News18 Odia Digital
ଭୁବନେଶ୍ୱର: ରାଜ୍ୟରେ କରୋନା ଭାଇରସ୍ ବିରୋଧରେ ଚାଲିଥିବା ଲଢ଼େଇରେ ଆଜି ପୁଣି ଦୁଃଖଦ ଖବର ଆସିଛି । ଆହୁରି ୧୩୦ ଜଣ କରୋନା ଭାଇରସ୍ ପଜିଟିଭ୍ ବ୍ୟକ୍ତି ଚିହ୍ନଟ ହୋଇଛନ୍ତି ଓ ଆଉ ଜଣେ କରୋନା ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି ।
ଖୋର୍ଦ୍ଧା ଜିଲ୍ଲାର ବାସିନ୍ଦା ୬୩ ବର୍ଷୀୟ ଜଣେ ବ୍ୟକ୍ତିଙ୍କ କରୋନା ସଂକ୍ରମଣରେ ମୃତ୍ୟୁ ହୋଇଛି । ତାଙ୍କ ଠାରେ କରୋନା ସଂକ୍ରମଣ ଚିହ୍ନଟ ହେବା ପରେ ତାଙ୍କୁ ଚିକିତ୍ସା କରାଯାଉଥିଲା । ତା’ ଛଡ଼ା ସେ ଅନ୍ୟ କେତେକ ରୋଗରେ ପୀଡ଼ିତ ଥିଲେ । ଏହି ମୃତ୍ୟୁକୁ ମିଶାଇ ରାଜ୍ୟରେ କରୋନାରେ ମୃତ୍ୟୁ ସଂଖ୍ୟା ୮ରେ ପହଞ୍ଚିଛି ।
ଆଜିର ନୂଆ ୧୩୦ ଜଣ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୨,୬୦୮କୁ ବୃଦ୍ଧି ପାଇଛି । ଆଜି କଟକରୁ ସର୍ବାଧିକ ୨୩ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେହି ପରି ମୟୂରଭଞ୍ଜ ଓ ଖୋର୍ଦ୍ଧାରୁ ଆଜି ୨୨ ଜଣ ଲେଖାଏଁ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଗଞ୍ଜାମରୁ ୧୨, ସୁନ୍ଦରଗଡ଼ ଓ ଗଜପତିରୁ ୭ ଲେଖାଏଁ ଓ କୋରାପୁଟରୁ ୬ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।

ରାଜ୍ୟରେ କରୋନା ସଂକ୍ରମଣର ତାଜା ସ୍ଥିତିର ମ୍ୟାପ୍
ବରଗଡ଼ ଓ ଭଦ୍ରକରେ ୪ ଜଣ ଲେଖାଏଁ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଯାଜପୁର ଓ ବଲାଙ୍ଗିରରୁ ୩ ଜଣ ଲେଖାଏଁ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । କନ୍ଧମାଳ ଓ କଳାହାଣ୍ଡିରୁ ୩ ଜଣ ଲେଖାଏଁ ଆଉ ଢେଙ୍କାନାଳ, କେନ୍ଦୁଝର ଓ କେନ୍ଦ୍ରାପଡ଼ାରୁ ୨ ଜଣ ଲେଖାଏଁ ସଂକ୍ରମିତ ବାହାରିଛନ୍ତି । ପୁରୀ, ରାୟଗଡ଼ା, ଜଗତସିଂହପୁର, ଅନୁଗୁଳ ଓ ସୁବର୍ଣ୍ଣପୁରରୁ ଜଣେ ଲେଖାଏଁ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।
ଆଜି ଚିହ୍ନଟ ହୋଇଥିବା ୧୩୦ ଜଣ ଆକ୍ରାନ୍ତଙ୍କ ମଧ୍ୟରୁ ସଙ୍ଗରୋଧ କେନ୍ଦ୍ରରୁ ୧୨୪ ଜଣ ଓ ସ୍ଥାନୀୟ ଅଞ୍ଚଳରୁ ୬ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ବୋଲି ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ସୂଚନା ଦେଇଛି ।
ଚୀନ୍ ବିଷୟରେ ଆପଣଙ୍କ ମତ କଣ? ଦୟାକରି ଦୁଇ ମିନିଟ ସମୟ ଦେଇ ଏହି ସର୍ଭେରେ ଭାଗ ନିଅନ୍ତୁ ।
ଏହା ବି ପଢ଼ନ୍ତୁ:
ପତ୍ନୀ ହେବ ତ ଏମିତି! ପତି ପେଟ୍ରୋଲରେ ଜଳେଇବାକୁ ଆସିଥିଲା, ନିଜେ ଜଳିଗଲା; ପତ୍ନୀ ତାକୁ ବଞ୍ଚାଇଲା
ନୂଆ ନିୟମ ଯୋଗୁଁ ଅମିତାଭ ବଚ୍ଚନଙ୍କ ହାତରୁ ଯିବ ୫ଟି ଫିଲ୍ମ? କୋଟି କୋଟି ଟଙ୍କାର କ୍ଷତି ହେବ!
ଇଂଲଣ୍ଡରେ ଏଣିକି ସାଙ୍ଗରେ ରହୁଥିବା ଲୋକ ବ୍ୟତୀତ ଆଉ କାହା ସହ ଯୌନ ସମ୍ପର୍କ ବେଆଇନ୍
କରୀନା କପୁର ଖାନ୍ ଓ ଅମୃତା ଆରୋରାଙ୍କ ୨୦ ବର୍ଷ ତଳର ଫଟୋ ଭାଇରାଲ୍ ହେଉଛି
ହ୍ରିତିକ ରୋଶନଙ୍କ ଭଉଣୀ ବଲିଉଡରେ ଡେବ୍ୟୁ କରୁଛନ୍ତି; ଅଭିନେତା କହିଲେ: ‘ତୁମ ପାଇଁ ଗର୍ବିତ’
ଅଭିନେତ୍ରୀ ପୂଜା ହେଗଡ଼େଙ୍କ ଇନଷ୍ଟାଗ୍ରାମ୍ ଆକାଉଣ୍ଟ ହ୍ୟାକ୍ ହେଲା; ରାତି ଅଧରେ ଟ୍ୱିଟ୍ କଲେ
ଭାରତ ଓ ଚୀନ୍ ମଧ୍ୟରେ ଆମେରିକା ମଧ୍ୟସ୍ଥତା କରିବ ବୋଲି ଟ୍ରମ୍ପ୍ ପ୍ରସ୍ତାବ ଦେଲେ
‘ପାତାଲ୍ ଲୋକ୍’ରେ ‘‘ଲିଙ୍ଗଭେଦ ମନ୍ତବ୍ୟ’’ ପାଇଁ ଅନୁଷ୍କା ଶର୍ମାଙ୍କ ବିରୋଧରେ ଅଭିଯୋଗ
ଇମ୍ରାନ ହାଶମୀଙ୍କୁ ଚୁମା ଦେଉଥିବା ବେଳେ ଏହି ଅଭିନେତ୍ରୀ ନିଜ ମମି ପାପାଙ୍କୁ ମନେ ପକାଉଥିଲେ
ମାତ୍ର ୪ ଦିନର ପୋଷାକ ସହିତ ଆବୁଧାବିରେ ୨ ମାସ ହେଲା ଅଟକି ରହିଛନ୍ତି ଅଭିନେତ୍ରୀ ମଉନି ରାୟ
ଭାରତ ଓ ନେପାଳ ମଧ୍ୟରେ ମାନଚିତ୍ରକୁ ନେଇ ବିବାଦ; ମନୀଷା କୋଇରାଲା ନେପାଳକୁ ସମର୍ଥନ କଲେ
ଅର୍ଦ୍ଧ-ଉନ୍ମୁକ୍ତ ବକ୍ଷ; ଏକ ବ୍ଲାକ୍-ଆଣ୍ଡ୍-ହ୍ୱାଇଟ୍ ଫଟୋସୁଟରେ ସୁପର୍ ହଟ୍ କଙ୍ଗନା ରାଣାୱତ୍
ସନ୍ନି ଲିଓନଙ୍କ ଡ୍ରିମ୍ କାର୍ ହେଉଛି ଅଟୋମେଟିକ୍ ଗିଅର୍ ଥିବା ଗୋଲାପୀ ରଙ୍ଗର ଆମ୍ବାସାଡର୍
ଇଏ ମାଲକାନଗିରିର ବିଶାଖା; ତା’ ପତି ସାଇକେଲରେ ଚେନ୍ନାଇରୁ ଘରକୁ ଫେରିବା ବାଟରେ ମରିଗଲା
କରୋନା ସଂକ୍ରମିତର ଶବକୁ ଅଧା ଜଳେଇ ଛାଡ଼ିଗଲେ ଲୋକେ; କୁଆ ଓ କୁକୁର ଟାଣି ଖାଇଲେ
କରୋନା ଭାଇରସ୍ ସଙ୍କଟ ଉପରେ ୬୧ଟି ଦେଶର ତଦନ୍ତ ପ୍ରୟାସରେ ଭାରତ ଯୋଗ ଦେଲା
୧୫ ଜୁନ୍ ପାଖାପାଖି ସପିଂ ମଲ୍ ଓ ସିନେମା ହଲ୍ ଖୋଲିପାରେ; ଲାଗୁ ହେବ ଏହି ନୂଆ ନିୟମନ୍ୟୁଜ୍ ୧୮ ଓଡ଼ିଆରେ ବ୍ରେକିଙ୍ଗ୍ ନ୍ୟୁଜ୍ ପଢ଼ିବାରେ ପ୍ରଥମ ହୁଅନ୍ତୁ| ଆଜିର ସର୍ବଶେଷ ଖବର, ଲାଇଭ୍ ନ୍ୟୁଜ୍ ଅପଡେଟ୍, ନ୍ୟୁଜ୍ ୧୮ ଓଡ଼ିଆ ୱେବସାଇଟରେ ସବୁଠାରୁ ନିର୍ଭରଯୋଗ୍ୟ ଓଡ଼ିଆ ଖବର ପଢ଼ନ୍ତୁ ।