ରାଜ୍ୟରେ କରୋନା ନେଲା ଆଉ ଏକ ମୁଣ୍ଡ; ଆହୁରି ୭୫ ଜଣ ଆକ୍ରାନ୍ତ ଚିହ୍ନଟ ହେଲେ

ମୃତ୍ୟୁ ବରଣ କରିଥିବା ଗଞ୍ଜାମ ଜିଲ୍ଲାର ଏହି ବ୍ୟକ୍ତି ଯକ୍ଷ୍ମା ସହ ଅନ୍ୟ ରୋଗରେ ବି ପୀଡ଼ିତ ଥିଲେ । ଆଜି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ୭୨ ଜଣ କ୍ବାରେଣ୍ଟାଇନ ସେଣ୍ଟରରେ ଥିଲେ । ବାକି ୩ ଆକ୍ରାନ୍ତ ସ୍ଥାନୀୟ ଅଞ୍ଚଳରୁ ମିଳିଛନ୍ତି ।

(ପ୍ରତୀକାତ୍ମକ ଛବି)

(ପ୍ରତୀକାତ୍ମକ ଛବି)

  • Share this:
News18 Odia Digital

ଭୁବନେଶ୍ୱର: ରାଜ୍ୟରେ ଆଉ ଜଣେ କରୋନା ଭାଇରସ୍‌ ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି । ଗଞ୍ଜାମ ଜିଲ୍ଲାର ଏହି ୫୫ ବର୍ଷୀୟ ବ୍ୟକ୍ତିଙ୍କ ମୃତ୍ୟୁକୁ ମିଶାଇ ଗଞ୍ଜାମରେ ମୃତ୍ୟୁ ସଂଖ୍ୟା ୪ରେ ପହଞ୍ଚିଛି ଓ ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ୯କୁ ବୃଦ୍ଧି ପାଇଛି । ଗଞ୍ଜାମର ଏହି ବ୍ୟକ୍ତି ଜଣକ ଯକ୍ଷ୍ମା ସହ ଅନ୍ୟ ରୋଗରେ ବି ପୀଡ଼ିତ ଥିଲେ ।

ରାଜ୍ୟରେ ଆଜି ଆହୁରି ୭୫ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୨,୮୫୬କୁ ବୃଦ୍ଧି ପାଇଛି । ଆଜି ଖୋର୍ଦ୍ଧା ଓ ସୁନ୍ଦରଗଡ଼ରୁ ସର୍ବାଧିକ ୧୮ ଜଣ ଲେଖାଏଁ ପଜିଟିଭ ଚିହ୍ନଟ ହୋଇଛନ୍ତି । ଯାଜପୁରରୁ ୭, କଟକ ଓ ବଲାଙ୍ଗିରରୁ ୫ ଜଣ ଲେଖାଏଁ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ନୟାଗଡ଼ରୁ ୪, କେନ୍ଦ୍ରାପଡ଼ା ଓ ସୋନପୁରରୁ ୩ ଜଣ ଲେଖାଏଁ, ଜଗତସିଂହପୁର, କୋରାପୁଟ, ଅନୁଗୁଳ ଓ ଢେଙ୍କାନାଳରୁ ୨ ଜଣ ଲେଖାଏଁ ପଜିଟିଭ ଚିହ୍ନଟ ହୋଇଛନ୍ତି ।

କେନ୍ଦୁଝର, ଗଞ୍ଜାମ, ପୁରୀ ଓ ନୟାଗଡ଼ରୁ ଜଣେ ଲେଖାଏଁ କୋରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଆଜି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ୭୨ ଜଣ କ୍ବାରେଣ୍ଟାଇନ ସେଣ୍ଟରରୁ ମିଳିଥିବା ବେଳେ ସ୍ଥାନୀୟ ଅଞ୍ଚଳରୁ ୩ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ମୋଟ ୧,୧୨୯ ଜଣ କରୋନା ଆକ୍ରାନ୍ତ ଚିକିତ୍ସାଧୀନ ଥିବା ବେଳେ ଏ ପର୍ଯ୍ୟନ୍ତ ୧,୭୧୬ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି ।

ରାଜ୍ୟରେ କରୋନା ସଂକ୍ରମଣର ତାଜା ସ୍ଥିତିର ମ୍ୟାପ୍


ସୁନ୍ଦରଗଡ଼ ଜିଲ୍ଲାରୁ ଚିହ୍ନଟ ହୋଇଥିବା ୧୮ ଜଣ ନୂଆ ପଜିଟିଭଙ୍କ ମଧ୍ୟରୁ ସଙ୍ଗରୋଧ କେନ୍ଦ୍ରରୁ ଅଛନ୍ତି ୧୬ ଜଣ ଓ ସ୍ଥାନୀୟ ଅଞ୍ଚଳରୁ ଅଛନ୍ତି ୨ ଜଣ ଆକ୍ରାନ୍ତ । ସେମାନଙ୍କ ମଧ୍ୟରୁ ରାଉରକେଲା ଜେଲରୁ ୬ ଜଣ ଏବଂ ରାଉରକେଲା ସରକାରୀ ଡାକ୍ତରଖାନାର ୨ ଜଣ କର୍ମଚାରୀ ଅଛନ୍ତି । ଏ ନେଇ ସୁନ୍ଦରଗଡ଼ ଜିଲ୍ଲାପାଳ ସୂଚନା ଦେଇଛନ୍ତି । ଏହାକୁ ନେଇ ସହରବାସୀଙ୍କ ଭିତରେ ଭୟର ବାତାବରଣ ଖେଳିଯାଇଛି । ମହାନଗର ନିଗମ ତରଫରୁ ଆର.ଜି.ଏଚ. ଓ ଜେଲକୁ ସାନିଟାଇଜ୍‌ କରାଯାଇଛି । ଜେଲରେ ବାହାରିଥିବା ଆକ୍ରାନ୍ତଙ୍କୁ ଅଲଗା ସେଲରେ ରଖାଯାଇଛି। ସମସ୍ତଙ୍କର କଣ୍ଟାକ୍ଟ ଟ୍ରେସିଂ ଜାରି ରହିଛି ।

ଗଞ୍ଜାମର ଖଲ୍ଲିକୋଟରେ ଚିହ୍ନଟ ହୋଇଥିବା ସମସ୍ତ ୧୫ ଜଣ କରୋନା ଆକ୍ରାନ୍ତ ବାଦପଲ୍ଲୀର ବିଭିନ୍ନ TMCରେ କାର୍ଯ୍ୟରତ ଥିଲେ ବୋଲି ଜଣାପଡ଼ିଛି । ଏହା ପରେ ପ୍ରଶାସନ ଖଲ୍ଲିକୋଟ ବ୍ଲକର ୯ଟି ଗାଁକୁ କଣ୍ଟେମମେଣ୍ଟ ଜୋନ୍‌ ଘୋଷଣା କରିଛି । ଅନ୍ୟ ୧୦ଟି ଗାଁକୁ ବଫର୍‌ ଜୋନ୍‌ ଘୋଷଣା କରିଛି ଜିଲ୍ଲା ପ୍ରଶାସନ । ଆୟତ୍ତପୁରର ବିରିପୁର ଗାଁ ବି କଣ୍ଟେମମେଣ୍ଟ ଜୋନ୍‌ ଘୋଷିତ ହୋଇଛି । ଆୟତ୍ତପୁରର ଅନ୍ୟ ୧୨ଟି ଗାଁ ବଫର୍‌ ଜୋନ୍‌ ଘୋଷିତ ହୋଇଛି । ଏ ନେଇ ସୂଚନା ଦେଇଛନ୍ତି ଗଞ୍ଜାମ ଜିଲ୍ଲାପାଳ ବିଜୟ ଅମୃତା କୁଲାଙ୍ଗେ ।

ଏହା ବି ପଢ଼ନ୍ତୁ: 

ପତ୍ନୀ ହେବ ତ ଏମିତି! ପତି ପେଟ୍ରୋଲରେ ଜଳେଇବାକୁ ଆସିଥିଲା, ନିଜେ ଜଳିଗଲା; ପତ୍ନୀ ତାକୁ ବଞ୍ଚାଇଲା 

ନିଜ ପତ୍ନୀ ଓ ୩ ପିଲାଙ୍କୁ ଛୁରୀରେ କାଟି ମାରିବା ପରେ ନିଜେ ଫାଶି ଲଗେଇ ମଲା ଯୁବକ

ନୂଆ ନିୟମ ଯୋଗୁଁ ଅମିତାଭ ବଚ୍ଚନଙ୍କ ହାତରୁ ଯିବ ୫ଟି ଫିଲ୍ମ? କୋଟି କୋଟି ଟଙ୍କାର କ୍ଷତି ହେବ!

ଇଂଲଣ୍ଡରେ ଏଣିକି ସାଙ୍ଗରେ ରହୁଥିବା ଲୋକ ବ୍ୟତୀତ ଆଉ କାହା ସହ ଯୌନ ସମ୍ପର୍କ ବେଆଇନ୍

କରୀନା କପୁର ଖାନ୍ ଓ ଅମୃତା ଆରୋରାଙ୍କ ୨୦ ବର୍ଷ ତଳର ଫଟୋ ଭାଇରାଲ୍ ହେଉଛି

ହ୍ରିତିକ ରୋଶନଙ୍କ ଭଉଣୀ ବଲିଉଡରେ ଡେବ୍ୟୁ କରୁଛନ୍ତି; ଅଭିନେତା କହିଲେ: ‘ତୁମ ପାଇଁ ଗର୍ବିତ’

ଅଭିନେତ୍ରୀ ପୂଜା ହେଗଡ଼େଙ୍କ ଇନଷ୍ଟାଗ୍ରାମ୍ ଆକାଉଣ୍ଟ ହ୍ୟାକ୍ ହେଲା; ରାତି ଅଧରେ ଟ୍ୱିଟ୍ କଲେ

ଭାରତ ଓ ଚୀନ୍ ମଧ୍ୟରେ ଆମେରିକା ମଧ୍ୟସ୍ଥତା କରିବ ବୋଲି ଟ୍ରମ୍ପ୍ ପ୍ରସ୍ତାବ ଦେଲେ

‘ପାତାଲ୍ ଲୋକ୍’ରେ ‘‘ଲିଙ୍ଗଭେଦ ମନ୍ତବ୍ୟ’’ ପାଇଁ ଅନୁଷ୍କା ଶର୍ମାଙ୍କ ବିରୋଧରେ ଅଭିଯୋଗ

ଇମ୍ରାନ ହାଶମୀଙ୍କୁ ଚୁମା ଦେଉଥିବା ବେଳେ ଏହି ଅଭିନେତ୍ରୀ ନିଜ ମମି ପାପାଙ୍କୁ ମନେ ପକାଉଥିଲେ

ମାତ୍ର ୪ ଦିନର ପୋଷାକ ସହିତ ଆବୁଧାବିରେ ୨ ମାସ ହେଲା ଅଟକି ରହିଛନ୍ତି ଅଭିନେତ୍ରୀ ମଉନି ରାୟ

ଭାରତ ଓ ନେପାଳ ମଧ୍ୟରେ ମାନଚିତ୍ରକୁ ନେଇ ବିବାଦ; ମନୀଷା କୋଇରାଲା ନେପାଳକୁ ସମର୍ଥନ କଲେ

ଅର୍ଦ୍ଧ-ଉନ୍ମୁକ୍ତ ବକ୍ଷ; ଏକ ବ୍ଲାକ୍-ଆଣ୍ଡ୍-ହ୍ୱାଇଟ୍ ଫଟୋସୁଟରେ ସୁପର୍ ହଟ୍ କଙ୍ଗନା ରାଣାୱତ୍

ସନ୍ନି ଲିଓନଙ୍କ ଡ୍ରିମ୍ କାର୍ ହେଉଛି ଅଟୋମେଟିକ୍ ଗିଅର୍ ଥିବା ଗୋଲାପୀ ରଙ୍ଗର ଆମ୍ବାସାଡର୍

ଇଏ ମାଲକାନଗିରିର ବିଶାଖା; ତା’ ପତି ସାଇକେଲରେ ଚେନ୍ନାଇରୁ ଘରକୁ ଫେରିବା ବାଟରେ ମରିଗଲା

କରୋନା ସଂକ୍ରମିତର ଶବକୁ ଅଧା ଜଳେଇ ଛାଡ଼ିଗଲେ ଲୋକେ; କୁଆ ଓ କୁକୁର ଟାଣି ଖାଇଲେ

କରୋନା ଭାଇରସ୍ ସଙ୍କଟ ଉପରେ ୬୧ଟି ଦେଶର ତଦନ୍ତ ପ୍ରୟାସରେ ଭାରତ ଯୋଗ ଦେଲା
First published:
)}