୍ତମାନ ୩୪,୮୪୯ ଜଣ ଆକ୍ରାନ୍ତ ବିଭିନ୍ନ କୋଭିଡ଼ ହସ୍ପିଟାଲରେ ଚିକିତ୍ସାଧୀନ ଅଛନ୍ତି ।

ରାଜ୍ୟରେ ଚଳିତ ମାସରେ କରେନା ପଜିଟିଭଙ୍କ ସଂଖ୍ୟା ଦୃତ ଗତିରେ ବଢୁଥିବା ବେଳେ ମୃତ୍ୟୁ ସଂଖ୍ୟା ମଧ୍ୟ ବୃଦ୍ଧି ପାଇଛି । ରାଜ୍ୟରେ ଗତ କିଛି ଦିନ ହେବ ୩,୫୦୦ ରୁ ଅଧିକ ଲେଖାଏଁ କରୋନା ଭାଇରସ୍ ସଂକ୍ରମଣ ମାମଲା ଦେଖିବାକୁ ମିଳିଛି । ଏହା ପ୍ରଶାସନ ପାଇଁ ବଡ଼ ଚିନ୍ତାର କାରଣ ହୋଇଛି ।
Published by: Jagdish Barik
First published: September 13, 2020, 12:28 PM IST
corona virus btn
corona virus btn
Loading