କଟକ-ଭୁବନେଶ୍ବରରେ ଆକ୍ରାନ୍ତ ସଂଖ୍ୟା ବଢ଼ୁଛି; ଅଧିକ ଆମ୍ବୁଲାନ୍ସ ଓ ICU ବେଡ଼ ବ୍ୟବସ୍ଥା ହେବ

ବ୍ରହ୍ମପୁର ମଡେଲ ଅନୁସରଣ କରିବାକୁ ପରାମର୍ଶ ଦେଇ CM ନବୀନ ପଟ୍ଟନାୟକ ଆଶା ପ୍ରକାଶ କରିଛନ୍ତି ଯେ ଆସନ୍ତା ସପ୍ତାହ ମଧ୍ୟରେ ସ୍ଥିତିରେ ଉନ୍ନତି ଆସିବ । ଏବେ ରାଜ୍ୟରେ ଆରୋଗ୍ୟ ହାର ୭୭.୮% ରହିଛି, ଯାହା ଜାତୀୟ ହାର ଠାରୁ ସାମାନ୍ୟ ଅଧିକ।

କଟକ-ଭୁବନେଶ୍ବରରେ ଆକ୍ରାନ୍ତ ସଂଖ୍ୟା ବଢ଼ୁଛି; ଅଧିକ ଆମ୍ବୁଲାନ୍ସ ଓ ICU ବେଡ଼ ବ୍ୟବସ୍ଥା ହେବ
ସମୀକ୍ଷା ବୈଠକରେ ନବୀନ ପଟ୍ଟନାୟକ ଓ ୫ଟି ସଚିବ ଭି.କେ. ପାଣ୍ଡିଆନ୍
  • News18 Odia
  • Last Updated: September 9, 2020, 10:29 PM IST
  • Share this:
  • Byline Facebook
  • Byline Twitter
  • Byline Linkedin
News18 Odia Digital

ଭୁବନେଶ୍ୱର: ରାଜ୍ୟରେ ହୁ ହୁ ହୋଇ ବଢ଼ୁଛି କୋଭିଡ ସଂକ୍ରମଣ। ପ୍ରତି ଦିନ ୩,୦୦୦ ପାର କରୁଛି ଆକ୍ରାନ୍ତଙ୍କ ସଂଖ୍ୟା। ଆଜି ରାଜ୍ୟରେ ନୂଆ ୩,୭୪୮ ଜଣ ଆକ୍ରାନ୍ତଙ୍କ ସହ ସହ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧ ଲକ୍ଷ ୩୫ ହଜାର ୧୩୦ ରେ ପହଞ୍ଚିଛି। ସବୁ ଠୁ ଅଧିକ ଟେନସନ ଦେଉଛି ଖୋର୍ଦ୍ଧା ଓ କଟକ ।

ଗତ କିଛି ଦିନ ହେବ ଖୋର୍ଦ୍ଧାରେ ସର୍ବାଧିକ ଆକ୍ରାନ୍ତ ବାହାରୁଥିବା ବେଳେ କଟକରୁ ଦ୍ୱିତୀୟ ସର୍ବାଧିକ ସଂଖ୍ୟା ବାହାରୁଛନ୍ତି। ବର୍ତ୍ତମାନ ଖୋର୍ଦ୍ଧା ଜିଲ୍ଲାରେ ୨୩,୩୩୨ ଜଣ ଆକ୍ରାନ୍ତ ଥିବା ବେଳେ କଟକରେ ୧୧,୫୧୯ ଜଣ ପଜିଟିଭ  ଚିହ୍ନଟ ହୋଇଛନ୍ତି। ଆଜି କୋଭିଡ ସ୍ଥିତିର ସମୀକ୍ଷା କରି ଏହି ଦୁଇ ଜିଲ୍ଲାରେ ପଜିଟିଭ ସଂଖ୍ୟା ଅଧିକ ଥିବାରୁ ସ୍ବାସ୍ଥ୍ୟ ଭିତ୍ତିଭୂମିକୁ ସୁଦୃଢ କରିବା ସହ ସଚେତନତା କାର୍ଯ୍ୟକ୍ରମ ଓ କୋଭିଡ ନିୟମାବଳୀର କଡାକଡି ପାଳନ ଉପରେ ଗୁରୁତ୍ବ ଆରୋପ କରିଛନ୍ତି ମୁଖ୍ୟ ମନ୍ତ୍ରୀ ନବୀନ ପଟ୍ଟନାୟକ ।

ପରିସ୍ଥିତିକୁ ଦୃଷ୍ଟିରେ ରଖି କଟକ ଓ ଭୁବନେଶ୍ବରରେ ଗୁରୁତର ରୋଗୀମାନଙ୍କ ପାଇଁ ଅଧିକ ଆଇସିୟୁ ବେଡ୍‌ ବ୍ୟବସ୍ଥା ପାଇଁ ମୁଖ୍ୟ ମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି । ଏହି ଦୁଇ ସହରରେ ଅଧିକ ଆମ୍ବୁଲାନ୍‌ସ ମୁତୟନ କରିବା ପାଇଁ ମଧ୍ୟ ସେ ନିର୍ଦ୍ଦେଶ ଦେଇଛନ୍ତି । ଆଗାମୀ ସପ୍ତାହରେ ଭୁବନେଶ୍ବର ଓ କଟକରେ ପରିସ୍ଥିତିରେ ଉନ୍ନତି ଆସିବ ବୋଲି ଆଶା ପ୍ରକଟ କରିଛନ୍ତି ମୁଖ୍ୟ ମନ୍ତ୍ରୀ।

କଟକ ଓ ଭୁବନେଶ୍ୱର ବିଷୟରେ ଆୟୋଜିତ ସମୀକ୍ଷା ବୈଠକରେ ବରିଷ୍ଠ ଅଧିକାରୀମାନେ


କୋଭିଡକୁ ନିୟନ୍ତ୍ରଣ କରିବାରେ ସାମାଜିକ ଦୂରତା, ମାସ୍କ ପିନ୍ଧିବା ଓ ସର୍ବସାଧାରଣ ସ୍ଥାନରେ ଛେପ ନ ପକାଇବା ଅତ୍ୟନ୍ତ ଗୁରୁତ୍ବପୂର୍ଣ୍ଣ । ବର୍ତ୍ତମାନ ସମୟରେ କିଛି ଛୋଟ ଦୋକାନୀ ଓ ଉଠା ଦୋକାନୀ କୋଭିଡ ନିୟମାବଳୀ ଉଲ୍ଲଙ୍ଘନ କରୁଥିବା ନଜରକୁ ଆସୁଥିବାରୁ ମୁଖ୍ୟ ମନ୍ତ୍ରୀ ଉଦବେଗ ପ୍ରକାଶ କରିବା ସହିତ ପୋଲିସ, ସ୍ବାସ୍ଥ୍ୟ ବିଭାଗ ଓ ପୌର ସଂସ୍ଥା ପରସ୍ପର ସହ ସମନ୍ବୟ ରଖି ନିୟମାବଳୀ କଡ଼ାକଡ଼ି ପାଳନ ପାଇଁ ପଦକ୍ଷେପ ନେବାକୁ ସେ ପରାମର୍ଶ ଦେଇଛନ୍ତି । ଅନେକ ଲୋକ ନିୟମାବଳୀ ଠିକ୍‌ ଭାବରେ ପାଳନ କରୁଥିବା ବେଳେ କିଛି ଲୋକଙ୍କ ତ୍ରୁଟି ଯୋଗୁ ସଂକ୍ରମଣ ବ୍ୟାପୁଥିବାରୁ ଏହାକୁ କଦାପି ବରଦାସ୍ତ କରାଯାଇପାରିବ ନାହିଁ ବୋଲି ମୁଖ୍ୟ ମନ୍ତ୍ରୀ କହିଛନ୍ତି ।

ରାଜ୍ୟରେ କୋଭିଡରୁ ଆରୋଗ୍ୟ ଲାଭ କରିଥିବା ରୋଗୀଙ୍କ ସଂଖ୍ୟା ୧ ଲକ୍ଷ ଟପି ଥିବାରୁ ମୁଖ୍ୟ ମନ୍ତ୍ରୀ ଡାକ୍ତର ଓ ସ୍ବାସ୍ଥ୍ୟ କର୍ମୀମାନଙ୍କୁ ଅଭିନନ୍ଦନ ଜଣାଇଛନ୍ତି।ଗଞ୍ଜାମ, ସୁନ୍ଦରଗଡ, ଗଜପତି ଓ କୋରାପୁଟରେ କୋଭିଡ ସ୍ଥିତିରେ ଉନ୍ନତି ଆସିଥିବାରୁ ମୁଖ୍ୟ ମନ୍ତ୍ରୀ ସନ୍ତୋଷ ପ୍ରକାଶ କରିଛନ୍ତି ।

ବ୍ରହ୍ମପୁର ମଡେଲ ଅନୁସରଣ କରିବା ପାଇଁ କଟକ-ଭୁବନେଶ୍ବର ପୌର ପ୍ରଶାସନ ସମେତ ଯାଜପୁର, ବରଗଡ, ଖୋର୍ଦ୍ଧା ଓ କଟକ ଜିଲ୍ଲାପାଳ ମାନଙ୍କୁ ସେ ପରାମର୍ଶ ଦେଇଛନ୍ତି । ଯେଉଁ ଜିଲ୍ଲାରେ କୋଭିଡ ସ୍ଥିତିରେ ଉନ୍ନତି ଆସିଛି ସେଠାରେ ପରିସ୍ଥିତିକୁ ଦୃଷ୍ଟିରେ ରଖି ଜିଲ୍ଲାପାଳମାନେ ଟିଏମସି, କୋଭିଡ କେଆର ସେଣ୍ଟର ଓ କୋଭିଡ କେଆର ହୋମ ବନ୍ଦ କରିବା ପାଇଁ ନିଷ୍ପତ୍ତି ନେଇପାରିବେ ବୋଲି ମୁଖ୍ୟ ମନ୍ତ୍ରୀ କହିଛନ୍ତି ।

ଏହି ବି ପଢ଼ନ୍ତୁ ଏଣିକି ଟ୍ରେନ୍ ଭିତରେ ଭିକ ମାଗିଲେ ଓ ସିଗାରେଟ୍ ଟାଣିଲେ ଜେଲ୍ ଦଣ୍ଡ ହେବ ନାହିଁ; ବଦଳୁଛି ନିୟମ

ଏହି ବି ପଢ଼ନ୍ତୁ ଭାରତକୁ ମିଳିଲା ଆମେରିକା ସମେତ ୪ଟି ବଡ଼ ଦେଶର ସମର୍ଥନ; ଚୀନରୁ ଭାରତ ଆସିଲା Apple ର ୮ଟି କାରଖାନା

ଘରୋଇ ଡାକ୍ତରଖାନାରେ କୋଭିଡ ରୋଗୀଙ୍କ ପାଇଁ ଅଧିକ ଶଯ୍ୟା ସଂରକ୍ଷିତ ରଖିବା, ଡାକ୍ତରଖାନାଗୁଡ଼ିକରେ ଗୁଣାତ୍ମକ ସେବା ଯୋଗାଇବା ଓ ଗୃହ ସଙ୍ଗରୋଧରେ ଥିବା ରୋଗୀମାନଙ୍କ ଚିକିତ୍ସା ତଦାରଖ କରିବା, ଗୋଷ୍ଠୀକୁ ସାଥିରେ ନେଇ ବିଭିନ୍ନ ଜୋନଭିତ୍ତିକ ତଦାରଖ କରିବା ପାଇଁ ମୁଖ୍ୟ ମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି । ବିଭିନ୍ନ ସରକାରୀ କର୍ମଚାରୀମାନେ ସଂକ୍ରମିତ ହେଉଥିବା ଖବରରେ ମୁଖ୍ୟ ମନ୍ତ୍ରୀ ଉଦବେଗ ପ୍ରକାଶ କରିବା ସହିତ ସରକାରୀ ଅଫିସରେ କୋଭିଡ ନିୟମାବଳୀକୁ ଆହୁରି କଡ଼ାକଡ଼ି ପାଳନ କରିବାପାଇଁ ପରାମର୍ଶ ଦେଇଛନ୍ତି ।



ହଟସ୍ପଟ ଜିଲ୍ଲାକୁ ଅଧିକ ଡାକ୍ତର ଓ ପ୍ରଶାସନିକ ଅଧିକାରୀ ପଠାଯିବ ବୋଲି ମୁଖ୍ୟ ଶାସନ ସଚିବ ଅସିତ କୁମାର ତ୍ରିପାଠୀ ସୂଚନା ଦେଇଛନ୍ତି । କୋଭିଡ ପରିଚାଳନା ସମ୍ପର୍କରେ ସୂଚନା ଦେଇ ସ୍ବାସ୍ଥ୍ୟ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ କହିଛନ୍ତି, ‘‘ବର୍ତ୍ତମାନ ରାଜ୍ୟରେ ଆରୋଗ୍ୟ ହାର ୭୭.୮ ପ୍ରତିଶତ ରହିଛି, ଯାହାକି ଜାତୀୟ ହାର ଠାରୁ ସାମାନ୍ୟ ଅଧିକ। ସେହି ପରି ମୃତ୍ୟୁ ହାର ସାରା ଦେଶରେ ସର୍ବନିମ୍ନ ରହିଛି । ଏହା ୦.୪୩ ପ୍ରତିଶତ । ଗୁରୁତର ରୋଗୀଙ୍କ ପାଇଁ ଷ୍ଟେପଡାଉନ ଆଇସିୟୁ ସୁବିଧା କରାଯିବ ।’’
Published by: Anand Shankar Thankur Das
First published: September 9, 2020, 10:29 PM IST
corona virus btn
corona virus btn
Loading