ରାଜ୍ୟରେ ସବୁ ରେକର୍ଡ଼ ଭାଙ୍ଗିଲା କରୋନା: ୨୪ ଘଣ୍ଟାରେ ୫୬୧ ପଜିଟିଭ୍ ଚିହ୍ନଟ ହେଲେ; ୨ ମୃତ

ଦୁଇ ଜଣ ମୃତକ ଗଞ୍ଜାମ ଜିଲ୍ଲାର ବାସିନ୍ଦା ଥିଲେ। ଏଥି ସହ ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ୨୯କୁ ବୃଦ୍ଧି ପାଇଛି । କେବଳ ଗଞ୍ଜାମ ଜିଲ୍ଲାରେ କରୋନା ମୃତ୍ୟୁ ସଂଖ୍ୟା ୧୭ ହେଲାଣି । ଆଜିର ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ଗଞ୍ଜାମରୁ ସର୍ବାଧିକ ୨୮୩ ଜଣ ଚିହ୍ନଟ ହୋଇଛନ୍ତି ।

ରାଜ୍ୟରେ ସବୁ ରେକର୍ଡ଼ ଭାଙ୍ଗିଲା କରୋନା: ୨୪ ଘଣ୍ଟାରେ ୫୬୧ ପଜିଟିଭ୍ ଚିହ୍ନଟ ହେଲେ; ୨ ମୃତ
(ପ୍ରତୀକାତ୍ମକ ଛବି)
  • Share this:
  • Byline Facebook
  • Byline Twitter
  • Byline Linkedin
News18 Odia Digital

ଭୁବନେଶ୍ୱର: ରାଜ୍ୟରେ କରୋନା ଭାଇରସ୍‌ ସଂକ୍ରମଣ ସ୍ଥିତି ଦିନକୁ ଦିନ ବିଗିଡ଼ୀବାରେ ଲାଗିଛି । ଆଜି ଏହି କିଲର୍‌ ଭାଇରସ୍‌ ରାଜ୍ୟରେ ସବୁ ରେକର୍ଡ଼ ଭାଙ୍ଗିଛି । ଗତ ୨୪ ଘଣ୍ଟାରେ ରାଜ୍ୟରେ ୫୬୧ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଗୋଟିଏ ଦିନରେ ଏତେ ସଂଖ୍ୟାରେ କରୋନା ଆକ୍ରାନ୍ତ ଚିହ୍ନଟ ହେବା ଘଟଣା ରାଜ୍ୟରେ ପ୍ରଥମ । ତା’ ସହିତ ଗତ ୨୪ ଘଣ୍ଟାରେ ଦୁଇ ଜଣ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ବି ହୋଇଛି ।

ଦୁଇ ଜଣ ମୃତକ ଗଞ୍ଜାମ ଜିଲ୍ଲାର ବାସିନ୍ଦା ଥିଲେ। ପ୍ରଥମ ମୃତକ ଜଣେ ୬୬ ବର୍ଷୀୟ ପୁରୁଷ । ସେ ଉଚ୍ଚ ରକ୍ତଚାପରେ ପୀଡ଼ିତ ଥିଲେ । ଦ୍ୱିତୀୟ ମୃତକ ୪୦ ବର୍ଷୀୟ ପୁରୁଷ । ସେ ମଧୁମେୟ ରୋଗରେ ଆକ୍ରାନ୍ତ ଥିଲେ । ଏହି ଦୁଇଟି ମୃତ୍ୟୁ ସହ ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ୨୯କୁ ବୃଦ୍ଧି ପାଇଛି । ଗଞ୍ଜାମ ଜିଲ୍ଲାରେ କରୋନା ମୃତ୍ୟୁ ସଂଖ୍ୟା ୧୭କୁ ବୃଦ୍ଧି ପାଇଛି ।

ନୂଆ ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ସଙ୍ଗରୋଧ କେନ୍ଦ୍ରରୁ ୪୨୫ ଜଣ ଚିହ୍ନଟ ହୋଇଥିବା ବେଳେ ବାକି ୧୩୬ ଜଣ ସ୍ଥାନୀୟ ବାସିନ୍ଦା ବୋଲି ଜଣାପଡ଼ିଛି । ଗଞ୍ଜାମରୁ ସର୍ବାଧିକ ୨୮୩ ଜଣ, କଟକରୁ ୮୧ ଓ ରାୟଗଡ଼ାରୁ ୭୬ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଖୋର୍ଦ୍ଧାରୁ ୨୬, ବରଗଡ଼ରୁ ୨୧ ଓ ବଲାଙ୍ଗିରରୁ ୧୯ ଜଣ ଆକ୍ରାନ୍ତ ହୋଇଛନ୍ତି ।

ରାଜ୍ୟରେ କରୋନା ସଂକ୍ରମଣର ତାଜା ସ୍ଥିତିର ମ୍ୟାପ୍


ମୟୂରଭଞ୍ଜରୁ ୧୦, ସମ୍ବଲପୁରରୁ ୮, ଜଗତସିଂହପୁର ଓ କେନ୍ଦୁଝରରୁ ୬ ଜଣ ଲେଖାଏଁ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । କଳାହାଣ୍ଡିରୁ ୫, କୋରାପୁଟରୁ ୪, ଢେଙ୍କାନାଳ ଏବଂ ଯାଜପୁର ଓ ସୁନ୍ଦରଗଡ଼ରୁ ୩ ଜଣ ଲେଖାଏଁ ଚିହ୍ନଟ ହୋଇଛନ୍ତି । ଝାରସୁଗୁଡ଼ା ଓ କେନ୍ଦ୍ରାପଡ଼ାରୁ ୨ ଜଣ ଲେଖାଏଁ ଏବଂ ଭଦ୍ରକ ଓ ପୁରୀରୁ ଜଣେ ଲେଖାଏଁ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।

ଆହୁରି ଜଣେ NDRF ଯବାନଙ୍କୁ କରୋନା ସଂକ୍ରମଣ ହୋଇଥିବା ଜଣାପଡ଼ିଛି । ରାଜ୍ୟରେ ଏବେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୮,୧୦୬କୁ ବୃଦ୍ଧି ପାଇଛି । କେବଳ ଗଞ୍ଜାମ ଜିଲ୍ଲାରେ ଏ ଯାଏଁ ୧,୮୫୦ ଜଣ ଆକ୍ରାନ୍ତ ହୋଇଛନ୍ତି । ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ୫,୫୦୨ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ୨,୫୬୭ ଜଣ ଆକ୍ରାନ୍ତ ଚିକିତ୍ସିତ ହେଉଛନ୍ତି ।
First published: July 3, 2020, 2:13 PM IST
corona virus btn
corona virus btn
Loading