ରାଜ୍ୟରେ ପୁଣି ରେକର୍ଡ଼ ଭାଙ୍ଗିଲା କରୋନା: ୧୪ ଜିଲ୍ଲାରୁ ୧୭୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହେଲେ

ଏହି ନୂଆ ୧୭୩ ଜଣ ଆକ୍ରାନ୍ତଙ୍କ ମଧ୍ୟରୁ ସଙ୍ଗରୋଧ କେନ୍ଦ୍ରରୁ ୧୫୦ ଜଣ ଓ ସ୍ଥାନୀୟ ଅଞ୍ଚଳରୁ ୨୩ ଜଣ ଚିହ୍ନଟ ହୋଇଛନ୍ତି । ଏବେ ରାଜ୍ୟରେ ମୋଟ୍‌ ୧,୧୬୭ ଜଣ କରୋନା ରୋଗୀ ଚିକିତ୍ସାଧୀନ ଥିବା ବେଳେ ୧,୬୦୪ ଜଣ ସୁସ୍ଥ ହୋଇସାରିଛନ୍ତି ।

ରାଜ୍ୟରେ ପୁଣି ରେକର୍ଡ଼ ଭାଙ୍ଗିଲା କରୋନା: ୧୪ ଜିଲ୍ଲାରୁ ୧୭୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହେଲେ
(ପ୍ରତୀକାତ୍ମକ ଛବି)
  • Share this:
  • Byline Facebook
  • Byline Twitter
  • Byline Linkedin
News18 Odia Digital

ଭୁବନେଶ୍ୱର: ରାଜ୍ୟରେ ଗୋଟିଏ ଦିନରେ ରେକର୍ଡ଼ ସଂଖ୍ୟକ କରୋନା ଭାଇରସ୍‌ ପଜିଟିଭ୍ ବ୍ୟକ୍ତି ଚିହ୍ନଟ ହୋଇଛନ୍ତି । ଆଜି ଗୋଟିଏ ଦିନରେ ୧୪ଟି ଜିଲ୍ଲାରୁ ୧୭୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହେବା ପରେ ସରକାରଙ୍କ ଚିନ୍ତା ବଢ଼ିଛି ।

ଏହି ନୂଆ ଆକ୍ରାନ୍ତଙ୍କ ସହିତ ରାଜ୍ୟରେ ଏବେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୨,୭୮୧କୁ ବୃଦ୍ଧି ପାଇଛି । ଆଜିର ନୂଆ ୧୭୩ ଜଣ ଆକ୍ରାନ୍ତଙ୍କ ମଧ୍ୟରୁ ସଙ୍ଗରୋଧ କେନ୍ଦ୍ରରେ ଥିଲେ ୧୫୦ ଜଣ । ବାକି ୨୩ ଜଣ ଆକ୍ରାନ୍ତ ସ୍ଥାନୀୟ ଅଞ୍ଚଳରୁ ଚିହ୍ନଟ ହୋଇଛନ୍ତି । ଗଞ୍ଜାମରୁ ସର୍ବାଧିକ ୬୪ ଜଣ ଆକ୍ରାନ୍ତ ଚିହ୍ନଟ ହେବା ପରେ ଜିଲ୍ଲାରେ ଆକ୍ରାନ୍ତଙ୍କ ସଂଖ୍ୟା ରାଜ୍ୟରେ ସର୍ବାଧିକ ୫୯୭କୁ ବୃଦ୍ଧି ପାଇଛି ।

ଯାଜପୁରରୁ ଆଉ ୧୯ ଜଣ ସଂକ୍ରମିତ ଚିହ୍ନଟ ହେବା ପରେ ଜିଲ୍ଲାରେ ଆକ୍ରାନ୍ତଙ୍କ ସଂଖ୍ୟା ୩୧୨ରେ ପହଞ୍ଚିଛି । ମୟୂରଭଞ୍ଜ ୧୩ ଜଣ ଆକ୍ରାନ୍ତ ଚିହ୍ନଟ ହେବା ପରେ ଜିଲ୍ଲାରେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୭୦ ଛୁଇଁଛି । କଟକରୁ ୧୩ ଜଣ ଓ ବଲାଙ୍ଗିର ଏବଂ ବାଲେଶ୍ବରରୁ ୧୧ ଜଣ ଲେଖାଏଁ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ବାଲେଶ୍ବରରୁ ୧୧ ଜଣ ଆକ୍ରାନ୍ତ ଚିହ୍ନଟ ହେବା ପରେ ଜିଲ୍ଲାରେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୧୯୦ ଛୁଇଁଛି ।

ରାଜ୍ୟରେ କରୋନା ସଂକ୍ରମଣର ତାଜା ସ୍ଥିତିର ମ୍ୟାପ୍


ଖୋର୍ଦ୍ଧା ଜିଲ୍ଲାରେ ୯ ଜଣ ଆକ୍ରାନ୍ତ ଚିହ୍ନଟ ହେବା ପରେ ସେଠାରେ ସଂକ୍ରମିତଙ୍କ ସଂଖ୍ୟା ୨୨୬ରେ ପହଞ୍ଚିଛି । ଗଜପତିରୁ ୧୦, ନୂଆପଡ଼ାରୁ ୮, ନୟାଗଡ଼ରୁ ୭, ଭଦ୍ରକରୁ ୪, କଳାହାଣ୍ଡିରୁ ୨ ଜଣ, ଝାରସୁଗୁଡ଼ାରୁ ଜଣେ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ପୁରୀରୁ ଜଣେ ଆକ୍ରାନ୍ତ ଚିହ୍ନଟ ହେବା ପରେ ଜିଲ୍ଲାରେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୧୦୦ରେ ପହଞ୍ଚିଛି । ଏବେ ରାଜ୍ୟରେ ମୋଟ୍‌ ୧,୧୬୭ ଜଣ କରୋନା ରୋଗୀ ଚିକିତ୍ସାଧୀନ ଥିବା ବେଳେ ୧,୬୦୪ ଜଣ ସୁସ୍ଥ ହୋଇଥିବା ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ନେଇ ସୂଚନା ମିଳିଛି । ଏ ପର୍ଯ୍ୟନ୍ତ ରାଜ୍ୟରେ ଆଠ ଜଣ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହେଲାଣି ।

ରାଜ୍ୟରେ କରୋନା ଭାଇରସ୍‌ ବିରୋଧରେ ଚାଲିଥିବା ଲଢ଼େଇରେ ଗତ କାଲି ଗୋଟିଏ ଦୁଃଖଦ ଖବର ଓ ଗୋଟିଏ ସୁଖଦ ଆସିଥିଲା । ଗତ କାଲି ରାଜ୍ୟରେ ୧୩୦ ଜଣ କରୋନା ଭାଇରସ୍‌ ପଜିଟିଭ୍‌ ବ୍ୟକ୍ତି ଚିହ୍ନଟ ହେବା ସହ ଆଉ ଜଣେ କରୋନା ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଥିବା ବେଳେ ରାଜ୍ୟରେ ସୁସ୍ଥ ହୋଇଥିଲେ ୧୨୩ ଜଣ କରୋନା ଆକ୍ରାନ୍ତ । ଏହି ସଂଖ୍ୟା ରାଜ୍ୟ ପାଇଁ ଏକ ରେକର୍ଡ଼ ଥିଲା । ହେଲେ ଆଜି ପୁଣି ୧୭୩ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହେବା ପରେ ସ୍ଥିତି ଗମ୍ଭୀର ଥିବା ଜଣା ପଡ଼ିଛି ।

ଏହା ବି ପଢ଼ନ୍ତୁ: 

ପତ୍ନୀ ହେବ ତ ଏମିତି! ପତି ପେଟ୍ରୋଲରେ ଜଳେଇବାକୁ ଆସିଥିଲା, ନିଜେ ଜଳିଗଲା; ପତ୍ନୀ ତାକୁ ବଞ୍ଚାଇଲା

ନୂଆ ନିୟମ ଯୋଗୁଁ ଅମିତାଭ ବଚ୍ଚନଙ୍କ ହାତରୁ ଯିବ ୫ଟି ଫିଲ୍ମ? କୋଟି କୋଟି ଟଙ୍କାର କ୍ଷତି ହେବ!

ଇଂଲଣ୍ଡରେ ଏଣିକି ସାଙ୍ଗରେ ରହୁଥିବା ଲୋକ ବ୍ୟତୀତ ଆଉ କାହା ସହ ଯୌନ ସମ୍ପର୍କ ବେଆଇନ୍

କରୀନା କପୁର ଖାନ୍ ଓ ଅମୃତା ଆରୋରାଙ୍କ ୨୦ ବର୍ଷ ତଳର ଫଟୋ ଭାଇରାଲ୍ ହେଉଛି

ହ୍ରିତିକ ରୋଶନଙ୍କ ଭଉଣୀ ବଲିଉଡରେ ଡେବ୍ୟୁ କରୁଛନ୍ତି; ଅଭିନେତା କହିଲେ: ‘ତୁମ ପାଇଁ ଗର୍ବିତ’

ଅଭିନେତ୍ରୀ ପୂଜା ହେଗଡ଼େଙ୍କ ଇନଷ୍ଟାଗ୍ରାମ୍ ଆକାଉଣ୍ଟ ହ୍ୟାକ୍ ହେଲା; ରାତି ଅଧରେ ଟ୍ୱିଟ୍ କଲେ

ଭାରତ ଓ ଚୀନ୍ ମଧ୍ୟରେ ଆମେରିକା ମଧ୍ୟସ୍ଥତା କରିବ ବୋଲି ଟ୍ରମ୍ପ୍ ପ୍ରସ୍ତାବ ଦେଲେ

‘ପାତାଲ୍ ଲୋକ୍’ରେ ‘‘ଲିଙ୍ଗଭେଦ ମନ୍ତବ୍ୟ’’ ପାଇଁ ଅନୁଷ୍କା ଶର୍ମାଙ୍କ ବିରୋଧରେ ଅଭିଯୋଗ

ଇମ୍ରାନ ହାଶମୀଙ୍କୁ ଚୁମା ଦେଉଥିବା ବେଳେ ଏହି ଅଭିନେତ୍ରୀ ନିଜ ମମି ପାପାଙ୍କୁ ମନେ ପକାଉଥିଲେ

ମାତ୍ର ୪ ଦିନର ପୋଷାକ ସହିତ ଆବୁଧାବିରେ ୨ ମାସ ହେଲା ଅଟକି ରହିଛନ୍ତି ଅଭିନେତ୍ରୀ ମଉନି ରାୟ

ଭାରତ ଓ ନେପାଳ ମଧ୍ୟରେ ମାନଚିତ୍ରକୁ ନେଇ ବିବାଦ; ମନୀଷା କୋଇରାଲା ନେପାଳକୁ ସମର୍ଥନ କଲେ

ଅର୍ଦ୍ଧ-ଉନ୍ମୁକ୍ତ ବକ୍ଷ; ଏକ ବ୍ଲାକ୍-ଆଣ୍ଡ୍-ହ୍ୱାଇଟ୍ ଫଟୋସୁଟରେ ସୁପର୍ ହଟ୍ କଙ୍ଗନା ରାଣାୱତ୍

ସନ୍ନି ଲିଓନଙ୍କ ଡ୍ରିମ୍ କାର୍ ହେଉଛି ଅଟୋମେଟିକ୍ ଗିଅର୍ ଥିବା ଗୋଲାପୀ ରଙ୍ଗର ଆମ୍ବାସାଡର୍

ଇଏ ମାଲକାନଗିରିର ବିଶାଖା; ତା’ ପତି ସାଇକେଲରେ ଚେନ୍ନାଇରୁ ଘରକୁ ଫେରିବା ବାଟରେ ମରିଗଲା

କରୋନା ସଂକ୍ରମିତର ଶବକୁ ଅଧା ଜଳେଇ ଛାଡ଼ିଗଲେ ଲୋକେ; କୁଆ ଓ କୁକୁର ଟାଣି ଖାଇଲେ

କରୋନା ଭାଇରସ୍ ସଙ୍କଟ ଉପରେ ୬୧ଟି ଦେଶର ତଦନ୍ତ ପ୍ରୟାସରେ ଭାରତ ଯୋଗ ଦେଲା

୧୫ ଜୁନ୍ ପାଖାପାଖି ସପିଂ ମଲ୍ ଓ ସିନେମା ହଲ୍ ଖୋଲିପାରେ; ଲାଗୁ ହେବ ଏହି ନୂଆ ନିୟମ
First published: June 6, 2020, 2:25 PM IST
corona virus btn
corona virus btn
Loading