News18 Odia Digital
ଭୁବନେଶ୍ୱର: ରାଜ୍ୟରେ ଗୋଟିଏ ଦିନରେ ରେକର୍ଡ଼ ୧୪ ଜଣ ଆକ୍ରାନ୍ତଙ୍କ ଜୀବନ ନେଇଛି କରୋନା ଭାଇରସ୍ । ଏଥି ସହ ମୃତ୍ୟୁ ସଂଖ୍ୟା ୨୮୬ ରେ ପହଞ୍ଚିଛି । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ୨୯ଟି ଜିଲ୍ଲାରୁ ଆଉ ୧,୫୨୮ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି, ଯାହା ଗୋଟିଏ ଦିନର ସର୍ବାଧିକ ।
ଚଉଦ ଜଣଙ୍କ ମୃତକଙ୍କ ମଧ୍ୟରେ ଗଞ୍ଜାମରୁ ଛଅ ଜଣ, ଖୋର୍ଦ୍ଧା ଓ ନୟାଗଡ଼ରୁ ତିନି ଜଣ ଲେଖାଏଁ ବାସିନ୍ଦା ଅଛନ୍ତି। ରାୟଗଡ଼ା ଓ ସୁନ୍ଦରଗଡ଼ରୁ ଜଣେ ଲେଖାଏଁ ବାସିନ୍ଦା ଅଛନ୍ତି ବୋଲି ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ମିଳିଛି। ଗଞ୍ଜାମରେ ମୋଟ କରୋନା ମୃତ୍ୟୁ ସଂଖ୍ୟା ୧୩୭କୁ ବୃଦ୍ଧି ପାଇଛି । ଗଞ୍ଜାମ ଜିଲ୍ଲାରେ ୬ ଜଣ ମୃତକ ମଧ୍ୟରୁ ଜଣେ ୭୦ ବର୍ଷୀୟା ମହିଳା ଓ ଅନ୍ୟ ପାଞ୍ଚ ଜଣ (୮୫, ୬୫,୫୦, ୫୫ , ୫୦) ବର୍ଷୀୟ ପୁରୁଷ । ୭୦ ବର୍ଷୀୟା ମହିଳା ଓ ୫୫ ବର୍ଷୀୟ ପୁରୁଷ ପୂର୍ବରୁ ମଧୁମେହ ରୋଗରେ ପୀଡ଼ିତ ଥିଲେ। ଦୁଇଜଣ ୫୦ ବର୍ଷୀୟ ପୁରୁଷ ପୂର୍ବରୁ କ୍ରୋନିକ କୀଡୀନି ରୋଗରେ ପୀଡ଼ିତ ଥିଲାବେଳେ ୮୫ ଓ ୬୫ ବର୍ଷୀୟ ପୁରୁଷଙ୍କ ପୂର୍ବରୁ କୌଣସି ରୋଗ ନ ଥିବା ସ୍ୱାସ୍ଥ୍ୟ ବିଭାଗ ତରଫରୁ ସୂଚନା ମିଳିଛି।

ରାଜ୍ୟରେ କରୋନା ସଂକ୍ରମଣର ତାଜା ସ୍ଥିତିର ମ୍ୟାପ୍
ଖୋର୍ଦ୍ଧା ଜିଲ୍ଲାରେ ୩ ଜଣ ମୃତକ ମଧ୍ୟରୁ ୮୪, ୮୨ ଓ ୬୯ ବର୍ଷୀୟ ପୁରୁଷ ଅଛନ୍ତି । ୮୪ ବର୍ଷୀୟ ପୁରୁଷଙ୍କୁ ପୂର୍ବରୁ କୌଣସି ରୋଗ ନ ଥିବା ବେଳେ ୮୨ ବର୍ଷୀୟ ମଧୁମେହ ଓ ଉଚ୍ଚ ରକ୍ତଚାପ ରୋଗରେ ପୀଡ଼ିତ ଥିଲେ ଓ ୬୯ ବର୍ଷୀୟ ପୁରୁଷ କ୍ରୋନିକ କୀଡୀନି ରୋଗରେ ପୀଡ଼ିତ ଥିଲେ। ନୟାଗଡ଼ ଜିଲ୍ଲାରେ ୩ ଜଣ ମୃତକ ମଧ୍ୟରୁ ୩୦, ୩୪ ଓ ୭୮ ବର୍ଷୀୟ ପୁରୁଷ ଅଛନ୍ତି। ୩୦ ବର୍ଷୀୟ ପୁରୁଷ କ୍ରୋନିକ କୀଡୀନି ରୋଗରେ ପୀଡ଼ିତ ଥିଲାବେଳେ ୩୪ ଓ ୭୮ ବର୍ଷୀୟ ପୁରୁଷ ପୂର୍ବରୁ କୌଣସି ରୋଗରେ ପୀଡିତ ନଥିଲେ। ରାୟଗଡ଼ା ଜିଲ୍ଲାର ମୃତକ ଜଣେ ୪୬ ବର୍ଷୀୟ ପୁରୁଷ ଓ ସେ ମଧୁମେହ ଓ ଉକ୍ତ ରକ୍ତଚାପ ରୋଗରେ ପୀଡ଼ିତ ଥିଲେ। ସୁନ୍ଦରଗଡ଼ ଜିଲ୍ଲାର ମୃତକ ଜଣେ ୭୨ ବର୍ଷୀୟ ପୁରୁଷ ଓ ସେ ପୂର୍ବରୁ ମଧୁମେହ ରୋଗରେ ପୀଡ଼ିତ ଥିଲେ ବୋଲି ସ୍ୱାସ୍ଥ୍ୟ ବିଭାଗ ତରଫରୁ ସୂଚନା ଦିଆ ଯାଇଛି।
ନୂଆ ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ସଙ୍ଗରୋଧ କେନ୍ଦ୍ରରୁ ୯୪୮ ଜଣ ଅଛନ୍ତି । ବାକି ୫୮୦ଜଣ ଆକ୍ରାନ୍ତ ସ୍ଥାନୀୟ ବାସିନ୍ଦା। ଏହାକୁ ମିଶାଇ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୪୭,୪୫୫ କୁ ବୃଦ୍ଧି ପାଇଛି।
ଗଞ୍ଜାମରୁ ଆଜି ସର୍ବାଧିକ ୨୩୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଖୋର୍ଦ୍ଧାରୁ ୨୧୮ଜଣ, ସମ୍ବଲପୁରରୁ ୧୬୮ ଜଣ, ସୁନ୍ଦରଗଡ଼ରୁ ୧୨୬ ଜଣ, ଢେଙ୍କାନାଳରୁ ୧୦୭ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଅନୁଗୁଳରୁ ୮, ବାଲେଶ୍ୱରରୁ ୪୩, ବରଗଡ଼ରୁ ୧୦, ଭଦ୍ରକରୁ ୭୦, ବଲାଙ୍ଗୀରରୁ ୫୯, ବୌଦ୍ଧରୁ ୭,କଟକରୁ ୭୨, ଗଜପତିରୁ ୩୧, ଜଗତସିଂହପୁରରୁ ୨୨, ଯାଜପୁରରୁ ୩୩, ଝାରସୁଗୁଡ଼ାରୁ ୯, କଳାହାଣ୍ଡିରୁ ୩୧, କନ୍ଧମାଳରୁ ୧୭, କେନ୍ଦ୍ରପଡ଼ାରୁ ୧୭, କେନ୍ଦୁଝରରୁ ୫, କୋରାପୁଟରୁ ୬୭, ମାଲକାନିଗିରିରୁ ୩୮, ମୟୂରଭଞ୍ଜରୁ ୨୨, ନବରଙ୍ଗପୁରରୁ ୨୩, ନୟାଗଡ଼ରୁ ୩୨, ନୂଆପଡ଼ାରୁ ୨, ପୁରୀରୁ ୨୬, ରାୟଗଡ଼ାରୁ ୨୭, ସୋନପୁର ୫ଜଣ ଲେଖାଏଁ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।
ଏହା ବି ପଢ଼ନ୍ତୁ | Watch: କୁନି ଶିଶୁ ‘ଖଇକେ ପାନ୍ ବନାରସ୍ ୱାଲା’ ଗୀତରେ ନାଚିଲା; ଅମିତାଭ୍ ବଚ୍ଚନ ଭିଡିଓ ସେୟାର କଲେଏହା ବି ପଢ଼ନ୍ତୁ | ସୁଶାନ୍ତ ସିଂ ମୃତ୍ୟୁ: ରିୟାଙ୍କ ଭାଇ ସୌଭିକଙ୍କୁ EDର ମାରାଥନ୍ ଜେରା; ଆଜି ପୁଣି ରିୟାଙ୍କ ଜେରା ହେବଓଡ଼ିଶାରେ କରୋନା ଭାଇରସ୍ ସଂକ୍ରମଣ ତୀବ୍ର ଗତିରେ ବଢ଼ିଚାଲିଛି । ଏ ପର୍ଯ୍ୟନ୍ତ ରାଜ୍ୟରେ ୩୧,୭୮୪ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ବର୍ତ୍ତମାନ ୧୫,୩୩୪ ଜଣ ଆକ୍ରାନ୍ତ ବିଭିନ୍ନ କୋଭିଡ଼ ହସପିଟାଲରେ ଚିକିତ୍ସାଧୀନ ଅଛନ୍ତି ।
ରାଜ୍ୟରେ ଚଳିତ ମାସରେ କରେନା ପଜିଟିଭଙ୍କ ସଂଖ୍ୟା ଦୃତ ଗତିରେ ବଢ଼ିଚାଲିଥିବା ବେଳେ ମୃତ୍ୟୁ ସଂଖ୍ୟା ମଧ୍ୟ ବୃଦ୍ଧି ପାଇଛି । ଗତ ୨ ସପ୍ତାହରେ ଦ୍ୱିଗୁଣିତ ହୋଇଛି ଆକ୍ରାନ୍ତ ସଂଖ୍ୟା। ଏହା ପ୍ରଶାସନ ପାଇଁ ବଡ଼ ଚିନ୍ତାର କାରଣ ହୋଇଛି ।
ନ୍ୟୁଜ୍ ୧୮ ଓଡ଼ିଆରେ ବ୍ରେକିଙ୍ଗ୍ ନ୍ୟୁଜ୍ ପଢ଼ିବାରେ ପ୍ରଥମ ହୁଅନ୍ତୁ| ଆଜିର ସର୍ବଶେଷ ଖବର, ଲାଇଭ୍ ନ୍ୟୁଜ୍ ଅପଡେଟ୍, ନ୍ୟୁଜ୍ ୧୮ ଓଡ଼ିଆ ୱେବସାଇଟରେ ସବୁଠାରୁ ନିର୍ଭରଯୋଗ୍ୟ ଓଡ଼ିଆ ଖବର ପଢ଼ନ୍ତୁ ।