ରାଜ୍ୟରେ ଆଉ ୧୦ ଜଣଙ୍କ ଜୀବନ ନେଲା କରୋନା; ମୋଟ ମୃତକ ୭୦୨; ପୁଣି ୪୩୩୦ ନୂଆ ମାମଲା ଚିହ୍ନଟ ହେଲେ

ନୂଆ ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ସଙ୍ଗରୋଧ କେନ୍ଦ୍ରରୁ ୨,୫୫୬ ଜଣ ଅଛନ୍ତି । ବାକି ୧,୭୭୪ ଜଣ ଆକ୍ରାନ୍ତ ସ୍ଥାନୀୟ ବାସିନ୍ଦା । ଆଜି ମଧ୍ୟ ସର୍ବାଧିକ ୬୪୪ ଜଣ କରୋନା ଆକ୍ରାନ୍ତ ଖୋର୍ଦ୍ଧା ଜିଲ୍ଲାରେ ଦେଖିବାକୁ ମିଳିଛି । ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧,୭୯,୮୮୦ ହେଲାଣି ।

ରାଜ୍ୟରେ ଆଉ ୧୦ ଜଣଙ୍କ ଜୀବନ ନେଲା କରୋନା; ମୋଟ ମୃତକ ୭୦୨; ପୁଣି ୪୩୩୦ ନୂଆ ମାମଲା ଚିହ୍ନଟ ହେଲେ
ପ୍ରତୀକାତ୍ମକ ଛବି
  • News18 Odia
  • Last Updated: September 20, 2020, 12:19 PM IST
  • Share this:
  • Byline Facebook
  • Byline Twitter
  • Byline Linkedin
News18 Odia Digital

ଭୁବନେଶ୍ୱର: ରାଜ୍ୟରେ ଆହୁରି ୧୦ ଜଣ ଆକ୍ରାନ୍ତଙ୍କ ଜୀବନ ନେଇଛି କରୋନା ଭାଇରସ୍ । ଏଥି ସହ ମୃତ୍ୟୁ ସଂଖ୍ୟା ୭୦୧ ରେ ପହଞ୍ଚିଛି । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ୩୦ଟି ଜିଲ୍ଲାରୁ ଆଉ ୪,୩୩୦ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ୧,୭୯,୮୮୦ ଟପିଲା କରୋନା ଆକ୍ରାନ୍ତଙ୍କ ସଂଖ୍ୟା ।

ଦଶ ଜଣଙ୍କ ମୃତକଙ୍କ ମଧ୍ୟରୁ କଟକ ଓ ପୁରୀ ଜିଲ୍ଲାରୁ ସର୍ବଧିକ ଦୁଇ ଜଣ ଲେଖାଏଁ ଆକ୍ରାନ୍ତ ଅଛନ୍ତି । ବଲାଙ୍ଗୀର, ଗଞ୍ଜାମ, କଳାହାଣ୍ଡି, ଖୋର୍ଦ୍ଧା, ମୟୂରଭଞ୍ଜ ଓ ସମ୍ବଲପୁରରୁ ଜଣେ ଲେଖାଏଁ ଆକ୍ରାନ୍ତ ଅଛନ୍ତି ବୋଲି ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ମିଳିଛି । କଟକ ଜିଲ୍ଲାରେ ମୃତକ ୬୯ ଓ ୮୪ ବର୍ଷୀୟ ପୁରୁଷ । ୬୯ ବର୍ଷୀୟ ପୁରୁଷ ପୂର୍ବରୁ ମଧୁମେହ, ଉଚ୍ଚ ରକ୍ତଚାପ ଓ କ୍ରୋନିକ କୀଡୀନି ରୋଗରେ ପୀଡ଼ିତ ଥିବା ବେଳେ ୮୪ ବର୍ଷୀୟ ପୁରୁଷ ପୂର୍ବରୁ ମଧୁମେହ ରୋଗରେ ପୀଡ଼ିତ ଥିଲେ । ପୁରୀ ଜିଲ୍ଲାରେ ଦୁଇ ଜଣ ମୃତକ ମଧ୍ୟରୁ ଜଣେ ୬୦ ବର୍ଷୀୟା ମହିଳା ଓ ଅନ୍ୟ ଜଣେ ୫୪ ବର୍ଷୀୟ ପୁରୁଷ ଅଛନ୍ତି । ଉଭୟ ପୁରୁଷ ଓ ମହିଳା ପୂର୍ବରୁ କୌଣସି ରୋଗରେ ପୀଡ଼ିତ ନ ଥିବା ସ୍ୱାସ୍ଥ୍ୟ ବିଭାଗ ତରଫରୁ ସୂଚନା ଦିଆ ଯାଇଛି ।

ବଲାଙ୍ଗୀର ଜିଲ୍ଲାରେ ମୃତକ ଜଣେ ୪୦ ବର୍ଷୀୟ ପୁରୁଷ ଓ ସେ ପୂର୍ବରୁ ମଧୁମେହ ରୋଗରେ ପୀଡ଼ିତ ଥିଲେ । ଗଞ୍ଜାମ ଜିଲ୍ଲାରେ ମୃତକ ଜଣେ ୬୮ ବର୍ଷୀୟ ପୁରୁଷ ଓ ସେ ପୂର୍ବରୁ କୌଣସି ରୋଗରେ ପୀଡ଼ିତ ନ ଥିଲେ । କଳାହାଣ୍ଡି ଜିଲ୍ଲାରେ ମୃତକ ଜଣେ ୬୫ ବର୍ଷୀୟ ପୁରୁଷ ଓ ସେ ପୂର୍ବରୁ କୌଣସି ରୋଗରେ ପୀଡ଼ିତ ନ ଥିଲେ । ଖୋର୍ଦ୍ଧା ଜିଲ୍ଲାରେ ମୃତକ ଜଣେ ୯୨ ବର୍ଷୀୟ ପୁରୁଷ ଓ ଓ ସେ ପୂର୍ବରୁ କୌଣସି ରୋଗରେ ପୀଡ଼ିତ ନ ଥିଲେ । ମୟୂରଭଞ୍ଜ ଜିଲ୍ଲାରେ ମୃତକ ଜଣେ ୮୦ ବର୍ଷୀୟା ମହିଳା ଓ ସେ ପୂର୍ବରୁ କୌଣସି ରୋଗରେ ପୀଡ଼ିତ ନ ଥିଲେ । ସମ୍ବଲପୁର ଜିଲ୍ଲାରେ ମୃତକ ଜଣେ ୫୩ ବର୍ଷୀୟ ପୁରୁଷ ଓ ସେ ପୂର୍ବରୁ ମଧୁମେହ ଓ ଉଚ୍ଚ ରକ୍ତଚାପ ରୋଗରେ ପୀଡ଼ିତ ଥିବା ସ୍ୱାସ୍ଥ୍ୟ ବିଭାଗ ତରଫରୁ ସୂଚନା ଦିଆ ଯାଇଛି ।

ନୂଆ ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ସଙ୍ଗରୋଧ କେନ୍ଦ୍ରରୁ ୨,୫୫୬ ଜଣ ଅଛନ୍ତି । ବାକି ୧,୭୭୪ ଜଣ ଆକ୍ରାନ୍ତ ସ୍ଥାନୀୟ ବାସିନ୍ଦା । ଏହାକୁ ମିଶାଇ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧,୭୯,୮୮୦ କୁ ବୃଦ୍ଧି ପାଇଛି।

ରାଜ୍ୟରେ କରୋନା ସଂକ୍ରମଣର ତାଜା ସ୍ଥିତିର ମ୍ୟାପ୍


ଖୋର୍ଦ୍ଧାରୁ ଆଜି ସର୍ବାଧିକ ୬୪୪ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । କଟକରୁ ୫୪୯, ପୁରୀରୁ ୨୯୨, କନ୍ଧମାଳରୁ ୧୭୮, ଅନୁଗୁଳରୁ ୧୭୬, ଝାରସୁଗଡ଼ାରୁ ୧୬୭, ଯାଜପୁରରୁ ୧୫୮, ଜଗତସିଂହପୁରରୁ ୧୫୩, ମୟୂରଭଞ୍ଜରୁ ୧୫୨, କେନ୍ଦ୍ରୀୟ ବାହିନୀରୁ ୨୨୫ ଲେଖାଏଁ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ବାଲେଶ୍ୱରରୁ ୧୨୧, ବରଗଡ଼ରୁ ୯୯, ଭଦ୍ରକରୁ ୭୪, ବଲାଙ୍ଗୀରରୁ ୭୯, ବୌଦ୍ଧରୁ ୪୭, ଦେଓଗଡ଼ରୁ ୧୨, ଢ଼େଙ୍କାନାଳରୁ ୬୭, ଗଜପତିରୁ ୧୬, ଗଞ୍ଜାମରୁ ୫୧, କଳାହାଣ୍ଡିରୁ ୧୦୦, କେନ୍ଦ୍ରାପଡ଼ାରୁ ୧୦୭, କେନ୍ଦୁଝରରୁ ୧୧୬, କୋରାପୁଟରୁ ୯୪, ମାଲକାନିଗିରିରୁ ୬୩, ନୟାଗଡ଼ରୁ ୫୩, ନୂଆପଡ଼ାରୁ ୬୨, ରାୟଗଡ଼ାରୁ ୮୫, ସୋନପୁରରୁ ୨୫ ଓ ସୁନ୍ଦରଗଡ଼ରୁ ୧୨୩ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।

ଓଡ଼ିଶାରେ କରୋନା ଭାଇରସ୍ ସଂକ୍ରମଣ ତୀବ୍ର ଗତିରେ ବଢ଼ିଚାଲିଛି । ଏ ପର୍ଯ୍ୟନ୍ତ ରାଜ୍ୟରେ ୧,୪୧,୬୫୭ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ବର୍ତ୍ତମାନ ୩୭,୪୬୯ ଜଣ ଆକ୍ରାନ୍ତ ବିଭିନ୍ନ କୋଭିଡ଼ ହସ୍ପିଟାଲରେ ଚିକିତ୍ସାଧୀନ ଅଛନ୍ତି ।

ରାଜ୍ୟରେ ଚଳିତ ମାସରେ କରେନା ପଜିଟିଭଙ୍କ ସଂଖ୍ୟା ଦୃତ ଗତିରେ ବୃଦ୍ଧି ପାଉଥିବା ବେଳେ ମୃତ୍ୟୁ ସଂଖ୍ୟା ମଧ୍ୟ ବୃଦ୍ଧି ପାଇଛି । ଗତ ପାଞ୍ଚ ଦିନ ହେବ ରାଜ୍ୟରେ କରୋନା ଭାଇରସ୍ ସଂକ୍ରମଣ ୪,୦୦୦ ରୁ ଅଧିକ ଦେଖିବାକୁ ମିଳୁଛି । ଏହା ପ୍ରଶାସନ ପାଇଁ ବଡ଼ ଚିନ୍ତାର କାରଣ ହୋଇଛି ।
Published by: Jagdish Barik
First published: September 20, 2020, 12:19 PM IST
corona virus btn
corona virus btn
Loading