News 18 Odia Digital
ଭୁବନେଶ୍ବର: ଧୀରେ ଧୀରେ ହ୍ରାସ ପାଇବାରେ ଲାଗିଛି କରୋନା । କିଛିଦିନ ହେବ ସଂକ୍ରମଣ ସଂଖ୍ୟା ହଜାରେ ଉପରେ ରହୁଥିଲା। ଗତ ୨୪ ଘଣ୍ଟା ମଧ୍ୟରେ ୬୬୨ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୩୮୭ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବା ବେଳେ ୨୭୫ ଜଣ ପଜିଟିଭ ସ୍ଥାନୀୟ ସଂକ୍ରମଣରୁ ଚିହ୍ନଟ ହୋଇଛନ୍ତି।
ଏଥିମଧ୍ୟରେ ୧୦୪ ଜଣ ୧୮ ବର୍ଷରୁ କମ୍ ବୟସର ଶିଶୁ- କିଶୋର ଥିବା ଜଣାଯାଇଛି। ଆଜି ରାଜ୍ୟର ୨୭ଟି ଜିଲ୍ଲାରୁ ୭୩୯ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଥିବା ବେଳେ ୩ ଟି ଜିଲ୍ଲାରେ କରୋନା ସଂକ୍ରମଣର ସୂଚନା ନାହିଁ। ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୧୫୨ ଜଣ ଚିହ୍ନଟ ହୋଇଛନ୍ତି। କିନ୍ତୁ ସାମାଜିକ ଦୂରତା ବଜାୟ ରଖିବା ଓ ମାସ୍କ ପିନ୍ଧିବା ପାଇଁ ପରାମର୍ଶ ମଧ୍ୟ ଦିଆ ଯାଇଛି।
ଗତ ୨୪ ଘଣ୍ଟା ମଧ୍ୟରେ ଅନୁଗୁଳ ଜିଲ୍ଲାରୁ ୩, ବାଲେଶ୍ବର ଜିଲ୍ଲାରୁ ୪ ଜଣ, ବରଗଡ଼ରୁ ୧୨, ଭଦ୍ରକରୁ ୧୩ ଜଣ, ବଲାଙ୍ଗୀରରୁ ୯ ଜଣ, ବୌଦ୍ଧରୁ ୪ ଜଣ, କଟକରୁ ୩୮ ଜଣ, ଦେବଗଡ଼ରୁ ୫ ଜଣ, ଗଜପତିରୁ ୫ ଜଣ, ଗଞ୍ଜାମରୁ ୧, ଜଗତସିଂହପୁରରୁ ୧୧ ଜଣ, ଯାଜପୁରରୁ ୮ ଜଣ, ଝାରସୁଗୁଡ଼ାରୁ ୪ ଜଣ, କଳାହାଣ୍ଡି ଜିଲ୍ଲାରୁ ୧୨ ଜଣ, କନ୍ଧମାଳରୁ ୯ ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୩ ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୧୫୨, କୋରାପୁଟ ଜିଲ୍ଲାରୁ ୧୫ ଜଣ, ମୟୂରଭଞ୍ଜରୁ ୭୮ ଜଣ, ନବରଙ୍ଗପୁରରୁ ୬ ଜଣ, ନୟାଗଡ଼ ଜିଲ୍ଲାରୁ ୧୨ ଜଣ, ନୂଆପଡ଼ାରୁ ୧୧ ଜଣ, ପୁରୀରୁ ୬ ଜଣ, ରାୟଗଡ଼ାରୁ ୧୧ ଜଣ, ସମ୍ବଲପୁରରୁ ୪୮ ଜଣ, ସୋନପୁରରୁ ୧୩ ଜଣ, ସୁନ୍ଦରଗଡ଼ରୁ ୧୪୨ ଜଣ ଓ ଷ୍ଟେଟପୁଲରୁ ୨୮ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି।
ଏପର୍ଯ୍ୟନ୍ତ ରାଜ୍ୟରେ ୧୩, ୦୭, ୯୧୧ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ସେହିପରି ୧୨,୯୧, ୬୬୯ ଜଣ ସୁସ୍ଥ ହୋଇଛନ୍ତି। ଏବେ ବି ୭୦୫୪ ଜଣ ସଂକ୍ରମିତ ଅଛନ୍ତି ବୋଲି ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ କୁହାଯାଇଛି।
ନ୍ୟୁଜ୍ ୧୮ ଓଡ଼ିଆରେ ବ୍ରେକିଙ୍ଗ୍ ନ୍ୟୁଜ୍ ପଢ଼ିବାରେ ପ୍ରଥମ ହୁଅନ୍ତୁ| ଆଜିର ସର୍ବଶେଷ ଖବର, ଲାଇଭ୍ ନ୍ୟୁଜ୍ ଅପଡେଟ୍, ନ୍ୟୁଜ୍ ୧୮ ଓଡ଼ିଆ ୱେବସାଇଟରେ ସବୁଠାରୁ ନିର୍ଭରଯୋଗ୍ୟ ଓଡ଼ିଆ ଖବର ପଢ଼ନ୍ତୁ ।